• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଧଉଳି ଘଟଣାରେ ରାଜ୍ୟ ସରକାରଙ୍କୁ ନବୀନଙ୍କ ଟାର୍ଗେଟ୍

FNN WEB by FNN WEB
December 16, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟରେ ସାମାଜିକ ବିଶୃଙ୍ଖଳା ନେଇ ନବୀନଙ୍କ ଉଦବେଗ
0
SHARES
1
VIEWS


ଆଇନଶୃଙ୍ଖଳା କେତେ ଆଉ ବିପର୍ଯ୍ୟସ୍ତ ହେଲେ ସରକାର ସଜାଗ ହେବେ’

ଭୁବନେଶ୍ୱର: ରାଜ୍ୟ ରାଜଧାନୀ ଭୁବନେଶ୍ୱରର ଛାତି ଉପରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା ସମଗ୍ର ରାଜ୍ୟକୁ ସ୍ତବ୍ଧ କରିଦେଇଛି। ଏହି ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ ବିଚଳିତ କରିଦେବା ଭଳି ପରିସ୍ଥିତି ସୃଷ୍ଟି କରିଛି ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି। ରାଜଧାନୀରେ ବର୍ବରତା ଓ ଅରାଜକତା ସୀମା ଟପୁଥିବା ବେଳେ ଏଠାରେ ମହିଳା ଓ ନାବାଳିକାମାନେ କେତେ ସୁରକ୍ଷିତ, ତାହା ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ବୋଲି ନବୀନ କହିଛନ୍ତି।

ଏହି ଜଘନ୍ୟ କାଣ୍ଡ ପରେ ସରକାରଙ୍କ ଆଇନଶୃଙ୍ଖଳା ବ୍ୟବସ୍ଥା ଉପରେ ସେ ତୀବ୍ର ସମାଲୋଚନା କରିଛନ୍ତି। ରାଜ୍ୟରେ ଅପରାଧୀମାନେ ଭୟଶୂନ୍ୟ ହୋଇପଡ଼ିଛନ୍ତି ଏବଂ ସରକାର ନିଜର ବିଶ୍ୱସନୀୟତା ହରାଉଛନ୍ତି। ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ବେଳେ ସରକାର କେବେ ସଜାଗ ହେବେ ବୋଲି ପ୍ରଶ୍ନ କରିଛନ୍ତି ନବୀନ। ଅପରାଧ ରୋକିବା ଦିଗରେ ସରକାରଙ୍କ ଅସମର୍ଥତା ସାଧାରଣ ଜନତାଙ୍କୁ ଭୟଭୀତ କରୁଛି। ରାଜଧାନୀରେ ମହିଳାଙ୍କ ପାଇଁ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରି ନ ପାରିବା ରାଜ୍ୟ ସରକାରଙ୍କ ଅପାରଗତା ଓ ସମ୍ବେଦନହୀନ ଆଚରଣକୁ ଦର୍ଶାଉଛି ବୋଲି ସେ କହିଛନ୍ତି। ମହିଳାଙ୍କ ସୁରକ୍ଷା ସହ ଅପରାଧ ପ୍ରବଣତାକୁ ରୋକିବା ପାଇଁ ସରକାର କଠୋର ପଦକ୍ଷେପ ନେବାକୁ ଦାବି କରିଛନ୍ତି। କେବଳ ଘଟଣା ଘଟିବା ପରେ ନୁହେଁ, ବରଂ ପୂର୍ବରୁ ଅପରାଧକୁ ରୋକିବା ଦିଗରେ ସରକାର ତତ୍ପର ହେବା ଆବଶ୍ୟକ ବୋଲି ନବୀନ କହିଛନ୍ତି।

ଖବର ଅନୁଯାୟୀ, ରାଜଧାନୀ ଉପକଣ୍ଠ ଧଉଳିରୁ ପୁଣି ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ପୁରୁଷବନ୍ଧୁଙ୍କ ସହ ବୁଲି ଯାଇଥିବା ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଛନ୍ତି। ଦିନ ଦି’ପହରେ ଦୁର୍ବୃତ୍ତମାନେ ପୁରୁଷବନ୍ଧୁଙ୍କୁ ମାଡ଼ ମାରି ତାଙ୍କ ଆଖି ଆଗରେ ନାବାଳିକାକୁ ଗଣଦୁଷ୍କର୍ମ କରିଛନ୍ତି। ଏହାକୁ ନେଇ ତୀବ୍ର ଆଲୋଡ଼ନ ସୃଷ୍ଟି ହୋଇଛି। ଗତ ୧୦ ତାରିଖରେ ଏହି ବର୍ବର କାଣ୍ଡ ଘଟିଥିବା ବେଳେ ଆଜି ପଦାକୁ ଆସିଛି। ଏହି ଘଟଣା‌ରେ ପୁଲିସ ଏକ ମାମଲା ରୁଜୁ କରି ୨ ଅଭିଯୁକ୍ତଙ୍କୁ ଗିରଫ କରିଛି।

ସୂଚନା ମୁତାବକ, ନାବାଳିକାଜଣଙ୍କ ତାଙ୍କ ପୁରୁଷବନ୍ଧୁଙ୍କ ସହ ଧଉଳି ବୁଲିବାକୁ ଆସିଥିଲେ। ପରେ ସେମାନେ ଲିଙ୍ଗିପୁର ନିକଟ ଦୟାନଦୀ କୂଳ ଦେଇ ଘରକୁ ଫେରୁଥିଲେ। ଏହି ସମୟରେ ୫ଜଣ ଦୁର୍ବୃତ୍ତ ଦୁଇଟି ବାଇକ୍‌ରେ ତାଙ୍କୁ ପିଛା କରିଥିଲେ। ଏକ ନିକାଞ୍ଚନ ସ୍ଥାନରେ ତାଙ୍କୁ ଅଟକାଇ ଲୁଟ୍‌ ଉଦ୍ୟମ କରିଥିଲେ। ନାବାଳିକା ଏବଂ ପୁରୁଷବନ୍ଧୁ ସେମାନଙ୍କୁ ବିରୋଧ କରିବାରୁ ଏଥିରେ ଉତ୍‌କ୍ଷିପ୍ତ ହୋଇଯାଇଥିଲେ। ଦୁର୍ବୃତ୍ତମାନେ ପୁରୁଷ ବନ୍ଧୁଙ୍କୁ ନିସ୍ତୁକ ମାଡ଼ ମାରିବା ପରେ ତାଙ୍କ ଆଖି ଆଗରେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରିଥିଲେ। ନାବାଳିକାଜଣଙ୍କ ଯେତେ କାକୁତିମିନତି ହୋଇଥିଲେ ହେଁ ଯୌନପିପାସୁ ରାକ୍ଷସମାନେ କିଛି ଶୁଣି ନଥିଲେ। ପରେ ସେମାନେ ଉଭୟଙ୍କଠାରୁ ସୁନା, ଟଙ୍କା ଲୁଟ୍‌ କରି ଫେରାର୍‌ ହୋଇଯାଇଥିଲେ। ଏନେଇ ନାବାଳିକା ଜଣଙ୍କ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏହି ଘଟଣାରେ ପୁଲିସ ୨ଜଣଙ୍କୁ ଗିରଫ କରିଛି। ଅନ୍ୟ ଅଭିଯୁକ୍ତମାନେ ଫେରାର ଥିବା ଜଣାପଡ଼ିଛି। ଏହି ଘଟଣାରେ ନାବାଳିକା ଏବଂ ପୁରୁଷବନ୍ଧୁଙ୍କ ବୟାନ ରେକର୍ଡ କରାଯାଇଛି।

Previous Post

ଗଜପତି ଗସ୍ତ କରି ପର୍ଯ୍ୟଟନ କ୍ଷେତ୍ର ପରିଦର୍ଶନ କଲେ ମନ୍ତ୍ରୀ ଓ ବିଧାୟକ

Next Post

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ଲାଭାଂଶ ପ୍ରଦାନ

FNN WEB

FNN WEB

Next Post
କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ବିଜେପିର ପ୍ରତିନିଧି ଦଳ

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ଲାଭାଂଶ ପ୍ରଦାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.