• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସମିତିର ୨୨ ତମ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

FNN WEB by FNN WEB
December 2, 2025
in ଓଡ଼ିଶା, ମୁଖ୍ୟ ଖବର
0
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସମିତିର ୨୨ ତମ ପରିଚାଳନା କମିଟି ବୈଠକ ଅନୁଷ୍ଠିତ
0
SHARES
5
VIEWS

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଆଜି ଓଡ଼ିଶା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସମିତିର ୨୨ତମ ପରିଚାଳନା କମିଟି ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକର ପ୍ରାରମ୍ଭରେ ଗତ ୨୧ତମ ବୈଠକରେ ନିଆଯାଇଥିବା ନିଷ୍ପତ୍ତିର କାର୍ଯ୍ୟାନୁଷ୍ଠାନ ସଂପର୍କରେ ଆଲୋଚନା କରାଯାଇଥିଲା । ସ୍ୱାସ୍ଥ୍ୟ ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ୱତୀ ଏସ୍‌, ଜାତୀୟ ସ୍ୱାସ୍ଥ୍ୟ ମିଶନର ମିଶନ ନିର୍ଦ୍ଦେଶିକା, ଓଡ଼ିଶା ଡଃ. ବୃନ୍ଦା ଡି., ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶକଙ୍କ ସମେତ କମିଟିର ସଦସ୍ୟ ଥିବା ଅନ୍ୟ ବିଭିନ୍ନ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଜାତୀୟ ସ୍ୱାସ୍ଥ୍ୟ ମିଶନ ଓ ରାଜ୍ୟ ବଜେଟ୍‌ ଯୋଜନା ଅନ୍ତର୍ଭୁକ୍ତ ସ୍ୱାସ୍ଥ୍ୟଭିତ୍ତିକ ପ୍ରମୁଖ ପଦକ୍ଷେପ ଓ ସଫଳତା ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା ।

ବୈଠକରୁ ଜଣାଯାଇଛି ଯେ, ସ୍ୱାସ୍ଥ୍ୟ ବିଭାଗ ଜରିଆରେ“ଆୟୁଷ୍ମାନ ଆରୋଗ୍ୟ ମନ୍ଦିର” ମାଧ୍ୟମରେ ବ୍ୟାପକ ପ୍ରାଥମିକ ସ୍ୱାସ୍ଥ୍ୟ ଯତ୍ନ ସେବା କାର୍ଯ୍ୟକ୍ରମ କରାଯାଇଛି । ଅଗଷ୍ଟ ୨୦୨୪ ଠାରୁ ୮୨,୪୭୦ ଆୟୁଷ୍ମାନ ଶିବିର ଅନୁଷ୍ଠିତ ହୋଇ ୫୪ ଲକ୍ଷ ଲୋକ ସେବା ପାଇପାରିଛନ୍ତି । ରାଜ୍ୟରେ “ସ୍ୱସ୍ଥ ନାରୀ, ସଶକ୍ତ ପରିବାର” ଅଭିଯାନରେ ଓଡ଼ିଶାରେ ରେକର୍ଡ ସଂଖ୍ୟକ ଏକ କୋଟିରୁ ଉର୍ଦ୍ଧ୍ୱ ଲୋକ ଶିବିରରେ ଯୋଗଦେଇଥିଲେ । ଓଡ଼ିଶାରେ ୧.୦୨ ଲକ୍ଷ ସ୍ୱାସ୍ଥ୍ୟ ଶିବିର ସହିତ ୫,୮୪୩ ଟି ସ୍ୱତନ୍ତ୍ର ଶିବିର ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ୨୫.୩୮ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କର ଉଚ୍ଚ ରକ୍ତଚାପ ଓ ମଧୁମେୟ ଏବଂ ୯.୬୪ ଲୋକଙ୍କର କର୍କଟ ରୋଗ ଚିହ୍ନଟ ପରୀକ୍ଷା କରାଯାଇ ପରାମର୍ଶ ଓ ପରବର୍ତ୍ତୀ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା ଗ୍ରହଣ କରାଯାଇଛି । ‘ନିଦାନ’ କାର୍ଯ୍ୟକ୍ରମ ଜରିଆରେ ମେଡିକାଲ କଲେଜ ଓ ହସ୍ପିଟାଲ ଠାରୁ ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ର ପର୍ଯ୍ୟନ୍ତ ଦେୟମୁକ୍ତ ରୋଗ ପରୀକ୍ଷଣ ବ୍ୟବସ୍ଥା କରାଯାଉଛି । ବୈଠକରେ ନିଦାନ ‘ସିଟି ସ୍କାନ’ ଓ ଏମଆରଆଇ ସ୍କାନ ବ୍ୟବସ୍ଥା, ‘ସହାୟ’ କାର୍ଯ୍ୟକ୍ରମ ଅଧିନରେ ଦେୟମୁକ୍ତ ଡାଏଲିସିସ ସେବା, ଦେୟମୁକ୍ତ ଔଷଧ ସେବା ସଂପର୍କରେ ବିଶଦ୍ ଆଲୋଚନା କରାଯାଇଥିଲା । ରାଜ୍ୟରେ ୪୯ ହଜାର ୭୨୬ ଜଣ ଆଶା କର୍ମୀ ନିୟୋଜିତ ରହିଛନ୍ତି । ଜାତୀୟ ଆମ୍ବୁଲାନ୍‌ସ୍‌ ସେବା ଅଧିନରେ ୮୬୬ ଟି ଜରୁରୀ ଆମ୍ବୁଲାନ୍‌ସ୍‌ ସେବା ଏବଂ ୫୦୦ ଜନନୀ ଏକସ୍‌ପ୍ରେସ୍‌ କାର୍ଯ୍ୟକ୍ଷମ ରହିଛି । ବୈଠକରେ ଜାତୀୟ ସିକଲ ସେଲ ରକ୍ତହୀନତା ଦୂରୀକରଣ ମିଶନ କାର୍ଯ୍ୟକ୍ରମ, ଆକାଂକ୍ଷୀ ବ୍ଲକରେ ସ୍ୱାସ୍ଥ୍ୟଭିତ୍ତିକ କାର୍ଯ୍ୟକ୍ରମ ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା । ଜାତୀୟ ସହରାଞ୍ଚଳ ସ୍ୱାସ୍ଥ୍ୟ ମିଶନ ଅର୍ନ୍ତଗତ କାର୍ଯ୍ୟକ୍ରମ ସଫଳତାର ସହ କାର୍ଯ୍ୟକାରୀ ହୋଇ ୨୦୨୪-୨୫ ବର୍ଷରେ ଓଡ଼ିଶା କାୟାକଳ୍ପ ପୁରସ୍କାର ପ୍ରାପ୍ତ ହୋଇଛି । ରାଜ୍ୟ, ଜିଲ୍ଲା, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଆଦିରେ ନୂଆ ସ୍ୱାସ୍ଥ୍ୟ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଜାରି ରହିଥିବା ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା ।

ରାଜ୍ୟର ୧୫ଟି ଜିଲ୍ଲାର ୫୫ଟି ବ୍ଲକ୍‌ର ୧୭୫୧ଟି ଗାଁରେ ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହାଅଭିଯାନ (ପିଏମଜନମନ) କାର୍ଯ୍ୟକାରୀ ହୋଇଛି ଏବଂ ଏଥିରେ ଏହି ଗୋଷ୍ଠୀର ପ୍ରାୟ ୩.୧୦ ଲକ୍ଷ ଜନସଂଖ୍ୟା ଉପକୃତ ହେଉଛନ୍ତି । ପିଭିଟିଜି ଜିଲ୍ଲାରେ ୧୨୨ଟି ମୋବାଇଲ୍ ସ୍ୱାସ୍ଥ୍ୟ ୟୁନିଟ୍ ଏବଂ ୫୫ଟି ପିଭିଟିଜି ଜିଲ୍ଲାରେ ୫୧ ଟି ମୋବାଇଲ୍ ସ୍ୱାସ୍ଥ୍ୟ ୟୁନିଟ୍ କାର୍ଯ୍ୟକାରୀ ହେଉଛି । ଧରତୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ ( ଡିଏଜେୟୁଜିଏ) ଅଭିଯାନ ଅଧୀନରେ, ୨୭ଟି ଜିଲ୍ଲାର ୨୩୪ଟି ବ୍ଲକରେ ଥିବା ୭,୬୬୭ଟି ଗାଁରେ ୭,୩୪,୪୧୫ ଜଣଙ୍କୁ ମେଡିକାଲ ହେଲଥ ୟୁନିଟ୍ ମାଧ୍ୟମରେ ବିଭିନ୍ନ ରୋଗର ପ୍ରାଥମିକ ସ୍କ୍ରିନିଂ ଓ ଚିକିତ୍ସା ସୁବିଧା ପ୍ରଦାନ କରାଯାଉଛି । ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ରାଜ୍ୟରେ ସ୍ୱାସ୍ଥ୍ୟ ସେବା ନିମନ୍ତେ ନିଆଯାଇଥିବା ପଦକ୍ଷେପକୁ ପ୍ରଶଂସା କରିବା ସହିତ ରାଜ୍ୟ ସରକାରଙ୍କ ଲକ୍ଷ୍ୟ ଅନୁସାରେ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବାକୁ ଆହୁରି ଉନ୍ନତ କରିବା ପାଇଁ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ, ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ନିୟମିତ ସମୀକ୍ଷା କରିବା, ରୋଗୀମାନଙ୍କ ପରୀକ୍ଷଣ ଓ ଚିକିତ୍ସାକୁ ପ୍ରାଥମିକତା ସମ୍ପର୍କରେ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ ।

Previous Post

ଛାତ୍ର ଆହତ ଘଟଣା: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି

Next Post

ଏବିପିଏମଜେଏୱାଇ – ଜିଜେଏୱାଇ କ୍ଷମତା ସମ୍ପନ୍ନ କମିଟି ବୈଠକରେ ନୂତନ ପଦକ୍ଷେପ ଅନୁମୋଦିତ

FNN WEB

FNN WEB

Next Post
ଏବିପିଏମଜେଏୱାଇ – ଜିଜେଏୱାଇ କ୍ଷମତା ସମ୍ପନ୍ନ କମିଟି ବୈଠକରେ ନୂତନ ପଦକ୍ଷେପ ଅନୁମୋଦିତ

ଏବିପିଏମଜେଏୱାଇ - ଜିଜେଏୱାଇ କ୍ଷମତା ସମ୍ପନ୍ନ କମିଟି ବୈଠକରେ ନୂତନ ପଦକ୍ଷେପ ଅନୁମୋଦିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.