• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନୂଆପଡ଼ା ନିର୍ବାଚନ: ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କଲା ବିଜୁ ଜନତା ଦଳ

FNN WEB by FNN WEB
October 15, 2025
in ଓଡ଼ିଶା, ମୁଖ୍ୟ ଖବର
0
ନୂଆପଡ଼ା ନିର୍ବାଚନ: ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କଲା ବିଜୁ ଜନତା ଦଳ
0
SHARES
0
VIEWS


ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ଆଜି ସନ୍ଧ୍ୟାରେ ପ୍ରାର୍ଥୀ ଘୋଷଣା କରିଛି। ଦଳର ସଭାପତି ନବୀନ ପଟ୍ଟନାୟକ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ପ୍ରାର୍ଥୀ ଘୋଷଣା କରିଛନ୍ତି। ନୂଆପଡ଼ା ନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ପ୍ରାର୍ଥୀ ହୋଇଛନ୍ତି। ସ୍ନେହାଙ୍ଗିନୀଙ୍କ ଉପରେ ଦଳ ଭରସା କରିଛି।

ସ୍ନେହାଙ୍ଗିନୀ ଛୁରିଆ ଶିକ୍ଷକତାରୁ ରାଜନୀତିକୁ ଆସିଥିଲେ। ୨୦୧୪ରେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ। ହସ୍ତତନ୍ତ, ବୟନଶିଳ୍ପ ବିଭାଗ ପାଇଥିଲେ। ସମ୍ବଲପୁର ବିଶ୍ବବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକ ହାସଲ କରିଛନ୍ତି। ଆଡଗାଁ ବାଳିକା ବିଦ୍ୟାଳୟରେ ୧୯୯୫ରେ ଶିକ୍ଷକତା ଆରମ୍ଭ କରିଥିଲେ। ୧୯୯୭ରେ ଚାକିରି ଛାଡ଼ି ରାଜନୀତିକୁ ଆସିଲେ। ପ୍ରଥମ ଥର ପଞ୍ଚାୟତ ନିର୍ବାଚନରେ କ୍ୟାରିୟର ଆରମ୍ଭ କଲେ। ତଲମେଣ୍ଡା ପଞ୍ଚାୟତରୁ ସମିତିସଭ୍ୟ ଭାବେ ଜିତିଲେ। ଜିତିବା ପରେ ଭେଡେନ୍‌ ବ୍ଲକ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଥିଲେ। ସ୍ନେହାଙ୍ଗିନୀ ଛୁରିଆ ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀରୁ ୨୦୧୪ ଓ ୨୦୧୯ରେ ବିଜୟୀ ହୋଇଥିଲେ। ୨୦୨୪ ନିର୍ବାଚନରେ ୭୦,୫୭୭ ଭୋଟ୍‌ ପାଇଥିଲେ। ସେ ୨୮,୯୧୦ ଭୋଟ୍‌ରେ ପରାସ୍ତ ହୋଇଥିଲେ। କଂଗ୍ରେସ ପ୍ରାର୍ଥୀ ନିହାର ମହାନନ୍ଦଙ୍କ ଠାରୁ ହାରିଥିଲେ।

ନୂଆପଡ଼ା ଉପନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ଦେଖାଯାଇଛି। ଆସନ୍ତା ନଭେମ୍ବର ୧୧ ତାରିଖରେ ଏଠାରେ ମତଦାନ ଗ୍ରହଣ କରାଯିବାକୁ ଥିବା ବେଳେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି। ଏହାରି ମଧ୍ୟରେ ଆଜି କଂଗ୍ରେସର ପ୍ରାର୍ଥୀ ଘାସିରାମ ମାଝୀ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ଆସନ୍ତାକାଲି ବିଜେପିର ପ୍ରାର୍ଥୀ ଜୟ ଢୋଲକିଆ ପ୍ରାର୍ଥିପତ୍ର ଦାଖଲ କରିବେ। ଏହାରି ମଧ୍ୟରେ ବିଜୁ ଜନତା ଦଳର ପ୍ରାର୍ଥି କିଏ ‌ହେବେ ସେନେଇ ଘୋଷଣା ଜୋରଦାର ଚର୍ଚ୍ଚା ଚାଲିଥିଲା। ସୂଚନାଯୋଗ୍ୟ, ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ‌ଘୋଷଣା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ନିବାସରେ ଏକ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରିଛନ୍ତି। ଏଥି ପାଇଁ ଦଳର ବରିଷ୍ଠ ନେତାଙ୍କୁ ଡାକିଥିଲେ। ନବୀନଙ୍କ ଡାକରା କ୍ରମେ ମନୋଜ ମିଶ୍ର ଆସିଥିଲେ, ଯିଏକି ନୂଆପଡ଼ା ନିର୍ବାଚନ ପାଇଁ ବିଜେଡି ଲୋକାଲ ଆକ୍ସନ କମିଟି ସଦସ୍ୟ ଥିଲେ।

ବିଜେଡିର ପ୍ରାର୍ଥୀ ଘୋଷଣା ହେଲା ପରେ ସ୍ନେହାଙ୍ଗିନୀ ଛୁରିଆ ପ୍ରଥମ ଥର ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି। ଶ୍ରୀମତୀ ଛୁରିଆ କହିଛନ୍ତି, ବିଜୁ ଜନତା ଦଳ ତରଫରୁ ଦଳୀୟ ସଭାପତି ନବୀନ ପଟ୍ଟନାୟକ ମୋତେ ପ୍ରାର୍ଥୀ ଭାବେ ଘୋଷଣା କରିଥିବାରୁ ତାଙ୍କୁ ହୃଦୟରୁ କୃତଜ୍ଞତା ଓ ଧନ୍ୟବାଦ ଜଣାଉଛି।‌ ମୋ ଉପରେ ସେ ଭରସା କରିଛନ୍ତି। ଦଳ ପାଇଁ, ନୂଆପଡ଼ା ପାଇଁ ଓ ରାଜ୍ୟବାସୀଙ୍କ ପାଇଁ କାମ କରିଛି। ନୂଆପଡ଼ାରେ ପର୍ଯ୍ୟବେକ୍ଷକ ଭାବେ ୪ବର୍ଷ କାମ କରିଛି। ଏହି ନିର୍ବାଚନ ପାଇଁ ନୂଆପଡ଼ାବାସୀଙ୍କ ଆଶୀର୍ବାଦ ମାଗୁଛି। ସେମାନେ ମୋତେ ବିଜୟୀ କରିବେ ବୋଲି ଆଶା କରୁଛି। ନୂଆପଡ଼ାର ପ୍ରତ୍ୟେକ ସୁଖ ଓ ଦୁଃଖ ସମୟରେ ତାଙ୍କର ସହିତ ରହିବି। ଜୀବନର ‌ଶେଷ ନିଃଶ୍ବାସ ପର୍ଯ୍ୟନ୍ତ ନୂଆପଡ଼ାବାସୀଙ୍କର ସେବା କରିବି।

Previous Post

ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଅଷ୍ଟମ ପୋଷଣ ମାସ-୨୦୨୫ ମହା ସମାରୋହରେ ପାଳିତ

Next Post

କୁନି କୁନି ପିଲାଙ୍କ ଗହଣରେ ଜନ୍ମଦିନ ପାଳନ କଲେ ନବୀନ ପଟ୍ଟନାୟକ

FNN WEB

FNN WEB

Next Post
କୁନି କୁନି ପିଲାଙ୍କ ଗହଣରେ ଜନ୍ମଦିନ ପାଳନ କଲେ ନବୀନ ପଟ୍ଟନାୟକ

କୁନି କୁନି ପିଲାଙ୍କ ଗହଣରେ ଜନ୍ମଦିନ ପାଳନ କଲେ ନବୀନ ପଟ୍ଟନାୟକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.