• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସାଇବର ଅପରାଧ ରୋକିବାକୁ ସଚେତନତା ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର: ମୁଖ୍ୟମନ୍ତ୍ରୀ

FNN WEB by FNN WEB
October 18, 2025
in ଓଡ଼ିଶା, ମୁଖ୍ୟ ଖବର
0
ସାଇବର ଅପରାଧ ରୋକିବାକୁ ସଚେତନତା ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର: ମୁଖ୍ୟମନ୍ତ୍ରୀ
0
SHARES
1
VIEWS

ସାଇବର ସୁରକ୍ଷା ସଚେତନତା ଅଭିଯାନ-୨୦୨୫ ର ଶୁଭାରମ୍ଭ, ମାସେ ବ୍ୟାପୀ ଚାଲିବ

ଭୁବନେଶ୍ୱର : ସମାଜ ପାଇଁ ଆଜି ବଡ ଚ୍ୟାଲେଞ୍ଜ ହୋଇଥିବା ସାଇବର ଅପରାଧକୁ ରୋକିବା ପାଇଁ ସଚେତନତା ହେଉଛି ସବୁଠାରୁ ବଡ ଶକ୍ତିଶାଳୀ ଅସ୍ତ୍ର ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାଇବର ସୁରକ୍ଷା ସଚେତନତା ଅଭିଯାନ ୨୦୨୫ର ଶୁଭାରମ୍ଭ ଅବସରରେ କହିଛନ୍ତି । ସୂଚନାଯୋଗ୍ୟ ଯେ, ଏହି ଅଭିଯାନରେ ଏକ ମାସବ୍ୟାପୀ ନୂଆପଡା ଜିଲ୍ଲା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲା ଗୁଡିକରେ ସଚେତନତା ରଥ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ମାଧ୍ୟମରେ ଜନସାଧାରଣଙ୍କୁ ସାଇବର ସୁରକ୍ଷା ସମ୍ପର୍କିତ ସଚେତନ କରାଯିବ ।

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ଆୟୋଜିତ ଏହି ରାଜ୍ୟ ସ୍ତରୀୟ ସଚେତନତା ଅଭିଯାନ ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦେଶର ପ୍ରାୟ ୮୨ କୋଟି ଲୋକ ଅର୍ଥାତ ୫୫ ପ୍ରତିଶତ ଲୋକ ଆଜି ଇଣ୍ଟରନେଟ୍ ବ୍ୟବହାର କରୁଛନ୍ତି। ବିଶ୍ୱରେ ଇଣ୍ଟରନେଟ୍ ବ୍ୟବହାର କ୍ଷେତ୍ରରେ ଭାରତର ସ୍ଥାନ ଦ୍ୱିତୀୟ ରହିଛି। ଆମ ଦୈନନ୍ଦିନ ଜୀବନରେ ଆମେ ସମସ୍ତେ ଡିଜିଟାଲ୍ ବ୍ୟବସ୍ଥା ସହିତ ସମ୍ପୂର୍ଣ୍ଣ ରୂପେ ନିର୍ଭରଶୀଳ ହୋଇଯାଇଛୁ। ଇଣ୍ଟରନେଟ୍ ଓ ଟେକ୍ନୋଲୋଜି ଆମ ପାଇଁ ଅପରିହାର୍ଯ୍ୟ ହୋଇପଡିଛି। ଆଜି ଇଣ୍ଟରନେଟ୍ ବ୍ୟବହାରୀକାରୀଙ୍କୁ ସାଇବର ଅପରାଧ, ଅନଲାଇନ ଠକେଇ ଭଳି ଅପରାଧର ଶୀକାର ହେବାକୁ ପଡୁଛି। ଏହି ଅପରାଧକୁ ରୋକିବା ପାଇଁ ଆମ ସରକାର ସବୁବେଳେ ଗୁରୁତ୍ୱ ଦେଉଛନ୍ତି ଏବଂ ଏଥିପାଇଁ ଆମ ସରକାର ସାଇବର ପୋଲିସଙ୍କୁ ଶକ୍ତିଶାଳୀ କରିବା, ସଚେତନତା ବୃଦ୍ଧି କରିବା ଓ ସୁରକ୍ଷିତ ଡିଜିଟାଲ ପରିବେଶ ଗଠନ କରିବା ଭଳି ପଦକ୍ଷେପମାନ ଗ୍ରହଣ କରିଛନ୍ତି।

ସାଇବର ଅପରାଧ ରୋକିବା କ୍ଷେତ୍ରରେ ଓଡିଶା ପୋଲିସକୁ ପ୍ରଶଂସାକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ନ୍ୟାସନାଲ ସାଇବର କ୍ରାଇମ ରିପୋର୍ଟିଂ ପୋର୍ଟାଲ ଏବଂ ସାଇବର ହେଲ୍ପଲାଇନ୍ ୧୯୩୦ ମାଧ୍ୟମରେ ହଜାର ହଜାର ଅଭିଯୋଗକାରୀଙ୍କୁ ସଠିକ୍ ସମୟରେ ସହାୟତା ପ୍ରଦାନ କରାଯାଇଛି । ସାଇବର ଅପରାଧକୁ ପ୍ରତିରୋଧ କରିବା ପାଇଁ ରାଜ୍ୟରେ ଖୁବଶୀଘ୍ର ଆଉ ୨୦ଟି ନୂତନ ସାଇବର ଅପରାଧ ପୋଲିସ୍ ଷ୍ଟେସନ କାର୍ଯ୍ୟକ୍ଷମ ହେବ । ଏହା ସହ ପୂର୍ବରୁ ଥିବା ୧୪ଟି ସାଇବର ପୋଲିସ୍ ଷ୍ଟେସନର ଆଧୁନିକୀକରଣ ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି । ଏ କ୍ଷେତ୍ର ପାଇଁ ୧୧୨୭ଟି ନୂତନ ପୋଲିସ ପଦବୀ ସହିତ ୧୭୦ ଟେକ୍ନିକାଲ ଏକ୍ସପର୍ଟଙ୍କୁ ଖୁବଶୀଘ୍ର ନିଯୁକ୍ତି ଦିଆଯିବ । ଏଥି ସହିତ କ୍ରାଇମବ୍ରାଞ୍ଚ ଅଧୀନରେ ଏକ ରାଜ୍ୟସ୍ତରୀୟ କମାଣ୍ଡ ସେଣ୍ଟର ଗଠନ କରାଯିବ ଏବଂ ଏହି ସେଣ୍ଟରଟି ସାଇବର ଅପରାଧ ରୋକିବା କ୍ଷେତ୍ରରେ ସେଣ୍ଟର ଅଫ୍ ଏକ୍ସେଲେନ୍ସ ଭାବରେ କାର୍ଯ୍ୟ କରିବ ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ସରକାରଙ୍କ ପକ୍ଷରୁ ଏଥିପାଇଁ ବ୍ୟାପକ ପଦକ୍ଷେପ ନିଆଯାଉଛି । କିନ୍ତୁ, ଅଧିକାଂଶ ସାଇବର ଠକାମୀର ପ୍ରମୁଖ କାରଣ ହେଉଛି ସଚେତନତାର ଅଭାବ । ଏଥିପାଇଁ ଅନଲାଇନ, ଡିଜିଟାଲ ଓ ଇଣ୍ଟରନେଟ୍ ବ୍ୟବହାରକାରୀଙ୍କୁ ସତର୍କ ରହିବାକୁ ପଡିବ, ସଚେତନ ହେବାକୁ ପଡିବ । ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଓଡିଶା ପୋଲିସ ପକ୍ଷରୁ ଆଜିଠାରୁ ଏହି ସଚେତନତା ଅଭିଯାନ ଆରମ୍ଭ କରାଯାଇଛି। ସାଇବର ଠକେଇର ବିଭିନ୍ନ ଦିଗ ଉପରେ ଲୋକଙ୍କୁ ସଚେତନ କରାଯିବ । ସେଥିପାଇଁ ଏହି ଅଭିଯାନରେ ସମସ୍ତେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଥିଲେ ।
ମୁଖ୍ୟମନ୍ତ୍ରୀ ଇଣ୍ଟରନେଟ୍ ଜରିଆରେ ଝିଅ ମାନଙ୍କୁ ବ୍ଲାକମେଲିଙ୍ଗ ଓ ମାନସିକ ନିର୍ଯ୍ୟାତନା ଉପରେ କ୍ଷୋଭ ପ୍ରକାଶ କରି ଓଡିଶା ପୋଲିସକୁ ଏହି ମାନସିକତା ରଖୁଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ପଦକ୍ଷେପ ନନେଲେ ସମ୍ପୃକ୍ତ ପୋଲିସଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ ।

ମୁଖ୍ୟମନ୍ତ୍ରୀ ଏହି ଅବସରରେ ୧୬ଟି ସଚେତନତା ରଥକୁ ପତକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ରଥ ଗୁଡିକ ନୂଆପଡା ଜିଲ୍ଲାକୁ ଛାଡି ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲାରେ ଏକ ମାସ ଧରି ଲୋକଙ୍କୁ ସଚେତନ କରାଇବ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଓଡିଶା ପୋଲିସକୁ ଏହି ସଚେତନତା ମୂଳକ କାର୍ଯ୍ୟକ୍ରମ ପାଇଁ ଧନ୍ୟବାଦ ଦେଇ କହିଥିଲେ ଯେ, ସାଇବର ସୁରକ୍ଷା ବିଷୟରେ ସମସ୍ତେ ସଚେତନ ହେବା ଅତ୍ୟନ୍ତ ଜରୁରୀ । ଏହି ସଚେତନତା କାର୍ଯ୍ୟକ୍ରମ କେବଳ ଗୋଟିଏ ବିଭାଗର କାର୍ଯ୍ୟକ୍ରମରେ ସୀମିତ ନରଖି ଏହି ଆଭିମୁଖ୍ୟକୁ ସମସ୍ତେ ଆପଣେଇବା ଉଚିତ୍ । ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି ଖୁରାନିଆ କାର୍ଯ୍ୟକ୍ରମକୁ ସମସ୍ତଙ୍କୁ ସ୍ୱାଗତ କରି ସାଇବର ଅପରାଧ କ୍ଷେତ୍ରରେ ଓଡିଶା ପୋଲିସ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଓ ସଫଳତା ବିଷୟରେ ଉଲ୍ଲେଖ କରିଥିଲେ । କ୍ରାଇମବ୍ରାଞ୍ଚ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ଦୁଇଦିନିଆ କେନ୍ଦ୍ରାଞ୍ଚଳ ରାଜସ୍ୱ ସମ୍ମିଳନୀ ଉଦଘାଟିତ

Next Post

ନୂଆପଡ଼ା ଉପନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ଜୟ ଓ ଘାସିରାମ, ୨୦ରେ କରିବେ ସ୍ନେହାଙ୍ଗିନୀ

FNN WEB

FNN WEB

Next Post
ନୂଆପଡ଼ା ଉପନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ଜୟ ଓ ଘାସିରାମ, ୨୦ରେ କରିବେ ସ୍ନେହାଙ୍ଗିନୀ

ନୂଆପଡ଼ା ଉପନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ଜୟ ଓ ଘାସିରାମ, ୨୦ରେ କରିବେ ସ୍ନେହାଙ୍ଗିନୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.