• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଜେପି ବିଧାୟକଙ୍କ ବହିଷ୍କାର ଦାବିରେ ରାଜ୍ୟପାଳଙ୍କୁ ବିଜେଡିର ସ୍ମାରକପତ୍ର

FNN WEB by FNN WEB
December 12, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିଜେପି ବିଧାୟକଙ୍କ ବହିଷ୍କାର ଦାବିରେ ରାଜ୍ୟପାଳଙ୍କୁ ବିଜେଡିର ସ୍ମାରକପତ୍ର
0
SHARES
11
VIEWS

ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ପ୍ରସଙ୍ଗ

ଭୁବନେଶ୍ୱର: ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିଧାନସଭାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଓ ମହିଳାଙ୍କ ପ୍ରତି ତାଙ୍କର ଅଭୋଦ୍ରଚିତ ଆଚରଣ ପାଇଁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଏବଂ ଅଶାନ୍ତ ମାଲକାନଗିରିର ସ୍ଥିତିକୁ ନିୟନ୍ତ୍ରଣ କରିବା ନିମନ୍ତେ ମହାମହିମ ରାଜ୍ୟପାଳଙ୍କ ହସ୍ତକ୍ଷେପ ପାଇଁ ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ମହାମହିମ ରାଜ୍ୟପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛି ।

ମହାମହିମ ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କରି ବିଜେଡି କହିଛି ଯେ, ବିଧାନସଭାର ପବିତ୍ର ଗୃହରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତି ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ଅଶୋଭନୀୟ ମନ୍ତବ୍ୟ ଦେଶବାସୀଙ୍କୁ ଆଘାତ ଦେଇଛି । ପୂର୍ବରୁ ଶ୍ରୀ ଖଟୁଆ ଗଣମାଧ୍ୟମରେ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦିକା ଡ଼ ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ଆଶାଳୀନ ଓ ଅଭୋଦ୍ରଚିତ ମନ୍ତବ୍ୟ ଦେଇ ଡ଼ ସାମନ୍ତସିଂହାରଙ୍କ ଚରିତ୍ର ସଂହାର କରିଥିଲେ । ଏହାର ପ୍ରତିବାଦରେ ରାଜ୍ୟ ମହିଳା କମିଶନ, ପୋଲିସ୍ ମହାନିଦେ୍ର୍ଦଶକ, ଜାତୀୟ ମହିଳା କମିଶନ ଏବଂ ମହାମହିମ ରାଷ୍ଟ୍ରପତିଙ୍କ ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ ଏଯାବତ ବିଜେପି ବିଧାୟକ ଶ୍ରୀ ଖଟୁଆଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ । ଶ୍ରୀ ଖଟୁଆଙ୍କ ବିରୋଧରେ ଓଡ଼ିଶା ବିଧାନସଭାରେ ଏଥିକ୍ସ କମିଟି ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ ଅଦ୍ୟାବଧି କୌଣସି ଉତ୍ତର ମିଳିପାରି ନାହିଁ । ଅନ୍ୟ ରାଜ୍ୟରେ ଜନପ୍ରତିନିଧିଙ୍କ ଏଭଳି ଆଚରଣ ପାଇଁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାର ନଜିର ରହିଥିବା ବେଳେ ଓଡ଼ିଶା କ୍ଷେତ୍ରରେ କୌଣସି କାର୍ଯ୍ୟାନୁଷ୍ଠାନ ହେଉନଥିବା ବିଷୟ ମହାମହିମ ରାଜ୍ୟପାଳଙ୍କୁ ବିଜେଡି ପ୍ରତିନିଧି ମଣ୍ଡଳୀ ଅବଗତ କରିଥିଲେ । ଯଦି ଶ୍ରୀ ଖଟୁଆଙ୍କ ଭଳି ଅଭ୍ୟାସଗତ ଅପରାଧୀଙ୍କ ବିରୁଦ୍ଧରେ ପୂର୍ବରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥାଆନ୍ତା, ତେବେ ପୁଣି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତି ସେ ଅସମ୍ମାନ ପ୍ରଦର୍ଶନ କରିବା ପାଇଁ ସାହସ କରିନଥାନ୍ତେ । ତେଣୁ ତୁରନ୍ତ ଶ୍ରୀ ଖଟୁଆଙ୍କୁ ବିଧାନସଭାରୁ ବହିଷ୍କାର କରିବା ପାଇଁ ମହାମହିମ ରାଜ୍ୟପାଳ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ବିଜୁ ଜନତା ଦଳ ଦାବି କରିଛି ।

ମାଲକାନଗିରିର ଅଶାନ୍ତ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାରଙ୍କ ବିଫଳତା ବିଷୟରେ ବିଜେଡି ପ୍ରତିନିଧି ମଣ୍ଡଳୀ ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ପୋଲିସ୍ ଓ ପ୍ରଶାସନର ଉପସ୍ଥିତିରେ ମାଲକାନଗିରିରେ ଯେଭଳି ସଂଗଠିତ ହିଂସା ଘଟିଲା ତାହା ଅବର୍ଣ୍ଣନୀୟ । ଏହି ଘଟଣା ଶାନ୍ତିପି୍ରୟ ଓଡ଼ିଶାର ଗାରିମା କ୍ଷୂଣ୍ଣ କରିଛି । ଘଟଣାସ୍ଥଳକୁ ପୋଲିସ୍ ମହାନିଦେ୍ର୍ଦଶକଙ୍କ ଗସ୍ତ ପରେ ମଧ୍ୟ ଜିଲ୍ଲାରେ ପରିସ୍ଥିତି ସ୍ୱାଭାବିକ ହୋଇପାରି ନାହିଁ । ମହାମହିମ ରାଜ୍ୟପାଳ ଏହି ଘଟଣାରେ ହସ୍ତକ୍ଷେପ କରି, ରାଜ୍ୟବାସୀଙ୍କୁ ଆଶ୍ୱସ୍ଥ ପ୍ରଦାନ କରନ୍ତୁ ବୋଲି ବିଜେଡି ପ୍ରତିନିଧି ମଣ୍ଡଳୀ ଦାବି କରିଛି । ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ସାଧାରଣ ସମ୍ପାଦିକା ଶ୍ରୀମତୀ ଟୁକୁନି ସାହୁଙ୍କ ନେତୃତ୍ୱରେ ଯାଇଥିବା ବିଜେଡିର ଏହି ପ୍ରତିନିଧି ମଣ୍ଡଳୀରେ ପୂର୍ବତନ ସାଂସଦ ତଥା ବରିଷ୍ଠ ସାଧାରଣ ସମ୍ପାଦିକା ଶ୍ରୀମତୀ ରାଜଶ୍ରୀ ମଲ୍ଲିକ, ପୂର୍ବତନ ସାଂସଦ ତଥା ସାଧାରଣ ସମ୍ପାଦିକା ଶ୍ରୀମତୀ ଶର୍ମିଷ୍ଠା ସେଠୀ, ଦଳର ବରିଷ୍ଠ ସାଧାରଣ ସମ୍ପାଦିକା ଡ଼ ଲେଖାଶ୍ରୀ ସାମନ୍ତସିଂହାର, ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି, ଯୁବ ବିଜେଡି ସଭାପତି ଶ୍ରୀ ଚିନ୍ମୟ ସାହୁ, ଛାତ୍ର ବିଜେଡି ସଭାନେତ୍ରୀ ଇପ୍ସୀତା ସାହୁ ପ୍ରମୁଖ ଲୋକଭବନରେ ମହାମହିମ ରାଜ୍ୟପାଳଙ୍କ ସହ ଆଲୋଚନା କରି ଦାବିପତ୍ର ପ୍ରଦାନ କରିଥିଲେ ।

Previous Post

ସୁଯୋଗ ସୃଷ୍ଟି କରୁଛି ଜୈବିକ କୃଷି

Next Post

ରାମଚଣ୍ଡୀରେ ‘ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ’ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ରାମଚଣ୍ଡୀରେ ‘ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ’ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ରାମଚଣ୍ଡୀରେ ‘ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ’ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.