• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର

FNN WEB by FNN WEB
November 6, 2025
in ଓଡ଼ିଶା, ମୁଖ୍ୟ ଖବର
0
ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର
0
SHARES
1
VIEWS


ନୂଆପଡା: ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋମନା ଉଦ୍ୟାନବନ୍ଧରେ ରୋଡ ଶୋ’ କରିଛନ୍ତି। ଏହି ସମୟରେ ବିରାଟ ଜନସଭାକୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ କରି କହିଛନ୍ତି, ନୂଆପଡ଼ାର ବିକାଶ ପାଇଁ ମୋତେ ଏଠାକୁ ଆସିବାକୁ ପଡ଼ିଛି। ପୂର୍ବରୁ କେବେ ଏତେ ଜନସମାଗମ କେହି ଦେଖି ନ ଥିଲେ। ନୂଆପଡ଼ାର ବିକାଶ ପାଇଁ ୧ ହଜାର ୪ ଶହ କୋଟିର ପ୍ରତିଶ୍ରୁତି ଦେଇ ସାରିଛି। ଜୟ ଢୋଲକିଆ ନିର୍ବାଚିତ ହେଲେ ଆପଣଙ୍କ ଦାବି ଉପସ୍ଥାପନ କରିପାରିବେ।

କିଛି ଦିନ ତଳେ ବିରୋଧୀଦଳ ନେତା ଜୟଙ୍କୁ ବେଇମାନ କହିଥିଲେ। ପୂର୍ବରୁ କେବେ ତାଙ୍କ ମୁହଁରୁ ଏପରି ଶବ୍ଦ ବାହାରେ ନାହିଁ। କେହି ତାଙ୍କୁ ସ୍କ୍ରିପ୍ଟ ଲେଖି ଦେଇଥିଲେ, ତାହା ସେ ପଢ଼ିଦେଲେ। ‘ବେଇମାନ’ ଶବ୍ଦର ଅର୍ଥ ବୋଧେ ସିଏ ବୁଝି ପାରି ନ ଥିବେ। ବିଜେପୁର, କାକଟପୁର ଓ ନର୍ଲାରେ ବିଜେଡି କରିଥିବା କାର୍ଯ୍ୟକୁ ମନେ ପକାଇବାକୁ କହି ସେ ପ୍ରଶ୍ନ କରିଛନ୍ତି, ଏହା ବେଇମାନୀ ନ ଥିଲା କି? ବେଇମାନ କିଏ ଓ କେତେ ଥର ବେଇମାନୀ କରିଛନ୍ତି ସମସ୍ତେ ଜାଣିଛନ୍ତି। ଯେଉଁମାନେ ଦଳକୁ ଆଣିଥିଲେ, ସେମାନଙ୍କୁ ତଡ଼ି ଦେଇ ବେଇମାନୀ କରାଯାଇଛି ବୋଲି ଅଭିଯୋଗ କରିଛନ୍ତି।

ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଧା ଟାର୍ଗେଟ କରିଛନ୍ତି। ଗୁରୁବାର ଏଠାରେ ପ୍ରଚାର ସମୟରେ ବିରାଟ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ପ୍ରଶ୍ନ କରି କହିଛନ୍ତି, ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ କେବେ କାହାକୁ ଭେଟୁଥିଲେ କି? ତାଙ୍କୁ ବିଜେଡିର ମନ୍ତ୍ରୀ ଓ ବିଧାୟକ ମଧ୍ୟ ଭେଟିପାରୁ ନ ଥିଲେ। ଏପରିକି ଜିଲା ସଭାପତି ମଧ୍ୟ ଭେଟି ପାରୁ ନ ଥିଲେ। କେବଳ ଏଥିପାଇଁ ସ୍ବର୍ଗତଃ ରାଜୁ ଢୋଲକିଆ ମଧ୍ୟ ଅଣନିଶ୍ବାସୀ ହୋଇଯାଇଥିଲେ। ସେ ଏବେ ଜଣେ କାର୍ପଟଦାରଙ୍କ ନିର୍ଦ୍ଦେଶରେ ଆସି ଏପଟସେପଟ ହେଉଛନ୍ତି। ହେଲେ ତାଙ୍କ ଦ୍ବାର ନୂଆପଡ଼ାବାସୀ ଓ ସମସ୍ତଙ୍କ ପାଇଁ ଖୋଲା ରହିଛି ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ଜିଲା ବାହାରୁ ନେତା ଡାକି ଟିକେଟ ଦେବାକୁ ଟାର୍ଗେଟ କରି ସେ କହିଛନ୍ତି, ଜିଲା ଭିତରେ ବିଜେଡିର ନେତା ନାହାନ୍ତି କି? ଶେଷରେ ବରଗଡ଼ରୁ ଆଣି ଜଣଙ୍କୁ ପ୍ରାର୍ଥୀ କରି ଜିଲାପ୍ରାର୍ଥୀଙ୍କୁ ବଞ୍ଚିତ କରାଯାଇଛି। ମୁଖ୍ୟମନ୍ତ୍ରୀ ହେବା ପରେ ନୂଆପଡ଼ାକୁ ପଞ୍ଚମ ଥର ଆସିଛନ୍ତି ବୋଲି କହି ପୂର୍ବ ମୁଖ୍ୟମନ୍ତ୍ରୀ କେବେ ଏଠାକୁ ଆସି ଘୋଷଣା କରିନଥିବା ପ୍ରଶ୍ନ କରିଛନ୍ତି। ନୂଆପଡ଼ା ମାଟିରେ ନିଶ୍ଚୟ ପଦ୍ମ ଫୁଟିବ ବୋଲି ଆଶା ପ୍ରକାଶ କରିଛନ୍ତି। ଦ୍ୱିତୀୟ ସ୍ଥାନ ପାଇଁ କଂଗ୍ରେସ-ବିଜେଡି ମଧ୍ୟରେ ଲଢ଼େଇ ଚାଲିଛି ବୋଲି ଉଲ୍ଲେଖ କରି ପରିବର୍ତ୍ତନରେ ସାମିଲ ହେଲେ ନୂଆପଡ଼ା ବିକାଶରେ ସାମିଲ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଚାଷୀ ପ୍ରସଙ୍ଗ ଉଠାଇ ବିଜେଡିକୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜେଡି ସରକାର ୧୦୦ ଟଙ୍କା ସବସିଡି ଦେବାକୁ କହି ଦେଇପାରିନଥିଲେ, କିନ୍ତୁ ଆମ ସରକାର ଆସିବା ମାତ୍ରେ ୮୦୦ ଟଙ୍କା ସବସିଡି ଦେଇଛି। ଏହାର ସୁବିଧା ରାଜ୍ୟର ୧୭ ଲକ୍ଷ କୃଷକଙ୍କୁ ମିଳିଛି।


ଆସନ୍ତାକାଲି ନବୀନଙ୍କ ପ୍ରଚାର
ଉପନିର୍ବ‌ାଚନକୁ ବିଜେଡି ସମ୍ମାନ ଭାବେ ନେଇଛି। ଏଣୁ ୭ ତାରିଖରେ ଦ୍ବିତୀୟଥର ପାଇଁ ନବୀନ ନୂଆପଡ଼ାକୁ ଆସି ପ୍ରଚାର କରିବେ। ଏହା ସହ ଖରିଆର୍‌ ରୋଡ୍‌ ଓ ନୂଆପଡ଼ା ଏନ୍‌ଏସିରେ ରୋଡ୍‌ ସୋ କରିବାର କାର୍ଯ୍ୟକ୍ରମ ରହିଛି। ଏଥି ପାଇଁ ବିଜେଡି ନେତାମାନେ ଘନ ଘନ ପ୍ରସ୍ତୁତି ବୈଠକ ଚଳାଇଛନ୍ତି। ପ୍ରାର୍ଥିପତ୍ର ଦାଖଲ ପରେ ଏ ଯାଏଁ ବିଜେପିର ବଡ଼ ସଭା ହୋଇନାହିଁ। ଦଳର ୪୦ରୁ ଅଧିକ ବିଧାୟକ ଏଠାରେ ଡେରା ପକାଇଛନ୍ତି। ୮ ମନ୍ତ୍ରୀ ୮ଟି ‌ଜୋନ୍‌ ଦାୟିତ୍ବ ନେଇଥିଲେ ବି ଅନ୍ୟ ମନ୍ତ୍ରୀମାନେ ମଧ୍ୟ ମଝିରେ ମଝିରେ ଆସି ପ୍ରଚାର ଅଭିଯାନରେ ସାମିଲ ହେଉଥିବା ଦେଖିବାକୁ ମିଳୁଛି। ନବୀନଙ୍କ କୋମନା ସଭାଠାରୁ ଯେପରି ଅଧିକ ଲୋକ ଯୋଗଦେବେ, ତା’ଉପରେ ଜୋର ଦିଆଯାଉଛି। କଂଗ୍ରେସରେ କୌଣସି ବଡ଼ସଭା ଏ ପର୍ଯ୍ୟନ୍ତ ହୋଇନି।

Previous Post

ଉପକୂଳ ସୁରକ୍ଷା ନେଇ ମାନସ ମନ୍ଥନ

Next Post

ଓଡିଶାରେ ୮୪ତମ ଇଣ୍ଡିଆନ ରୋଡ କଂଗ୍ରେସ ମହାକୁମ୍ଭ

FNN WEB

FNN WEB

Next Post
ଓଡିଶାରେ ୮୪ତମ ଇଣ୍ଡିଆନ ରୋଡ କଂଗ୍ରେସ ମହାକୁମ୍ଭ

ଓଡିଶାରେ ୮୪ତମ ଇଣ୍ଡିଆନ ରୋଡ କଂଗ୍ରେସ ମହାକୁମ୍ଭ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.