୪୦ ଜଣିଆ ତାଲିକାରେ ମୁଖ୍ୟମନ୍ତ୍ରୀ, ରାଜ୍ୟ ବିଜେପି ସଭାପତି ଓ ୩ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର : ନୂଆପଡା ଉପନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେପି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ବରେ ପ୍ରଚାର ମୈଦାନକୁ ଓହ୍ଲାଇବ ଦଳ। ବିଜେପି ରାଜ୍ୟ ସଭାପତିଙ୍କ ସମେତ ୩ କେନ୍ଦ୍ରମନ୍ତ୍ରୀ, ଓଡ଼ିଶାର ୬ ମନ୍ତ୍ରୀ ଓ ୮ ଛତିଶଗଡ ନେତା ସାମିଲ ହୋଇଛନ୍ତି । ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ମଧ୍ୟ ବିଜେପି ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର। ୩ ପ୍ରଭାରୀଙ୍କ ସମେତ ଦଳର ତୁଙ୍ଗ ନେତାଙ୍କୁ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରାଯାଇଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ, ଜୁଏଲ ଓରାମ ଜୟଙ୍କ ପାଇଁ ପ୍ରଚାର କରିବେ। ତାଲିକାରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିହଦେଓ, ପ୍ରଭାତି ପରିଡା, ମନ୍ତ୍ରୀ ସୁରେଶ ପୂଜାରୀ, ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ସମ୍ବିତ ପାତ୍ର, ଜୟନାରାଣ ମିଶ୍ର ପ୍ରମୁଖ ସାମିଲ ଅଛନ୍ତି। ଦଳରେ ଥିବା ୩ ଅଭିନେତା ଅନୁଭବ ମହାନ୍ତି, ସିଦ୍ଧାନ୍ତ ମହାପାତ୍ର ଓ ଆକାଶଦାସ ନାୟକଙ୍କୁ ପ୍ରଚାରକ ତାଲିକାରେ ସାମିଲ କରାଯାଇଛି। ତାଲିକାକୁ ବାଦ ପଡିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ ।
ଏହି ତାଲିକାରେ ଓଡିଶାର ଲୋକପ୍ରିୟ ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଶ୍ରୀ ଜୁଏଲ ଓରାମ, ଛତିଶଗଡ ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେଓ ସାଏ, କ୍ଷେତ୍ରୀୟ ପ୍ରଭାରୀ ଶ୍ରୀ ସୁନୀଲ ବଂଶଲ, ରାଷ୍ଟ୍ରୀୟ ଉପସଭାପତି ତଥା ସାଂସଦ ଶ୍ରୀ ବୈଜୟନ୍ତ ପଣ୍ଡା, ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂ ତୋମାର, ରାଜ୍ୟ ସହ ପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡା, ଛତିଶଗଡ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅରୁଣ ସାଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସାଂସଦ ଶ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ରାଷ୍ଟ୍ରୀୟ ମୁଖପାତ୍ର ତଥା ସାଂସଦ ଡ. ସମ୍ବିତ ପାତ୍ର, ବରିଷ୍ଠ ବିଧାୟକ ଶ୍ରୀ ଜୟନାରାୟଣ ମିଶ୍ର, ପୂର୍ବତନ ରାଜ୍ୟ ସଭାପତି ତଥା ବରିଷ୍ଠ ନେତା ଶ୍ରୀ ବସନ୍ତ ପଣ୍ଡା, ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ସାଂସଦ ଶ୍ରୀ ବିଜମୋହନ ଅଗ୍ରୱାଲ, ଶ୍ରୀମତୀ ସଂଗୀତା ସିଂହଦେଓ, ପଂଚାୟତିରାଜ ଏବଂ ପାନୀୟ ଜଳ ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ଆଦିବାସୀ କଲ୍ୟାଣ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଛତିଶଗଡ ରାଜ୍ୟ ସରକାରଙ୍କ ମନ୍ତ୍ରୀ ଗୁରୁ ଖୁସୱନ୍ତ ସାହବ, ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ, ରାଜ୍ୟସଭା ସାଂସଦ ଶ୍ରୀ ସୁଜିତ କୁମାର, ସାଂସଦ ଶ୍ରୀମତୀ ରୁପକୁମାରୀ ଚୈାଧୁରୀ, ଶ୍ରୀମତୀ ମାଳବିକା ଦେବୀ, ପୂର୍ବତନ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ କୁମାର ନାଏକ, ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ର, ପୂର୍ବତନ ସାଂସଦ ଶ୍ରୀ ଅନୁଭବ ମହାନ୍ତି, ବିଧାୟକ ଶ୍ରୀ ଆକାଶ ଦାଶ ନାୟକ, ରାଜ୍ୟ ସାଧାରଣ ସଂପାଦକ(ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି, ବରିଷ୍ଠ ନେତା ଶ୍ରୀ ରଞ୍ଜନ କୁମାର ପଟେଲ, ପ୍ରସିଦ୍ଧ ଅଭିନେତା ତଥା ଛତିଶଗଡ ବିଧାୟକ ଶ୍ରୀ ଅନୁଜ ଶର୍ମା, ଶ୍ରୀ ରୋହିତ ସାହୁ, ଶ୍ରୀ ଯୋଗେଶ୍ୱର ରାଜୁ ସିହ୍ନା, ଶ୍ରୀ ଲକ୍ଷ୍ମଣ ବାଗ ଏବଂ ଶ୍ରୀ ସନତ ଗଡତିଆ ପ୍ରମୁଖ ସାମିଲ ଅଛନ୍ତି ।
ଏହି ଅବସରରେ ରାଜ୍ୟ ଉପସଭାନେତ୍ରୀ ସୁଶ୍ରୀ ସୁକେଶୀ ଓରାମ, ରାଜ୍ୟ ମୁଖପାତ୍ର ସତ୍ୟବ୍ରତ ପଣ୍ଡା, ଦିଲୀପ ମଲ୍ଲିକ, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ କୁମାର ଦାସ, ରାଜ୍ୟ ଲିଗାଲ ସେଲ ସଂଯୋଜକ ଜୟନ୍ତ ଜେନା, ବରିଷ୍ଠ ନେତା ମୁରଲୀ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।














