• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କଳିଙ୍ଗ ଷ୍ଟାଡିୟମରେ ୧୨ଟି ବିଭାଗର ୭୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
November 25, 2025
in ଓଡ଼ିଶା, ମୁଖ୍ୟ ଖବର
0
କଳିଙ୍ଗ ଷ୍ଟାଡିୟମରେ ୧୨ଟି ବିଭାଗର ୭୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
0
SHARES
2
VIEWS


ଯୁବଗୋଷ୍ଠୀଙ୍କ ଆଶା ଓ ଆକାଂକ୍ଷା ପୂରା କରିବା ହେଉଛି ଆମ ସରକାରର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆପଣମାନେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ଓ ସାଧୁତାପୂର୍ଣ୍ଣ ନିଯୁକ୍ତି ପ୍ରକ୍ରିୟା ଜରିଆରେ ସରକାରୀ ଚାକିରୀ ଯୋଗ ଦେଉଛନ୍ତି । ତେଣୁ ଆପଣଙ୍କ କର୍ତ୍ତବ୍ୟପଥରେ ସାଧୁତା ଓ ସ୍ୱଚ୍ଛତା ଅବଲମ୍ୱନ କରିବା ପାଇଁ ସଂକଳ୍ପବଦ୍ଧ ହେବେ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଦ୍ୱାଦଶ ନିଯୁକ୍ତିମେଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ- ୨୦୨୫ ଅବସରରେ ନବନିଯୁକ୍ତଙ୍କୁ ଉପଦେଶ ଦେଇ କହିଛନ୍ତି ।

ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟ ସରକାରଙ୍କ ୧୨ଟି ବିଭାଗରେ ସମୁଦାୟ ୭୨୯୩ ଜଣଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ଏହି ବିଭାଗ ଗୁଡ଼ିକ ମଧ୍ୟରେ ଗୃହ ବିଭାଗରେ ୧୯୭୯ ଜଣ କନଷ୍ଟବଳ ଓ ୩୮୬ ଜଣ ଡ୍ରାଇଭର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୧୯୧୩ ଜଣ ସ୍ନାତକ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନିମନ୍ତେ ୨୪୧ ଜଣ ପିଜିଟି, ଉଚ୍ଚଶିକ୍ଷା ବିଭାଗରେ କନିଷ୍ଠ ସହାୟକ, ୭ ଜଣ PET ଏବଂ ୩୧ ଜଣ Laboratory Assistant cum Store Keeper, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିଭାଗରେ ୨୪ ସହକାରୀ ମତ୍ସ୍ୟ ଅଧିକାରୀ ଏବଂ ୬୪୮ ଜଣ ପ୍ରାଣୀଧନ ନିରୀକ୍ଷକ, ସୂଚନା ଓ ଲୋକସମ୍ପର୍କ ବିଭାଗରେ ୩୯ ଜଣ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଖଣି ଓ ଭୂ-ତତ୍ତ୍ୱ ନିର୍ଦ୍ଦେଶାଳୟରେ ୧୪ ଜଣ କନିଷ୍ଠ ରସାୟନବିତ୍, ବାଣିଜ୍ୟ ଓ ପରିବହନ ବିଭାଗରେ ୧୭ ଜଣ କନିଷ୍ଠ ଷ୍ଟେନୋଗ୍ରାଫର୍, ଜଙ୍ଗଲ ଓ ପରିବେଶ ବିଭାଗରେ ୧୫୦୪ ଜଣ ଫରେଷ୍ଟଗାର୍ଡ ଓ ୨୪୬ ଜଣ ଫରେଷ୍ଟର, କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ୧୧୭ ଜଣ ସହକାରୀ କୃଷି ଅଧିକାରୀ, ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗରେ ୧୫ ଜଣ ପାରାମେଡିକ୍‌ସ ଷ୍ଟାଫ୍, ଜଳସମ୍ପଦ ବିଭାଗରେ ୩୬ ଜଣ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (Mechanical), ଏହାସହିତ ପ୍ରଥମଥର କରି ଆଡଭୋକେଟ ଜେନେରାଲ ଅଫିସ ପାଇଁ ନିୟମିତ ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ ୪୦ ଜଣ ଷ୍ଟେନୋଗ୍ରାଫର ନିଯୁକ୍ତି ପାଇଛନ୍ତି।

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମ ଠାରେ ଉପସ୍ଥିତ ନବନିଯୁକ୍ତଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମେ ରାଜ୍ୟର ଯୁବବର୍ଗଙ୍କୁ ସରକାରୀ ଚାକିରୀରେ ନିଯୁକ୍ତି ସୃଷ୍ଟି ପାଇଁ ଭରଷା ଦେଇଥିଲୁ, ଆମେ ନିୟମିତ ଭାବେ ନିଯୁକ୍ତିମେଳା ଆୟୋଜନ କରି ଆମ କଥା ରଖୁଛୁ । ପ୍ରଥମରୁ ଏଥିପାଇଁ ଆମେ ଉଦ୍ୟମ ଆରମ୍ଭ କରି ୨ ବର୍ଷ ଭିତରେ ୬୫ ହଜାର ସରକାରୀ ନିଯୁକ୍ତି ପ୍ରଦାନ କରିବା ପାଇଁ ଆମର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା । ୧୭ ମାସ ଭିତରେ ଆଜିକୁ ମିଶାଇ ୧୨ ଟି ନିଯୁକ୍ତିମେଳା ଜରିଆରେ ଆମେ ୩୭,୩୨୫ ଜଣଙ୍କୁ ନିଯୁକ୍ତି ପ୍ରଦାନ କରିଛୁ । ଏତେ ସଂଖ୍ୟାରେ ସରକାରୀ ପଦ ପଦବୀରେ ନିଯୁକ୍ତି ଏତେ କମ୍‌ ଦିନ ଭିତରେ ଆଗରୁ କେବେ ହୋଇନାହିଁ । ଦୁଇ ବର୍ଷ ଭିତରେ ଧାର୍ଯ୍ୟ ଲକ୍ଷ୍ୟ ଠାରୁ ଅଧିକ ହାସଲ କରିବା ପାଇଁ ଆମର ଉଦ୍ୟମ ଜାରି ରହିଛି। ଔଦ୍ୟୋଗିକ କ୍ଷେତ୍ରରେ ବ୍ୟାପକ ନିଯୁକ୍ତି ସୃଷ୍ଟି ପାଇଁ ଆମେ ପଦକ୍ଷେପ ନେଉଛୁ । ୨ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ ଗ୍ରାଉଣ୍ଡିଙ୍ଗ୍ ମାଧ୍ୟମରେ ଦେଢ଼ ଲକ୍ଷ ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ସୁନିଶ୍ଚିତ କରିଛୁ । ଓଡ଼ିଶାର ଯୁବଶକ୍ତି ପ୍ରତି ଆମ ସରକାରଙ୍କ ପ୍ରତିବଦ୍ଧତା ଭାବ ଆପଣମାନେ ଜାଣିପାରୁଥିବେ । ଆମର ଏହି ଉଦ୍ୟମ ଆଗାମୀ ଦିନରେ ମଧ୍ୟ ନିରବଚ୍ଛିନ୍ନ ଭାବରେ ଜାରି ରହିବ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ଆମ ସରକାର ଦୁର୍ନୀତି ବିରୋଧରେ ଶୂନ୍ୟସହନଶୀଳତା ନୀତି ଆପଣେଇଛନ୍ତି, ତେଣୁ ଆପଣମାନେ ଦୁର୍ନୀତିକୁ ବିଷ ମନେକରି ତା’ଠୁ ଯେତେ ଅଧିକ ସମ୍ଭବ ଦୂରରେ ରୁହନ୍ତୁ, ନଚେତ୍ ଏହା ନିଜ ପାଇଁ ଓ ନିଜ କ୍ୟାରିଅର ପାଇଁ ଅତ୍ୟନ୍ତ ବିପଦଜନକ ହେବ । ଆପଣଙ୍କ ପ୍ରତ୍ୟେକ ପଦକ୍ଷେପ ଯେପରି ଓଡ଼ିଶା ଏବଂ ରାଜ୍ୟବାସୀଙ୍କ ଉନ୍ନତିରେ ସହାୟକ ହେବ ତାକୁ ଦୃଷ୍ଟିରେ ରଖି କାମ କରନ୍ତୁ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବନିଯୁକ୍ତଙ୍କୁ ଚାରୋଟି ପରାମର୍ଶ ଦେଇ କହିଥିଲେ ଯେ, ଜନସାଧାରଣଙ୍କ ପାଇଁ ସହୃଦୟତାପୂର୍ଣ୍ଣ ଓ ନ୍ୟାୟପୂର୍ଣ୍ଣ ଭାବେ ସେବା ଯୋଗାଇଦେବେ, ନିଜର କାର୍ଯ୍ୟରେ ସବୁବେଳେ ଉତ୍କୃଷ୍ଟତା ବଜାୟ ରଖିବା ପାଇଁ ଚେଷ୍ଟା କରନ୍ତୁ, ସବୁବେଳେ ନିଜର ଜ୍ଞାନର ପରିସୀମାକୁ ବୃଦ୍ଧି କରନ୍ତୁ ଓ ସମୟ ଉପଯୋଗୀ କରନ୍ତୁ ଏବଂ କାର୍ଯ୍ୟ କ୍ଷେତ୍ରରେ ସଚ୍ଚୋଟତା ଓ ସ୍ୱଚ୍ଛତା ବଜାୟ ରଖନ୍ତୁ ।

ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂଦେଓ, ନବନିଯୁକ୍ତଙ୍କୁ ସ୍ୱାଗତ କରି କହିଥିଲେ ଯେ, ଆମ ସରକାର ଲୋକଙ୍କ ପାଇଁ କାମ କରୁଛି, ଆପଣମାନେ ଯେଉଁଠି ବି ନିଯୁକ୍ତି ପାଆନ୍ତୁ, ସେଠାକୁ ଯାଇ ଲୋକଙ୍କ ପାଇଁ ଆପଣମାନେ କାମ କରନ୍ତୁ । ଲୋକଙ୍କ ସେବା କରିବା ହେଉଛି ସରକାରୀ କର୍ମଚାରୀ ଓ ଅଧିକାରୀମାନଙ୍କର ଧର୍ମ । କର୍ତ୍ତବ୍ୟ କ୍ଷେତ୍ରରେ ରାଜ୍ୟବାସୀଙ୍କୁ ଉପଯୁକ୍ତ ନ୍ୟାୟ ପ୍ରଦାନ କରିବେ ବୋଲି ସେ କହିଥିଲେ ।

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଥିଲେ ଯେ, ବିଭିନ୍ନ ବିଭାଗରେ କର୍ମଚାରୀ ଅଭାବ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଯେଉଁ ପ୍ରତିଶ୍ରୃତି ଦେଇଥିଲେ, ଧିରେ ଧିରେ ତାହା ପୂରଣ ହେବାକୁ ଯାଉଛି । ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ଶିକ୍ଷା ବିଭାଗରେ ନିଯୁକ୍ତି ପ୍ରଦାନ ପ୍ରକ୍ରିୟାକୁ ମୁଖ୍ୟମନ୍ତ୍ରୀ ତ୍ୱରାନ୍ୱିତ କରିଛନ୍ତି । ନିଜ ନିଜର କର୍ତ୍ତବ୍ୟକୁ ନିଷ୍ଠାର ସହିତ ପାଳନ କରିବା ପାଇଁ ସେ ନବନିଯୁକ୍ତଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ।

ମତ୍ସ୍ୟ ଓ ପ୍ରାଣିସମ୍ପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଥିଲେ ଯେ, ଆପଣମାନେ ନିଜର ପରିଶ୍ରମ ଓ ଅଧ୍ୟବସାୟ ବଳରେ ଏହି ସଫଳତା ପାଇଛନ୍ତି। ଦାୟିତ୍ୱସମ୍ପନ୍ନ ଭାବେ କର୍ତ୍ତବ୍ୟ ସମ୍ପାଦନ କରି ନିଜ ନିଜ କ୍ଷେତ୍ରରେ ପ୍ରତିଷ୍ଠା ହାସଲ କରନ୍ତୁ ।

ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ଗଣେଶରାମ ସିଂ ଖୁଣ୍ଟିଆ କହିଥିଲେ ଯେ, ବିକଶିତ ଓ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆମ ସରକାର ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢ଼ିବା ପାଇଁ କାର୍ଯ୍ୟ କରୁଛନ୍ତି । ଆପଣମାନେ ନିଜ ନିଜ କ୍ଷେତ୍ରରେ ନିଷ୍ଠା ଓ ସ୍ୱଚ୍ଛତାର ସହିତ କର୍ତ୍ତବ୍ୟ ସମ୍ପାଦନ କରି ଜନସାଧାରଣଙ୍କୁ ଉଚିତ ସେବା ପ୍ରଦାନ କରନ୍ତୁ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୨ ଟି ବିଭାଗର ୩୦ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଥିଲେ । ନବନିଯୁକ୍ତଙ୍କ ମଧ୍ୟରୁ ଗୃହ ବିଭାଗରେ ନିଯୁକ୍ତି ପାଇଥିବା କେନ୍ଦୁଝର ଜିଲ୍ଲାର ବନସିଂହ ମାଝୀ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଖୋର୍ଦ୍ଧା ଜିଲ୍ଲାର ସସ୍ମିତା ପ୍ରଧାନ, ଜଙ୍ଗଲ ବିଭାଗରେ ନିଯୁକ୍ତି ପାଇଥିବା ମାଲକାନଗିରି ଜିଲ୍ଲାର ଦେବେନ୍ଦ୍ର ପଡିଆମି ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ନିଯୁକ୍ତି ପାଇଥିବା ଜଗତସିଂହପୁର ଜିଲ୍ଲାର ଅନ୍ୱେଷା ରାୟ ନିଜ ନିଜର ଅଭିଜ୍ଞତା ବର୍ଣ୍ଣନା କରି ରାଜ୍ୟ ସରକାରଙ୍କର ସ୍ୱଚ୍ଛ ନିଯୁକ୍ତି ପ୍ରକ୍ରିୟା ପାଇଁ ସରକାରୀ ଚାକିରୀ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କୁ କୃତଜ୍ଞତା ପ୍ରକାଶ କରିଥିଲେ ।

କାର୍ଯ୍ୟକ୍ରମରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ସମସ୍ତଙ୍କୁ ସ୍ୱାଗତ କରିଥିଲେ ଓ ବିଦ୍ୟାଳୟ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଡକ୍ଟର ଏନ୍. ତିରୁମାଲା ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ଓଡିଶାର ଅର୍ଥନୀତି ୫୦୦ ବିଲିଅନ ଡଲାର ଛୁଇଁବ: ମୁଖ୍ୟମନ୍ତ୍ରୀ

Next Post

ଜାତୀୟ ସମ୍ବିଧାନ ଦିବସ ପାଳିତ

FNN WEB

FNN WEB

Next Post
ଜିଲ୍ଲାସ୍ତରୀୟ ଧନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ

ଜାତୀୟ ସମ୍ବିଧାନ ଦିବସ ପାଳିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.