• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର

FNN WEB by FNN WEB
October 14, 2025
in ଓଡ଼ିଶା, ମୁଖ୍ୟ ଖବର
0
ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର
0
SHARES
0
VIEWS

ଭୁବନେଶ୍ୱର: କେନ୍ଦୁଝରର ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ୨ୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର(Regional Plant Resource Centre)। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ କେନ୍ଦୁଝର ପ୍ରଶାସନ ସହ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ମାନସ ପ୍ରକଳ୍ପ ଭାବେ ବିକଶିତ ହେବାକୁ ଥିବା ଏହି କେନ୍ଦ୍ର ଓଡିଶାର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର ଭାବେ ସାନଘାଗରାଠାରେ ପ୍ରାୟ ୧୩୪ ଏକର ପରିମିତ ଅଞ୍ଚଳରେ ପ୍ରତିଷ୍ଠା ହେବ।

ଉକ୍ତ ବୈଠକରୁ ଜଣାପଡିଛି ଯେ, ଏହି କେନ୍ଦ୍ର ଜୈବ ବିବିଧତା ସଂରକ୍ଷଣ, କମ୍ୟୁନିଟି ସେଣ୍ଟର, ଇକୋ-ଟୁରିଜିମ ଏବଂ ଗବେଷଣା ଓ ଶିକ୍ଷା ର ବିକାଶ ପାଇଁ ନିର୍ମାଣ କରାଯିବ। ଏହି ସ୍ଥାନଟି ପ୍ରାକୃତିକ ଅଭିଜ୍ଞତା ଏବଂ ଥିମାଟିକ ଗାର୍ଡେନର ଅନୁଭୂତି ପ୍ରଦାନ କରି। ଏହି କେନ୍ଦ୍ରରେ ଓଡ଼ିଶାରେ ଥିବା ବିଭିନ୍ନ ପ୍ରଜାତିର ଅର୍କିଡ଼ ଉପଲବ୍ଧ ହେବା ସହିତ ଗୋଲାପ, ବାଉଁଶ, କାକଟସ, ଜଙ୍ଗଲୀ ଫଳ ଇତ୍ୟାଦି ମଧ୍ୟ ସ୍ଥାନିତ ହୋଇ ଅଞ୍ଚଳର ଶୋଭା ମଣ୍ଡନ କରିବ।

ଏହି ଅଂଚଳକୁ ବିଶେଷ ପର୍ଯ୍ୟଟନ ସ୍ଥଳ ଭାବେ କାର୍ଯ୍ୟକାରୀ କରିବା ପାଇଁ ଏହାକୁ ବର୍ଷ ତମାମ ପର୍ଯ୍ୟଟକ ଓ ଜନସାଧାରଣଙ୍କ ପାଇଁ ଖୋଲା ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହି ଅଂଚଳରେ ହାତୀ ଉପଦ୍ରବ ଅଧିକ ରହୁଥିବାରୁ ଜିଲ୍ଲା ପ୍ରଶାସନକୁ ମଧ୍ୟ ଏହାର ଉଚିତ ପ୍ରତିକାର ପାଇଁ ନିର୍ଦ୍ଦେଶ ଦେଇଥିଲେ ଏବଂ Deep trenches ଦ୍ୱାରା ମଣିଷ-ହାତୀଙ୍କର ସଂଘର୍ଷକୁ ରୋକିବା ପାଇଁ ପରାମର୍ଶ ଦେଇଥିଲେ। ଏହି ନୂତନ ନିର୍ମାଣ ଯୋଗୁ ସେହି ସ୍ଥାନ ଦେଇ ବହି ଯାଉଥିବା ମାଛକାନ୍ଦଣା ନଦୀର ଜଳ ଯେପରି ସବୁବେଳେ ଭରପୁର ରୁହେ ସେଥିପ୍ରତି ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ।

ଏହି କେନ୍ଦ୍ରରେ ଅର୍କିଡ୍ ସଂରକ୍ଷଣ ଏବଂ ପ୍ରଦର୍ଶନ କେନ୍ଦ୍ର, ପଦ୍ମ ଉଦ୍ୟାନ, ଜଙ୍ଗଲୀ ଖାଦ୍ୟଯୋଗ୍ୟ ଫଳ ଉଦ୍ୟାନ, ଔଷଧୀୟ ଉଦ୍ଭିଦ ଉଦ୍ୟାନ, ଫୁଲ ବଜାର, ଛୋଟ ପିଲାଙ୍କ ଖେଳ ସ୍ଥାନନିର୍ମାଣ ହେବା ସହିତ ସମସ୍ତ ଆସବାବପତ୍ର ପାଇଁ ସ୍ଥାନୀୟ ପଥର ଏବଂ କାଠର ବ୍ୟବହାର କରାଯିବ। ଏହି ନିର୍ମାଣ କାର୍ଯ୍ୟ ୨୦୨୭ ସୁଦ୍ଧା ସମାପ୍ତ ହେବ ବୋଲି ଆଲୋଚନାରୁ ଜଣାପଡିଛି।

ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଜଙ୍ଗଲ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ ଏବଂ ବନ ବାହିନୀର ମୁଖ୍ୟ ସୁରେଶ ପନ୍ତ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଏବଂ ଆଭାସୀ ମାଧ୍ୟମରେ କେନ୍ଦୁଝର ଜିଲ୍ଲାପାଳ ବିଶାଳ ସିଂହ ଓ କେନ୍ଦୁଝର ଡିଏଫଓ ଧନରାଜ ହନୁମନ୍ତ ଧାମଡେରେ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ଇକେଓ୍ୱାଇସି କରିନଥିଲେ ଆସନ୍ତା ମାସରୁ ଚାଉଳ ବନ୍ଦ

Next Post

ବାଲେଶ୍ବରରେ ଫାବ୍‌ ଇଣ୍ଡିଆର ନୂଆ ସୋରୁମ୍‌ ଉଦ୍‌ଘାଟନ କଲେ ସୋନୁ ସୁଦ୍‌

FNN WEB

FNN WEB

Next Post
ବାଲେଶ୍ବରରେ ଫାବ୍‌ ଇଣ୍ଡିଆର ନୂଆ ସୋରୁମ୍‌ ଉଦ୍‌ଘାଟନ କଲେ ସୋନୁ ସୁଦ୍‌

ବାଲେଶ୍ବରରେ ଫାବ୍‌ ଇଣ୍ଡିଆର ନୂଆ ସୋରୁମ୍‌ ଉଦ୍‌ଘାଟନ କଲେ ସୋନୁ ସୁଦ୍‌

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.