• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟ କ୍ୟାବିନେଟ୍‌ରେ ୯ଟି ବିଭାଗର ୧୨ ପ୍ରସ୍ତାବ ଉପରେ ବାଜିଲା ମୋହର

FNN WEB by FNN WEB
November 21, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟ କ୍ୟାବିନେଟ୍‌ରେ ୯ଟି ବିଭାଗର ୧୨ ପ୍ରସ୍ତାବ ଉପରେ ବାଜିଲା ମୋହର
0
SHARES
13
VIEWS

ଛାତ୍ରବୃତ୍ତି ବୃଦ୍ଧି ସହ ନିଯୁକ୍ତି ପାଇଁ ନୂଆ ଆୟୋଗ ଗଠନକୁ ମଞ୍ଜୁରୀ

ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗ ଗଠନ
ଏସସିଏସଟି ଛାତ୍ରଛାତ୍ରୀଙ୍କ ସ୍କଲାରସିପ୍ ବୃଦ୍ଧି
ଓଡ଼ିଶା ଗ୍ଲୋବାଲ କାପାବିଲିଟି ସେଂଟର ନୀତି-୨୦୨୫ ଅନୁମୋଦିତ
ଖଣିଜ ପଦାର୍ଥ ଚୋରା ଚାଲାଣ ରୋକିବାକୁ କଠୋର ଆଇନ

ଭୁବନେଶ୍ବର : ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କ୍ୟାବିନେଟ ବୈଠକରେ ମନ୍ତ୍ରୀ ପରିଷଦର ସଦସ୍ୟ ଓ ବିଭାଗୀୟ ସଚିବମାନେ ଉପସ୍ଥିତ ରହିଥିଲେ। ଆଜିର କ୍ୟାବିନେଟ୍‌ ବୈଠକରେ ୯ଟି ବିଭାଗର ୧୨ଟି ପ୍ରସ୍ତାବ ପାରିତ ହୋଇଛି। ପୁଲିସ ଓ ଅନ୍ୟାନ୍ୟ ୟୁନିଫର୍ମ ସେବା ପାଇଁ ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗ ଆସିବା ପରେ ରାଜ୍ୟ ସରକାର ‘ଓଡ଼ିଶା ୟୁନିଫର୍ମଡ୍ ସର୍ଭିସ ଷ୍ଟାଫ ସିଲେକ୍ସନ କମିଶନ’ ବା ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗ (ଓୟୁଏସଏସସି) ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଆୟୋଗ ଗଠନ ସମ୍ପର୍କରେ ଗତ ଅକ୍ଟୋବର ୨୨ତାରିଖରେ ସୂଚନା ଦେଇଥିଲେ। ଆଜି ରାଜ୍ୟ କ୍ୟାବିନେଟ୍ ଏହି ଆୟୋଗ ଗଠନକୁ ମଞ୍ଜୁରୀ ଦେଇଛନ୍ତି । ଏସସିଏସଟି ପିଲାମାନଙ୍କ ଛାତ୍ରବୃତ୍ତି ବୃଦ୍ଧି,ଶିଳ୍ପାୟନକୁ ପ୍ରୋତ୍ସାହନ ଓ ଖଣିଜ ସଂପଦର ସୁରକ୍ଷା ସମେତ ୯ଟି ବିଭାଗର ମୋଟ ୧୨ଟି ପ୍ରସ୍ତାବକୁ ମଧ୍ୟ ଆଜି ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି ।

ରାଜ୍ୟରେ ପୁଲିସ୍ ଓ ଅନ୍ୟାନ୍ୟ ୟୁନିଫର୍ମ ସେବାରେ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତତା ଓ ବିଳମ୍ବକୁ ଦୃଷ୍ଟିରେ ରଖି ଓଡ଼ିଶା ସ୍ୱତନ୍ତ୍ର ସେବା କର୍ମଚାରୀ ଚୟନ ଆୟୋଗ ଗଠନ ପାଇଁ ନିଷ୍ପତ୍ତି ନିଆଯାଇଛି । ଏହି ୟୁନିଫର୍ମ ସେବାରେ ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ ଓ ସୁବ୍ୟବସ୍ଥିତ କରିବା ପାଇଁ ଗଠନକୁ କ୍ୟାବିନେଟ୍ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଗୃହ ବିଭାଗ ସମେତ ଅବକାରୀ, ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ବାଣିଜ୍ୟ ଓ ପରିବହନ ବିଭାଗ ଅଧିନରେ ଥିବା ବିଭିନ୍ନ ପଦବୀ ପାଇଁ ଏକକ ନିଯୁକ୍ତି ପ୍ରକ୍ରିୟାକୁ ଏହି ଆୟୋଗ ହିଁ ପରିଚାଳନା କରବେ । ଏହାଦ୍ୱାରା ନିଯୁକ୍ତି ପ୍ରକ୍ରିୟା ସ୍ୱଚ୍ଛ, ଦକ୍ଷ ଏବଂ ସମୟାନୁବର୍ତ୍ତୀ ହୋଇପାରିବ ବୋଲି ସରକାର ଆଶା ରଖିଛନ୍ତି ।

ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅଧୀନରେ ଅନୁସୂଚିତ ଜନଜାତି (ଏସଟି) ଓ ଅନୁସୂଚିତ ଜାତି (ଏସସି) ବର୍ଗର ଛାତ୍ରଛାତ୍ରୀମାନଙ୍କ ପାଇଁ ପ୍ରାକ୍‌-ମାଟ୍ରିକ ଏବଂ ମାଟ୍ରିକ ପରବର୍ତ୍ତୀ ଛାତ୍ରବତ୍ତି ହାରରେ ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି । ବଜାର ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ଛାତ୍ରାବାସରେ ରହୁଥିବା ଛାତ୍ରମାନଙ୍କ ପାଇଁ ବାର୍ଷିକ ବୃତ୍ତି ୧୦,୫୦୦ ଟଙ୍କାରୁ ୧୬ହଜାର ଟଙ୍କାକୁ ଏବଂ ଛାତ୍ରୀମାନଙ୍କ ପାଇଁ ୧୧ହଜାରରୁ ୧୭ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ‘ଅନ୍ୱେଷା’ ଛାତ୍ରାବାସରେ ରହୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ମଧ୍ୟ ଏହି ବୃତ୍ତି ବାର୍ଷିକ ୧୧ହଜାର ଟଙ୍କାରୁ ୧୭ହଜାର ଟଙ୍କାକୁ ବୃଦ୍ଧି ପାଇଁ ନିଷ୍ପତ୍ତି ହୋଇଛି । ଏହି ନୂଆ ବର୍ଦ୍ଧିତ ବୃତ୍ତି ୨୦୨୫ ଡିସେମ୍ବର ପହିଲାରୁ ଲାଗୁ କରିବାକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।

ରାଜ୍ୟକୁ ବିଶ୍ୱସ୍ତରୀୟ ବ୍ୟବସାୟିକ କେନ୍ଦ୍ର ଭାବେ ଗଢ଼ି ତୋଳିବା ପାଇଁ ରାଜ୍ୟ କ୍ୟାବିନେଟ୍ ‘ଓଡ଼ିଶା ଗ୍ଲୋବାଲ କ୍ୟାପାବିଲିଟି ସେଂଟର (ଜିସିସି) ନୀତି ୨୦୨୫’ କୁ ଅନୁମୋଦନ କରିଛନ୍ତି । ବଡ଼ ବଡ଼ ବହୁରାଷ୍ଟ୍ରୀୟ କଂପାନୀମାନଙ୍କୁ ଓଡ଼ିଶାରେ ସେମାନଙ୍କର କାର୍ଯ୍ୟାଳୟ ଖୋଲିବାକୁ ଆକୃଷ୍ଟ କରିବା ଏହି ନୀତିର ମୁଖ୍ୟ ଲକ୍ଷ୍ୟ । ବିକଶିତ ଓଡ଼ିଶା-୨୦୩୬ ଓ ୨୦୪୭ର ରୋଡମ୍ୟାପକୁ ଦୃଷ୍ଟିରେ ରଖି ଏହି ନୀତି ମାଧ୍ୟମରେ ରାଜ୍ୟରେ ୫୦ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ କଂପାନୀମାନଙ୍କୁ ବିଭିନ୍ନ ପ୍ରକାର ଆର୍ଥିକ ପ୍ରୋତ୍ସାହନ ଯଥା ଜମି, ବିଦ୍ୟୁତ ଶୁଳ୍କ ରିହାତି ଏବଂ ନିଯୁକ୍ତି ସହାୟତା ଯୋଗାଇ ଦେବା ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି ।

ରାଜ୍ୟରେ ଖଣିଜ ପଦାର୍ଥର ଚୋରା ଚାଲାଣ ଓ ବେଆଇନ ଖନନ ରୋକିବା ପାଇଁ ‘ଓଡ଼ିଶା ଖଣିଜ ପଦାର୍ଥ (ବେଆଇନ ଖଣି ଖନନ ନିବାରଣ ଏବଂ ବାଣିଜ୍ୟ, ପରିବହନ ଓ ସଂରକ୍ଷଣ ନିୟନ୍ତ୍ରଣ) ନିୟମାବଳୀ, ୨୦୨୫’ ପ୍ରଣୟନକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି । ଏହା ପୁରୁଣା ୨୦୦୭ ନିୟମାବଳୀକୁ ଉଚ୍ଛେଦ କରିବ । ଏହି ନୂତନ ନିୟମ ଦ୍ୱାରା ଖଣିଜ ପ୍ରଶାସନ ଅଧିକ ଦକ୍ଷ ହେବ ଏବଂ ବେଆଇନ କାରବାର ଉପରେ ରୋକ ଲଗାଯାଇପାରିବ । ଏହାବ୍ୟତୀତ, ଲଘୁ ଖଣିଜ ସଂପଦର ଆବଂଟନ ପାଇଁ ଇ-ଲଟେରୀ ବ୍ୟବସ୍ଥା ପ୍ରଚଳନ କରିବାକୁ ଓଡ଼ିଶା ଲଘୁ ଖଣିଜ ରିହାତି ନିୟମ, ୨୦୧୬ ରେ ସଂଶୋଧନ କରାଯାଇଛି, ଯାହାଦ୍ୱାରା ସ୍ୱଚ୍ଛତା ବଜାୟ ରହିବ ।

କ୍ୟାବିନେଟ୍ ବୈଠକରେ ପରିବେଶ ସୁରକ୍ଷା ପାଇଁ ‘ଜଳ (ପ୍ରଦୂଷଣ ନିବାରଣ ଏବଂ ନିୟନ୍ତ୍ରଣ) ସଂଶୋଧନ ଆଇନ, ୨୦୨୪’ ଗ୍ରହଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି, ଯାହା ଶିଳ୍ପଗୁଡ଼ିକ ଉପରେ ନିୟାମକ ବୋଝ ହ୍ରାସ କରିବ । ସେହିପରି ଯୋଜନା ଓ ସଂଯୋଜନ ବିଭାଗ ଅଧୀନରେ ଥିବା ଓଡ଼ିଶା ଅଧସ୍ତନ ପରିସଂଖ୍ୟାନ ସର୍ଭେୟର କ୍ୟାଡରର ପୁନର୍ଗଠନ କରାଯାଇଛି । ଏହାଦ୍ୱାରା କର୍ମଚାରୀମାନଙ୍କ ଦରମା ବୃଦ୍ଧି ହେବା ସହ ପଦୋନ୍ନତି ସୁଯୋଗ ସୃଷ୍ଟି ହୋଇଛି । ସେହିପରି ୧୯୯୩ ରୁ ୧୯୯୬ ମଧ୍ୟରେ ପୋଲିସ କର୍ମଚାରୀଙ୍କୁ ଦିଆଯାଇଥିବା ଅଗ୍ରହଣୀୟ ସ୍ୱତନ୍ତ୍ର ଡାଏଟ୍ ଭତ୍ତା ବାବଦକୁ ହୋଇଥିବା କ୍ଷତିକୁ ହିସାବରୁ ବାଦ ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ସେହିପରି ଓଡ଼ିଶା ଅର୍ଥ ସେବା ନିୟମାବଳୀରେ ସଂଶୋଧନ କରାଯାଇ ଅଧିକାରୀମାନଙ୍କ ତାଲିମ ଅବଧି ନିର୍ଦ୍ଧାରଣ କରିବା କ୍ଷମତା ସରକାରଙ୍କ ହାତକୁ ଦିଆଯାଇଛି । ଏସବୁ ବ୍ୟତୀତ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ବୈଠକରେ ଅନୁମୋଦନ ମିଳିଛି ।

Previous Post

ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ୧୨୬ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳିତ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

Next Post

ସ୍ଥାୟୀ ପ୍ରଧାନ ଶିକ୍ଷକ ନିଯୁକ୍ତି ଦାବି

FNN WEB

FNN WEB

Next Post
ସ୍ଥାୟୀ ପ୍ରଧାନ ଶିକ୍ଷକ ନିଯୁକ୍ତି ଦାବି

ସ୍ଥାୟୀ ପ୍ରଧାନ ଶିକ୍ଷକ ନିଯୁକ୍ତି ଦାବି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.