• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୫୩ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସୂର୍ଯ୍ୟ କାନ୍ତ

FNN WEB by FNN WEB
November 24, 2025
in ଓଡ଼ିଶା, ମୁଖ୍ୟ ଖବର
0
୫୩ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସୂର୍ଯ୍ୟ କାନ୍ତ
0
SHARES
8
VIEWS

ନୂଆଦିଲ୍ଲୀ: ଭାରତର ୫୩ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ସୂର୍ଯ୍ୟ କାନ୍ତ। ରବିବାର ପ୍ରଧାନ ବିଚାରପତି ଭାବେ କାର୍ଯ୍ୟ କରୁଥିବା ଜଷ୍ଟିସ ବିଆର ଗବାଇଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା। ତାଙ୍କ ସ୍ଥାନରେ ଆଜି(ସୋମବାର) ଜଷ୍ଟିସ ସୂର୍ଯ୍ୟ କାନ୍ତ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେଇଛନ୍ତି। ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ସୂର୍ଯ୍ୟକାନ୍ତ ପ୍ରାୟ ୧୫ ମାସ କାର୍ଯ୍ୟ କରିବେ। ତାଙ୍କ କାର୍ଯ୍ୟକାଳ ୨୦୨୭ ମସିହା ଫେବୃଆରୀ ୯ରେ ଶେଷ ହେବ। ଏହି ସମୟରେ ତାଙ୍କୁ ୬୫ ବର୍ଷ ବୟସ ହୋଇଯିବ। ତେଣୁ ସେ ଅବସର ଗ୍ରହଣ କରିବେ। ଆଜି ଜଷ୍ଟିସ ସୂର୍ଯ୍ୟ କାନ୍ତଙ୍କୁ ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଓ ଗୋନୀୟତାର ଶପଥ ପାଠ କରାଇଛନ୍ତି। ଏହି କାର୍ଯ୍ୟକ୍ରମରେ ଉପ ରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ରାଜନାଥ ସିଂହ, ଆଇନମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କ ଯାଏ ବହୁ କେନ୍ଦ୍ରମନ୍ତ୍ରୀ ଓ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଥିଲେ। ବିଦାୟୀ ପ୍ରଧାନ ବିଚାରପତି ଜଷ୍ଟିସ ବିଆର ଗବାଇ ମଧ୍ୟ ଆଜି ଉପସ୍ଥିତ ରହି ଜଷ୍ଟିସ କାନ୍ତଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି।

୧୯୬୨ ମସିହା ଫେବୃଆରୀ ୧୦ରେ ହରିୟାଣର ହିର୍ସା ଜିଲ୍ଲାର ଗୋଟିଏ ମଧ୍ୟବିତ୍ତ ପରିବାରେ ଜନ୍ମ ଗ୍ରହଣ କରିଥିଲେ ଜଷ୍ଟିସ ସୂର୍ଯ୍ୟ କାନ୍ତି। ହିର୍ସା ଭଳି ଛୋଟିଆ ସହରରେ ଆଇନର ଅଭ୍ୟାସ ଆରମ୍ଭ କରିଥିବା ଜଷ୍ଟିସ ସୂର୍ଯ୍ୟ କାନ୍ତ ପରବର୍ତ୍ତୀ ଅବସ୍ଥାରେ ଦେଶର ସର୍ବୋଚ୍ଚ ନ୍ୟାୟଳରେ ପହଞ୍ଚିଥିଲେ। ୨୦୧୧ରେ କୁରୁକ୍ଷେତ୍ର ବିଶ୍ୱବିଦ୍ୟାଳୟରୁ ସେ ଆଇନ ପାଠ୍ୟକ୍ରମରେ ମାଷ୍ଟର ଡିଗ୍ରୀ ହାସଲ କରିପାରିଥିଲେ। ସୁପ୍ରିମକୋର୍ଟକୁ ପଦୋନ୍ନତି ମିଳିବା ପୂର୍ବରୁ ସେ ୨୦୧୮ ମସିହା ଅକ୍ଟୋବର ୫ରୁ ହିମାଚଳ ପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ। ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଥିବା ବେଳେ ସେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଥିଲେ। ସୁପ୍ରିମକୋର୍ଟ ବିଚାରପତି ଭାବେ ସେ ସାମ୍ବିଧାନିକ ଓ ଜାତୀୟ ସୁରକ୍ଷା ପ୍ରସଙ୍ଗ ସହ ଜଡ଼ିତ ଅନେକ ଐତିହାସିକ ରାୟ ଦେଇଛନ୍ତି। ଏହା ମଧ୍ୟରେ ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ, ନାଗରିକତ୍ୱ ଅଧିକାର, ବାକ ସ୍ୱାଧୀନତା ଓ ନିର୍ବାଚନ ସଂସ୍କାର ସହ ଜଡ଼ିତ ରାୟ ରହିଛି। ଉପନିବେଶ ଯୁଗର ଦେଶଦ୍ରୋହ ଆଇନକୁ ରଦ୍ଦ କରିଥିବା ଖଣ୍ଡପୀଠରେ ଜଷ୍ଟିସ କାନ୍ତ ରହିଥିଲେ।

ଏସ୍‌ଆଇଆର ପରେ ବିହାର ଭୋଟର ତାଲିକାରୁ ବାଦ ପଡ଼ିଥିବା ୬୫ ଲକ୍ଷ ଲୋକଙ୍କ ନାଁ ସାର୍ବଜନୀନ କରିବାକୁ ଜଷ୍ଟିସ କାନ୍ତଙ୍କ ଖଣ୍ଡପୀଠ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଲିଙ୍ଗଗତ ନ୍ୟାୟ ଓ ତୃଣମୂଳ ସ୍ତରରେ ଗଣତାନ୍ତ୍ରିକ ପରମ୍ପରାକୁ ବଜାୟୀ ରଖିବା ପାଇଁ ସେ ବେଆଇନ ଭାବେ ପଦଚ୍ୟୁତ ହୋଇଥିବା ଜଣେ ମହିଳା ସରପଞ୍ଚଙ୍କୁ ପୁଣି ନିଜ ପଦରେ ଅବସ୍ଥାପିତ କରିଥିଲେ। ବାର୍‌ ଆସୋସିଏସନର ଏକ ତୃତୀୟାଂଶ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରଖିବାକୁ ମଧ୍ୟ ଜଷ୍ଟିସ କାନ୍ତ ତାଙ୍କ ରାୟ ଜରିଆରେ ନିର୍ଦ୍ଦେଶ ଦେଇଥିଲେ। ପ୍ରତିରକ୍ଷା କର୍ମଚାରୀଙ୍କ ୱାନ ରାଙ୍କ ୱାନ ପେନସନ ଯୋଜନାକୁ ଜାରି ରଖିବାକୁ ନିର୍ଦ୍ଦେଶ ଦେଇଥିବା ଖଣ୍ଡପୀଠରେ ଜଷ୍ଟିସ କାନ୍ତ ରହିଥିଲେ।

Previous Post

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି : ଅଭିଯୋଗ ମଧ୍ୟରୁ ୯୬ ପ୍ରତିଶତ ଅଭିଯୋଗ ସମାଧାନ

Next Post

ମହାନ ଅଭିନେତା ଧର୍ମେନ୍ଦ୍ରଙ୍କ ଦେହାନ୍ତ

FNN WEB

FNN WEB

Next Post
ମହାନ ଅଭିନେତା ଧର୍ମେନ୍ଦ୍ରଙ୍କ ଦେହାନ୍ତ

ମହାନ ଅଭିନେତା ଧର୍ମେନ୍ଦ୍ରଙ୍କ ଦେହାନ୍ତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.