• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରେ ଚତୁର୍ଥ ଥର ପାଇଁ ଆୟୋଜିତ ହେବ ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟ

FNN WEB by FNN WEB
November 27, 2025
in ଓଡ଼ିଶା, ଖେଳକୁଦ, ମୁଖ୍ୟ ଖବର
0
ଓଡ଼ିଶାରେ ଚତୁର୍ଥ ଥର ପାଇଁ ଆୟୋଜିତ ହେବ ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟ
0
SHARES
3
VIEWS

ଭୁବନେଶ୍ୱର : ଆସନ୍ତା ଡିସେମ୍ବର ମାସ ୯ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ କଟକର ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟର ଆୟୋଜନ କରାଯିବ। ବ୍ୟାଡ଼ମିଣ୍ଟନ ୱାର୍ଲଡ଼ ଫେଡ଼େରେସନ୍‌, ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ ଅଫ୍ ଇଣ୍ଡିଆ, ଓଡ଼ିଶା ଷ୍ଟେଟ୍ ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ କରାଯିବ। ଓଡ଼ିଶାରେ ଚତୁର୍ଥ ଥର ପାଇଁ ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ କରାଯିବ। ଆଜି କଳିଙ୍ଗ ଷ୍ଟାଡ଼ିୟମ ଠାରେ ଆୟୋଜିତ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟର ଆୟୋଜନ ସମ୍ବନ୍ଧରେ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ସବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ।

ଚଳିତ ବର୍ଷ ୨୨ଟି ଦେଶ – ଭାରତ, ଫିନଲ୍ୟାଣ୍ଡ, ହଙ୍ଗକଙ୍ଗ ଚାଇନା, ଶ୍ରୀଲଙ୍କା, ମ୍ୟାଲେସିଆ, ଇଜରେଲ, ଜାପାନ, ସ୍ପେନ୍‌, ଇଜିପ୍ଟ, ଇଣ୍ଡୋନେସିଆ, ଆମେରିକା, ଅଷ୍ଟ୍ରେଲିଆ, ଇଂଲଣ୍ଡ, ଥାଇଲାଣ୍ଡ, ବଲଗେରିଆ, ଚାଇନିଜ-ତାଇପେଇ, ୟୁଏଇ, ଉଗାଣ୍ଡା, ସାଉଦି ଆରବିଆ, ଭେନେଜୁଆଲା, ରସିଆ, ବାଙ୍ଗଲାଦେଶର କ୍ରୀଡ଼ାବିତ୍‌ମାନେ ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟରେ କରିବେ। ୨୨ଟି ଦେଶରୁ ୪୦୦ରୁ ଉର୍ଦ୍ଧ୍ୱ କ୍ରୀଡ଼ାବିତ୍‌ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ପ୍ରତିଯୋଗିତା ପୁରୁଷ ସିଙ୍ଗଲସ୍‌, ମହିଳା ସିଙ୍ଗଲସ୍‌ ପୁରୁଷ ଡ଼ବଲସ୍‌ ମହିଳା ଡ଼ବଲସ୍ ଏବଂ ମିକ୍ସଡ଼ ଡ଼ବଲସ୍ କ୍ୟାଟାଗୋରୀରେ ଆୟୋଜିତ ହେବ। ବିଶ୍ୱର ଟପ୍ ରାଙ୍କିଙ୍ଗ ବ୍ୟାଡ଼ମିଣ୍ଟନ ଖେଳାଳୀମାନେ ଏହି ଟୁର୍ଣ୍ଣାମେଣ୍ଟରେ ଭାଗ ନେବେ ବୋଲି ସୂଚନା ଦେଇଛନ୍ତି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ।

ଏଥିସହ ଡ଼ିସେମ୍ବର ୧ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ୩୭ତମ ଜାତୀୟ ସବ ଜୁନିୟର ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍‌ର ଆୟୋଜନ କଳିଙ୍ଗ ଷ୍ଟାଡ଼ିୟମ ଠାରେ କରାଯିବ। ଅଣ୍ଡର-୧୫ ଓ ଅଣ୍ଡର-୧୭ରେ ଏହି ଟୁର୍ଣ୍ଣାମେଣ୍ଟ ଖେଳାଯିବ। ସାରା ଦେଶରୁ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରୁ ପ୍ରାୟ ୭୫୦ରୁ ଉର୍ଦ୍ଧ୍ୱ କ୍ରୀଡ଼ାବିତ୍‌ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ଓଡ଼ିଶାରୁ ଅଣ୍ଡର-୧୫ ଓ ଅଣ୍ଡର-୧୭ ଟିମ୍‌ରେ ମୋଟ ୨୫ଜଣ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ ବୋଲି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି।

ବିଗତ ଦିନରେ ଓଡ଼ିଶାରେ ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର ବ୍ରୋଞ୍ଜ ଏବଂ ଏସିଆନ ଟେବୁଲ ଟେନିସ ଚାମ୍ପିୟନସିପ ଭଳି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ ସଫଳତାର ସହ କରାଯାଇଛି। ବିଭିନ୍ନ ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ କରି ବିଶ୍ୱ କ୍ରୀଡ଼ା ଜଗତରେ ଓଡ଼ିଶା ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛି। ଓଡ଼ିଶା ମାଷ୍ଟର୍ସ ଟୁର୍ଣ୍ଣାମେଣ୍ଟର ସଫଳ ଆୟୋଜନ ସହ ଓଡ଼ିଶାରେ କ୍ରୀଡ଼ାର ବିକାଶ ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ସୂରଜ ମତପ୍ରକାଶ କରିଛନ୍ତି।

ଓଡ଼ିଶା ଷ୍ଟେଟ୍ ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ର ସଭାପତି ଶ୍ରୀ ରାଜେଶ ପ୍ରଭାକର ପାଟିଲ୍ କହିଛନ୍ତି ଯେ, ଓଡ଼ିଶାରେ ଏହି ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟର ଆୟୋଜନ ହେବା ଆମ ପାଇଁ ଗର୍ବର ବିଷୟ। ଏହା ଓଡ଼ିଶାର ସମସ୍ତ କ୍ରୀଡ଼ାପ୍ରତିଭାମାନଙ୍କୁ ପ୍ରେରିତ କରିବ। ବିଭିନ୍ନ ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ କରି ବିଶ୍ୱକ୍ରୀଡ଼ା ଜଗତରେ ଓଡ଼ିଶା ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛି ବୋଲି କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ କହିଛନ୍ତି।

ଆଜିର କାର୍ଯ୍ୟକ୍ରମରେ ଓଡ଼ିଶା ମାଷ୍ଟର୍ସ ୨୦୨୫ ଟୁର୍ଣ୍ଣାମେଣ୍ଟ ଆୟୋଜନ ଏବଂ ବ୍ୟାଡ଼ମିଣ୍ଟନ ଖେଳର ପ୍ରଚାର ଓ ପ୍ରସାର ପାଇଁ ଉଦ୍ଦିଷ୍ଟ ଏକ ପ୍ରଚାର ଭ୍ୟାନକୁ ପତାକା ଦେଖାଇ ମନ୍ତ୍ରୀ ଶ୍ରୀ ସୂରଜ ଏହାର ଶୁଭାରମ୍ଭ କରିଥିଲେ। ଏଥିସହ ଓଡ଼ିଶା ମାଷ୍ଟର୍ସ ୨୦୨୫ ଟୁର୍ଣ୍ଣାମେଣ୍ଟର ଲୋଗୋ ଉନ୍ମୋଚିତ ହୋଇଥିଲା। ଟୁର୍ଣ୍ଣାମେଣ୍ଟ ମାସ୍କଟ “ଓଲି” ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସମସ୍ତ କ୍ରୀଡ଼ା ପ୍ରଶଂସକମାନଙ୍କୁ ଉତ୍ସାହିତ କରିଥିଲେ।

Previous Post

ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

Next Post

ରାଜଭବନରେ କଳିଙ୍ଗ ଅତିଥି ନିବାସର ଉଦଘାଟନ କଲେ ରାଷ୍ଟ୍ରପତି

FNN WEB

FNN WEB

Next Post
ରାଜଭବନରେ କଳିଙ୍ଗ ଅତିଥି ନିବାସର ଉଦଘାଟନ କଲେ ରାଷ୍ଟ୍ରପତି

ରାଜଭବନରେ କଳିଙ୍ଗ ଅତିଥି ନିବାସର ଉଦଘାଟନ କଲେ ରାଷ୍ଟ୍ରପତି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.