• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପାଇଁ ଦୁଇ ଦିନିଆ ଦକ୍ଷତା ବିକାଶ ତାଲିମ ଶୁଭାରମ୍ଭ

FNN WEB by FNN WEB
November 20, 2025
in ଓଡ଼ିଶା, ମୁଖ୍ୟ ଖବର
0
କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପାଇଁ ଦୁଇ ଦିନିଆ ଦକ୍ଷତା ବିକାଶ ତାଲିମ ଶୁଭାରମ୍ଭ
0
SHARES
8
VIEWS

ଭୁବନେଶ୍ୱର : ଓଡିଶାରେ ମହିଳା ସଶକ୍ତିକରଣ, ମହିଳା ମାନଙ୍କ ବିକାଶ ଓ ଜୀବନ ଜୀବିକା ସୁଦୃଢ଼ିକରଣର ଲକ୍ଷ୍ୟ ନେଇ ମିଶନ ଶକ୍ତି ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ରାଜ୍ୟର ୬୨,୩୪୧ ଜଣ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପାଇଁ ଦୁଇ ଦିନିଆ ରାଜ୍ୟସ୍ତରୀୟ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି। ଆଜି ଆରମ୍ଭ ହୋଇଥିବା ଏହି ତାଲିମ କାର୍ଯ୍ୟକ୍ରମର ପ୍ରଥମ ବ୍ୟାଚରେ ପୁରୀ, ଗଞ୍ଜାମ ଓ କେନ୍ଦୁଝର ଜିଲ୍ଲାର ୧୫୦ ଜଣ କମ୍ୟୁନିଟି ସପୋର୍ଟ ଷ୍ଟାଫ ଏଥିରେ ସକ୍ରିୟ ଭାବରେ ଅଂଶଗ୍ରହଣ କରିଛନ୍ତି। ପର୍ଯ୍ୟାୟ କ୍ରମେ ଏହି ପ୍ରଶିକ୍ଷଣକୁ ସମଗ୍ର ରାଜ୍ୟରେ ସମ୍ପ୍ରସାରଣ କରାଯିବ।

ଆଜି ମିଶନ ଶକ୍ତି ଭବନ ଠାରେ ଆୟୋଜିତ “ଦୁଇ ଦିନିଆ ରାଜ୍ୟସ୍ତରୀୟ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମ”ରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଯୋଗ ଦେଇ ତିନୋଟି ଜିଲ୍ଲାରୁ ଆସିଥିବା ମା ମାନଙ୍କ ସହ ବାର୍ତ୍ତାଳାପ କରିଛନ୍ତି । ରାଜ୍ୟରେ ସ୍ଵୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ତୃଣମୂଳସ୍ତରରେ ପରିଚାଳନା କରିବାରେ କମ୍ୟୁନିଟି ସପୋର୍ଟ ଷ୍ଟାଫ ମୁଖ୍ୟ ଭୂମିକା ନିଭାଉଛନ୍ତି। ସ୍ଵୟଂ ସହାୟକ ଗୋଷ୍ଠୀଙ୍କ କାର୍ଯ୍ୟକ୍ରମକୁ ବ୍ୟବସାୟିକ ମାର୍ଗଦର୍ଶନ, ପାଣ୍ଠି ପରିଚାଳନା, ବଜାର ଯୋଗାଯୋଗ ଏବଂ ଆର୍ଥିକ ଶିକ୍ଷା ମାଧ୍ୟମରେ କମ୍ୟୁନିଟି ସପୋର୍ଟ ଷ୍ଟାଫମାନେ ମହିଳା ଉଦ୍ୟୋଗୀଙ୍କ ଆୟବୃଦ୍ଧିର ମୂଳ ଆଧାର ହୋଇପାରିଛନ୍ତି।

ଏହି ତାଲିମ ମାଧ୍ୟମରେ କମ୍ୟୁନିଟି ସପୋର୍ଟ ଷ୍ଟାଫମାନେ ମହିଳା ଉଦ୍ୟୋଗୀ ସୃଷ୍ଟି କରି ସେମାନଙ୍କୁ ବଜାର ଭିତ୍ତିକ ଜୀବନ ଜୀବିକା ମାଧ୍ୟମରେ ଆୟ ବୃଦ୍ଧି କରିବାରେ ସହାୟକ ହେବ । କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କ ସକ୍ରିୟ ଯୋଗଦାନ ମାଧ୍ଯମରେ ପ୍ରତ୍ୟେକ ଘରେ ଜଣେ ‘ଲକ୍ଷପତି ଦିଦି’ ସୃଷ୍ଟି କରିବା ହେଉଛି ମିଶନ ଶକ୍ତିର ଲକ୍ଷ୍ୟ ।

କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ନୂତନ ଜ୍ଞାନ କୌଶଳ ଓ ଦୈନଦିନ କାର୍ଯ୍ୟ ସମ୍ପର୍କିତ ଦକ୍ଷତା ବୃଦ୍ଧି କରିବା ସହିତ ମହିଳା ଉଦ୍ୟୋଗୀ ସୃଷ୍ଟି କରିବା ଓ ସେମାନଙ୍କୁ ସଠିକ ଜୀବନଜୀବିକା ମାଧ୍ୟମରେ ନିଜ ଆୟର ସ୍ତରକୁ ବଢ଼ାଇ ‘ଲକ୍ଷପତି ଦିଦି’ରେ ପରିଣତ କରିବା ପାଇଁ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ଦକ୍ଷତା ବୃଦ୍ଧି କରିବା, ସ୍ଵୟଂ ସହାୟକ ଗୋଷ୍ଠୀଙ୍କ ଉଦ୍ୟୋଗ ପରିଚାଳନା, ବ୍ୟବସାୟ ପ୍ରସ୍ତୁତି, ପାଣ୍ଠି ପରିଚାଳନା ଓ ବଜାର ଯୋଗାଯୋଗ ସମ୍ପର୍କରେ ସ୍ପଷ୍ଟ ସୂଚନା ଦେବ । ଏହି ତାଲିମ ପ୍ରଦାନ ଦ୍ୱାରା ଡିଜିଟାଲ ରେକର୍ଡ ରଖିବା, ନିରୀକ୍ଷଣ ଓ ରିପୋର୍ଟିଂ କାମକୁ ଅଧିକ କାର୍ଯ୍ୟକ୍ଷମ ଭାବେ କରିବାରେ ସହାୟକ ହୋଇପାରିବ । ସ୍ଵୟଂ ସହାୟକ ଗୋଷ୍ଠୀ ଓ ସେମାନଙ୍କର ଫେଡରେସନ୍‌କୁ ଭଲଭାବରେ ସହଯୋଗ ଦେବା ପାଇଁ ଉଚିତ ମାର୍ଗ ଦେଖାଇବା ଇତ୍ୟାଦି ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ।

କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗ ଓ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀମାନେ ଏବଂ ବିଭିନ୍ନ ବ୍ୟାଙ୍କର ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏହି ତାଲିମ ମାଧ୍ୟମରେ ରାଜ୍ୟର କମ୍ୟୁନିଟି ସପୋର୍ଟ ଷ୍ଟାଫମାନେ ନିଜେ ସଶକ୍ତ ହେବା ସହିତ ନିଜ ଅଞ୍ଚଳର ହଜାର ହଜାର ମା’ମାନଙ୍କୁ ସ୍ଵୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଉଦ୍ୟୋଗୀ ଭାବେ ଗଢ଼ି ‘ଲକ୍ଷପତି ଦିଦି’ ଓ ‘ମହା ଲକ୍ଷପତି ଦିଦି’ କରିବାରେ ପ୍ରମୁଖ ଭୂମିକା ନେବେ ।

Previous Post

ଜାଲିଆତି, ଠକେଇ, ମିଥ୍ୟା ଦଲିଲ ପ୍ରସ୍ତୁତ କରିବା ମାମଲାରେ ସଜା ପାଇଲେ ଅଭିଯୁକ୍ତ

Next Post

ଶତାଧିକ ସମର୍ଥକଙ୍କ ସହ ବିଜେପିରେ ମିଶିଲେ ସରପଞ୍ଚ, ସମିତିସଭ୍ୟା

FNN WEB

FNN WEB

Next Post
ଶତାଧିକ ସମର୍ଥକଙ୍କ ସହ ବିଜେପିରେ ମିଶିଲେ ସରପଞ୍ଚ, ସମିତିସଭ୍ୟା

ଶତାଧିକ ସମର୍ଥକଙ୍କ ସହ ବିଜେପିରେ ମିଶିଲେ ସରପଞ୍ଚ, ସମିତିସଭ୍ୟା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.