• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୧୨ ଦେଶର ୪୦ ପ୍ରତିନିଧି

FNN WEB by FNN WEB
November 19, 2025
in ଓଡ଼ିଶା, ମୁଖ୍ୟ ଖବର
0
ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୧୨ ଦେଶର ୪୦ ପ୍ରତିନିଧି
0
SHARES
1
VIEWS

୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ:

ଭୁବନେଶ୍ୱର : ୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ ଅବସରରେ ନୂଆଦିଲ୍ଲୀ ସ୍ଥିତ ସଂସଦ ସଚିବାଳୟର Parliamentary Research and Training Institute for Democracies (PRIDE) ତରଫରୁ ୧୨ଟି ଦେଶର 40 ଜଣ ବିଦେଶୀ ପ୍ରତିନିଧି ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବା ସହିତ ଏକ ବୈଠକରେ ଯୋଗଦେଇଥିଲେ। ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ପ୍ରତିନିଧିମାନଙ୍କୁ ସ୍ଵାଗତ କରିବା ସହ ଓଡ଼ିଶାର ଦୃଢ଼ ଗଣତାନ୍ତ୍ରିକ ପରମ୍ପରା ଏବଂ ବିଧାନସଭାର ୮୯ ବର୍ଷର ଉତ୍ସର୍ଗୀକୃତ ଜନସେବାର ଐତିହ୍ୟ ଉପରେ ଆଲୋକପାତ କରିଥିଲେ। ସେ କହିଥିଲେ ଯେ, ଓଡ଼ିଶା ରାଜ୍ୟ ବିଧାନସଭାର ସଂସଦୀୟ କାର୍ଯ୍ୟ ପ୍ରଣାଳୀ ଭାରତର ଅନ୍ୟତମ ସର୍ବଶ୍ରେଷ୍ଠ। ଜୁନ୍ 2024 ରୁ ଜୁନ୍ 2025 ମଧ୍ୟରେ ଓଡିଶା ବିଧାନସଭା 62ଟି ବୈଠକ ପରିଚାଳନା କରିଛି ଏବଂ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଲ୍, 2024 ଉପରେ ରେକର୍ଡ 12 ଘଣ୍ଟା 25 ମିନିଟ୍ ବିତର୍କ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବିଧାନସଭା ପ୍ରକ୍ରିୟାର ଡିଜିଟାଲ୍ ରୂପାନ୍ତରଣ କ୍ଷେତ୍ରରେ ଓଡିଶା ଏକ ଅଗ୍ରଣୀ ରାଜ୍ୟ ବୋଲି ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ବିଧାନସଭାରେ ଜାତୀୟ ଇ-ବିଧାନ ଆପ୍ଲିକେସନ୍‌ର ପୂର୍ଣ୍ଣ କାର୍ଯ୍ୟାନ୍ୱୟନ, ଇ-ପ୍ରଶାସନ ପାଇଁ OSWAS, ସମ୍ପୂର୍ଣ୍ଣ ଡିଜିଟାଲ୍ ଗୃହ, ଗବେଷଣା ଏବଂ ସୂଚୀକରଣ(Indexing) ପାଇଁ AI ର ବ୍ୟବହାର ଆଦି ଅନେକ ପଦକ୍ଷେପ ନିଆଯାଇଛି। ଡିଜିଟାଲ୍ ପ୍ରୟୋଗ କ୍ଷେତ୍ରରେ ଉତ୍କର୍ଷତା ପାଇଁ ଓଡିଶା ବିଧାନସଭା ଜାତୀୟ ପୁରସ୍କାର ହାସଲ କରିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ବିଭିନ୍ନ ସଂସଦୀୟ କମିଟି ବ୍ୟବସ୍ଥାର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଗୁରୁତ୍ୱାରୋପ କରି ସେ କହିଥିଲେ ଯେ ଓଡ଼ିଶାର 10ଟି ବିଭାଗୀୟ ସ୍ଥାୟୀ କମିଟି ସମେତ 25ଟି କମିଟି ଗଠନ କରାଯାଇଛି। ଉନ୍ନତ ପ୍ରଶାସନ ସୁନିଶ୍ଚିତ କରିବା ପାଇଁ ଏହି କମିଟି ଗୁଡିକ “ମିନି-ପାର୍ଲିମେଣ୍ଟ” ଭାବରେ କାର୍ଯ୍ୟ କରୁଛି। ଓଡ଼ିଶା ନିକଟରେ ଅନୁସୂଚିତ ଜାତି ଏବଂ ଜନଜାତି କମିଟିର ଅଧ୍ୟକ୍ଷଙ୍କ ଜାତୀୟ ସମ୍ମିଳନୀକୁ ସଫଳତାର ସହିତ ଆୟୋଜନ କରିଥିଲା। ଏହା ଆମର Inclusive Governance ପ୍ରତି ପ୍ରତିବଦ୍ଧତାର ପ୍ରମାଣ ବୋଲି ସେ କହିଥିଲେ।

ଓଡ଼ିଶାର ସାଂସ୍କୃତିକ ସମୃଦ୍ଧି ବିଷୟରେ କହିବାକୁ ଯାଇ ମୁଖ୍ୟମନ୍ତ୍ରୀ, ରାଜ୍ୟକୁ ପୂର୍ବ ଭାରତର ସାଂସ୍କୃତିକ କେନ୍ଦ୍ର ଭାବରେ ବର୍ଣ୍ଣନା କରିଥିଲେ। ବିଦେଶୀ ପ୍ରତିନିଧିମାନେ ପୂର୍ବରୁ ପୁରୀ, କୋଣାର୍କ, ଧଉଳି ଏବଂ ଅନ୍ୟାନ୍ୟ ଐତିହ୍ୟସ୍ଥଳୀ ପରିଦର୍ଶନ କରିଥିଲେ। ସେମାନେ ଓଡ଼ିଶାର ଐତିହ୍ୟ ଓ ଆତିଥ୍ୟର ଉଚ୍ଚ ପ୍ରଶଂସା କରିଥିଲେ। ଏହି ଅବସରରେ ରାଜ୍ୟସଭା ସାଂସଦ ଶ୍ରୀ ସୁଜିତ କୁମାର କହିଛନ୍ତି ଯେ ବିଶ୍ୱ ଗଣତାନ୍ତ୍ରିକ ପରିବେଶରେ ଓଡ଼ିଶାର ବିଧାନସଭା ଏକ ଜାତୀୟ ମଡେଲ ଭାବରେ ଉଭା ହୋଇଛି। ଓଡ଼ିଶାର ବିଧାନସଭା ଶୃଙ୍ଖଳା, ଗଠନମୂଳକ ବିତର୍କ ଏବଂ ପ୍ରଯୁକ୍ତିବିଦ୍ୟା ନବସୃଜନର ଏକ ମଡେଲ । ଏଣୁ ସଂସଦୀୟ ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମ ଯୁବ ବିଶ୍ୱ ପ୍ରତିନିଧିମାନଙ୍କୁ ଭାରତର ଅନନ୍ୟ ସଂସଦୀୟ ପରମ୍ପରା ଶିଖିବା ପାଇଁ ଏକ ବିରଳ ସୁଯୋଗ ପ୍ରଦାନ କରୁଛି।

ଉକ୍ତ ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମକୁ ପ୍ରତିନିଧିତ୍ବ କରୁଥିବା ତୁର୍କମେନିସ୍ତାନର ମଜଲିସ୍ (ସଂସଦ) ସଦସ୍ୟ କରିମଗୁଲି ଗୁରବାଙ୍ଗୁଲିଭିଚ୍ ଗେଲଡିୟେଭ (Kerimguly Gurbangulyyevich Geldiyev), ଗଣତନ୍ତ୍ରରେ ସ୍ୱଚ୍ଛତା ଏବଂ ଡିଜିଟାଲ୍ ସଂସ୍କାର ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରଶଂସା କରିଛନ୍ତି ଏବଂ ଏହି ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମ ସମସ୍ତ ପ୍ରତିନିଧିଙ୍କ ପାଇଁ ସ୍ମରଣୀୟ ହେବ ବୋଲି କହିଥିଲେ ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ (ସଂସଦୀୟ ବ୍ୟାପାର) ଶ୍ରୀ ସୁରେନ୍ଦ୍ର କୁମାର, ଓଡିଶା ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ନିର୍ଦ୍ଦେଶକ ପ୍ରାଇଡ ଶ୍ରୀ ପ୍ରଶାନ୍ତ ମଲ୍ଲିକ ଏବଂ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Previous Post

ବିପର୍ଯ୍ୟୟ ପ୍ରତିରୋଧ କ୍ଷେତ୍ରରେ ଲିଙ୍ଗଗତ ସମାନତା ବୃଦ୍ଧି ଶୀର୍ଷକ ଜାତୀୟ କର୍ମଶାଳା

Next Post

ଓଡିଶାର ୩୪ ଲକ୍ଷ ଚାଷୀଙ୍କୁ ପିଏମ୍‌ କିଷାନ୍ ଟଙ୍କା

FNN WEB

FNN WEB

Next Post
ଓଡିଶାର ୩୪ ଲକ୍ଷ ଚାଷୀଙ୍କୁ ପିଏମ୍‌ କିଷାନ୍ ଟଙ୍କା

ଓଡିଶାର ୩୪ ଲକ୍ଷ ଚାଷୀଙ୍କୁ ପିଏମ୍‌ କିଷାନ୍ ଟଙ୍କା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.