• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ

FNN WEB by FNN WEB
October 27, 2025
in ଓଡ଼ିଶା, ମୁଖ୍ୟ ଖବର
0
ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ
0
SHARES
0
VIEWS


୧୪୦ଟି ଓଡ୍ରାଫ୍‌, ଏନ୍‌ଡିଆରଏଫ୍‌ ଓ ଅଗ୍ନିଶମ ବିଭାଗର ଦଳ ମୁତୟନ
ସମସ୍ତ ବିଭାଗର ସଚିବଙ୍କ ସହ ବାତ୍ୟା ପୂର୍ବପ୍ରସ୍ତୁତି ନେଇ ଆଲୋଚନା
ଭୁବନେଶ୍ୱର : ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ବାତ୍ୟା ‘ମୋନ୍ଥା’ ବର୍ତ୍ତମାନ ଦକ୍ଷିଣ-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ କେନ୍ଦ୍ରୀଭୂତ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ୧୮ କିଲୋମିଟର ବେଗରେ ଗତି କରୁଛି । ଏହା ଅକେଫାବର ୨୮ ତାରିଖ ସକାଳ ସୁଦ୍ଧା ଗଭୀର ଅବପାତରେ ପରିଣତ ହୋଇ ସେହିଦିନ ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ଆନ୍ଧ୍ରପ୍ରଦେଶ ଉପକୂଳ ମଛଲିପଟନମ୍‌-କଳିଙ୍ଗ ପଟନମ୍‌ ମଧ୍ୟରେ ଅତିକ୍ରମ କରିବାର ସମ୍ଭାବନା ରହିଛି । ସେତେବେଳେ ବାତ୍ୟାର ବେଗ ଘଣ୍ଟା ପ୍ରତି ୯୦ରୁ ୧୧୦ କିଲୋମିଟର ରହିବ ବୋଲି ଅନୁମାନ କରାଯାଉଛି । ଏହାର ପ୍ରଭାବରେ ଓଡ଼ିଶାର ୮ଟି ଜିଲ୍ଲା ସଂପୂର୍ଣ୍ଣ ଭାବେ ପ୍ରଭାବିତ ହେବ । ଆଜି ଏହି ମର୍ମରେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ଦେଓରଞ୍ଜନ କୁମାର ସିଂ, ଅଗ୍ନିଶମ ଡି.ଜି. ଶ୍ରୀ ସୁଧାଂଶୁ ଷଡଙ୍ଗୀଙ୍କ ସମେତ ଅନ୍ୟ ସମସ୍ତ ବିଭାଗର ଶାସନ ସଚିବ, ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ବାତ୍ୟା ପ୍ରସ୍ତୁତି ସଂପର୍କରେ ବିଶଦ ଭାବେ ଆଲୋଚନା କରିଛନ୍ତି । ଏହି ବିଭାଗଗୁଡ଼ିକ ସେମାନଙ୍କର ଜିଲ୍ଲାୱାରୀ ସମୀକ୍ଷା ବୈଠକ ଓ ବାତ୍ୟା ପୂର୍ବପ୍ରସ୍ତୁତି ସଂପର୍କରେ ରାଜସ୍ୱ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ।

ବୈଠକ ପରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ରାଜସ୍ୱ ମନ୍ତ୍ରୀ ଶ୍ରୀ ପୂଜାରୀ କହିଲେ ଯେ ବାତ୍ୟା ପ୍ରସ୍ତୁତି ନେଇ ତଟରକ୍ଷୀ ବାହିନୀ ସହିତ ମଧ୍ୟ ଆଲୋଚନା ହୋଇଛି । ସମୁଦ୍ର ମଧ୍ୟରେ ରହିଯାଇଥିବା ଟ୍ରଲରଗୁଡ଼ିକୁ ସୁରକ୍ଷିତ ଭାବରେ କୂଳକୁ ଆଣିବା ପାଇଁ ବ୍ୟବସ୍ଥା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସର୍ବାଧିକ ପ୍ରଭାବିତ ଆଶଙ୍କା ଥିବା ୮ଟି ଜିଲ୍ଲାରେ ୧୪୦ଟି ଓଡ୍ରାଫ୍‌, ଏନ୍‌ଡିଆରଏଫ୍‌ ଓ ଅଗ୍ନିଶମ ବିଭାଗର ଦଳ ମୁତୟନ ହୋଇଛନ୍ତି । ସବୁ ଜିଲ୍ଲାରେ ବରିଷ୍ଠ ଅଧିକାରୀମାନଙ୍କୁ ବାତ୍ୟା ପରିଚାଳନାର ଦାୟିତ୍ୱ ଦିଆଯାଇଛି । ବାତ୍ୟା ପରବର୍ତ୍ତୀ ସମୟରେ ଯଦି ବିଦୁ୍ୟତ ସେବାରେ ବ୍ୟାଘାତ ହୁଏ, ତେବେ ୨୪ ଘଣ୍ଟା ମଧ୍ୟରେ ଏହାକୁ ପୁନସଂସ୍ଥାପନ କରିବାକୁ ବ୍ୟବସ୍ଥା କରାଯାଇଛି । ବର୍ତ୍ତମାନ ସୁଦ୍ଧା ୮ଟି ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲାର ୧୪୪୫ଟି ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରାୟ ୩ ହଜାର ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି ଏବଂ ୩୨ ହଜାର ୫୨୮ ଜଣ ଲୋକଙ୍କୁ ନିରାପଦ ଭାବେ ସ୍ଥାନାନ୍ତର କରାଯିବାର ଲକ୍ଷ୍ୟ ରଖାଯାଇଛି । ଆଶ୍ରୟସ୍ଥଳୀମାନଙ୍କରେ ଆବଶ୍ୟକତା ଅନୁଯାୟୀ ଶୁଖିଲା ଖାଦ୍ୟ ସହ ରନ୍ଧାଖାଦ୍ୟର ବ୍ୟବସ୍ଥା କରାଯାଇଛି । ସେହିପରି ବର୍ତ୍ତମାନ ସୁଦ୍ଧା ୧୪୯୬ ଆସନ୍ନ ପ୍ରସବା ମହିଳାଙ୍କୁ ସ୍ଥାନୀୟ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଥିବାବେଳେ ଆହୁରି ୭୬୦ ଜଣ ମହିଳାଙ୍କୁ ସ୍ଥାନାନ୍ତର ପାଇଁ ପ୍ରସ୍ତୁତି ଚାଲିଛି ।

ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁଲା ପରେ ଛତିଶଗଡ଼ ଆଡ଼କୁ ମୁହାଁଇବାର ସମ୍ଭାବନା ରହିଛି । ଫଳରେ ଛତିଶଗଡ଼ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ । ଏଥି ପାଇଁ ପୂର୍ବ ପ୍ରସ୍ତୁତି ଅନୁଯାୟୀ ହୀରାକୁଦ ବନ୍ଧର ଜଳ ପରିଚାଳନାକୁ ନିୟନ୍ତ୍ରିତ କରାଯାଉଛି । ସରକାର ଜନଜୀବନ ହାନୀ ନହେବା ଉପରେ ସର୍ବାଧିକ ଗୁରୁତ୍ୱାରୋପ କରୁଛନ୍ତି । ଏଥି ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି । ଗୃହପାଳିତ ପଶୁମାନଙ୍କୁ ସୁରକ୍ଷିତ ରଖିବା ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି । ବର୍ତ୍ତମାନ କୋରାପୁଟ ଓ ଗଜପତିରେ ସାଧାରଣ ଭାବେ ବର୍ଷା ହେଉଥିବା ବେଳେ ଅନ୍ୟ ୬ଟି ଜିଲ୍ଲାରେ ପାଗ ମେଘୁଆ ରହିଛି । ୨୮ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ଆସିପାରେ । ୨୯ ଓ ୩୦ ତାରିଖ ବେଳକୁ ବର୍ଷାର ପରିମାଣ ବୃଦ୍ଧି ପାଇପାରେ ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି । ଏହି ଅବସରରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ସିଂ କହିଲେ ଯେ ଆଜି ସମସ୍ତ ବିଭାଗର ସଚିବ ଓ ଜିଲ୍ଲାପାଳମାନଙ୍କ ସହିତ ବାତ୍ୟା ପୂର୍ବପ୍ରସ୍ତୁତି ସଂପର୍କରେ ବିଶଦ ଭାବେ ଆଲୋଚନା ହୋଇଛି । ବାତ୍ୟା ପ୍ରଭାବିତ ଆଶଙ୍କା ଥିବା ସ୍ଥାନରୁ ଜନସାଧାରଣଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବା ଉପରେ ଗୁରୁତ୍ୱ ଦିଆଯାଇଛି । ଗର୍ଭବତୀ ମହିଳାମାନଙ୍କୁ ମଧ୍ୟ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଛି । ପୂର୍ବାନୁମାନ ଅପେକ୍ଷା ବାତ୍ୟାର ପ୍ରଭାବ କମ ରହିବ । ଏଣୁ ଏ ନେଇ କୌଣସି ପ୍ରକାର ଆତଙ୍କିତ ନହେବାକୁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି ।

Previous Post

ସମ୍ଭାବ୍ୟ ବାତ୍ୟା “ମୋନ୍ଥା”କୁ ଦୃଷ୍ଟିରେ ରଖି କୃଷି ବିଭାଗର ପ୍ରସ୍ତୁତି ବୈଠକ

Next Post

ଇଣ୍ଡିଆ ମାରିଟାଇମ୍‌ ୱିକ୍‌ ପ୍ରଦର୍ଶନୀ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଇଣ୍ଡିଆ ମାରିଟାଇମ୍‌ ୱିକ୍‌ ପ୍ରଦର୍ଶନୀ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆ ମାରିଟାଇମ୍‌ ୱିକ୍‌ ପ୍ରଦର୍ଶନୀ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.