• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରେ ବନ୍ଦେ ମାତରମ୍‌ର ୧୫୦ ବର୍ଷପୂର୍ତ୍ତି ପାଳନର ଶୁଭାରମ୍ଭ, ଦିଲ୍ଲୀରେ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

FNN WEB by FNN WEB
November 7, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶାରେ ବନ୍ଦେ ମାତରମ୍‌ର ୧୫୦ ବର୍ଷପୂର୍ତ୍ତି ପାଳନର ଶୁଭାରମ୍ଭ, ଦିଲ୍ଲୀରେ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
0
SHARES
0
VIEWS

ଲୋକସେବା ଭବନରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବନ୍ଦେ ମାତରମ୍ କେବଳ ଗୀତ ନୁହେଁ, ଏହା ରାଷ୍ଟ୍ରପ୍ରେମ, ତ୍ୟାଗ ଓ ବୀରତାର ପ୍ରତୀକ। ବଙ୍କିମ୍ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ‘ଆନନ୍ଦ ମଠ’ ଉପନ୍ୟାସରୁ ଜନ୍ମ ନେଇଥିବା ଏହି ଗୀତ ସ୍ୱାଧୀନତା ସଂଗ୍ରାମ ସମୟରେ ଦେଶବାସୀଙ୍କ ମନରେ ଜାଗୃତି, ଉତ୍ସାହ ଓ ବୈପ୍ଳବିକ ମନୋଭାବ ଜଗାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକ ସେବା ଭବନରେ ଆୟୋଜିତ ରାଜ୍ୟ ସ୍ତରୀୟ ରାଷ୍ଟ୍ର ଗୀତ ‘ବନ୍ଦେ ମାତରମ୍ ‘ ର ୧୫୦ ତମ କାର୍ଯ୍ୟକ୍ରମର ଉଦଘାଟନ ଅବସରରେ କହିଥିଲେ। ସୂଚନା ଯୋଗ୍ୟଯେ, ଲୋକସେବା ଭବନ ସ୍ଥିତ ପ୍ରାଙ୍ଗଣରେ ଆୟୋଜିତ ଏହି ବିଶେଷ କାର୍ଯ୍ୟକ୍ରମରେ ଦିଲ୍ଲୀ ଠାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଉଦ୍ଘାଟିତ କାର୍ଯ୍ୟକ୍ରମ ଏବଂ ରାଷ୍ଟ୍ରଗୀତ ବନ୍ଦେ ମାତରମ୍‌ର ସାମୁହିକ ଗାନରେ ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ।

ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ଯେ, ଏହି ଗୀତର ଲୋକପ୍ରିୟତା ଓ ପ୍ରଭାବକୁ ଦେଖି ବ୍ରିଟିଶ ଶାସକମାନେ ବନ୍ଦେ ମାତରମ୍‌କୁ ବ୍ୟାନ କରିଥିଲେ, ଯାହା ଏହି ଗୀତର ଶକ୍ତିର ସ୍ପଷ୍ଟ ପ୍ରମାଣ। ଆମେ କେଉଁ ଭାଷା, କେଉଁ ଧର୍ମ ବା କେଉଁ ଅଞ୍ଚଳର ହେଲେ ବି, ଦେଶପ୍ରେମ ବିନା ଦେଶର ଉନ୍ନତି ଅସମ୍ଭବ। ବନ୍ଦେ ମାତରମ୍ ଆମ ହୃଦୟରେ ସେହି ଦେଶପ୍ରେମର ଅଗ୍ନିକୁ ପୁନଃ ଜାଗୃତ କରେ। ଯୁବପୀଢ଼ୀ, ପିଲାମାନେ, ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଦେଶପ୍ରେମ ଜାଗ୍ରତ କରିବା ପାଇଁ ଏହି ବର୍ଷବ୍ୟାପୀ ପାଳନ ଖୁବ୍ ଗୁରୁତ୍ୱପୂର୍ଣ୍ଣ ବୋଲି ସେ ଅଭିମତ ଦେଇଥିଲେ।

ଆଜି ଆମେ ସମସ୍ତେ ସାରା ଭାରତର ଲୋକ, କାଶ୍ମୀରରୁ କନ୍ୟା କୁମାରୀ ପର୍ଯ୍ୟନ୍ତ, ବନ୍ଦେ ମାତରମ୍‌କୁ ସାମୁହିକ ଭାବେ ଗାନ୍ କରିବାର ପ୍ରଭାବ ଖୁବ୍ ସୁଦୂରପ୍ରସାରୀ। ବିଶେଷ କରି ଛୋଟ ଛୋଟ ପିଲା, ଛାତ୍ର ଓ ଯୁବକ ମାନଙ୍କ ଉପରେ ଏହାର ଖୁବ୍ ପ୍ରଭାବ ରହିବ। ଆଗାମୀ ଦିନରେ ଏହା ରାଷ୍ଟ୍ରବାଦକୁ ଏକ ନୂଆ ସଜ୍ଞା ଦେବାରେ ସଫଳ ହେବ। ଆଗାମୀ ଏକବର୍ଷ ଧରି ସମସ୍ତ ଜିଲ୍ଲାରେ ସ୍କୁଲ, କଲେଜ, ସରକାରୀ ଓ ବେସରକାରୀ ସଂଗଠନମାନଙ୍କ ମାଧ୍ୟମରେ ସାମୁହିକ ଗାନ, ସାଂସ୍କୃତିକ ଆୟୋଜନ ଓ ସଚେତନତା କାର୍ଯ୍ୟକ୍ରମ ଚାଲିବାକୁ ଯୋଜନା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆସନ୍ତୁ, ଆମେ ସମସ୍ତେ ଏହି ଏକ ବର୍ଷବ୍ୟାପୀ କାର୍ଯ୍ୟକ୍ରମରେ ସାମିଲ ହେବା। ଆଜିଠୁ ଏହାର ଶୁଭାରମ୍ଭ ହେଲା। ଏହିବର୍ଷ ବ୍ୟାପୀ ଯାହା ଯାହା କାର୍ଯ୍ୟକ୍ରମ ହେବ ସେଥିରେ ଆମେ ସମସ୍ତେ ସାମିଲ ହେବା ଏବଂ ଭାରତ ମାତାର ଗୌରବକୁ ସାରା ପୃଥିବୀରେ ପରିବ୍ୟାପ୍ତ କରିବା ପାଇଁ ସଂକଳ୍ପବଦ୍ଧ ହେବା ବୋଲି ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଡକ୍ଟର ବିଜୟ କେତନ ଉପାଧ୍ୟାୟ ସହ ସମସ୍ତ ବିଭାଗୀୟ ସଚିବ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଉତ୍କଳ ସଂଗୀତ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍‌ ଗାନ କରିଥିଲେ।

Previous Post

କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠିରୁ ଓଡିଶା ପାଇଁ ୧୦୦୦ କୋଟି ଟଙ୍କା ଘୋଷଣା

Next Post

ନୂଆପଡାରେ ବିଜେପିକୁ ପୁଣି ନବୀନଙ୍କ ଟାର୍ଗେଟ: ନବୀନ

FNN WEB

FNN WEB

Next Post
ନୂଆପଡାରେ ବିଜେପିକୁ ପୁଣି ନବୀନଙ୍କ ଟାର୍ଗେଟ: ନବୀନ

ନୂଆପଡାରେ ବିଜେପିକୁ ପୁଣି ନବୀନଙ୍କ ଟାର୍ଗେଟ: ନବୀନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.