• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘କଳାମଣ୍ଡଳ’ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
October 24, 2025
in ଓଡ଼ିଶା, ମୁଖ୍ୟ ଖବର
0
‘କଳାମଣ୍ଡଳ’ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
0
SHARES
3
VIEWS

୧୭୩ କୋଟି ବ୍ୟୟରେ ନିର୍ମାଣ ହେଉଛି ରାଜ୍ୟର ସର୍ବବୃହତ ପ୍ରେକ୍ଷାଳୟ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଲୋକସେବା ଭବନରେ ଭୁବନେଶ୍ୱରରେ ନିର୍ମାଣାଧୀନ ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିସହିତ କେନ୍ଦୁଝର ଜିଲ୍ଲାରେ କ୍ରୀଡା ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ, ଭୁବନେଶ୍ୱରର ସୈନିକ ସ୍କୁଲ ନିକଟରେ ୯.୮୫ ଏକର ଜମି ଉପରେ ୧୭୩ କୋଟି ଟଙ୍କା ବ୍ୟୟରେ ଓଡ଼ିଶାର ସର୍ବବୃହତ ଏହି ପ୍ରେକ୍ଷାଳୟ ଇଡ୍‌କୋ ପକ୍ଷରୁ ନିର୍ମାଣ କରାଯାଉଛି।

୨୦୦୦ ଆସନ ବିଶିଷ୍ଟ ପ୍ରେକ୍ଷାଳୟ ସହିତ ୫୦୦ ସିଟ୍ ବିଶିଷ୍ଟ ଏକ ଓପନ୍ ଏୟାର ଥିଏଟର୍‌ ମଧ୍ୟ ଏହି ପରିସର ମଧ୍ୟରେ ରହିବ। ମୁଖ୍ୟମନ୍ତ୍ରୀ ଏହାର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ୨୦୨୬ ମେ ମାସ ସୁଦ୍ଧା ସମ୍ପୂର୍ଣ୍ଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱରରେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଓ ସଭାସମିତି ଆୟୋଜନ କରିବା ପାଇଁ ଏହି ପ୍ରେକ୍ଷାଳୟଟି ଅତ୍ୟନ୍ତ ଉପଯୋଗୀ ହେବ। ଭବିଷ୍ୟତକୁ ଦୃଷ୍ଟିରେ ରଖି ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ଏହି ‘କଳାମଣ୍ଡଳ’ ପରିସରରେ ଉପଲବ୍‌ଧ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥି ସହିତ ପର୍ଯ୍ୟାପ୍ତ ପାର୍କିଂ ସୁବିଧା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ।

ସେହିଭଳି କେନ୍ଦୁଝର ଜିଲ୍ଲାରେ ପ୍ରସ୍ତାବିତ ୬ଟି ଗୁରୁତ୍ୱପୂର୍ଣ୍ଣ କ୍ରୀଡ଼ା ପ୍ରକଳ୍ପର ବିକାଶ ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। କେନ୍ଦୁଝରର ରାଙ୍କୀ ଓ ରାଇକଳା ଠାରେ ଦୁଇଟି ଅତ୍ୟାଧୁନିକ ସ୍ପୋର୍ଟ୍ସ କମ୍ପ୍ଲେକ୍ସ, କାଳୀ ପଡ଼ିଆରେ ଏକ ଫୁଟବଲ ଷ୍ଟାଡ଼ିଅମ୍ ସହିତ ଇନଡୋର ଓ ଆଉଟଡୋର ଗେମ୍‌’ର ସୁବିଧା, ଡିଏନ୍ ହାଇସ୍କୁଲ ପରିସରରେ ଏକ ଅତ୍ୟାଧୁନିକ ସ୍ୱିମିଂ ପୁଲ, ନରଣପୁରରେ ଆର୍ଚେରୀ ଏକାଡେମୀ ଏବଂ କେନ୍ଦୁଝରରେ ୧୦୦ ଶଯ୍ୟା ବିଶିଷ୍ଟ ହ୍ୟାଣ୍ଡବଲ କ୍ରୀଡା ଛାତ୍ରାବାସ ନିର୍ମାଣ କରାଯିବ ବୋଲି ବୈଠକରେ ଆଲୋଚନା ହୋଇଥିଲା।

ବୈଠକରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜିବ ମିଶ୍ର, କ୍ରୀଡା ବିଭାଗର କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଯାଦବ, ସଂସ୍କୃତି ବିଭାଗର ଶାସନ ସଚିବ ବିଜୟ କେତନ ଉପାଧ୍ୟାୟ, କ୍ରୀଡା ନିର୍ଦ୍ଦେଶକ ଡଃ ଏଦୁଲା ବିଜୟ ଏବଂ ଉଭୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Previous Post

ରାଜ୍ୟସ୍ତରୀୟ ବାର୍ଷିକ ରବି ସମ୍ମିଳନୀ ୨୦୨୫-୨୬ ଅନୁଷ୍ଠିତ

Next Post

ଦୁର୍ଘଟଣା ପରେ ଆନ୍ଧ୍ରରେ ଜଳିଗଲା ଓଡ଼ିଶା ବସ୍‌: ୨୦ ଜୀବନ୍ତ ଦଗ୍ଧ

FNN WEB

FNN WEB

Next Post
ଦୁର୍ଘଟଣା ପରେ ଆନ୍ଧ୍ରରେ ଜଳିଗଲା ଓଡ଼ିଶା ବସ୍‌: ୨୦ ଜୀବନ୍ତ ଦଗ୍ଧ

ଦୁର୍ଘଟଣା ପରେ ଆନ୍ଧ୍ରରେ ଜଳିଗଲା ଓଡ଼ିଶା ବସ୍‌: ୨୦ ଜୀବନ୍ତ ଦଗ୍ଧ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.