• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବାତ୍ୟା ପରବର୍ତ୍ତୀ ପରିସ୍ଥିତି ସମ୍ପର୍କିତ ସମୀକ୍ଷା ବୈଠକ: ଆସନ୍ତାକାଲିଠୁ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ

FNN WEB by FNN WEB
October 29, 2025
in ଓଡ଼ିଶା, ମୁଖ୍ୟ ଖବର
0
ବାତ୍ୟା ପରବର୍ତ୍ତୀ ପରିସ୍ଥିତି ସମ୍ପର୍କିତ ସମୀକ୍ଷା ବୈଠକ: ଆସନ୍ତାକାଲିଠୁ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ
0
SHARES
1
VIEWS

ଭୁବନେଶ୍ୱର: ଆଜି ରାଜସ୍ୱ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ପରବର୍ତ୍ତୀ ସ୍ଥିତି ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ଦେଓରଞ୍ଜନ କୁମାର ସିଂହ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ରହି ବାତ୍ୟା ପରବର୍ତ୍ତୀ ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ । ବୈଠକ ପରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ପୂଜାରୀ କହିଲେ ଯେ ୧୯୯୯ ମସିହା ଅକେଫାବର ମାସ ୨୯ ତାରିଖ ଆଜିର ଦିନରେ ସୁପର ସାଇକ୍ଲୋନ୍‌ ଓଡ଼ିଶାରେ ତାଣ୍ଡବ ରଚାଇଥିଲା । ଏଥିରେ ବ୍ୟାପକ ଧନଜୀବନ ହାନି ସହ ବହୁ କ୍ଷତି ମଧ୍ୟ ହୋଇଥିଲା । କିନ୍ତୁ, ବର୍ତ୍ତମାନ ଭାରତୀୟ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ବାତ୍ୟା ମୋନ୍ଥା ପୂର୍ବରୁ ସରକାର ବ୍ୟାପକ ପ୍ରସ୍ତୁତି କରିଥିଲେ । ଏହା ଖୁବ୍‌ କ୍ରିୟାଶୀଳ ହୋଇଥିଲା ଓ ଗଣମାଧ୍ୟମ ମଧ୍ୟ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବହ କରିଥିଲେ । ସୌଭାଗ୍ୟର କଥା ହେଉଛି ଯେ ସାଧାରଣ ଲୋକ ଏହି ବାତ୍ୟାକୁ ନେଇ ଚିନ୍ତିତ ଥିଲାବେଳେ ଏହାର ସେଭଳି କୌଣସି ପ୍ରଭାବ ପଡ଼ିନାହିଁ । ଶେଷ ମୁହୂର୍ତ୍ତରେ ବାତ୍ୟା ଏହାର ଦିଗ ବଦଳାଇଲା ।

ମନ୍ତ୍ରୀ ଶ୍ରୀ ପୂଜାରୀ ପୁଣି କହିଛନ୍ତି ଯେ ସରକାର ବାତ୍ୟା ପୂର୍ବରୁ ବିଭିନ୍ନ ବିଭାଗ ସହ ସମନ୍ୱୟ ରକ୍ଷା କରି ପ୍ରାକ୍‌ ପ୍ରସ୍ତୁତି ଚଳାଇଥିଲେ । ଏହି ସବୁ ବିଭାଗ ଜିଲ୍ଲାୱାରୀ ପ୍ରସ୍ତୁତି ସହ ତୃଣମୂଳ ସ୍ତରରେ କିପରି ବାତ୍ୟାର ମୁକାବିଲା କରାଯାଇପାରିବ ସେ ସମ୍ପର୍କରେ ବିଶଦ ଭାବେ ଯୋଜନା ପ୍ରସ୍ତୁତ କରି ପଦକ୍ଷେପ ନେଇଥିଲେ । ବର୍ତ୍ତମାନ ରାଜ୍ୟର ବିଭିନ୍ନ ଜଳଭଣ୍ଡାରରେ ୮୮ ପ୍ରତିଶତ ଜନସଂଚୟ ହୋଇ ରହିଥିବାବେଳେ ବର୍ଷାକୁ ଆଖି ଆଗରେ ରଖି ସେହିସବୁ ସ୍ଥାନରେ ଜଳ ପରିଚାଳନାର ବ୍ୟବସ୍ଥା କରାଯାଉଛି ।
ବାତ୍ୟା ମୋନ୍ଥା ପରିଚାଳନା କରିବା ପାଇଁ ୩୩ଟି ଓଡ୍ରାଫ୍‌ ଦଳ, ୫ଟି ଏନ୍‌ଡିଆର୍‌ଏଫ୍‌, ୧୩୩ଟି ଅଗ୍ନିଶମ ବାହିନୀଙ୍କୁ ମିଶାଇ ମୋଟ ୧୬୧ଟି ଦଳ ନିୟୋଜିତ ହୋଇଥିଲେ । ୨୧୬୪ଟି ବାତ୍ୟା/ବନ୍ୟା ଆଶ୍ରୟ ସ୍ଥଳୀକୁ ଚିହ୍ନଟ କରାଯାଇ ୧୮୭୩୨ ଜଣ ଲୋକଙ୍କୁ ନିରାପଦ ଭାବରେ ସ୍ଥାନାନ୍ତର କରାଯାଇଥିବାବେଳେ ସେମାନଙ୍କ ପାଇଁ ସମସ୍ତ ପ୍ରକାର ସୁବିଧାର ବ୍ୟବସ୍ଥା କରାଯାଇଥିଲା । ଏତଦ୍‌ବ୍ୟତୀତ ୨୧୯୮ ଜଣ ଆସନ୍ନ ପ୍ରସବା ମହିଳାମାନଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟ କେନ୍ଦ୍ର ଓ ମା’ଗୃହକୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଥିଲା । ଏବେ ସେମାନେ ସେଠାରେ ସୁରକ୍ଷିତ ଅଛନ୍ତି ଏବଂ କେତେକ ମାତୃତ୍ୱ ଲାଭ କରିଛନ୍ତି । ବାତ୍ୟା ପ୍ରଭାବିତ ଆଶଙ୍କା ଥିବା ଅଞ୍ଚଳରେ ୬୦ଟି ଡାକ୍ତରୀ ଦଳ ନିୟୋଜିତ କରାଯାଇଥିବାବେଳେ ପ୍ରାଣୀସମ୍ପଦର ସୁରକ୍ଷା ପାଇଁ ୩୫ଟି ପଶୁଚିକିତ୍ସା ଦଳ ନିୟୋଜିତ ହୋଇଥିଲେ । ଏହି ବାତ୍ୟାରେ ୩୩ଟି ବ୍ଲକ୍‌, ୧୧ଟି ସହରାଞ୍ଚଳ ଓ ୩୫୮ଟି ଗ୍ରାମ ପ୍ରଭାବିତ ହୋଇଛି । ୩୬୨ଟି ରନ୍ଧାଖାଦ୍ୟ କେନ୍ଦ୍ର ଖୋଲାଯାଇ ୧୮୭୩୨ ଜଣ ପ୍ରଭାବିତ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି ।

ଶକ୍ତି ବିଭାଗ ପକ୍ଷରୁ ବାତ୍ୟା ସମୟରେ ନିରବଚ୍ଛିନ୍ନ ବିଦୁ୍ୟତ ସେବା ଯୋଗାଇଦେବା ପାଇଁ ପୂର୍ବ ପ୍ରସ୍ତୁତି କରାଯାଇଥିଲା ଏବଂ ଯେଉଁ ସ୍ଥାନରେ ବିଦୁ୍ୟତ ସରବରାହରେ ବ୍ୟାଘାତ ସୃଷ୍ଟି ହୋଇଥିଲା ସେସବୁକୁ ପୁନଃସଂସ୍ଥାପିତ ଓ ସ୍ୱାଭାବିକ କରାଯାଇପାରିଛି । ଯେଉଁଠାରେ ଗଛପଡ଼ି ରାସ୍ତା ଅବରୋଧ ହୋଇଥିଲା, ସେଠାରେ ତୁରନ୍ତ ଗଛ କାଟି ରାସ୍ତା ସଫା କରାଯାଇଛି । ୩୧ ତାରିଖ ବେଳକୁ ପରିସ୍ଥିତି ସ୍ୱାଭାବିକ ହୋଇଯିବ । ୩୦.୧୦.୨୦୨୫ ପରଠାରୁ କ୍ଷୟକ୍ଷତିର ଆକଳନ କରାଯାଇ ଆବଶ୍ୟକୀୟ ସରକାରୀ ସହାୟତା ପ୍ରଦାନ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି । ଗତ ୨୪ ଘଣ୍ଟାରେ ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକ୍‌ରେ ସର୍ବାଧିକ ୧୫୦.୫ ମିମି ବର୍ଷା ରେକର୍ଡ କରାଯାଇଛି । ଗଜପତି ଜିଲ୍ଲାର ଦୁଇଟି ବ୍ଲକ୍‌ ଯଥା- ରାୟଗଡ଼ରେ ୧୧୯.୮ ମିମି, ମୋହନାରେ ୧୦୬ ମିମି, ଗଞ୍ଜାମ ଜିଲ୍ଲାର ପାତ୍ରପୁର ବ୍ଲକ୍‌ରେ ୧୧୭.୪ ମିମି, ମୟୂରଭଞ୍ଜର ଉଦଳା ବ୍ଲକ୍‌ରେ ୧୦୫ ମିମି ବର୍ଷା ରେକର୍ଡ କରାଯାଇଛି, ଯାହାକି ୧୦୦ ମିମିରୁ ଅଧିକ । ଏହା ବ୍ୟତୀତ ୫୬ଟି ବ୍ଲକ୍‌ ଏବଂ ସହରାଞ୍ଚଳରେ ୫୦ ମିମିରୁ ୧୦୦ ମିମି ପର୍ଯ୍ୟନ୍ତ ବର୍ଷା ରେକର୍ଡ କରାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ ପ୍ରକାଶ କରିଛନ୍ତି । ଏହି ଅବସରରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ସିଂ କହିଲେ ଯେ ସରକାର ବାତ୍ୟା ପୂର୍ବରୁ ସମସ୍ତ ପ୍ରକାର ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଥିଲେ । ନିୟମିତ ଭାବେ ଜିଲ୍ଲାପାଳ ଓ ସମସ୍ତ ବିଭାଗର ସଚିବମାନଙ୍କ ସହିତ ବୈଠକ କରି ଏହି ପୂର୍ବପ୍ରସ୍ତୁତିର ସମୀକ୍ଷା କରିଥିଲେ । ଫଳରେ ଧନଜୀବନ ହାନୀ ରୋକାଯାଇପାରିଛି ।

Previous Post

ଲ୍ୟାଣ୍ଡଫଲ୍ କଲା ‘ମୋନ୍ଥା’ : ପବନ ଓ ବର୍ଷା ତାଣ୍ଡବରେ ଥରିଲା କାକିନାଡ଼ା

Next Post

କିଶୋରୀ-କିଶୋର ସମାବେଶ ଉଦ୍‌ଯାପିତ

FNN WEB

FNN WEB

Next Post
କିଶୋରୀ-କିଶୋର ସମାବେଶ ଉଦ୍‌ଯାପିତ

କିଶୋରୀ-କିଶୋର ସମାବେଶ ଉଦ୍‌ଯାପିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.