• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନୂଆଦିଲ୍ଲୀ: ୪୪ତମ ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା’ରେ ‘ଓଡ଼ିଶା ମଣ୍ଡପ’ ଉଦଘାଟିତ

FNN WEB by FNN WEB
November 14, 2025
in ଓଡ଼ିଶା, ମୁଖ୍ୟ ଖବର
0
ନୂଆଦିଲ୍ଲୀ: ୪୪ତମ ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା’ରେ ‘ଓଡ଼ିଶା ମଣ୍ଡପ’ ଉଦଘାଟିତ
0
SHARES
5
VIEWS


• ଓଡ଼ିଶା ମଣ୍ଡପ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତି ପରିଡ଼ା
• ନଭେମ୍ବର ୧୪ରୁ ୨୭ ଯାଏଁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା
• ଭାରତ ମଣ୍ଡପମର ହଲ୍ ନମ୍ବର-୪ରେ ଝଟକୁଛି ‘ଓଡ଼ିଶା ମଣ୍ଡପ’
• ମୁଖ୍ୟ ପ୍ରବେଶ ଦ୍ୱାରରେ ଶ୍ରୀମନ୍ଦିର ସିଂହଦ୍ୱାର ଆକୃତିର ତୋରଣ
• ଏଥର ମେଳାରେ ସ୍ଥାନ ପାଇଛି ୨୮ଟି ଷ୍ଟଲ

ନୂଆଦିଲ୍ଲୀ, ୧୪ ନଭେମ୍ବର ୨୦୨୫: ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ବିଶେଷ ଆକର୍ଷଣ ସାଜିଛି ‘ଓଡ଼ିଶା ମଣ୍ଡପ’। ଶୁକ୍ରବାର ଦିନ ଏହାକୁ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଉଦଘାଟନ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ବିଭିନ୍ନ ଷ୍ଟଲ ବୁଲି ଦେଖିବା ସହ ‘ଓଡ଼ିଶା ମଣ୍ଡପ’ର ଆକର୍ଷଣୀୟ ଡିଜାଇନକୁ ପ୍ରଶଂସା କରିଥିଲେ।
‘‘ଏଥର ‘ଓଡ଼ିଶା ମଣ୍ଡପ’ ବେଶ୍‌ ଆକର୍ଷଣୀୟ ହୋଇଛି। ଏଠାରେ ରାଜ୍ୟର ଅନନ୍ୟ କଳା, ସଂସ୍କୃତି, ଐତିହ୍ୟ ସାଙ୍ଗକୁ କୃଷି, ଶିଳ୍ପ ଓ ବାଣିଜ୍ୟ ତଥା ରାଜ୍ୟର ସାମଗ୍ରିକ ବିକାଶର ଛବି ପ୍ରତିଫଳିତ ହେଉଛି। ଓଡ଼ିଶାର ଅନନ୍ୟ ହସ୍ତତନ୍ତ ଓ ଗ୍ରାମୀଣ ଉତ୍ପାଦ, ସୁଭଦ୍ରା ଶକ୍ତି ମହିଳାଙ୍କ ହାତ ତିଆରି ଜିନିଷ ଏହି ବାଣିଜ୍ୟ ମେଳାରେ ପ୍ରଦର୍ଶନ କରାଯାଉଛି। ଓଡ଼ିଶା ସବୁବେଳେ ମହିଳା ଶକ୍ତିଙ୍କୁ ଗୁରୁତ୍ୱ ଦେଇ ଆସୁଛି। ଚଳିତ ବର୍ଷ ଏହି ମେଳାର ବିଭିନ୍ନ ଷ୍ଟଲରେ ମହିଳାଙ୍କ ଉପସ୍ଥିତି ଏକଥାକୁ ପ୍ରମାଣିତ କରୁଛି,’’ ଓଡ଼ିଶା ମଣ୍ଡପ ଉଦଘାଟନ ଅବସରରେ କହିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତି ପରିଡ଼ା।
ନୂଆଦିଲ୍ଲୀରେ ନଭେମ୍ବର ୧୪ରୁ ୨୭ ତାରିଖ ଯାଏଁ ଚାଲିବ ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା’। ଏଥର ଭାରତ ମଣ୍ଡପମର ହଲ୍ ନମ୍ବର-୪ରେ ସ୍ଥାନ ପାଇଛି ‘ଓଡ଼ିଶା ମଣ୍ଡପ’। ଏ ବର୍ଷର ଥିମ୍‌ ରହିଛି ‘ଏକ ଭାରତ ଶ୍ରେଷ୍ଠ ଭାରତ’।
ଓଡ଼ିଆ ଅସ୍ମିତାର ପ୍ରତୀକ ମହାପ୍ରଭୁ ଶ୍ରୀ ଜଗନ୍ନାଥ। ଉତ୍କଳୀୟ ସ୍ଥପତ୍ୟ କଳାର ନିଦର୍ଶନ ହେଉଛି ଶ୍ରୀମନ୍ଦିର। ଏଥର ଓଡ଼ିଶା ମଣ୍ଡପର ମୁଖ୍ୟ ପ୍ରବେଶ ଦ୍ୱାରରେ ଶ୍ରୀମନ୍ଦିର ସିଂହଦ୍ୱାର ଆକୃତିର ତୋରଣ ଶୋଭାପାଉଛି। ସେହିପରି ଆଉ ଏକ ପ୍ରବେଶପଥରେ ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ଦର୍ଶାଉଥିବା ‘ବୋଇତ’ ଆକୃତିର ତୋରଣ ମଧ୍ୟ ନିର୍ମାଣ କରାଯାଇଛି। ଓଡ଼ିଶା ମଣ୍ଡପ ଭିତରେ ଧଉଳିର ଶାନ୍ତିସ୍ତୂପ ଓ ଡୋକ୍ରା କାରିଗରି ସାଙ୍ଗକୁ ଆଧୁନିକ ଜାହାଜର ପ୍ରତିରୂପ ଦେଶ ବିଦେଶର ଦର୍ଶକଙ୍କୁ ଆକର୍ଷିତ କରୁଛି।
ଓଡ଼ିଶା ମଣ୍ଡପରେ ଚଳିତ ବର୍ଷ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଏବଂ ସହଯୋଗୀ ସଂସ୍ଥା ପକ୍ଷରୁ ମୋଟ ୨୮ଟି ଷ୍ଟଲ୍ ରହିଛି। ଏଥିରେ ଅନନ୍ୟ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ସହିତ ଓରମାସ୍ ଦ୍ୱାରା ପ୍ରସ୍ତୁତ ଗ୍ରାମୀଣ ଉତ୍ପାଦ, ସୁଭଦ୍ରା ଶକ୍ତି ମା’ଙ୍କ ହାତ ତିଆରି ସାମଗ୍ରୀ, କୋରାପୁଟ କଫି ଏବଂ ପୁଷ୍ଟିଶସ୍ୟ ଖାଦ୍ୟ ପଦାର୍ଥ ଆଦି ସ୍ଥାନ ପାଇଛି।
ସେହିପରି ‘ଓଡ଼ିଶା ମଣ୍ଡପ’ରେ ରାଜ୍ୟର ଅନନ୍ୟ ହସ୍ତକଳା ଓ ହସ୍ତଶିଳ୍ପ ସାମଗ୍ରୀର ଲାଇଭ୍ ଡେମନଷ୍ଟ୍ରେସନ ଆଉ ଏକ ଆକର୍ଷଣ ପାଲଟିଛି। ଏଠାରେ ଓଡ଼ିଶାର କାରିଗରମାନେ ପଟ୍ଟଚିତ୍ର, ତାରକସି, ସବାଇ ଘାସ ଓ ଲାଖରୁ ବିଭିନ୍ନ ଉତ୍ପାଦ ପ୍ରସ୍ତୁତ କରି ପ୍ରଦର୍ଶନ କରୁଛନ୍ତି। ଏହାସହ ଓଡ଼ିଶା ପ୍ରସିଦ୍ଧ ରସଗୋଲା, ଛେନାପୋଡ଼, ଛେନା ଝିଲ୍ଲି ଏବଂ ଦହିବରା ଆଳୁଦମ ଆଦିର ମଜା ନେବା ପାଇଁ ସ୍ୱତନ୍ତ୍ର ଷ୍ଟଲ ଖୋଲାଯାଇଛି।
ଉଦଘାଟନୀ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରେ ଅବସ୍ଥାପିତ ସ୍ୱତନ୍ତ୍ର ଆବାସିକ ଆୟୁକ୍ତ ଶ୍ରୀମତୀ ରିତୁ ଅରୋରା, ଅତିରିକ୍ତ ଆବାସିକ ଆୟୁକ୍ତ ଶ୍ରୀମତୀ ସୁଚରିତା ଷଡ଼ଙ୍ଗୀ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସ ପଟ୍ଟନାୟକ, ନିର୍ଦ୍ଦେଶକ ବୈଷୟିକ ଶ୍ରୀ ଗୁରବୀର ସିଂ, ଓଡ଼ିଶା ମଣ୍ଡପର ନିର୍ଦ୍ଦେଶକ ଶ୍ରୀ ଅଶ୍ୱିନୀ କୁମାର ଭୋଇ ଏବଂ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

Previous Post

ନୀଳଗିରି ହେଉଛି ଜନଶକ୍ତି ଓ ଲୋକତନ୍ତ୍ରର ସ୍ପନ୍ଦନ – ମୁଖ୍ୟମନ୍ତ୍ରୀ

Next Post

ରାଜ୍ୟରେ ଏଲ୍‌ପିଜି ଯୋଗାଣକୁ ସୁବ୍ୟବସ୍ଥିତ କରିବା ନେଇ ବୈଠକ

FNN WEB

FNN WEB

Next Post
ରାଜ୍ୟରେ ଏଲ୍‌ପିଜି ଯୋଗାଣକୁ ସୁବ୍ୟବସ୍ଥିତ କରିବା ନେଇ ବୈଠକ

ରାଜ୍ୟରେ ଏଲ୍‌ପିଜି ଯୋଗାଣକୁ ସୁବ୍ୟବସ୍ଥିତ କରିବା ନେଇ ବୈଠକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.