• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ହେଉଛି ଓଡ଼ିଆ ଅସ୍ମିତାର ବାର୍ତ୍ତା ବହକ : ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ

FNN WEB by FNN WEB
December 29, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ହେଉଛି ଓଡ଼ିଆ ଅସ୍ମିତାର ବାର୍ତ୍ତା ବହକ : ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ
0
SHARES
4
VIEWS

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ୬୮ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଆଜି ସଂଗ୍ରହାଳୟର ପ୍ରତିଷ୍ଠା ଦିବସ ପାଳନ କାର୍ଯ୍ୟକ୍ରମରେ ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ସେ କହିଥିଲେ ଯେ, “ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ହେଉଛି ଆମ ଓଡ଼ିଆ ଅସ୍ମିତାର ବାର୍ତ୍ତା ବହକ। ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଓଡ଼ିଶାର ଇତିହାସକୁ ଖୁବ ସୁନ୍ଦର ଭାବେ ପ୍ରଦର୍ଶିତ କରାଯାଇଛି। ଏଥିସହ ଓଡ଼ିଶାର କଳା, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟର ଗାଥାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ଏବଂ ଏହାର ପ୍ରଚାର ଓ ପ୍ରସାର କରିବା ଦିଗରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛି। ସଂଗ୍ରହାଳୟରେ ରହିଥିବା ସମସ୍ତ ଗ୍ୟାଲେରୀ ଦର୍ଶକମାନଙ୍କ ପାଇଁ ଆକର୍ଷଣର କେନ୍ଦ୍ର ସାଜିଛି। ୬୮ତମ ପ୍ରତିଷ୍ଠା ଦିବସ ଅବସରରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ଅଧିକାରୀ ଓ କର୍ମଚାରୀମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ ଆମ ଯୁବପିଢ଼ି ଆମ ସମୃଦ୍ଧ ଇତିହାସରୁ ପ୍ରେରିତ ହେବେ ବୋଲି ମୁଁ ଆଶା କରୁଛି।”

ଆଜିର କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ବାବୁ ସିଂ ସଂଗ୍ରହାଳୟରେ ରହିଥିବା ତିନି ରଥ (ତାଳଧ୍ଵଜ, ଦର୍ପଦଳନ ଓ ନନ୍ଦିଘୋଷ)ର ଚକରେ ପୁଷ୍ପାର୍ଘ୍ୟ ଅର୍ପଣ କରିଥିଲେ। ଏଥିସହ ଭକ୍ତକବି ମଧୁସୂଦନ ରାଓଙ୍କ ବ୍ୟବହୃତ ସାମଗ୍ରୀକୁ ନେଇ ଆୟୋଜିତ ହୋଇଥିବା ଏକ ସ୍ୱତନ୍ତ୍ର ପ୍ରଦର୍ଶନୀକୁ ବିଧାୟକ ଶ୍ରୀ ବାବୁ ସିଂ ଉଦ୍‌ଘାଟନ କରିଥିଲେ। ପ୍ରଦର୍ଶନୀ କକ୍ଷରେ ଭକ୍ତିକବିଙ୍କ ହାତଲେଖା ଦସ୍ତାବିଜ, ଭକ୍ତକବି ରାୟ ବାହାଦୂର ପ୍ରମାଣପତ୍ର, ଭକ୍ତକବିଙ୍କ ବ୍ୟବହୃତ ଆସନ, କାଠମାଣ, ବାଉଁଶିଆ, ପିତ୍ତଳ ବାକ୍ସ, ଦୁଆତ, ପରିବାରବର୍ଗଙ୍କ ଫଟୋଚିତ୍ର, ସୁଖବୋଧ ଅଭିଧାନ ଚୁକ୍ତି ସ୍ମାରକୀ, ବିଦ୍ୟାଳୟ ପରିଚାଳନା ବାବଦରେ ମଧୁବାବୁଙ୍କ ହାତଲେଖା ଆଦିକୁ ସ୍ଥାନିତ କରାଯାଇଥିଲା।

ଆଜିର କାର୍ଯ୍ୟକ୍ରମରେ “ଓଡ଼ିଶା ହିଷ୍ଟୋରିକାଲ ରିସର୍ଚ୍ଚ ଜରନାଲ” ଏବଂ “ଓଡ଼ିଆ ଅଭିଲେଖ ସଂକଳନ” ନାମରେ ଦୁଇଟି ପୁସ୍ତକ ଉନ୍ମୋଚିତ ହୋଇଥିଲା। ଏଥିସହ ବିଶିଷ୍ଟ ଶିଳ୍ପୀ ଶ୍ରୀ ସୁରେନ୍ଦ୍ର ମେହେରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ପ୍ରତିଷ୍ଠା ଦିବସ ପାଳନ ପରିପ୍ରେକ୍ଷୀରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଆୟୋଜିତ ହୋଇଥିବା ପ୍ରତିଯୋଗିତାର କୃତୀ ପ୍ରତିଭାମାନଙ୍କୁ ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଥିଲା। ଆଜି ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ପ୍ରତିଷ୍ଠା ଦିବସ ଅବସରରେ ସମସ୍ତ ଦର୍ଶକମାନଙ୍କ ପ୍ରବେଶ ଟିକେଟ ଫି (Entry Fee)କୁ ଛାଡ଼ କରାଯାଇଥିଲା। ଆଜିର କାର୍ଯ୍ୟକ୍ରମରେ ଆୟକର ବିଭାଗର ପ୍ରାକ୍ତନ ଆୟୁକ୍ତ ଶ୍ରୀ ମନୋରଞ୍ଜନ ପାଣିଗ୍ରାହୀ, ଜାତୀୟ ସ୍ମାରକୀ ସଂସ୍ଥାର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର କିଶୋର କୁମାର ବାସା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦେବ ପ୍ରସାଦ ଦାଶ ପ୍ରମୁଖ ଉପସ୍ଥିତ ଥିଲେ। ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ଅଧୀକ୍ଷକ ଡ଼. ଭାରତୀ ପାଲ ଆଜିର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Previous Post

ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଘାଟିତ

Next Post

ତମାଣ୍ଡୋଠାରେ ଅତ୍ୟାଧୁନିକ ଇନଡୋର ସୁଇମିଂ ପୁଲ୍ ଉଦ୍‌ଘାଟିତ

FNN WEB

FNN WEB

Next Post
ତମାଣ୍ଡୋଠାରେ ଅତ୍ୟାଧୁନିକ ଇନଡୋର ସୁଇମିଂ ପୁଲ୍ ଉଦ୍‌ଘାଟିତ

ତମାଣ୍ଡୋଠାରେ ଅତ୍ୟାଧୁନିକ ଇନଡୋର ସୁଇମିଂ ପୁଲ୍ ଉଦ୍‌ଘାଟିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.