• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମିଶନ ପାୱାରର ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

FNN WEB by FNN WEB
November 11, 2025
in ଓଡ଼ିଶା, ମୁଖ୍ୟ ଖବର
0
ମିଶନ ପାୱାରର ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
0
SHARES
1
VIEWS

ଭୁବନେଶ୍ୱର : ଗ୍ରାମ ବା ସହରାଞ୍ଚଳ ନିର୍ବିଶେଷରେ ବିଦ୍ୟୁତ୍, ପାନୀୟ ଜଳ ଯୋଗାଣ ଏବଂ ସଡ଼କ ହେଉଛି ନାଗରିକଙ୍କ ତିନୋଟି ମୌଳିକ ଆବଶ୍ୟକତା। ଏହି ସମସ୍ୟାଗୁଡ଼ିକର ସମାଧାନ ଏବଂ ଜୀବନଧାରଣର ମାନରେ ଉନ୍ନତି ଆଣିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମିଶନ ପାୱାର (ବିଜୁଳି, ପାନୀୟଜଳ ଏବଂ ରାସ୍ତାଘାଟ) ନାମକ ଏକ ସମନ୍ୱିତ କାର୍ଯ୍ୟାନ୍ୱୟନ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶାର ପ୍ରତ୍ୟେକ ଗ୍ରାମରେ ୨୦୨୭ ସୁଦ୍ଧା ନିତିଦିନିଆ ରାସ୍ତା, ବିଜୁଳି ଓ ପାନୀୟଜଳ ଯୋଗାଣ ସୁନିଶ୍ଚିତ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୋଣ ଏବଂ ନିର୍ଦ୍ଦେଶକୁ ସାକାର କରିବା ପାଇଁ ଆଜି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ମାନ୍ୟବର ପଞ୍ଚାୟତିରାଜ ଏବଂ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ ଆୟୁକ୍ତ ଶ୍ରୀମତୀ ଅନୁ ଗର୍ଗ ମଧ୍ୟ ବୈଠକରେ ଉପସ୍ଥିତ ଥିଲେ।

ବୈଠକରେ ଆଲୋଚନା ଅନୁଯାୟୀ, ନିୟମିତ ଭାବରେ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବା ପାଇଁ ଶକ୍ତି, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ, ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକାରୀମାନଙ୍କ ସହିତ ଏକ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ଗଠନ କରାଯିବ। ପଞ୍ଚାୟତୱାରୀ ସ୍ଥିତି ରିପୋର୍ଟ ପାଇଁ ରୋଡମ୍ୟାପ୍ ଏବଂ ସମୟସୀମା ଧାର୍ଯ୍ୟ କରାଯାଇ ନିୟମିତ ଭାବରେ ଜିଲ୍ଲା କଲେକ୍ଟରମାନଙ୍କ ଠାରୁ ସଂଗ୍ରହ କରାଯିବ।

“ପ୍ରତ୍ୟେକ ଗ୍ରାମକୁ ବିଦ୍ୟୁତ୍, ପାନୀୟ ଜଳ ଏବଂ ଶେଷ ମାଇଲ୍ ପର୍ଯ୍ୟନ୍ତ ସଡ଼କ ସଂଯୋଗୀକରଣ ଯୋଗାଇବା ଏହି ମିଶନ୍ ପାୱାରର ଉଦ୍ଦେଶ୍ୟ”। ଏହି ମିଶନ୍ ତିନୋଟି ପରିଭାଷିତ ନୀତି ଯଥା, “ଗତି, ପରିମାଣ ଏବଂ ମାନକ (ଗୁଣବତ୍ତା)” ଉପରେ କାର୍ଯ୍ୟ କରିବ ବୋଲି, ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି। ଏକ ସମନ୍ୱିତ ଆଭିମୁଖ୍ୟ ନେଇ ସମୟସୀମା ମଧ୍ୟରେ ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନ ଏବଂ ସମାପ୍ତିକୁ ସୁନିଶ୍ଚିତ କରାଯିବ।

ମାନ୍ୟବର ମନ୍ତ୍ରୀ ଶ୍ରୀ ନାୟକ ମାର୍ଚ୍ଚ ୨୦୨୭ ସୁଦ୍ଧା ପାନୀୟ ଜଳର ସାର୍ବଜନୀନ କଭରେଜ୍ ବା ପ୍ରତ୍ୟେକ ଘରକୁ ଜଳ ଯୋଗାଣ ଉପରେ ଗୁରୁତ୍ୱାରୋପ କରିଥିଲେ। ସୁସ୍ଥ ଜୀବନ ସୁନିଶ୍ଚିତ କରିବା ପାଇଁ ଫ୍ଲୋରାଇଡ୍ ପ୍ରଭାବିତ ଅଞ୍ଚଳଗୁଡ଼ିକରେ ଫ୍ଲୋରାଇଡ୍ ରିମୁଭର୍ ଯୋଜନା ମଧ୍ୟ ଖୁବଶୀଘ୍ର କାର୍ଯ୍ୟକାରୀ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ନାୟକ କହିଛନ୍ତି। ଶେଷ ମାଇଲ୍ ସଡ଼କ ସଂଯୋଗୀକରଣ ପାଇଁ, ଜିଲ୍ଲା କଲେକ୍ଟରମାନଙ୍କ ସହାୟତାରେ ସମସ୍ତ ତିନୋଟି ବିଭାଗ ଦ୍ୱାରା ଏକ ସାଚୁରେସନ୍ ଡ୍ରାଇଭ୍ କରାଯିବ। ବାକି ଥିବା ବସତି, ଗ୍ରାମଗୁଡ଼ିକୁ ଛୋଟ କିମ୍ବା ଏକକ ପ୍ରକଳ୍ପ ମାଧ୍ୟମରେ ଯୋଡ଼ାଯାଇ କାର୍ଯ୍ୟାନ୍ଵୟନ କରାଯିବ।

ପ୍ରମୁଖ ଶାସନ ସଚିବ, ଶକ୍ତି ବିଭାଗ ଶ୍ରୀ ବିଶାଳ କୁମାର ଦେବ, ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ କମିଶନର ତଥା ଶାସନ ସଚିବ ଶ୍ରୀ ଏସଏନ ଗିରିଶ, ନିର୍ଦ୍ଦେଶକ ପାନୀୟ ଜଳ ଓ ପରିମଳ ଶ୍ରୀ ବିନୀତ କୁମାର ଭରଦ୍ୱାଜ, ନିର୍ଦ୍ଦେଶକ ସ୍ୱତନ୍ତ୍ର ପ୍ରକଳ୍ପ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଶକ୍ତି, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ।

Previous Post

ଦିଲ୍ଲୀରେ ଭୟଙ୍କର ବିସ୍ଫୋରଣ: ୧୦ ମୃତ, ଜାରି ହେଲା ହାଇଆଲର୍ଟ

Next Post

ରାଜ୍ୟସ୍ତରୀୟ ଶିଶୁ ଉତ୍ସବ ‘ମହକ’ ଉଦ୍‌ଘାଟିତ

FNN WEB

FNN WEB

Next Post
ରାଜ୍ୟସ୍ତରୀୟ ଶିଶୁ ଉତ୍ସବ ‘ମହକ’ ଉଦ୍‌ଘାଟିତ

ରାଜ୍ୟସ୍ତରୀୟ ଶିଶୁ ଉତ୍ସବ ‘ମହକ’ ଉଦ୍‌ଘାଟିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.