• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୫ରେ ଶ୍ରେଷ୍ଠତ୍ଵ ପାଇଁ ଯୋଗ୍ୟ ବିବେଚିତ ହେଲା ଓଡ଼ିଶା ପାଭିଲିୟନ୍

FNN WEB by FNN WEB
November 26, 2025
in ଓଡ଼ିଶା, ମୁଖ୍ୟ ଖବର
0
୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୫ରେ ଶ୍ରେଷ୍ଠତ୍ଵ ପାଇଁ ଯୋଗ୍ୟ ବିବେଚିତ ହେଲା ଓଡ଼ିଶା ପାଭିଲିୟନ୍
0
SHARES
0
VIEWS

ଗତ ୩ ବର୍ଷ ଧରି ଓଡିଶା ମଣ୍ଡପ ପୁରସ୍କୃତ ହୋଇଆସୁଛି
ଲଗାତାର ଭାବେ ଚତୁର୍ଥ ଥର ପାଇଁ ଆସନ୍ତାକାଲି ଗ୍ରହଣ କରିବ ପୁରସ୍କାର

ନୂଆଦିଲ୍ଲୀ / ଭୁବନେଶ୍ଵର : ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ପରିସରରେ ଆୟୋଜିତ ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୫ର ଅନ୍ତିମ ତିଥିରେ ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛି ଓଡ଼ିଶା ପାଭିଲିୟନ୍ । ଏ’ ସମ୍ପର୍କରେ ଏହି ବାଣିଜ୍ୟ ମେଳାର ଆୟୋଜକ ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ ଦ୍ଵାରା ସୂଚନା ପ୍ରଦାନ ପରେ ଓଡ଼ିଶା ପାଭିଲିୟନ୍ ରେ ଆନନ୍ଦର ଲହରୀ ଖେଳି ଯାଇଛି ଏବଂ ଅଂଶଗ୍ରହଣକାରୀ ଅନ୍ୟ ରାଜ୍ୟର କର୍ମକର୍ତ୍ତାମାନେ ଓଡ଼ିଶା ପାଭିଲିୟନ୍ କୁ ଆସି ଅଭିନନ୍ଦନ ଜଣାଉଛନ୍ତି ।

ଚଳିତ ବର୍ଷ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୫ର ବିଷୟବସ୍ତୁ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ ଆଧାରରେ ଓଡ଼ିଶା ମଣ୍ଡପ ପ୍ରସ୍ତୁତ କରାଯାଇଛି । ମଣ୍ଡପ ଡିଜାଇନରେ କେବଳ ପ୍ରାଚୀନ ଓଡ଼ିଶାର ସମୃଦ୍ଧ ଐତିହ୍ୟ ଏବଂ ଭାସ୍କର୍ଯ୍ୟ କଳା ପ୍ରତିଫଳିତ ହୋଇନାହିଁ, ବରଂ ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ନିମନ୍ତେ ପ୍ରସ୍ତୁତ ଭିଜନ୍ ଡକ୍ୟୁମେଣ୍ଟ ଆଧାରରେ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ ପାଇଁ ଓଡିଶାର ପ୍ରତିବଦ୍ଧତାକୁ ପ୍ରଦର୍ଶନ କରାଯାଇଛି । ଏହି ମଣ୍ଡପ ମାଧ୍ୟମରେ ମଧ୍ୟ, ରାଜ୍ୟ ସରକାରଙ୍କ ଦ୍ଵାରା ପ୍ରଣୀତ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳ ରୂପାୟନ ନିମନ୍ତେ ପ୍ରତିଟି ସ୍ତରରେ ହେଉଥିବା ଉଦ୍ୟମକୁ ଦେଶର ଅନ୍ୟାନ୍ୟ ରାଜ୍ୟ ଏବଂ ବିଶ୍ଵ ସମ୍ମୁଖରେ ଉପସ୍ଥାପିତ କରିବାକୁ ପ୍ରୟାସ କରାଯାଇଛି । ନିଜର ସମୃଦ୍ଧ ସଂସ୍କୃତି ଓ ପରମ୍ପରାର ସୁରକ୍ଷା ସହିତ ସମାନ୍ତରାଳ ଭାବେ ପ୍ରଗତି ଓ ଆଧୁନିକତାକୁ ଆଦରି ନେଇ ସବୁ ବର୍ଗର ଲୋକମାନଙ୍କ ସାମଗ୍ରୀକ ବିକାଶ ପ୍ରତି ସରକାରଙ୍କ ପ୍ରତିବଦ୍ଧତା ଏହି ସୁଦୃଶ୍ୟ ମଣ୍ଡପରେ ସ୍ଥାନିତ ହୋଇଛି । ବିଭିନ୍ନ କୃଷି ଉତ୍ପାଦ ସମେତ ଉତ୍କୃଷ୍ଟ ହସ୍ତତନ୍ତ, ହସ୍ତଶିଳ୍ପ କଳା ଏବଂ ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ଦ୍ୱାରା ପ୍ରସ୍ତୁତ ବହୁ ସାମଗ୍ରୀ ମଧ୍ୟ ଏଥିରେ ପ୍ରଦର୍ଶିତ ହୋଇଛି ।

ଗତ ୧୪ ତାରିଖରେ ଓଡିଶାର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ସୁଦୃଶ୍ୟ ଓଡ଼ିଶା ପାଭିଲିୟନ୍ ଉଦଘାଟନ କରିଥିଲେ । ବିଭିନ୍ନ ଦିବସରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ତ୍ରିପୁରାର ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରୀ ଶ୍ରୀମତୀ ସନ୍ତନା ଚକମା, ମଣିପୁରର ଅତିରିକ୍ତ ଶାସନ ସଚିବ ଶ୍ରୀ ଅନୁରାଗ ବାଜପେୟୀ, ପୂର୍ବତନ କ୍ରିକେଟର ତଥା ପଶ୍ଚିମବଙ୍ଗ ବହରମପୁରର ସାଂସଦ ୟୁସୁଫ ପଠାନ, ଓଡିଶା ଆସ୍କାର ସାଂସଦ ଅନିତା ଶୁଭଦର୍ଶିନୀ, ବାଲେଶ୍ଵର ସାଂସଦ ଶ୍ରୀ ପ୍ରତାପ ଷଡଙ୍ଗୀ, ରାଜ୍ୟ ସଭା ସାଂସଦ ଶ୍ରୀ ସୁଜିତ କୁମାର, ରାଜ୍ୟସଭାର ପୂର୍ବତନ ସାଂସଦ ଶ୍ରୀ ଅମର ପଟ୍ଟନାୟକ ସମେତ ଦେଶ ବିଦେଶର ପ୍ରତିଷ୍ଠିତ ବ୍ୟବସାୟିକ ସଂଗଠନ ଏବଂ ବିଶିଷ୍ଟ ବ୍ୟକ୍ତିବିଶେଷ ପ୍ରମୁଖ ଓଡ଼ିଶା ମଣ୍ଡପ ପରିଦର୍ଶନରେ ଆସିଥିବା ବେଳେ ଗତ ୨୨ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ରାଜ୍ୟ ଦିବସର ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ ।

ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଲଗାତାର ଭାବେ ଗତ ୩ ବର୍ଷ ଧରି ଓଡ଼ିଶା ପାଭିଲିୟନ୍ ପୁରସ୍କୃତ ହୋଇଆସୁଥିବା ବେଳେ ଚଳିତ ବର୍ଷ ମଧ୍ୟ ଆସନ୍ତାକାଲି ଅପରାହ୍ନ ୦୪:୩୦ ରେ ଆୟୋଜିତ ପୁରସ୍କାର ପ୍ରଦାନ ଉତ୍ସବରେ ଚତୁର୍ଥ ଥର ପାଇଁ ପୁରସ୍କାର ଗ୍ରହଣ କରିବ । ସୂଚନା ଯୋଗ୍ୟ ଯେ, ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପାଭିଲିୟନ୍ ର ଆୟୋଜନ ଦାୟିତ୍ଵ ସୂଚନା ଓ ଲୋକସମ୍ପର୍କ ବିଭାଗ ଉପରେ ରହିଛି ।

Previous Post

ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଦେଶ ଶିକ୍ଷାବୃତ୍ତି ଯୋଜନାର ଶୁଭାରମ୍ଭ

Next Post

ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା କର୍ମଶାଳା ଅନୁଷ୍ଠିତ

FNN WEB

FNN WEB

Next Post
ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା କର୍ମଶାଳା ଅନୁଷ୍ଠିତ

ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା କର୍ମଶାଳା ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.