• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କ୍ୟୁଏସ ଏସିଆ ୟୁନିଭର୍‍ସିଟି ରାଙ୍କିଙ୍ଗ ୨୦୨୬: ଓଡ଼ିଶାରେ ଶୀର୍ଷରେ କିଟ୍

FNN WEB by FNN WEB
November 5, 2025
in ଓଡ଼ିଶା, ମୁଖ୍ୟ ଖବର
0
୨୬ରୁ କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ
0
SHARES
1
VIEWS

ଭୁବନେଶ୍ୱର: କ୍ୟୁଏସ ଏସିଆ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୬ ପ୍ରକାଶ ପାଇଥିବାବେଳେ ଏଥିରେ କିଟ୍ ବିଶ୍ୱବିଦ୍ୟାଳୟ ଓଡ଼ିଶାରେ ଘରୋଇ ଓ ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରେ ଶ୍ରେଷ୍ଠ ସ୍ଥାନରେ ରହିଛି। ଏହା ସହିତ ସମଗ୍ର ଭାରତରେ କିଟ୍ ବିଶ୍ୱବିଦ୍ୟାଳୟ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ବେଳେ ଏସିଆରେ ୨୯୪ ତମ ସ୍ଥାନ ହାସଲ କରି ବହୁ ଲବ୍‍ଧ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟର ସମକକ୍ଷ ହୋଇପାରିଛି। ସମଗ୍ର ଭାରତରେ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ କିଟ୍ ସମ୍ମାନଜନକ ସ୍ଥାନରେ ରହିଛି।

ସୂଚନାଯୋଗ୍ୟ, ପ୍ରତିବର୍ଷ ବିଶ୍ୱର ବିଭିନ୍ନ ବିଶ୍ୱବିଦ୍ୟାଳୟକୁ ନେଇ କ୍ୟୁଏସ୍‍ ପକ୍ଷରୁ ରାଙ୍କିଙ୍ଗ ପ୍ରସ୍ତୁତ କରାଯାଇଥାଏ। ଚଳିତବର୍ଷ ମଧ୍ୟ କ୍ୟୁଏସ୍‍ ଏସିଆ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ କିଟ୍ ବିଶ୍ୱବିଦ୍ୟାଳୟ ଓଡ଼ିଶାର ଘରୋଇ ଓ ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରେ ଶ୍ରେଷ୍ଠ ସ୍ଥାନ ଭାରତରେ ସମ୍ମାନଜନକ ସ୍ଥାନରେ ରହିଛି। ପୂର୍ବ ଭାରତରେ ମଧ୍ୟ କିଟ୍‍ ସର୍ବୋଚ୍ଚ ସ୍ଥାନ ବଜାୟ ରଖିଛି। ଏହି ସଫଳତା କିଟ୍‍ର ଉଚ୍ଚଶିକ୍ଷାରେ ଉତ୍କର୍ଷତା ପ୍ରତି ଉତ୍ସର୍ଗକୁ ପ୍ରତିପାଦିତ କରୁଛି। କ୍ୟୁଏସ ଏସିଆ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୬ରେ ବିଶ୍ୱର ୧୫ ଶହରୁ ଅଧିକ ବିଶ୍ୱବିଦ୍ୟାଳୟ ଅଂଶଗ୍ରହଣ କରିଥିଲେ। ଚଳିତବର୍ଷ ୫୫୫ ନୂତନ ବିଶ୍ୱବିଦ୍ୟାଳୟ ଏଥିରେ ଅଂଶଗ୍ରହଣ କରିଛନ୍ତି। ନିକଟରେ ପ୍ରକାଶ ପାଇଥିବା ଟାଇମ୍‍ସ ହାଇୟର ଏଜୁକେସନ୍‍ ରାଙ୍କିଙ୍ଗରେ ମଧ୍ୟ କିଟ୍‍ ବିଶ୍ୱର ୫୦୧ କୋହର୍ଟରେ ରହିଥିବା ବେଳେ ସମଗ୍ର ଭାରତରେ ଶ୍ରେଷ୍ଠ ୫ମ ବିଶ୍ୱବିଦ୍ୟାଳୟ ହେବାର ଗୌରବ ଅର୍ଜନ କରିଥିଲେ।

ଏହି ରାଙ୍କିଙ୍ଗ ଶୈକ୍ଷିକ ପ୍ରତିଷ୍ଠା, ନିଯୁକ୍ତିଦାତାଙ୍କ ପ୍ରତିଷ୍ଠା, ଅଧ୍ୟାପକ-ଛାତ୍ର ଅନୁପାତ, ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଅଧ୍ୟାପକଙ୍କ ପ୍ରଶଂସା, ଅନ୍ତର୍ଜାତୀୟ ଫାକଲଟି, ଅନ୍ତର୍ଜାତୀୟ ଛାତ୍ର, ଅନ୍ତର୍ଜାତୀୟ ଛାତ୍ର ବିବିଧତା, ଅନ୍ତର୍ଜାତୀୟ ଗବେଷଣା ନେଟୱାର୍କ, ନିଯୁକ୍ତି ଫଳାଫଳ ଏବଂ ସ୍ଥାୟିତ୍ୱ ଆଦି ମାନଦଣ୍ଡକୁ ଭିତ୍ତିକରି ଏହି ରାଙ୍କିଙ୍ଗ ପ୍ରଦାନ କରାଯାଇଛି।

ଏହି ସଫଳତାରେ ସନ୍ତୋଷ ବ୍ୟକ୍ତ କରି କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଛନ୍ତି, କ୍ୟୁଏସ୍‍ ଏସିଆ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ କିଟ୍‌ର ଶୈକ୍ଷିକ ଉତ୍କର୍ଷତା କ୍ଷେତ୍ରରେ ନିରନ୍ତର ପ୍ରୟାସର ପ୍ରତିଫଳନ। ନିରବଚ୍ଛିନ୍ନ ଭାବେ ସମସ୍ତ ୱାଲ୍‍ର୍ଡ ରାଙ୍କିଙ୍ଗରେ କିଟ୍‍ ବିଶ୍ୱବିଦ୍ୟାଳୟ ନିଜର ଉନ୍ନତ ରାଙ୍କ ବଜାୟ ରଖି ଓଡ଼ିଶାକୁ ଗୌରବାନ୍ୱିତ କରିଆସିଛି। କିଟ୍ ମାତ୍ର ୨୨ ବର୍ଷର ଏକ କନିଷ୍ଠତମ ବିଶ୍ୱବିଦ୍ୟାଳୟ ହୋଇଥିବା ବେଳେ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ଭଲ ପ୍ରଦର୍ଶନ କରି ଅନେକ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ସହ ସମକକ୍ଷ ହୋଇପାରିଛି। ଏହି ସଫଳତା ପାଇଁ ଶ୍ରୀ ସାମନ୍ତ କିଟ୍ ର ସମସ୍ତ ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀ ଏବଂ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କିଟ୍ ଓ କିସ୍‌ର ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀ ଏବଂ ଛାତ୍ରଛାତ୍ରୀମାନେ ମଧ୍ୟ ଏହି ସଫଳତା ପାଇଁ ପ୍ରତିଷ୍ଠାତା ଶ୍ରୀ ସାମନ୍ତଙ୍କ ପ୍ରତି ଗଭୀର କୃତଜ୍ଞତା ଜଣାଇଛନ୍ତି।

Previous Post

ସୁଭଦ୍ରା ଶକ୍ତି ମେଳାରେ ମିଲେଟ୍ ଉତ୍ପାଦ ହେଲା ପ୍ରମୁଖ ଆକର୍ଷଣ

Next Post

ମୋଦୀଜୀଙ୍କ ନେତୃତ୍ୱରେ ଭାରତ ନୌବାଣିଜ୍ୟରେ ନୂତନ ଯୁଗକୁ ପ୍ରବେଶ କରିଛି: ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ମୋଦୀଜୀଙ୍କ ନେତୃତ୍ୱରେ ଭାରତ ନୌବାଣିଜ୍ୟରେ ନୂତନ ଯୁଗକୁ ପ୍ରବେଶ କରିଛି: ମୁଖ୍ୟମନ୍ତ୍ରୀ

ମୋଦୀଜୀଙ୍କ ନେତୃତ୍ୱରେ ଭାରତ ନୌବାଣିଜ୍ୟରେ ନୂତନ ଯୁଗକୁ ପ୍ରବେଶ କରିଛି: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.