• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ଜନଜାତୀୟ ଗୌରବ ଦିବସ’ : ୬୦୯ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
November 15, 2025
in ଓଡ଼ିଶା, ମୁଖ୍ୟ ଖବର
0
‘ଜନଜାତୀୟ ଗୌରବ ଦିବସ’ : ୬୦୯ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
0
SHARES
1
VIEWS


ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଉରକେଲା ଠାରେ ଆୟୋଜିତ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟ ସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ଅବସରରେ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଆଜି ରାଉରକେଲା ଠାରେ ସୁନ୍ଦରଗଡ ଜିଲ୍ଲା ପାଇଁ ୧୩୪୫ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବା ସହିତ ୬୦୯ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଉରକେଲା ସହରର ହନୁମାନ ବାଟିକା ଛକରୁ ପାୱାର ହାଉସ୍ ଛକ ପର୍ଯ୍ୟନ୍ତ ରାସ୍ତାକୁ ଭଗବାନ ବିର୍ସା ମୁଣ୍ଡା ରାସ୍ତା ଭାବେ ନାମିତ କରିଛନ୍ତି।

ଉପସ୍ଥିତ ରାଉରକେଲା ବାସୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ , କିଶୋର ବୟସରୁ ବିର୍ସା ମୁଣ୍ଡା ଉପନିବେଶବାଦୀ ଶୋଷଣ ବିରୋଧୀ ଜନପ୍ରତିରୋଧର ନେତୃତ୍ବ ନେଇଥିଲେ। ବ୍ରିଟିଶ୍ ଶାସନ ଓ ସ୍ଥାନୀୟ ଜମିଦାରଙ୍କ ଶୋଷଣ ଓ ଅତ୍ୟାଚାରରେ ନିଷ୍ପେଷିତ ଲୋକମାନଙ୍କ ସାମାଜିକ ଓ ଆର୍ଥିକ ଅଧିକାର ପାଇଁ ଲଢେଇ ଜାରି ରଖିଥିଲେ। ବିର୍ସା ମୁଣ୍ଡାଙ୍କ ବିଦ୍ରୋହ ଝାଡଖଣ୍ଡ, ଓଡିଶା, ବିହାର, ପଶ୍ଚିମ ବଙ୍ଗ ଏବଂ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ବ୍ୟାପୀ ଏକ ବିରାଟ ଆଦିବାସୀ ଆନ୍ଦୋଳନର ରୂପ ନେଇଥିଲା।

ମାନନୀୟ ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ପ୍ରେରଣାଦାୟୀ ଉଦ୍ୟମରେ ଆଜି ମହାନ୍ ଜନଜାତି ନାୟକ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜନଜାତି ଗୌରବ ଦିବସ ଭାବେ ପାଳନ କରାଯାଉଛି। ଏହି ଉତ୍ସବ ଭଗବାନ ବିର୍ସା ମୁଣ୍ଡାଙ୍କ ବୀରତ୍ବ, ତ୍ୟାଗ ଓ ସାହସ ନିମନ୍ତେ ଉତ୍ସର୍ଗୀକୃତ। ସେ ଆହୁରି ମଧ୍ୟ କହିଥିଲେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନୀତି ହେଉଛି ସବ୍‌କା ସାଥ୍ ସବ୍‌କା ବିକାଶ, ସବ୍‌କା ବିଶ୍ବାସ ଓ ସବ୍‌କା ପ୍ରୟାସ । ଜନଜାତି ସମ୍ପ୍ରଦାୟଙ୍କ ସଶକ୍ତିକରଣ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନେକ ଯୁଗାନ୍ତକାରୀ ପଦକ୍ଷପ ଗ୍ରହଣ କରିଛନ୍ତି। ପିଏମ୍ ଜନ୍‌ମନ୍‌ ଯୋଜନା, ଧର୍‌ତୀ ଆବା ଜନଭାଗିଦାରୀ ଅଭିଯାନ, ଆଦିକର୍ମ ଯୋଗୀ ଅଭିଯାନ ଭଳି ବିଭିନ୍ନ ଯୋଜନା ମାଧ୍ୟମରେ ଜନଜାତି ବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବାର ଉଦ୍ୟମ ଜାରିରହିଛି।

ଜନଜାତି ସମ୍ପ୍ରଦାୟଙ୍କ ସର୍ବାଙ୍ଗୀନ ବିକାଶ ଲାଗି ରାଜ୍ୟ ସରକାର ଅନେକ ପଦକ୍ଷପ ଗ୍ରହଣ କରିଛନ୍ତି। ଜଙ୍ଗଲ ଜମି ଅଧିକାର ପ୍ରଦାନ ବଳରେ ସେମାନଙ୍କୁ ସଶକ୍ତ କରାଯାଉଛି। ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ମାଧ୍ୟମରେ ଜନଜାତି ପରିବାର ଗୁଡିକୁ ଜୀବନ ଜୀବିକାରେ ସହାୟତା ପ୍ରଦାନ କରି ସେମାନଙ୍କୁ ସଶକ୍ତ କରାଯାଉଛି। ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଡ୍ରପଆଉଟ୍ ହାର ରୋକିବା ପାଇଁ ଶହୀଦ ମାଧୋ ସିଂ ହାତଖର୍ଚ୍ଚ ଯୋଜନାରେ ଅର୍ଥିକ ସହାୟତା ପ୍ରଦାନ କରାଯାଉଛି। ମୋଦୀଜୀଙ୍କ ନେତୃତ୍ବରେ ଜନଜାତି ସଶକ୍ତିକରଣର ସବୁଠାରୁ ବଡ ଉଦାହରଣ ହେଉଛନ୍ତି ଦେଶର ମହାମହିମ ରାଷ୍ଟ୍ରପତି । ଏହି କାର୍ଯ୍ୟକ୍ରମରେ ଓଡିଶା ବିଧାନସଭାର ଉପବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ, ରାଉରକେଲା ବିଧାୟକ ଶ୍ରୀ ସାରଦା ପ୍ରସାଦ ନାୟକ, ରଘୁନାଥପାଲି ବିଧାୟକ ଶ୍ରୀ ଦୁର୍ଗାଚରଣ ତନ୍ତୀ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନା ଯୋଗ୍ୟ ଯେ, ଭଗବାନ୍ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ଦେଶବ୍ୟାପୀ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟରୁ ଶହୀଦ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି।

Previous Post

ଜୟନ୍ତୀ ଅବସରରେ ଶହୀଦ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି

Next Post

କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ୧୧ତମ ଜାତୀୟ ଶିଶୁ ସାହିତ୍ୟ ମହୋତ୍ସବ ଉଦଯାପିତ

FNN WEB

FNN WEB

Next Post
କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ୧୧ତମ ଜାତୀୟ ଶିଶୁ ସାହିତ୍ୟ ମହୋତ୍ସବ ଉଦଯାପିତ

କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ୧୧ତମ ଜାତୀୟ ଶିଶୁ ସାହିତ୍ୟ ମହୋତ୍ସବ ଉଦଯାପିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.