• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
December 17, 2025
in ଓଡ଼ିଶା, ମୁଖ୍ୟ ଖବର
0
ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
0
SHARES
10
VIEWS

ବ୍ରହ୍ମପୁର-ଜୟପୁର ୬ ଲେନ ବିଶିଷ୍ଟ ରାସ୍ତା ପାଇଁ ୬୦୦୦ କୋଟି ଘୋଷଣା

ନିର୍ମାଣ ହେବ ଗ୍ରେଟର ବ୍ରହ୍ମପୁର ସିଟି, ପ୍ରଶାସନକୁ ଡିପିଆର ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର ସହରକୁ ସମସ୍ତ ମୌଳିକ ସେବା ଯୋଗାଇ ଦେବାପାଇଁ ଟାଉନ ପ୍ଲାନିଂ Scheme ଲାଗୁ କରାଯିବ

ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳର ବିଭିନ୍ନ ସ୍ଥାନରେ Food Street ନିର୍ମାଣ କରାଯିବ

ସରସ୍ଵତୀ ବିଦ୍ୟା ମନ୍ଦିର ବାର୍ଷିକ ଉତ୍ସବରେ ଅଭିଭାଷଣ ରଖି ଭାବବିହ୍ୱଳ ହୋଇପଡ଼ିଲେ ମୁଖ୍ୟମନ୍ତ୍ରୀ

ସରସ୍ୱତୀ ବିଦ୍ୟାମନ୍ଦିର ସମୂହ ପ୍ରତିଭାସମ୍ପନ୍ନ ବିଦ୍ୟାର୍ଥୀ ସୃଷ୍ଟି କରିବା ସହିତ ଭାରତୀୟ ସଂସ୍କୃତି ଓ ପରମ୍ପରା ବିଷୟରେ ସଚେତନ କରି ଉତ୍ତମ ନାଗରିକ ଗଠନ କରିଥାନ୍ତି

ଭୁବନେଶ୍ୱର : ଗଞ୍ଜାମ ଓ ବ୍ରହ୍ମପୁର ସହର ହେଉଛି ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର। ଓଡ଼ିଶାର ବିକାଶ ପାଇଁ ଗଞ୍ଜାମ ଜିଲ୍ଲାର ବିକାଶ ଅତି ଜରୁରୀ। ଏଣୁ ବ୍ରହ୍ମପୁର ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗର ବିକାଶ ପାଇଁ ୧୦ ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ନିର୍ମାଣ କରାଯିବ ଏବଂ ଏଥିପାଇଁ ୫୨ କୋଟି ୧୭ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ସହରର Ease of Living ଓ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ପାଇଁ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଆଜି ବ୍ରହ୍ମପୁର ନୀଳକଣ୍ଠ ନଗର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୨ ତମ ବାର୍ଷିକ ଉତ୍ସବ ଅବସରରେ ଯୋଗ ଦେଇ ସେ ଏହି ଘୋଷଣା କରିଛନ୍ତି।

ଦେଶର ସମସ୍ତ ଗୁରୁତ୍ୱପୂର୍ଣ୍ଣ ସହର ପରି ବ୍ରହ୍ମପୁର ସହରର କଳେବର ବୃଦ୍ଧି କରାଯାଇ ଏହାକୁ ଗ୍ରେଟର ବ୍ରହ୍ମପୁର ସିଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିବା ସହିତ ଏଥିପାଇଁ ଆବଶ୍ୟକ ଡିପିଆର ପ୍ରସ୍ତୁତ କରିବାକୁ ଜିଲ୍ଲା ପ୍ରଶାସନ କୁ ନିର୍ଦ୍ଦେଶ ଦେଇଛନ୍ତି। ଯୋଜନାବଦ୍ଧ ଭାବେ ସମସ୍ତ ମୌଳିକ ସେବା ଯୋଗାଇ ଦେବାପାଇଁ ସହରରେ ଟାଉନ ପ୍ଲାନିଂ ବା TP Scheme ଲାଗୁ କରାଯିବ। ବର୍ତ୍ତମାନ ଦୁଇଟି TP Scheme ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ଏହାଦ୍ବାରା ସହର ଉପକଣ୍ଠରେ ଉନ୍ନତ ସହରୀ ଭିତ୍ତିଭୂମି ବିକାଶ ହେବା ସହିତ ଜମି ମାଲିକମାନେ ମଧ୍ୟ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବ୍ରହ୍ମପୁର ସହରର ଖାଦ୍ୟର ପ୍ରସିଦ୍ଧିକୁ ଦେଖି ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳର ବିଭିନ୍ନ ସ୍ଥାନରେ Food Street ନିର୍ମାଣ କରାଯିବ। ଏହି ସହରର ବିକାଶ ପାଇଁ ଆଗାମୀ ଦିନରେ ଆହୁରି ଅନେକ ନୂଆ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ସମୃଦ୍ଧ ଓଡିଶା ଗଠନରେ ବ୍ରହ୍ମପୁର ସହର ଓ ଗଞ୍ଜାମ ଜିଲ୍ଲାର ଭୂମିକା ସବୁଠାରୁ ମହତ୍ତ୍ଵପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ବ୍ରହ୍ମପୁର-ଜୟପୁରକୁ ସଂଯୋଗର କରି ଏକ ୬ ଲେନ ବିଶିଷ୍ଟ ରାସ୍ତା ନିର୍ମାଣ କରାଯିବ, ଯେଉଁଥିପାଇଁ ୬୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏଥିପାଇଁ ପ୍ରକ୍ରିୟା ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ନୀଳକଣ୍ଠ ନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୪୨ତମ ବାର୍ଷିକ ଉତ୍ସବରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ ଭାବବିହ୍ୱଳ ହୋଇପଡ଼ିଥିଲେ। ମୁଖ୍ୟମନ୍ତ୍ରୀ ନିଜ ଶିକ୍ଷକତା ଦିନ ଗୁଡିକୁ ମନେପକାଇଥିଲେ ଏବଂ ଯେକୌଣସି ସରସ୍ଵତୀ ବିଦ୍ୟା ମନ୍ଦିରକୁ ଆସିଲେ ମୋତେ ତାହା ମୋର ଘର ବାହୁଡା ପରି ଲାଗିଥାଏ ବୋଲି କହିଥିଲେ। ଉତ୍ତମ ଶିକ୍ଷା ପରିବେଶ ଓ ଗୁଣାତ୍ମକ ମାନର ଶିକ୍ଷାପ୍ରଦାନ ପାଇଁ ଏହି ବିଦ୍ୟାଳୟର ରାଜ୍ୟରେ ସୁନାମ ରହିଛି । ସରସ୍ୱତୀ ବିଦ୍ୟାମନ୍ଦିର ସମୂହ କେବଳ ପ୍ରତିଭାସମ୍ପନ୍ନ ବିଦ୍ୟାର୍ଥୀ ବନେଇ ନ ଥାଏ । ବିଦ୍ୟାର୍ଥୀଙ୍କୁ ଭାରତୀୟ ସଂସ୍କୃତି ଓ ପରମ୍ପରା ବିଷୟରେ ଶିକ୍ଷାଦାନ କରି ଉତ୍ତମ ନାଗରିକ ମଧ୍ୟ ଗଠନ କରିଥାଏ । ଏହି ବିଦ୍ୟାଳୟ ଯଥାର୍ଥରେ ଏହାକୁ ପ୍ରତିପାଦନ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ ପୁଣି କହିଥିଲେ ଯେ ପ୍ରଧାନମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ଓଡ଼ିଶାରେ ଆମେ ନୂତନ ଶିକ୍ଷାନୀତି ୨୦୨୦ କୁ ଲାଗୁ କରିଛୁ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ସୃଜନଶୀଳତା ଓ ସ୍ୱାବଲମ୍ୱୀ ଭାବ ବୃଦ୍ଧି ଉଦ୍ଦେଶ୍ୟରେ ଜାତୀୟ ପାଠ୍ୟକ୍ରମ ଢାଞ୍ଚା ଆଧାରରେ ରାଜ୍ୟ ପାଠ୍ୟକ୍ରମ ଢାଞ୍ଚା ଆମେ ଆରମ୍ଭ କରିବାକୁ ଯାଉଛୁ ।ପ୍ରାଥମିକ ସ୍ତରରେ ପିଲାଙ୍କୁ ଗୁଣାତ୍ମକମାନର ଶିକ୍ଷା ପ୍ରଦାନ ପାଇଁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ କରିଛୁ । ଏହି ଯୋଜନାରେ ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ବିଦ୍ୟାଳୟ ସ୍ଥାପନ ହେବ । ପ୍ରଥମ ପର୍ଯ୍ୟାୟରେ ୨୨୦୦ ସ୍କୁଲ ପାଇଁ ଅନୁମୋଦନ ଦିଆଯାଇଛି । CBSE ଏବଂ ICSE ଢାଞ୍ଚାରେ ମାଧ୍ୟମିକ ଶିକ୍ଷା ବୋର୍ଡ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ବୋର୍ଡକୁ ମିଶାଇ ଗୋଟିଏ ବୋର୍ଡ ଗଠନ କରାଯିବ । ଏହାଦ୍ୱାରା ଶିକ୍ଷାର ଗୁଣାତ୍ମକମାନ ଆହୁରି ବୃଦ୍ଧି ହେବ ।

ସେ ଆହୁରି କହିଥିଲେ ଯେ ଦକ୍ଷ ଶିକ୍ଷକ ନିଯୁକ୍ତି ଓ ଶିକ୍ଷାଦାନ ଉପରେ ଆବଶ୍ୟକୀୟ ଭିତ୍ତିଭୂମି ସୃଷ୍ଟି ପାଇଁ ଆମେ ଗୁରୁତ୍ୱ ଦେଉଛୁ । ରାଜ୍ୟରେ ଶିକ୍ଷକ ଅଭାବ ଦୂର କରିବା ପାଇଁ ୩ ବର୍ଷ ମଧ୍ୟରେ ଆମେ ୪୫ ହଜାର ଶିକ୍ଷକ ପଦବୀ ସୃଷ୍ଟି କରିବା ପାଇଁ ପଦକ୍ଷେପ ନେଇଛୁ । ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ପାଠ୍ୟ ପୁସ୍ତକ ପ୍ରଦାନ କରିବା ପାଇଁ ଆମେ ସ୍ଥିର କରିଛୁ । ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ଆମ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି । କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତ ବର୍ଷ ବଜେଟରେ ରେକର୍ଡ ପରିମାଣର ୩୧ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି । ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଜରିଆରେ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ଗଢ଼ିବା ପାଇଁ ଆମ ସରକାରରେ ଆର୍ଥିକ କଟକଣା କେବେ ପ୍ରତିବନ୍ଧକ ହେବ ନାହିଁ।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀ, ସ୍ୱାଧୀନତା ସଂଗ୍ରାମୀ ମୋହନ ନାୟକ, ସମାଜସେବୀ ଶିବରାମ ମହାପାତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ଏବଂ ନୀଳକଣ୍ଠ ନଗର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୨ ତମ ବାର୍ଷିକ ଉତ୍ସବରେ ବିଦ୍ୟାଳୟର କୃତୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ। ଏହି କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା, ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାର, ଆସିକା ବିଧାୟକ ଶ୍ରୀ ସରୋଜ ପାଢ଼ୀ, ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ର, ଚିକିଟି ବିଧାୟକ ଶ୍ରୀ ମନୋରଞ୍ଜନ ଦ୍ୟାନ ସାମନ୍ତରା, କବିସୂର୍ଯ୍ୟନଗର ବିଧାୟକ ଶ୍ରୀ ପ୍ରତାପ ନାୟକ, ଖଲ୍ଲିକୋଟ ବିଧାୟକ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ସେଠୀ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପୂର୍ବ ଓ ପଶ୍ଚିମ ପ୍ରାନ୍ତ ପ୍ରଚାର ପ୍ରମୁଖ ଶ୍ରୀଯୁକ୍ତ ସୃଷ୍ଟିଧର ବିଶ୍ୱାଳ, ଗଞ୍ଜାମ ଜିଲ୍ଲାପାଳ ଶ୍ରୀ କିର୍ତ୍ତୀ ଭାସନ୍ ଭି., ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଡକ୍ଟର ଜୀବାନନ୍ଦ ତ୍ରିପାଠୀ, ସମ୍ପାଦକ ଶ୍ରୀ ନାରାୟଣ ପଣ୍ଡା ଏବଂ ବିଦ୍ୟା ମନ୍ଦିରର ଅଧ୍ୟକ୍ଷ ଡକ୍ଟର ସୁବ୍ରତ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ନୂଆପଡ଼ାର ବିଜେଡି ନେତା ଓ କର୍ମୀଙ୍କୁ ଟିପ୍ସ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

Next Post

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

FNN WEB

FNN WEB

Next Post
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.