• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମହେନ୍ଦ୍ରଗିରି ଶିଖରରେ ଇକୋ ରିସର୍ଟ ଉଦ୍‌ଘାଟିତ

FNN WEB by FNN WEB
November 18, 2025
in ଓଡ଼ିଶା, ମୁଖ୍ୟ ଖବର
0
ମହେନ୍ଦ୍ରଗିରି ଶିଖରରେ ଇକୋ ରିସର୍ଟ ଉଦ୍‌ଘାଟିତ
0
SHARES
29
VIEWS

ପାରଳାଖେମୁଣ୍ଡି: ପର୍ଯ୍ୟଟକଙ୍କୁ ଅଧିକ ଆକୃଷ୍ଟ କରିବା ପାଇଁ ସରକାରଙ୍କ ପକ୍ଷରୁ ମହେନ୍ଦ୍ରଗିରିର ଶିଖରରେ ନିର୍ମାଣ ହୋଇଛି ଆକର୍ଷଣୀୟ ଇକୋ ରିସର୍ଟ କଟେଜ। ଯାହାର ଶୁଭ ଉଦ୍‌ଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ, ବାଣିଜ୍ୟ, ପରିବହନ ଓ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରମୁଖଙ୍କ ଉପସ୍ଥିତିରେ ଏହାର ଶୁଭ ଉଦଘାଟନ କରାଯାଇଛି। ଏଥିରେ ଦଶଟି କଟେଜ୍ ନିର୍ମାଣ ହୋଇଥିବା ବେଳେ ପର୍ଯ୍ୟଟକଙ୍କ ଆବଶ୍ୟକ ଅନୁସାରେ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ରହିଛି। ବିଶେଷ କରି ପର୍ଯ୍ୟଟକ ପର୍ବତ ଶିଖରର ପରିବର୍ତ୍ତିତ ଜଳବାୟୁ ସହ ମନଲୋଭା ପରିବେଶ ମଧ୍ୟରେ ରାତ୍ରି ଯାପନ କରିବା ନିଆରା ଅନୁଭୂତି ସୁରକ୍ଷିତ ଭାବେ ନେଇ ପାରିବେ ସେଥିପାଇଁ ବିଶେଷ ଦୃଷ୍ଟି ଦିଆଯାଇଛି। କାର୍ଯ୍ୟକ୍ରମରେ ମୋହନା ବିଧାୟକ ଦାଶରଥି ଗମାଙ୍ଗ, ପାରଳାଖେମୁଣ୍ଡି ବିଧାୟକ ଇଂ ରୂପେଶ ପାଣିଗ୍ରାହୀ, ଛତ୍ରପୁର ବିଧାୟକ କୃଷ୍ଣ ନାଯକ, ଗଜପତି ଜିଲ୍ଲାପାଳ ମଧୁମିତା, ଗଞ୍ଜାମ ଜିଲ୍ଲାପାଳ ଭି କୀର୍ତ୍ତିଭାସନ, ଅତିରିକ୍ତ ଜିଲ୍ଲାପାଳ ଫାଲ୍ଗୁନୀ ମାଝୀ, ଉପଜିଲ୍ଲାପାଳ ଅନୁପ ପଣ୍ଡା , ବନଖଣ୍ଡ ଅଧିକାରୀ ଏସ ନାଗରାଜୁ ଏସିଏଫ ଅରୁଣ କୁମାର ସାହୁଙ୍କ ସମେତ ବହୁ ପ୍ରଶାସନିକ ଅଧିକାରୀ, ବନ ବିଭାଗର ଅଧିକାରୀ, ପୁଲିସ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

ମହେନ୍ଦ୍ରଗିରି ଏକ ପୁରାଣ ପ୍ରସିଦ୍ଧ ସ୍ଥାନ । ଏଠାରେ ତିନିଗୋଟି ପ୍ରାଚୀନ ମନ୍ଦିର ରହିଅଛି, ଭୀମ ମନ୍ଦିର, ଯୁଧିଷ୍ଠିର ଓ କୁନ୍ତୀ ମନ୍ଦିର, ଅର୍ଜୁନ ଗୁମ୍ଫା ରହିଅଛି । ଏଠାରେ ସର୍ବଦା ମନ୍ଦ ମଳୟ ପ୍ରବାହିତ ହୋଇଥାଏ। ଜଳବାୟୁ ଅତ୍ୟନ୍ତ ସ୍ୱାସ୍ଥ୍ୟପ୍ରଦ, ପ୍ରତିଦିନ ଏଠାରେ ବର୍ଷା, ଶୀତ, ବସନ୍ତ ଇତ୍ୟାଦି ଷଡ଼ଋତୁ ଅନୁଭୂତ ହୁଏ । ମହେନ୍ଦ୍ରଗିରିର ଅରଣ୍ୟ ଶୋଭା ଭାରି ମନଲୋଭା, ବର୍ଷାଦିନେ ପର୍ବତ ଶୃଙ୍ଗରେ ମେଘମାଳା ଭାରି ଆକର୍ଷଣୀୟ ଓ ସୂର୍ଯ୍ୟ ଉଦୟ ଦର୍ଶନ ଏଠାରେ ଅତ୍ୟନ୍ତ ରମଣୀୟ। ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗ ପକ୍ଷରୁ ଇକୋ ଟୁରିଜିମ ବ୍ୟବସ୍ଥା ଆଜି ଠାରୁ ଆରମ୍ଭ ହୋଇଛି ଏବଂ ଏହି ଇକୋ ଟୁରିଜିମ ପର୍ଯ୍ୟଟକଙ୍କୁ ବେଶ୍ ଆକୃଷ୍ଠ କରିବାରେ କେନ୍ଦ୍ରବିନ୍ଦୁ ସାଜିଥିବା ବେଳେ ଏହି ଅଞ୍ଚଳରେ ପର୍ଯ୍ୟଟନକୁ ବୃଦ୍ଧି କରିବ । ଏଠାକୁ ଦେଶ ବିଦେଶରୁ ବହୁ ପର୍ଯ୍ୟଟକ ବର୍ଷ ସାରା ଆସିଥାନ୍ତି। ସେହିପରି ଚନ୍ଦ୍ରଗିରି ନିକଟସ୍ଥ ଜିରାଙ୍ଗ ଠାରେ ଥିବା ଏସିଆ ମହାଦେଶର ଦ୍ବିତୀୟ ବୃହତ୍ତମ ବୌଦ୍ଧ ମନ୍ଦିର,ଖସଡ଼ା ଜଳପ୍ରପାତ, ରାୟଗଡ ବ୍ଲକ ର ଗଣ୍ଡାହାତୀ ଜଳପ୍ରପାତ ସହିତ ଆହୁରି ଆନେକ ପର୍ଯ୍ୟଟନ ସ୍ଥଳ ରହିଅଛି।

Previous Post

ଚିରବିଦାୟ ନେଲେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

Next Post

ବରଗଡ଼ ଧନୁଯାତ୍ରା: ସୁଶୀଲ ମେହେର ହେବ କଂସ

FNN WEB

FNN WEB

Next Post
ବରଗଡ଼ ଧନୁଯାତ୍ରା: ସୁଶୀଲ ମେହେର ହେବ କଂସ

ବରଗଡ଼ ଧନୁଯାତ୍ରା: ସୁଶୀଲ ମେହେର ହେବ କଂସ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.