• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

FNN WEB by FNN WEB
December 17, 2025
in ଓଡ଼ିଶା, ମୁଖ୍ୟ ଖବର
0
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି
0
SHARES
4
VIEWS

•ଓଡ଼ିଶାର ଏକୀକରଣ ତଥା ଭାଷାଭିତ୍ତିରେ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ପ୍ରଦେଶ ମାନ୍ୟତା ଦେବାରେ ମହାରାଜାଙ୍କ ଅବଦାନ ଅତୁଳନୀୟ : ମୁଖ୍ୟ ଅତିଥି ଶ୍ରୀ ସିଂଖୁଣ୍ଟିଆ

ଭୁବନେଶ୍ୱର : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ଥିଲେ ଅପାର ଗୁଣର ଅଧିକାରୀ । ରାଜା ଭାବରେ ସେ ଥିଲେ ପ୍ରଜାନୁରଞ୍ଜନ । ପ୍ରଜାମାନଙ୍କ ହିତ ପାଇଁ ସେ ନିଜ ଜୀବନକୁ ଉତ୍ସର୍ଗ କରି ଦେଇଥିଲେ । ଖଣ୍ଡବିଖଣ୍ଡିତ ଓଡ଼ିଶାର ଏକୀକରଣ ତଥା ଭାଷାଭିତ୍ତିରେ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ପ୍ରଦେଶ ରୂପେ ଗଠନ କରିବା ପାଇଁ ଯେଉଁ ଆନ୍ଦୋଳନର ସୂତ୍ରପାତ ହୋଇଥିଲା, ସେଥିରେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ବୋଲି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ମତପ୍ରକାଶ କରିଛନ୍ତି ।

ଆଜି ସ୍ଥାନୀୟ ଜୟଦେବ ଭବନଠାରେ ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ମୟୂରଭଞ୍ଜ ସାଂସ୍କୃତିକ ସଂସଦର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଶ୍ରୀ ସିଂଖୁଣ୍ଟିଆ କହିଲେ ଯେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ପ୍ରଗତିଶୀଳ ଭାବନା, ପ୍ରଶାସନିକ ଦକ୍ଷତା ଓ ଲୋକ କଲ୍ୟାଣକାରୀ ପଦକ୍ଷେପ ମୟୂରଭଞ୍ଜକୁ ଭାରତର ସବୁଠାରୁ ଅଧିକ ଉନ୍ନତ ରାଜ୍ୟମାନଙ୍କ ମଧ୍ୟରେ ଗଢ଼ି ଉଠିବାରେ ସାହାଯ୍ୟ କରିଥିଲା । ମୟୂରଭଞ୍ଜର ଅରଣ୍ୟ ସମ୍ପଦ ଓ ଖଣିଜ ସମ୍ପଦର ସେ ପୁନର୍ମୂଲ୍ୟାୟନ କରିଥିଲେ ଏବଂ ତାଙ୍କ ଅମଳରେ ବୈଜ୍ଞାନିକ ଉପାୟରେ ଲୌହ ଉତ୍ପାଦନ ଆରମ୍ଭ ହୋଇଥିଲା । ଯୋଗାଯୋଗର ଉନ୍ନତିକରଣ ପାଇଁ ରୂପସା-ବାରିପଦା ରେଳପଥ, ୫୦୦ ମାଇଲ୍‌ ରାସ୍ତା ନିର୍ମାଣ ସାଙ୍ଗକୁ କୃଷିର ଉନ୍ନତି ପାଇଁ ଜଳଭଣ୍ଡାର ଓ ଶିକ୍ଷାର ପ୍ରସାର ପାଇଁ ପ୍ରାଇମେରୀ ସ୍କୁଲ ସ୍ଥାପନ ତାଙ୍କ ଶାସନର ଅନ୍ୟତମ ଅଂଶ ଥିଲା । ଉତ୍କଳ ଜନନୀର ଏହି ଯୋଗଜନ୍ମା ସୁଯୋଗ୍ୟ ସନ୍ତାନ ଆଜି ସମଗ୍ର ଓଡ଼ିଆ ଜାତିର ଚିର ନମସ୍ୟ ବୋଲି ମନ୍ତ୍ରୀ ଶ୍ରୀ ସିଂଖୁଣ୍ଟିଆ ଉଲ୍ଲେଖ କରିଥିଲେ ।

କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ କରଞ୍ଜିଆ ବିଧାୟକ ଶ୍ରୀ ପଦ୍ମଚରଣ ହାଇବୁରୁ କହିଲେ ଯେ ମୟୂରଭଞ୍ଜ ତଥା ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଅବଦାନ ଅବିସ୍ମରଣୀୟ । ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ଜଳସେଚନ, ଭାଷା ଆନ୍ଦୋଳନ, ଅରଣ୍ୟ ଓ ଖଣିଜ ସଂପଦର ପୁନଃମୂଲ୍ୟାୟନ, ଶିଳ୍ପାୟନ ଆଦି ପ୍ରତି କ୍ଷେତ୍ରରେ ତାଙ୍କର ଦୂରଦର୍ଶୀ ଚିନ୍ତାଧାରା ଓ ଆଧୁନିକ ଜ୍ଞାନକୌଶଳର ପ୍ରୟୋଗ ସ୍ପଷ୍ଟ ଭାବରେ ପ୍ରତିଫଳିତ । ତାଙ୍କ ରାଜତ୍ୱ କାଳରେ ମୟୂରଭଞ୍ଜ ଏକ ଆଦର୍ଶ ରାଜ୍ୟ ପାଲଟିଥିଲା ବୋଲି ସେ ମତବ୍ୟକ୍ତ କରିଥିଲେ ।

ସମ୍ମାନନୀୟ ବକ୍ତା ଭାବେ ଯୋଗଦେଇ ମୟୂରଭଞ୍ଜ ସାଂସ୍କୃତିକ ସଂସଦର ସାଧାରଣ ସମ୍ପାଦକ ଡ. ରଜନୀକାନ୍ତ ବିଶ୍ୱାଳ କହିଲେ ଯେ ମହାରାଜା ଶ୍ରୀ ଭଞ୍ଜଦେଓ ଓଡିଶା ଓ ଓଡ଼ିଆ ଜାତିର ଉନ୍ନତି ପାଇଁ ନିଜକୁ ସମର୍ପିତ କରିଥିଲେ । ଉତ୍କଳ ସମ୍ମିଳନୀର ପ୍ରଥମ ଅଧିବେଶନରେ ସେ ସଭାପତିତ୍ୱ କରିଥିଲେ । ମୟୂରଭଞ୍ଜର ରାଜା ହେଲେ ମଧ୍ୟ ସମଗ୍ର ଓଡ଼ିଶାର ସାମାଜିକ-ରାଜନୈତିକ ସଂସ୍କାର ଦିଗରେ ତାଙ୍କର ଅବଦାନ ଅତୁଳନୀୟ । ଓଡ଼ିଆ ଭାଷାଭାଷୀ ଅଞ୍ଚଳର ଏକତ୍ରିକରଣ ଦିଗରେ ତାଙ୍କର ଉଦ୍ୟମ ଚିରସ୍ମରଣୀୟ ବୋଲି ସେ ମତପ୍ରକାଶ କରିଥିଲେ ।

ସଭା ଆରମ୍ଭରେ ଅତିଥିମାନେ ଓଡ଼ିଶାର ବରପୁତ୍ର ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ କରିଥିଲେ । ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକ ଅତିଥିମାନଙ୍କୁ ସ୍ୱାଗତ କରି କହିଲେ ଯେ ଓଡ଼ିଶାର ପ୍ରଥମ ରେଳପଥ ମହାରାଜା ଶ୍ରୀ ଭଞ୍ଜଦେଓଙ୍କ ଶାସନକାଳରେ ନିର୍ମିତ ହୋଇଥିଲା । ହଳଦିଆ ଓ ବାଲିଡିହାଠାରେ ଦୁଇଟି ଜଳଭଣ୍ଡାର ନିର୍ମାଣ, ମୟୂରଭଞ୍ଜ ଷ୍ଟେଟ୍‌ କାଉନ୍‌ସିଲ୍‌ ଗଠନ, ପୋଲିସ ବିଭାଗ ସୃଷ୍ଟି, ବିଚାର ବିଭାଗର ପୃଥକୀକରଣ ଆଦି ବହୁ ଜନକଲ୍ୟାଣକାରୀ କାର୍ଯ୍ୟ ଥିଲା ମହାରାଜା ଶ୍ରୀ ଭଞ୍ଜଦେଓଙ୍କ ଅବଦାନ । ଭାଷାଭିତ୍ତିକ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ସେ ଅନ୍ୟତମ ପୁରୋଧା ଥିଲେ ବୋଲି ଶ୍ରୀ ଦାସପଟ୍ଟନାୟକ କହିଥିଲେ । କାର୍ଯ୍ୟକ୍ରମ ଶେଷରେ ଉପନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଧନ୍ୟବାଦ ଅର୍ପଣ କରିଥିଲେ । ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

ଏହି ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ଅଶୋକ କୁମାର ବେହୁରିଆ, ଉପନିର୍ଦ୍ଦେଶକ ଶ୍ରୀମତୀ ଦୀପ୍ତିମୟୀ ମହାପାତ୍ରଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ, ଛାତ୍ରଛାତ୍ରୀ, ବୁଦ୍ଧିଜୀବୀ ଓ ଗଣମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ ।

Previous Post

ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Next Post

ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ବାସଭବନକୁ ନେଇ ପ୍ରଶ୍ନ ଉଠାଇଲା ବିଜେଡି

FNN WEB

FNN WEB

Next Post
ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ବାସଭବନକୁ ନେଇ ପ୍ରଶ୍ନ ଉଠାଇଲା ବିଜେଡି

ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ବାସଭବନକୁ ନେଇ ପ୍ରଶ୍ନ ଉଠାଇଲା ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.