• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି : ଅଭିଯୋଗ ମଧ୍ୟରୁ ୯୬ ପ୍ରତିଶତ ଅଭିଯୋଗ ସମାଧାନ

FNN WEB by FNN WEB
November 24, 2025
in ଓଡ଼ିଶା, ମୁଖ୍ୟ ଖବର
0
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି : ଅଭିଯୋଗ ମଧ୍ୟରୁ ୯୬ ପ୍ରତିଶତ ଅଭିଯୋଗ ସମାଧାନ
0
SHARES
4
VIEWS

ଲୋକଙ୍କୁ ମୌଳିକ ସୁବିଧା ପ୍ରଦାନ କରିବା ପାଇଁ ଆମେ ବଦ୍ଧପରିକର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୫ତମ ପାଳି। ଆଜି କେନ୍ଦୁଝରରୁ ସିଧାସଳଖ ଆସି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର 8ଜଣ ବରିଷ୍ଠ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ମାଧ୍ୟମରେ ସାଧାରଣ ଲୋକଟିଏ ତା’ର ସମସ୍ୟା ଓ ଅଭିଯୋଗକୁ ସିଧାସଳଖ ସରକାର ଓ ପ୍ରଶାସନ ନିକଟରେ ପହଞ୍ଚାଇପାରୁଛି। ସରକାରଙ୍କ ପକ୍ଷରୁ ସମସ୍ତ ଅଭିଯୋଗ ଗୁଡିକୁ ସମାନ ଗୁରୁତ୍ୱ ଦେଇ ତା’ର ସମାଧାନ କରାଯାଉଛି। ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗର ଗୁରୁତ୍ୱକୁ ଦେଖି ସିଧାସଳଖ ସମ୍ପୃକ୍ତ ଅଧିକାରୀଙ୍କୁ ମଧ୍ୟ ଏହାର ଆଶୁ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଯାଉଛି।ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ମାଧ୍ୟମରେ ଗତ ୧୪ଟି ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୨,୯୫୦ଟି ଅଭିଯୋଗ ମଧ୍ୟରୁ ୧୨,୩୭୧ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୯୬ ପ୍ରତିଶତ ଅଟେ । ବାକି ରହିଥିବା ୫୭୯ଟି ଅଭିଯୋଗ ପ୍ରକ୍ରିୟା ମଧ୍ୟରେ ରହିଛି। ଲୋକଙ୍କ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିୟମିତ ପ୍ରୟାସ ଯୋଗୁ ସରକାରଙ୍କ ପ୍ରତି ଲୋକଙ୍କ ଆସ୍ଥା ବୃଦ୍ଧି ପାଇଛି।

ସବୁଥର ପରି ଆଜି ମୁଖ୍ୟମନ୍ତ୍ରୀ ପ୍ରଥମେ ସକାଳେ ଆସି ବାହାରେ ଅପେକ୍ଷା କରିଥିବା ୩୪ଜଣ ଭିନ୍ନକ୍ଷମ ଓ ଦୂରାରୋଗ୍ୟରେ ପୀଡ଼ିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ। ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ପ୍ରକୋଷ୍ଠ ଭିତରେ ପଞ୍ଜିକୃତ କରିଥିବା ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଶୁଣିଥିଲେ।ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ସରକାର ହେଉଛି ଲୋକଙ୍କ ସରକାର। ଲୋକଙ୍କୁ ସମସ୍ତ ପ୍ରକାର ମୌଳିକ ସୁବିଧା ସୁଯୋଗ ଏବଂ ସହାୟତା ପ୍ରଦାନ କରିବା ପାଇଁ ଆମେ ବଦ୍ଧପରିକର। ସେ ଆହୁରି କହିଥିଲେ ଆମର ଜିଲ୍ଲା ସ୍ତରରେ ମଧ୍ୟ ନିୟମିତ ଭାବେ ଜିଲ୍ଲାପାଳଙ୍କ ଦ୍ୱାରା ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଜିଲ୍ଲା ସ୍ତରରେ ଆସୁଥିବା ଅଭିଯୋଗ ଗୁଡିକୁ ସେଠାରେ ସମାଧାନ କରିବା ପାଇଁ ଜିଲ୍ଲାପାଳ ଓ ଏସ୍.ପି ମାନଙ୍କୁ ଗତ ଜିଲ୍ଲାପାଳ ଓ ଏସ୍.ପି. ସମ୍ମିଳନୀରେ ନିର୍ଦ୍ଦେଶ ଦିଆଯାଇଛି। ଏହା ଦ୍ୱାରା ଅଧିକାଂଶ ସମସ୍ୟାଗୁଡିକ ସ୍ଥାନୀୟ ପ୍ରଶାସନ ଦ୍ୱାରା ସମାଧାନ ହୋଇପାରିବ। ଲୋକମାନଙ୍କୁ ସେମାନଙ୍କର ସମସ୍ୟା ନେଇ ଭୁବନେଶ୍ୱର ଆସିବାକୁ ପଡିବ ନାହିଁ।

ଆଜି ଆସିଥିବା ଅଭିଯୋଗକାରୀମାନଙ୍କ ମଧ୍ୟରେ ଜଣେ ମହିଳା ହିତାଧିକାରୀ ମୁଖ୍ୟମନ୍ତ୍ରୀଙ୍କ ଯୋଗୁଁ ତାଙ୍କର ଦୀର୍ଘ ଦିନର ସମସ୍ୟା ଦୂର ହୋଇଥିବାରୁ ସେ ସ୍ୱତନ୍ତ୍ର ଭାବେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। କିଛି ଅଭିଯୋଗକାରୀ ନିଜର ବ୍ୟକ୍ତିଗତ ସମସ୍ୟାକୁ ନେଇ ବ୍ୟତିବ୍ୟସ୍ତ ଥିବାରୁ, ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଭରସା ଓ ଆଶ୍ୱାସନା ଦେଇ ବୁଝାଇଥିଲେ ଏବଂ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୁତି ଭୁଷଣ ଜେନା, ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ ।

Previous Post

ଉତ୍କଳିକାର ନୂତନ ବିକ୍ରୟ କେନ୍ଦ୍ର “ଉତ୍କଳିକା ଆତିଥ୍ୟ” ଉଦଘାଟିତ

Next Post

୫୩ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସୂର୍ଯ୍ୟ କାନ୍ତ

FNN WEB

FNN WEB

Next Post
୫୩ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସୂର୍ଯ୍ୟ କାନ୍ତ

୫୩ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସୂର୍ଯ୍ୟ କାନ୍ତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.