• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ‘ସୁରଭି-୨୦୨୫’କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
November 12, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟସ୍ତରୀୟ ‘ସୁରଭି-୨୦୨୫’କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
0
SHARES
1
VIEWS


ଯୋଗଦେଲେ ୨୪୦୦ରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀ
ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱରର ୟୁନିଟ୍-୩ସ୍ଥିତ କ୍ୟାପିଟାଲ ହାଇସ୍କୁଲଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି। ସୁରଭି କେବଳ ଶିଶୁ ପ୍ରତିଭାର ବିକାଶ ପାଇଁ ଏକ ଉତ୍ସବ ନୁହେଁ, ଏହା ପ୍ରତ୍ୟେକ ଶିଶୁମାନଙ୍କ ସ୍ୱପ୍ନ, ସୃଜନଶୀଳତା, ଚିନ୍ତାଧାରା ଓ ପ୍ରତିଭା ବିକାଶର ମଞ୍ଚ। ବିଦ୍ୟାର୍ଥୀମାନଙ୍କ ପ୍ରତିଭାକୁ ଲୋକଲୋଚନକୁ ଆଣିବାରେ ‘ସୁରଭି’ ଏକ ଅଦ୍ବିତୀୟ ପ୍ଲାଟଫର୍ମ ସାଜିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମରେ ୨୪୦୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଓ ସହଯୋଗୀ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ୧୦୦୦ରୁ ଊର୍ଦ୍ଧ୍ବ ସରକାରୀ ଅଧିକାରୀ ଓ କର୍ମଚାରୀ ଯୋଗଦେଇଛନ୍ତି। ଚଳିତ ବର୍ଷ ‘ସୁରଭି’ କାର୍ଯକ୍ରମରେ “ନିପୁଣ ଓଡ଼ିଶା-ନିପୁଣ ଭାରତ” କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଥମରୁ ତୃତୀୟ ଶ୍ରେଣୀର ପିଲାମାନଙ୍କୁ ବିଦ୍ୟାଳୟ ଓ କ୍ଲଷ୍ଟର ସ୍ତରରେ ଭାଗନେବାର ସୁଯୋଗ ଦିଆଯାଇଛି।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରଦର୍ଶିତ ବିଭିନ୍ନ ପ୍ରଦର୍ଶନୀ ବୁଲି ଦେଖିଥିଲେ। ଯୁକ୍ତ ୨ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା କଳାରେ ଦେବେନ୍ଦ୍ର ଖମାରିଆ, ବିଜ୍ଞାନରେ ସୁଶିଲ କୁମାର ନାୟକ, ବାଣିଜ୍ୟରେ ସ୍ବର୍ଣ୍ଣ ରେଖା ମନ୍ତ୍ରୀ ଏବଂ ଧନ୍ଦାମୂଳକ ଶିକ୍ଷାରେ ସୁପ୍ରିୟା ସୁତାରଙ୍କୁ ମୁଖ୍ୟମନ୍ତ୍ରୀ ୨୦ ହଜାର ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରିଥିଲେ। ବିଭିନ୍ନ ପ୍ରତିଯୋଗିତା ଏବଂ ଶିକ୍ଷା କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଏବଂ ମୁଖ୍ୟମନ୍ତ୍ରୀ ଭାଷା ବୃତ୍ତି ପାଇଁ ୫ ଜଣଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିବା ସହିତ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ହୁଇଲ ଚେୟାର ପ୍ରଦାନ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ, ଶିଶୁମାନେ ଆମର ଭବିଷ୍ୟତ, ଆମର ଆଶା। ଶିଶୁମାନଙ୍କ ସ୍ୱପ୍ନକୁ ସାକାର କରିବା, ସେମାନଙ୍କ ମାର୍ଗଦର୍ଶନ କରିବା ଆମର ସର୍ବୋଚ୍ଚ ପ୍ରାଥମିକତା। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାର ଉନ୍ମେଷ କରାଇବାରେ ‘ସୁରଭି’ର ଯୋଗଦାନ ଅତ୍ୟନ୍ତ ଉଲ୍ଲେଖନୀୟ। ‘ସୁରଭି’ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରତିବର୍ଷ ବିଦ୍ୟାର୍ଥୀମାନଙ୍କ ପ୍ରତିଭା ଲୋକଲୋଚନକୁ ଆଣିବାକୁ ପ୍ରୟାସ ଜାରି ରଖିଛି । ବିଦ୍ୟାର୍ଥୀମାନଙ୍କ ଭିତରେ ଅସଂଖ୍ୟ ସମ୍ଭାବନା ଏବଂ ଗୁଣାବଳୀ ଲୁଚି ରହିଛି । ସେମାନେ ନିଜ ଭିତରେ ଲୁକ୍କାୟିତ ଗୁଣାବଳୀ ଏବଂ ଦକ୍ଷତାକୁ ଚିହ୍ନଟ କରନ୍ତୁ । ବଡ଼ ସ୍ୱପ୍ନ ଦେଖିବା ପାଇଁ କେବେ ବି ଦ୍ୱିଧା ପ୍ରକାଶ କରନ୍ତୁ ନାହିଁ । ଦେଶ ନିର୍ମାଣରେ ବିଦ୍ୟାର୍ଥୀମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ତେଣୁ ବିଦ୍ୟାର୍ଥୀଙ୍କୁ ଗୁଣାତ୍ମକ ଶିକ୍ଷା ଏବଂ ଉତ୍ତମ ସ୍ବାସ୍ଥ୍ୟ ବ୍ୟବସ୍ଥା ଯୋଗାଇ ଦେବା ପାଇଁ ଆମ ସରକାର ନିରନ୍ତର ପ୍ରୟାସ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଥିଲେ, ଶିକ୍ଷା ବ୍ୟବସ୍ଥାରେ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ, ଉଚ୍ଚଶିକ୍ଷା ଭଳି ବିଭିନ୍ନ ସ୍ତର ରହିଛି ଏବଂ ଏହି ସମସ୍ତେ ପରସ୍ପରର ପରିପୂରକ। ତେଣୁ ସବୁ ସ୍ତରର ବିକାଶ ହୋଇପାରିଲେ ହିଁ ଆମ ରାଜ୍ୟର ଶିକ୍ଷା କ୍ଷେତ୍ରର ବିକାଶ ସମ୍ଭବ ହୋଇପାରିବ। ଏହି ୩ ଦିନିଆ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ପାଇଁ ବିଭିନ୍ନ ପ୍ରତିଯୋଗିତା, ସ୍ଥାନୀୟ ପରିଭ୍ରମଣ, ବିଶିଷ୍ଟ ବ୍ୟକ୍ତିଙ୍କ ସହ ସାକ୍ଷାତକାର, ଶ୍ରେଷ୍ଠ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀ, ମଡ଼େଲ ୟୁନାଇଟେଡ୍ ନେସନ୍ ପାଭିଲିୟନ, କର୍ମଶାଳା ଓ ବିଭିନ୍ନ ପ୍ରଦର୍ଶନୀ ଏବଂ ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଛି।

ବିଶିଷ୍ଟ ଅତିଥି ଭାବେ ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଡ଼ ଏନ୍. ତିରୁମାଲା ନାଏକ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନନ୍ୟା ଦାସ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ବୀରେନ୍ଦ୍ର କର୍କରା, ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ନିୟତୀ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ନଭେମ୍ବର ୧୨ ରୁ ୧୪ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହାଇସ୍କୁଲ, ୟୁନିଟ୍-୩ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ।

Previous Post

ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ପାଇଁ ପ୍ରସ୍ତୁତି

Next Post

ଓଡ଼ିଶାର କୃଷି ଐତିହ୍ୟ ଓ ଶ୍ରୀ ଅନ୍ନର ସଂରକ୍ଷଣ, ପ୍ରସାର ପଦକ୍ଷେପକୁ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ଭୁୟସୀ ପ୍ରଶଂସା

FNN WEB

FNN WEB

Next Post
ଓଡ଼ିଶାର କୃଷି ଐତିହ୍ୟ ଓ ଶ୍ରୀ ଅନ୍ନର ସଂରକ୍ଷଣ, ପ୍ରସାର ପଦକ୍ଷେପକୁ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ଭୁୟସୀ ପ୍ରଶଂସା

ଓଡ଼ିଶାର କୃଷି ଐତିହ୍ୟ ଓ ଶ୍ରୀ ଅନ୍ନର ସଂରକ୍ଷଣ, ପ୍ରସାର ପଦକ୍ଷେପକୁ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ଭୁୟସୀ ପ୍ରଶଂସା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.