ନୂଆପଡ଼ା: କାଲି ରାତିରେ ସ୍ନେହାଙ୍ଗିନୀ ଛୁରିଆଙ୍କୁ ଶୁଭେଛା ଜଣାଇଥିବା ବରିଷ୍ଠ ବିଜେଡି ନେତା ଲମ୍ବୋଦର ନିଆଲ୍ ଗୁରୁବାର ବିଜେପିରେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେଡିର ନୂଆପଡ଼ା ଜିଲ୍ଲା ଖଡ଼ିଆଳ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ସାଂସଦ ପ୍ରାର୍ଥୀ ଲମ୍ବୋଦର ନିଆଲ୍ ଓ ତାଙ୍କ ସାଥୀ ବିଜେପିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ଏହି ଅବସରରେ ମାନ୍ୟବର ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ପୂର୍ବତନ ସାଂସଦ ବସନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।
ସୂଚନାଯୋଗ୍ୟ, ଗତ ନିବାଚନରେ ଲମ୍ବୋଦର କଳାହାଣ୍ଡି ବିଜେଡି ସାଂସଦ ପ୍ରାର୍ଥୀ ହୋଇଥିଲେ। ସେ ୪ ଲକ୍ଷ ୧୦ ହଜାର ୪୯୦ ଖଣ୍ଡ ଭୋଟ୍ ପାଇଥିଲେ।














