• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଜେଡିକୁ ଧକ୍କା: ବିଜେପିରେ ଯୋଗଦେଲେ ଅମର ପଟ୍ଟନାୟକ

FNN WEB by FNN WEB
November 3, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିଜେଡିକୁ ଧକ୍କା: ବିଜେପିରେ ଯୋଗଦେଲେ ଅମର ପଟ୍ଟନାୟକ
0
SHARES
1
VIEWS


ଭୁବନେଶ୍ବର: ବିଜେଡିକୁ ଶକ୍ତ ଧକ୍କା। ପଦ୍ମ ଧରିଲେ ଅମର ପଟ୍ଟନାୟକ। ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଆଇଟି ସେଲ୍ ଅଧ୍ୟକ୍ଷ ଓ ପୂର୍ବତନ ରାଜ୍ୟସଭା ସାଂସଦ ଓ ଦଳର ମୁଖପାତ୍ର ଅମର ପଟ୍ଟନାୟକ ଆଜି ବିଜେପିରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ୍ ସିଂ ତୋମର ପ୍ରମୁଖଙ୍କ ଉପସ୍ଥିତିରେ ଅମର ପଟ୍ଟନାୟକ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ପ୍ରଭାରୀ ବିଜୟ ସିଂ ତୋମର ଅମର ପଟ୍ଟନାୟକଙ୍କୁ ଦଳର ଟୋପି ପିନ୍ଧାଇ ଦଳକୁ ସ୍ବାଗତ କରିଛନ୍ତି। ଦଳର ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି, ବରିଷ୍ଠ ନେତ୍ରୀ ପିଙ୍କି ପ୍ରଧାନ ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ।

ବିଜେପିର କାର୍ଯ୍ୟଶୈଳୀ ଓ ଓଡ଼ିଶାରେ ବିକାଶ ଧାରାରେ ଦଳର ଭୂମିକା ନେଇ ଉତ୍ସାହିତ ହୋଇ ସେ ବିଜେପିରେ ସାମିଲ ହୋଇଥିବା କହିଛନ୍ତି ଅମର ପଟ୍ଟନାୟକ। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୋତେ ଯେଉଁ କାର୍ଯ୍ୟରେ ନିୟୋଜିତ କରାଇବେ ମୁଁ ସେହି ରାଷ୍ଟ୍ର ନିର୍ମାଣରେ ଯୋଗଦାନ କରିବି କହିଛନ୍ତି ଅମର ପଟ୍ଟନାୟକ। ନୂଆପଡ଼ାରେ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାରରେ ଯୋଗ ଦେଉଥିବା ବେଳେ ଅମର ପଟ୍ଟନାୟକ ବିଜେପିରେ ସାମିଲ ହେବା ଘଟଣା ବିଜେଡିକୁ ଅଡ଼ୁଆରେ ପକାଇଛି।

ସୂଚନାଯୋଗ୍ୟ, ପୂର୍ବତନ ଆକାଉଣ୍ଟାଣ୍ଟ୍‌ ଜେନେରାଲ୍‌ ଅମର ପଟ୍ଟନାୟକ ୨୦୧୮ ଅଗଷ୍ଟ ୨୯ ତାରିଖରେ ବିଜେଡିରେ ସାମିଲ ହୋଇଥିଲେ। ଏହାପରେ ଆଭିମୁଖ୍ୟ, ବାର୍ତ୍ତା ଓ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଲୋକମାନଙ୍କୁ ଠିକ୍ ଓ ତ୍ବରିତ ସୂଚନା ପ୍ରଦାନ କରିବା ପାଇଁ ବିଜେଡି ଆଇଟି ସେଲ୍ ଗଠନ ହୋଇଥିଲା। ଏହାର ଅଧ୍ୟକ୍ଷ ଭାବେ ଦଳର ମୁଖପାତ୍ର ଅମର ପଟ୍ଟନାୟକଙ୍କୁ ବିଜେଡି ସଭାପତି ତଥା ତତକାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ଦେଇଥିଲେ। ସେହିପରି ଏହି ସେଲ୍‌ର ସଦସ୍ୟ ଭାବେ ଯୁବ ବିଜେଡି ସଭାପତି ଅମରେଶ ପତ୍ରୀ, ଛାତ୍ର ବିଜେଡି ସଭାପତି ରାଣାପ୍ରତାପ ପାତ୍ର, ମୁଖପାତ୍ର ସସ୍ମିତ ପାତ୍ର, ସୁଲୋଚନା ଦାସ, ମହିଳା ବିଜେଡି କାର୍ଯ୍ୟକାରୀ ସଭାପତି ଶ୍ରୀମୟୀ ‌ଶ୍ବେତା ସ୍ନିଗ୍ଧା ମିଶ୍ର ଏବଂ ପ୍ରସନଜିତ୍‌ ପତିଙ୍କୁ ଶ୍ରୀ ପଟ୍ଟନାୟକ ମନୋନୀତ କରିଥିଲେ।

୨୦୧୯ରେ ବିଜୁ ଜନତା ଦଳ ପକ୍ଷରୁ ଦଳର ସୂଚନା ପ୍ରଯୁକ୍ତି ବିଦ୍ୟା (ଆଇଟି) ସେଲ୍‌ର ମୁଖ୍ୟ ତଥା ପୂର୍ବତନ ଆକାଉଣ୍ଟାଣ୍ଟ୍‌ ଜେନେରାଲ୍‌ ଅମର ପଟ୍ଟନାୟକ ଏବଂ ମୁଖପାତ୍ର ସସ୍ମିତ ପାତ୍ରଙ୍କ ନାମ ଦଳର ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲା। ୨୦୧୯ରେ ରାଜ୍ୟସଭାକୁ ସେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ।

ରାଜ୍ୟସଭାରେ ପ୍ରଥମ ଭାଷଣ ରଖି ବିଜେଡି ସାଂସଦ ଅମର ପଟ୍ଟନାୟକ ପୁରୀରେ ଆୟୁଷ ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଦାବି କରିଥିଲେ। ରାଜ୍ୟସଭାରେ ଆୟୁଷ ମନ୍ତ୍ରାଳୟର କାର୍ଯ୍ୟକାରିତା ସମ୍ପର୍କିତ ଆଲୋଚନାରେ ଭାଗ ନେଇଥିଲେ ବିଜେଡି ସାଂସଦ ଅମର ପଟ୍ଟନାୟକ। ସେ ତାଙ୍କ ଭାଷଣରେ ଆୟୁଷ ଚିକିତ୍ସା ପ୍ରଣାଳୀ ଓ ପଦ୍ଧତି ସମ୍ପର୍କରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ପୁରୀରେ ସ୍ନାନପୂର୍ଣ୍ଣିମାଠାରୁ ୧୫ ଦିନ ପର୍ଯ୍ୟନ୍ତ ତିନି ବିଗ୍ରହ ଜ୍ବରରେ ପଡ଼ି ପ୍ରାଚୀନ ପଦ୍ଧତିରେ ଚିକିତ୍ସିତ ହେବା ପରମ୍ପରା ସମ୍ପର୍କରେ ଆଲୋକପାତ କରି ସେ ପୁରୀରେ ଆୟୁଷ ବିଶ୍ବବିଦ୍ୟାଳୟ ସ୍ଥାପନ ନେଇ ଦାବି କରିଥିଲେ ଯେଉଁଥିରେ କି ସମସ୍ତ ଆୟୁର୍ବେଦ ସମ୍ପର୍କିତ ଅଧ୍ୟୟନ ହୋଇପାରିବ। ଭାରତବର୍ଷରେ ଏଭଳି ବିଶ୍ବବିଦ୍ୟାଳୟ କେଉଁଠାରେ ପ୍ରତିଷ୍ଠା କରାଯାଇ ପାରି ନାହିଁ ବୋଲି ସେ କହିଥିଲେ। ଚଳିତ ବଜେଟ୍‌ରେ ଆୟୁଷ ପାଇଁ ୧୫ ପ୍ରତିଶତ ଆବଣ୍ଟନ ବୃଦ୍ଧି ସ୍ବାଗତଯୋଗ୍ୟ ପଦକ୍ଷେପ ବୋଲି ସେ କହିଥିଲେ। ରାଜ୍ୟସଭାର ଉପାଧ୍ୟକ୍ଷ ଶ୍ରୀ ହରିବଂଶ ଅମର ପଟ୍ଟନାୟଙ୍କ ରାଜ୍ୟସଭାର ପ୍ରଥମ ବିତର୍କକୁ ପ୍ରଶଂସା କରିଥିଲେ।

Previous Post

ମହିଳାଙ୍କୁ ସ୍ୱାବଲମ୍ୱୀ କରିବାରେ ‘ସୁଭଦ୍ରା’ ଏକ ୟୁନିକ୍ ମଡେଲ: ମୁଖ୍ୟମନ୍ତ୍ରୀ

Next Post

ବିଜେପି କରୁଛି ପ୍ରାର୍ଥୀ ଚୋରି: ନବୀନ

FNN WEB

FNN WEB

Next Post
ବିଜେପି କରୁଛି ପ୍ରାର୍ଥୀ ଚୋରି: ନବୀନ

ବିଜେପି କରୁଛି ପ୍ରାର୍ଥୀ ଚୋରି: ନବୀନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.