• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରେ ବିଜେପି ସରକାର ଆସିଲେ, ଧନୀ ଓ ଗରିବ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ୍ କାର୍ଡ: ରାଜନାଥ ସିଂହ

FNN WEB by FNN WEB
May 8, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଓଡ଼ିଶାରେ ବିଜେପି ସରକାର ଆସିଲେ, ଧନୀ ଓ ଗରିବ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ୍ କାର୍ଡ: ରାଜନାଥ ସିଂହ
0
SHARES
6
VIEWS

ଭୁବନେଶ୍ବର/ରାୟଗଡ଼ା: ଓଡ଼ିଶାରେ ବିଜେପି ସରକାର ଆସିଲେ, ଧନୀ ଗରିବ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ୍ ସ୍ବାସ୍ଥ୍ୟ କାର୍ଡ। ଆଜି ଭବାନୀପାଟଣାରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେଇ ଏହା କହିଛନ୍ତି, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ସେ କହିଛିନ୍ତି, ଆମେ ଯାହା କହୁ, ତାହା କରୁ। ଏହା ଆମ ଚରିତ୍ର। ଆମେ ୩୭୦ ହଟାଇବୁ କହିଥିଲୁ, ହଟାଇଲୁ। ରାମ ମନ୍ଦିର ନିର୍ମାଣ କରିବାକୁ କହିଥିଲୁ, କରିଲୁ। ଓଡ଼ିଶାରେ ୫୦ ବର୍ଷ କଂଗ୍ରେସ ସରକାର ଓ ୨୫ ବର୍ଷ ବିଜେଡି ସରକାର ଦେଖିଲେ। ଏଥର ଓଡ଼ିଶାରେ ବିଜେପିକୁ କ୍ଷମତାକୁ ଆଣନ୍ତୁ। କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଆହୁରି କହିଛନ୍ତି, ଆମ ସରକାର ଆସିବା ପରେ ଆତଙ୍କବାଦୀ ଆକ୍ରମଣ କମିଛି ଦେଶ ଦ୍ରୁତ ଗତିରେ ଆଗକୁ ବଢୁଛି।ଏହା ହେଉଛି ପ୍ରଭୁ ଜଗନ୍ନାଥ ଓ ମା’ ମାଣିକେଶ୍ବରୀଙ୍କ ଧରିତ୍ରୀ। କଳାହାଣ୍ଡି ଗରିବୀ ଓ ଦାରିଦ୍ର ପାଇଁ ପରିଚିତ। ପ୍ରତ୍ୟେକ ଅଞ୍ଚଳ ବିକଶିତ ନହେଲେ ବିକଶିତ ଭାରତ ସମ୍ଭବ ନୁହେଁ । ଗରିବୀ ହଟାଇବାକୁ ପ୍ରତିଶ୍ରୁତି ଦେଇଥିଲା କଂଗ୍ରେସ, କିନ୍ତୁ କଂଗ୍ରେସ ଦ୍ୱାରା ଏହା ସମ୍ଭବ ହେଲାନି। ହେଲେ ମୋଦୀ କରି ଦେଖାଇଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତ କରିଛନ୍ତି । ସ୍ବତନ୍ତ୍ର ହେଲିକପ୍ଟରରେ ଭବାନୀପାଟଣାରେ ପହଞ୍ଚିବା ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଦଳ ପକ୍ଷରୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହାପରେ ସେ ଜନସଭାକୁ ସମ୍ବୋଧିତ କରିଥିଲେ। ଏହି ସାଧାରଣ ସଭାରେ ବିଜେପିର କଳାହାଣ୍ଡି ସାଂସଦ ପ୍ରାର୍ଥୀ ମାଳବିକା ଦେଓ ମଧ୍ୟ ଉପସ୍ଥିତ ରହି ଉଦବୋଧନ ଦେଇଥିଲେ।

ସେ କହିଛିନ୍ତି, ପୂର୍ବରୁ ଅନେକ ଥର ଓଡ଼ିଶା ଆସିଥିଲି। ଏଥର ମଧ୍ୟ ଓଡ଼ିଶା ଆସିଛି। କିନ୍ତୁ ଏଥର ସ୍ଥିତି ଅଲଗା ଦେଖାଯାଉଛି। ଭାରତୀୟ ଜନତା ପାର୍ଟି ଓଡ଼ିଶାର କେତୋଟି ଲୋକସଭା ଆସନରେ ବିଜୟ ହାସଲ କରିବ ବୋଲି ପଚରାଗଲେ, କିଛି ଲୋକେ କହୁଥିଲେ ୨। ସେହିଭଳି ଅନ୍ୟମାନେ କହୁଥିଲେ ୭ ଅଥବା ୮। ଏଥର କିନ୍ତୁ ଓଡ଼ିଶାବାସୀ କହୁଛନ୍ତି, ୨୧ରୁ ୨୧ ଲୋକସଭା ଆସନରେ ବିଜେପି ଜିତିବ। କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ବୁଧବାର ଏହା କହିଛନ୍ତି। ବିଜେପିର ବିଜୟ ସଂକଳ୍ପ ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ଆପଣଙ୍କର ବିଜେପି ସାଂସଦ ପ୍ରାର୍ଥୀ ବିଜୟୀ ହେଲେ ସଂସଦରେ ଭଲ କାମ କରିପାରିବେ। ଆପଣଙ୍କର ସମସ୍ୟାକୁ ଉପସ୍ଥାପନ କରିବେ। ଦେଶକୁ ଏଭଳି ଯୁବ ସାଂସଦ ଦରକାର ଅଛି। ଶ୍ରୀ ସିଂହ କହିଛନ୍ତି, କେନ୍ଦ୍ରରେ ବିଗତ ୧୦ ବର୍ଷ ହେଲା ମୋଦୀଙ୍କ ସରକାର ଜାରି ରହିଛି। ମୋଦୀଙ୍କ ସରକାର କେମିତି ଚାଲିଛି? ସ୍ବାଧୀନ ଭାରତରେ ଦୀର୍ଘ ଦିନ ଧରି କଂଗ୍ରେସ ସରକାର ରହିଛି। କିନ୍ତୁ ଏଠାରୁ ଗରିବୀ ହଟିନଥିଲା। କିନ୍ତୁ ୧୦ ବର୍ଷ ମଧ୍ୟରେ ୨୫ କୋଟି ଲୋକ ଗରିବୀରୁ ଭଲ ସ୍ତରକୁ ଆସିଛନ୍ତି। ବିଶ୍ବର ଜନତା ଚାହୁଁଛନ୍ତି, ମୋଦୀ ଆଗକୁ ମଧ୍ୟ ସରକାର ଗଢ଼ନ୍ତୁ। ଏହି ଓଡ଼ିଶାରେ ବଡ଼ସଂଖ୍ୟାରେ ଗରିବୀ ଦେଖାଯାଉଥିଲା। କିନ୍ତୁ ପୂର୍ବ ତୁଳନାରେ ଏବେ ପରିବର୍ତ୍ତନ ଦେଖାଯାଉଛି। ସମସ୍ତଙ୍କୁ ଖାଦ୍ୟ, ବସ୍ତ୍ର ଓ ବାସଗୃହ ହେବାର ଅଛି। ସମସ୍ତଙ୍କୁ ଶୌଚାଳୟ ଓ ଗ୍ୟାସ ମଧ୍ୟ ଦରକାର ଅଛି।

ରାଜନାଥ କହିଛିନ୍ତି, ଆମେ ଯାହା କହୁ, ତାହା କରୁ। ଏହା ଆମ ଚରିତ୍ର। ଆମେ ୩୭୦ ହଟାଇବୁ କହିଥିଲୁ, ହଟାଇଲୁ। ରାମ ମନ୍ଦିର ନିର୍ମାଣ କରିବାକୁ କହିଥିଲୁ, କରିଲୁ। ଆମ ସରକାର ଆସିବା ପରେ ଆତଙ୍କବାଦୀ ଆକ୍ରମଣ କମିଛି ଦେଶ ଦ୍ରୁତ ଗତିରେ ଆଗକୁ ବଢୁଛି। ଓଡ଼ିଶାରେ ୫୦ ବର୍ଷ କଂଗ୍ରେସ ସରକାର ଓ ୨୫ ବର୍ଷ ବିଜେଡି ସରକାର ଦେଖିଲେ। ଏଥର ଓଡ଼ିଶାରେ ବିଜେପିକୁ କ୍ଷମତାକୁ ଆଣନ୍ତୁ। ପୂର୍ବରୁ ପ୍ରତିରକ୍ଷା ମନ୍ତ୍ରୀ କହିଥିଲେ, ଏହା ହେଉଛି ଜଗନ୍ନାଥଙ୍କ ମାଟି। ମହାପ୍ରଭୁଙ୍କ ପ୍ରତି ପୂରା ବିଶ୍ବର ଜନତାଙ୍କ ଗଭୀର ଶ୍ରଦ୍ଧା ରହିଛି। ଏଭଳି ମାଟିର ଜନତା ମୋର ଭବ୍ୟ ସ୍ବାଗତ କରିଛନ୍ତି। ମୁଁ ମଧ୍ୟ ଆପଣଙ୍କୁ ମୁଣ୍ଡ ନୂଆଇଁ ସ୍ବାଗତ କରୁଛି।

Previous Post

ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ ଦାଖଲ ପାଇଁ ନିର୍ଦ୍ଦେଶ

Next Post

ଭୁବନେଶ୍ବର ବିମାନବନ୍ଦରରେ ପୁଣି ସୁନା ଜବତ

FNN WEB

FNN WEB

Next Post
ଭୁବନେଶ୍ବର ବିମାନବନ୍ଦରରେ ପୁଣି ସୁନା ଜବତ

ଭୁବନେଶ୍ବର ବିମାନବନ୍ଦରରେ ପୁଣି ସୁନା ଜବତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.