• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମାଡି ଆସୁଛି ବାତ୍ୟା! ୭ ଜିଲାକୁ ଓ୍ବାର୍ନିଂ

FNN WEB by FNN WEB
October 24, 2025
in ଓଡ଼ିଶା, ମୁଖ୍ୟ ଖବର
0
ମାଡି ଆସୁଛି ବାତ୍ୟା! ୭ ଜିଲାକୁ ଓ୍ବାର୍ନିଂ
0
SHARES
0
VIEWS

ଭୁବନେଶ୍ୱର : ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ ଏବଂ ୨୬ ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବାର ଆଶଙ୍କା କରାଯାଉଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୭ ତାରିଖ ସକାଳେ ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଏବେ ଲଘୁଚାପ ଧୀରେ ଧୀରେ ଉତ୍ତର-ପଶ୍ଚିମ ଉତ୍ତର ଦିଗରେ ଗତି କରୁଛି। ଘଣ୍ଟା ପ୍ରତି ୩ କିମି ବେଗରେ ଗତି କରୁଛି। ବଙ୍ଗୋପସାଗରରେ ବଳ ଗୋଟାଉଛି। ବାତ୍ୟା ପାଇଁ ରହିଛି ଅନୁକୂଳ ପାଗ । ୨୭ରୁ ୨୯ ତାରିଖ ଯାଏ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। କିନ୍ତୁ ପବନର ଆଶଙ୍କା କମ୍ ଥିବା କୁହାଯାଉଛି। ତେବେ ବାତ୍ୟା କେଉଁଠି ମାଡ଼ ହେବ, ସେନେଇ ଏବେ ଯାଏ କୌଣସି ସୂଚନା ମିଳିନାହିଁ।

ଏହି ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ଆଜିଠାରୁ ଦକ୍ଷିଣ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ତେବେ, ଅକ୍ଟୋବର ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ବିଶେଷକରି ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଜିଲା ଯଥା- ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ମତ୍ସ୍ୟଜୀବୀମାନଙ୍କୁ ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ହୋଇଥିବାରୁ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ସ୍ବାସ୍ଥ୍ୟ ଏବଂ ପଶୁ ସମ୍ପଦ ବିଭାଗକୁ ସଜାଗ ରହିବାକୁ ଆଲର୍ଟ କରାଯାଇଛି।

ଭାରତୀୟ ପାଣିପାଗ ବିଭାଗ ବାତ୍ୟା ଓ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି। ଓଡ଼ିଶା ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିସନ (ଏସ୍‌ଆରସି) ପକ୍ଷରୁ ମଧ୍ୟ ରାଜ୍ୟବାସୀଙ୍କ ପାଇଁ ଚେତାବନୀ ଜାରି କରାଯାଇଛି। ଏସ୍‌ଆରସି ପକ୍ଷରୁ କୁହାଯାଇଛି ଯେ, ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକୁ ଅଧିକ ସତର୍କ ରହିବାକୁ ହେବ। ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ପଡ଼ିବ। କୁଆପଥର ମାଡ଼ ଓ ବଜ୍ରପାତରୁ ନିଜକୁ ସୁରକ୍ଷା କରିବା ପାଇଁ ସୁରକ୍ଷିତ ସ୍ଥାନକୁ ଆଶ୍ରୟସ୍ଥଳୀ ଭାବେ ବାଛନ୍ତୁ। ଅକ୍ଟୋବର ୨୬ ତାରିଖ ଠାରୁ ୨୯ ପର୍ଯ୍ୟନ୍ତ ସମୁଦ୍ର ଅସ୍ଥିର ରହିବ। ସମ୍ଭାବିତ ବାତ୍ୟା ସମୟରେ ଅକ୍ଟୋବର ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ ପବନର ବେଗ ଘଣ୍ଟା ପିଛା ୩୫ରୁ ୬୦ କିମି ରହିବ। ଏହା ଘଣ୍ଟା ପିଛା ସର୍ବାଧିକ ୭୦କିମି ହୋଇପାରେ।

Previous Post

ଗ୍ଲୋବାଲ୍‌ ହବ୍‌ ହେବାପାଇଁ ଓଡ଼ିଶା ବର୍ତ୍ତମାନ ସମ୍ପୂର୍ଣ୍ଣ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

Next Post

ରାଜ୍ୟସ୍ତରୀୟ ବାର୍ଷିକ ରବି ସମ୍ମିଳନୀ ୨୦୨୫-୨୬ ଅନୁଷ୍ଠିତ

FNN WEB

FNN WEB

Next Post
ରାଜ୍ୟସ୍ତରୀୟ ବାର୍ଷିକ ରବି ସମ୍ମିଳନୀ ୨୦୨୫-୨୬ ଅନୁଷ୍ଠିତ

ରାଜ୍ୟସ୍ତରୀୟ ବାର୍ଷିକ ରବି ସମ୍ମିଳନୀ ୨୦୨୫-୨୬ ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.