• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡିଶାର ୩୪ ଲକ୍ଷ ଚାଷୀଙ୍କୁ ପିଏମ୍‌ କିଷାନ୍ ଟଙ୍କା

FNN WEB by FNN WEB
November 19, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓଡିଶାର ୩୪ ଲକ୍ଷ ଚାଷୀଙ୍କୁ ପିଏମ୍‌ କିଷାନ୍ ଟଙ୍କା
0
SHARES
5
VIEWS

ଭୁବନେଶ୍ୱର: ଆମ ରାଜ୍ୟରେ କୃଷକଙ୍କ ସଶକ୍ତିକରଣ ଓ କଲ୍ୟାଣ ହେଉଛି ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ। ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ମୁଁ ଚାହେଁ ଯେ କୃଷକ ମାନଙ୍କ ପାଇଁ ଉଦ୍ଦିଷ୍ଟ ସମସ୍ତ ଯୋଜନାର ସୁବିଧା ସୁଯୋଗ ରାଜ୍ୟର ସମସ୍ତ ଯୋଗ୍ୟ ଚାଷୀ ନିଶ୍ଚିତରୂପେ ପାଆନ୍ତୁ। କେହି ଜଣେ ବି ଯେପରି ଏଥିରୁ ବଞ୍ଚିତ ନହୁଅନ୍ତୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୨୧ ତମ ପିଏମ୍ କିଷାନ ସମ୍ମାନ ନିଧି ପ୍ରଦାନ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ବର କୃଷି ଭବନ ଠାରେ କୃଷକ ମାନଙ୍କୁ ଉଦ୍‌ବୋଧନ ଦେଇ କହିଛନ୍ତି।

ସୂଚନାଯୋଗ୍ୟ ଯେ, ତାମିଲନାଡୁର କୋଏମ୍ବାଟୁର୍‌ରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନ ସମ୍ମାନ ନିଧିର ୨୧ତମ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି। ୨୧ତମ କିସ୍ତିରେ ଦେଶର ୯ କୋଟିରୁ ଉର୍ଦ୍ଧ୍ବ କୃଷକଙ୍କୁ ୧୮ ହଜାର କୋଟିରୁ ଉର୍ଦ୍ଧ୍ବଟଙ୍କା ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମ ସବୁ ରାଜ୍ୟର ଜିଲ୍ଲା, ବ୍ଲକ, ପଞ୍ଚାୟତ, ପ୍ୟାକ୍ସ ଓ ମଣ୍ଡିରେ ଆୟୋଜନ କରାଯାଇଛି। ପ୍ରଧାନମନ୍ତ୍ରୀ ଏହି ଅବସରରେ ଦେଶର କୃଷକମାନଙ୍କୁ ଉଦ୍‌ବୋଧନ ଦେଇଛନ୍ତି।

ତେବେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ କୃଷକ ମାନଙ୍କୁ ଉଦ୍‌ବୋଧନ ଦେଇ କହିଛନ୍ତି କୃଷକ ମାନଙ୍କୁ ଆବଶ୍ୟକ ସମୟରେ ବିହନ, ସାର, କୀଟନାଶକ ଆଦି କିଣିବା ପାଇଁ କେନ୍ଦ୍ର ସରକାର ବାର୍ଷିକ ୩ଟି କିସ୍ତିରେ ୬ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି। ଆଜି ୨୧ତମ କିସ୍ତିରେ ଆମ ରାଜ୍ୟର ୩୪.୧୨ ଲକ୍ଷରୁ ଉର୍ଦ୍ଧ୍ବ କୃଷକ କିସ୍ତି ବାବଦକୁ ୨ ହଜାର ଟଙ୍କା ଲେଖାଏଁ ପାଇବେ। ଏହି ସହାୟତା ପ୍ରଦାନ ସମ୍ପୂର୍ଣ୍ଣ ସ୍ବଚ୍ଛତାର ସହ କରାଯାଉଛି ଏବଂ ଏଥିରେ କ୍ଷୁଦ୍ର, ମଧ୍ୟମ, ବୃହତ୍ତ ଓ ସହରାଞ୍ଚଳର ଭୂମିଧାରୀ ଚାଷୀମାନେ ଉପକୃତ ହେଉଛନ୍ତି। ପ୍ରଧାନମନ୍ତ୍ରୀଙ୍କର ଯୁଗାନ୍ତକାରୀ କାର୍ଯ୍ୟକ୍ରମ ମାଧ୍ୟମରେ ଆଜି ଦେଶର ଚାଷୀ, ଗରିବ, ମହିଳା ସମସ୍ତେ ଉପକୃତ ହେଉଛନ୍ତି।

ପିଏମ୍ କିଷାନ ସହିତ ଆମ ରାଜ୍ୟରେ ସିଏମ୍ କିଷାନ ଜରିଆରେ ୨ଟି କିସ୍ତିରେ ୪ ହଜାର ଟଙ୍କା ପ୍ରଦାନ କରାଯାଉଛି। ଚଳିତ ଆର୍ଥିକ ବର୍ଷରେ ସିଏମ କିଷାନ ଯୋଜନାରେ ୫୧.୫୪ ଲକ୍ଷ ଚାଷୀଙ୍କୁ ୨୯୯୧ ହଜାର କୋଟି ଟଙ୍କା ପ୍ରଦାନ କରାଯାଇଛି। ଏଥିରେ ୩୨୩୬ ଜଣ ପିଭିଟିଜି ଚାଷୀ ଏବଂ ୩୧,୬୯୫ ଜଣ ସହରାଞ୍ଚଳ ଚାଷୀ ଅନ୍ତର୍ଭୁକ୍ତ ଅଛନ୍ତି।

ସିଏମ କିଷାନ ଯୋଜନା ହିତାଧିକାରୀଙ୍କ ପିଲାମାନଙ୍କୁ ଉଚ୍ଚଶିକ୍ଷା ଏବଂ ବୈଷୟିକ ଶିକ୍ଷା ପାଇଁ କୃଷି ବିଦ୍ୟାନିଧି ଯୋଜନାରେ ଛାତ୍ରବୃତ୍ତି ପ୍ରଦାନ କରାଯାଉଛି। ଏହି ଯୋଜନାରେ ୨୦୨୪-୨୫ ଶିକ୍ଷା ବର୍ଷରେ ୧୩,୯୨୩ ଛାତ୍ରଛାତ୍ରୀଙ୍କୁ ୫୩ କୋଟି ୬୭ ଲକ୍ଷ ଟଙ୍କାର ଛାତ୍ରବୃତ୍ତି ପ୍ରଦାନ କରାଯାଇଛି, ଯାହାକି ପୂର୍ବବର୍ଷ ତୁଳନାରେ ୫ ଗୁଣ ଅଧିକ। ପିଏମ ଧନଧାନ୍ୟ କୃଷି ଯୋଜନା କାର୍ଯ୍ୟକ୍ରମରେ ଓଡିଶାର କନ୍ଧମାଳ, ମାଲକାନଗିରି, ସୁନ୍ଦରଗଡ ଏବଂ ନୂଆପଡା ଜିଲ୍ଲାକୁ ଚୟନ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ରାଜ୍ୟର କୃଷକ ମାନଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।

କାର୍ଯ୍ୟକ୍ରମରେ ଉପସ୍ଥିତ ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତାର ଚାଷୀ ସୁବାଶ ଚନ୍ଦ୍ର ଦାସ, ବାଲିପଟଣାର ରୂପଶ୍ରୀ ସ୍ୱାଇଁ ଏବଂ ଜଟଣୀ କୁସୁମାଟିର କାର୍ତ୍ତିକ ପରିଡା ପିଏମ୍ କିଷାନ ଯୋଜନାର ସମସ୍ତ କିସ୍ତିର ସୁବିନିଯୋଗ କରି ଚାଷ କାର୍ଯ୍ୟରେ ସଫଳତା ପାଇଛନ୍ତି ବୋଲି ବର୍ଣ୍ଣନା କରିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ସହ କଥାହୋଇ ଫସଲ ବିବିଧିକରଣ ଜରିଆରେ ଧାନ ସହିତ ତେଲ ଜାତୀୟ ଫସଲ, ପନିପରିବା, ଫଳ ଚାଷ ଇତ୍ୟାଦି ଅର୍ଥକାରୀ ଫସଲ ଉତ୍ପାଦନ କରିବା ପାଇଁ ଉତ୍ସାହିତ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟର କୃଷକଙ୍କ ସଶକ୍ତିକରଣ ଓ ଉତ୍ପାଦନ ବୃଦ୍ଧିପାଇଁ ଆମ ସରକାର ସମସ୍ତ ସହଯୋଗ ଯୋଗାଇଦେବେ।

ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂଦେଓ କହିଥିଲେ ଯେ, ପିଏମ କିଷାନ ଓ ସିଏମ୍ କିଷାନ ଯୋଜନାରେ ଆମ ରାଜ୍ୟର ଚାଷୀ ଭାଇ ଭଉଣୀ ମାନେ ବାର୍ଷିକ ୧୦ ହଜାର ଟଙ୍କା ପାଉଛନ୍ତି। ଏହି ରାଶିକୁ ସଠିକ୍ ଭାବେ ଉପଯୋଗ କଲେ କୃଷି କାର୍ଯ୍ୟରେ ସଫଳତା ମିଳି ଅଭାବ ଦୂର ହେବ। କୃଷକ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଜାରି ରହିଛି। କେନ୍ଦ୍ର କୃଷି ମନ୍ତ୍ରୀ ମଧ୍ୟ ଓଡିଶା ସରକାରଙ୍କର କୃଷକ କଲ୍ୟାଣ କାର୍ଯ୍ୟକୁ ମଡେଲ ଭାବେ ଗ୍ରହଣ କରିବା ପାଇଁ କହିଛନ୍ତି।

ଓୟୁଏଟିର କୁଳପତି ପ୍ରଫେସର ଡକ୍ଟର ପ୍ରଭାତ ରାଉଳ କହିଥିଲେ ଯେ, କୃଷି ପାଇଁ ତିନୋଟି ସମ୍ବଳ ଆବଶ୍ୟକ। ଜମି, ଶ୍ରମ ଓ ପୁଞ୍ଜି। କୃଷକଙ୍କ ପାଖରେ ସବୁବେଳେ ଜମି ଓ ଶ୍ରମଥାଏ କିନ୍ତୁ ପୁଞ୍ଜି ନଥାଏ। ଏହାକୁ ହୃଦୟଙ୍ଗମ କରି ପ୍ରଧାନମନ୍ତ୍ରୀ ଏହି ଯୋଜନା କାର୍ଯ୍ୟକାରୀ କରିଛନ୍ତି। ପିଏମ୍ କିଷାନର ସହାୟତା ରାଶି ଚାଷୀ ମାନଙ୍କୁ ମାନସିକ ଓ ଆର୍ଥିକ କ୍ଷେତ୍ରରେ ସୁଦୃଢ କରୁଛି। କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢୀ ସମସ୍ତଙ୍କୁ ସ୍ବାଗତ କରିଥିଲେ। ଖୋର୍ଦ୍ଧା ଜିଲ୍ଲାର ଚାଷୀ ଭାଇ ଭଉଣୀ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ।

Previous Post

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୧୨ ଦେଶର ୪୦ ପ୍ରତିନିଧି

Next Post

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ କୁମାରସ୍ବାମୀ

FNN WEB

FNN WEB

Next Post
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ କୁମାରସ୍ବାମୀ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ କୁମାରସ୍ବାମୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.