• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୋଦୀଜୀଙ୍କ ନେତୃତ୍ୱରେ ଭାରତ ନୌବାଣିଜ୍ୟରେ ନୂତନ ଯୁଗକୁ ପ୍ରବେଶ କରିଛି: ମୁଖ୍ୟମନ୍ତ୍ରୀ

FNN WEB by FNN WEB
November 5, 2025
in ଓଡ଼ିଶା, ମୁଖ୍ୟ ଖବର
0
ମୋଦୀଜୀଙ୍କ ନେତୃତ୍ୱରେ ଭାରତ ନୌବାଣିଜ୍ୟରେ ନୂତନ ଯୁଗକୁ ପ୍ରବେଶ କରିଛି: ମୁଖ୍ୟମନ୍ତ୍ରୀ
0
SHARES
1
VIEWS

ଭୁବନେଶ୍ୱର: ପାରାଦୀପ ବନ୍ଦରରେ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବ ୨୦୨୫ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଓଡ଼ିଶାର ପ୍ରାଚୀନ ନୌବାଣିଜ୍ୟ ପରମ୍ପରା, ରାଜ୍ୟର ଅର୍ଥନୈତିକ ପ୍ରଗତି ଓ ବନ୍ଦର ଭିତ୍ତିକ ଉନ୍ନତି ଉପରେ ଗୁରୁତ୍ୱ ଦେଇ ଏକ ଦୃଢ ସନ୍ଦେଶ ଦେଇଛନ୍ତି। ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବୋଇତ ବନ୍ଦାଣ ଓ ବାଲିଯାତ୍ରା ମାତ୍ର ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବମାନଙ୍କ ଦୁଃସାହସିକ ମନୋବଳର ପ୍ରତୀକ। ଏହି ପରମ୍ପରା ଆଜି ବି ଓଡ଼ିଆ ଜନତାଙ୍କୁ ପ୍ରେରଣା ଦେଉଛି ଯେ, ସେମାନେ ଧୈର୍ଯ୍ୟ ଓ ସାହସ ସହିତ ନୂଆ ଶିଖର ଛୁଇଁପାରନ୍ତି।

ମୁଖ୍ୟମନ୍ତ୍ରୀ ଓଡ଼ିଶାର ପ୍ରଗତିରେ ପାରାଦୀପ ବନ୍ଦରର ଅଗ୍ରଣୀ ଭୂମିକାକୁ ଉଲ୍ଲେଖ କରି କହିଥିଲେ ଯେ, ଏହା ଆଜି ଭାରତର ସର୍ବଶ୍ରେଷ୍ଠ ବୃହତ୍ ବନ୍ଦର ଭାବେ ପରିଚିତ ହୋଇଛି। ୨୦୧୫ ମସିହାରେ ୭୧ ନିୟୁତ ଟନ୍ ପଣ୍ୟ ପରିବହନ କ୍ଷମତା ଥିଲା ଏହି ବନ୍ଦରର, ଯାହା ବଢ଼ି ୨୦୨୫ରେ ୧୫୦ ନିୟୁତ ଟନ୍‌କୁ ପହଞ୍ଚିଛି। ପାରାଦୀପ ବନ୍ଦର ଆଧୁନିକ ଓଡ଼ିଶାର ପ୍ରଗତିର ଦ୍ୱାର, ଅର୍ଥନୀତିର କୋଣାର୍କ। “ମାରି-ଟାଇମ ଇଣ୍ଡିଆ ଭିଜନ ୨୦୩୦” ଅନୁସାରେ ବାର୍ଷିକ ୩୦୦ ନିୟୁତ ଟନ୍ ଓ “ବିକଶିତ ଭାରତ ୨୦୪୭” ଯୋଜନା ଅନୁଯାୟୀ ୫୦୦ ନିୟୁତ ଟନ୍ ପର୍ଯ୍ୟନ୍ତ ପଣ୍ୟ ପରିବହନ କ୍ଷମତା ସହିତ ପାରାଦୀପ ବନ୍ଦରକୁ ଏକ ମେଗା ପୋର୍ଟ ଭାବେ ଗଢ଼ାଯିବ ବୋଲି ସେ ଘୋଷଣା କଲେ।

ସେ ଏହା ମଧ୍ୟ କହିଥିଲେ ଯେ ଓଡ଼ିଶା ସରକାର ଓ ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ମିଳିତ ଭାବେ ଗଞ୍ଜାମ ଜିଲ୍ଲାର ବାହୁଦାଠାରେ ୨୧,୫୦୦ କୋଟି ଟଙ୍କା ବିନିଯୋଗରେ ଏକ ବୃହତ ବନ୍ଦର ଗଢ଼ିବା ପାଇଁ ଯୋଜନା କରୁଛନ୍ତି। ସେହିପରି, ମହାନଦୀ ମୁହାଣରେ ୨୪,୭୦୦ କୋଟି ଟଙ୍କା ବିନିଯୋଗରେ ଜାହାଜ ନିର୍ମାଣ ଓ ମରାମତି କେନ୍ଦ୍ର ସ୍ଥାପନ ହେବ ଓ ପୁରୀରେ ବିଶ୍ୱସ୍ତରୀୟ କ୍ରୁଜ୍ ଟର୍ମିନାଲ୍ ଗଢ଼ାଯିବ। ଏହି ପ୍ରକଳ୍ପଗୁଡ଼ିକ ଓଡ଼ିଶାର ବାଣିଜ୍ୟ, ପର୍ଯ୍ୟଟନ ଓ ଶିଳ୍ପ ମୁଖ୍ୟ କ୍ଷେତ୍ରକୁ ନୂଆ ଦିଗ ଦେବ ବୋଲି ସେ ଆଶା ବ୍ୟକ୍ତ କଲେ।

ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ, ଭାରତ ସରକାରଙ୍କ “ସାଗରମାଳା, ଗତିଶକ୍ତି ଓ ନ୍ୟାସନାଲ୍ ଲଜିଷ୍ଟିକ୍ ପଲିସି” ଯୋଜନା ସହ ସମନ୍ୱୟ କରି ଓଡ଼ିଶାରେ ବନ୍ଦର ଭିତ୍ତିକ ଅର୍ଥନୀତି ଗଢ଼ାଯାଇଛି। ରାଜ୍ୟ ସରକାର ତଟବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ କୋଷ୍ଟାଲ୍‌ ଇକୋନୋମିକ୍‌ ଜୋନ ସ୍ଥାପନ ପାଇଁ ଉଦ୍ୟମ କରୁଛି। ସେ କହିଲେ ଯେ, “ମୋଦୀଜୀଙ୍କ ଦୃଢ ନେତୃତ୍ୱରେ ଭାରତ ନୌବାଣିଜ୍ୟରେ ନୂତନ ଯୁଗକୁ ପ୍ରବେଶ କରିଛି ଓ ‘ମାରି-ଟାଇମ୍ ଅମୃତକାଲ୍ ଭିଜନ ୨୦୪୭’ ଅନୁଯାୟୀ ଦେଶର ବନ୍ଦରମାନେ ବିଶ୍ୱସ୍ତରୀୟ ହେବେ।”

କାର୍ଯ୍ୟକ୍ରମରେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଥିଲେ ଯେ, ରାଜ୍ୟ ସରକାର ବନ୍ଦରକୁ କେନ୍ଦ୍ର କରି ଶିଳ୍ପ, ଆଧାରଭୂତ ସଂରଚନା, ନିଯୁକ୍ତି ସୃଷ୍ଟି ଓ ଦକ୍ଷତା ବିକାଶରେ ବିଶେଷ ଗୁରୁତ୍ୱ ଦେଉଛି। ପାରାଦୀପ ବନ୍ଦରର ବିକାଶ ମାତ୍ର ଓଡ଼ିଶାକୁ ନୁହେଁ, ସମଗ୍ର ଭାରତର ମାରିଟାଇମ୍ ଅର୍ଥନୀତିକୁ ଶକ୍ତିଶାଳୀ କରୁଛି। ପାରାଦୀପ ଆଜି କେବଳ ଏକ ବନ୍ଦର ନୁହେଁ, ଏହା ଓଡ଼ିଶାର ଅସୀମ ସମ୍ଭାବନା ଓ ନୂଆ ଭାରତ ଗଢ଼ିବାର ଶକ୍ତିର ପ୍ରତୀକ, ବୋଲି ସେ ଉଲ୍ଲେଖ କଲେ।

ଜଗତସିଂହପୁର ସାଂସଦ ଡଃ ବିଭୁ ପ୍ରସାଦ ତରାଇ କହିଥିଲେ ଯେ, ଭବିଷ୍ୟତରେ ପାରାଦୀପ ବନ୍ଦରକୁ କେନ୍ଦ୍ର କରି ଏଠାରେ ଅନେକ ନୂତନ ଶିଳ୍ପ, ଶିକ୍ଷା ଓ ପରିବହନ ଆଧାରିତ ପ୍ରକଳ୍ପ ଆସିବ, ଯାହା ଜଗତସିଂହପୁର ଓ ସମଗ୍ର ଓଡ଼ିଶାର ଅର୍ଥନୀତିକ ମାନଚିତ୍ରକୁ ପରିବର୍ତ୍ତନ କରିଦେବ। ପାରାଦୀପର ସଫଳତା ହେଉଛି ଓଡ଼ିଶାର ଗର୍ବ ଓ ଭବିଷ୍ୟତର ଆଶା ବୋଲି ସେ ତାଙ୍କ ଅଭିଭାଷଣ ଶେଷ କଲେ।

ଗତ ଚାରି ବର୍ଷ ଧରି ପାରାଦୀପ ବନ୍ଦର ନିରନ୍ତର ଭାବେ ନୂତନ ରେକର୍ଡ ସୃଷ୍ଟି କରିଛି ଓ ପୂର୍ବ ପଚାଶ ବର୍ଷର ସଫଳତାକୁ ଅତିକ୍ରମ କରିଛି। କ୍ଷମତା ବୃଦ୍ଧି, ବ୍ୟବସାୟିକ ପଦ୍ଧତିର ଉନ୍ନତି, ଦକ୍ଷତା ବିକାଶ ଓ ସମସ୍ତଙ୍କଠାରୁ ଅଧିକ “ଟିମ୍ ପାରାଦୀପ”ର ଅକ୍ଳାନ୍ତ ଶ୍ରମ ଓ ସମର୍ପଣର ଫଳରେ, ପାରାଦୀପ ବନ୍ଦର ଆଜି ଦେଶର ନମ୍ବର ଏକ ବନ୍ଦର ଭାବେ ପରିଚିତ ହୋଇଛି ବୋଲି ପାରାଦୀପ ବନ୍ଦର ଅଧ୍ୟକ୍ଷ ପି. ଏଲ୍.ହରନାଧ କହିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲାପାଳ ଜେ.ସୋନାଲ, କେନ୍ଦ୍ରାଞ୍ଚଳ ଡ଼ି. ଆଇ. ଜି ଡଃ ସତ୍ୟଜିତ ନାଏକ ପ୍ରମୁଖ ମଂଚାସୀନ ଥିବା ବେଳେ, ପାରାଦୀପ ବନ୍ଦର ଉପାଧ୍ୟକ୍ଷ ଅଲେଖ ଚରଣ ସାହୁ ଧନ୍ୟବାଦ ଦେଇଥିଲେ।

Previous Post

କ୍ୟୁଏସ ଏସିଆ ୟୁନିଭର୍‍ସିଟି ରାଙ୍କିଙ୍ଗ ୨୦୨୬: ଓଡ଼ିଶାରେ ଶୀର୍ଷରେ କିଟ୍

Next Post

ସୁଭଦ୍ରା ଶକ୍ତି ମେଳାରେ ଜି.ଆଇ ମାନ୍ୟତା ପ୍ରାପ୍ତ ଓ ଏକ ଜିଲ୍ଲା ଏକ ଉତ୍ପାଦର ଉଲ୍ଲେଖନୀୟ ପ୍ରଦର୍ଶନ

FNN WEB

FNN WEB

Next Post
ସୁଭଦ୍ରା ଶକ୍ତି ମେଳାରେ ଜି.ଆଇ ମାନ୍ୟତା ପ୍ରାପ୍ତ ଓ ଏକ ଜିଲ୍ଲା ଏକ ଉତ୍ପାଦର ଉଲ୍ଲେଖନୀୟ ପ୍ରଦର୍ଶନ

ସୁଭଦ୍ରା ଶକ୍ତି ମେଳାରେ ଜି.ଆଇ ମାନ୍ୟତା ପ୍ରାପ୍ତ ଓ ଏକ ଜିଲ୍ଲା ଏକ ଉତ୍ପାଦର ଉଲ୍ଲେଖନୀୟ ପ୍ରଦର୍ଶନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.