• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜାତୀୟ ଯୁବ ଦିବସରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ହେବ “ବନ୍ଦେ ମାତରମ୍” ସାମୂହିକ ଗାନ

FNN WEB by FNN WEB
January 3, 2026
in ଓଡ଼ିଶା, ମୁଖ୍ୟ ଖବର
0
ଜାତୀୟ ଯୁବ ଦିବସରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ହେବ “ବନ୍ଦେ ମାତରମ୍” ସାମୂହିକ ଗାନ
0
SHARES
9
VIEWS

“ବନ୍ଦେ ମାତରମ୍” ଗାନ କରିବା ସହ ଛାତ୍ରଛାତ୍ରୀମାନେ ପାଠ କରିବେ “ଆତ୍ମ ନିର୍ଭର ଭାରତ ସ୍ବଦେଶୀ ସଂକଳ୍ପ”

ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ମନୋନୀତ ହେବେ “ଆତ୍ମ ନିର୍ଭର ଭାରତ ଆମ୍ବାସଡ଼ର”

ସାମୂହିକ “ବନ୍ଦେ ମାତରମ୍” ଗାନ କରିବା ପାଇଁ ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ସ୍ୱାଧୀନତା ଆନ୍ଦୋଳନର ସ୍ୱର ପାଲଟିଥିଲା “ବନ୍ଦେ ମାତରମ୍” : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର : “ବନ୍ଦେ ମାତରମ୍‌ର”ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ଜାନୁଆରୀ ୧୨ ତାରିଖରେ (ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳନ ଅବସରରେ) ଛାତ୍ରଛାତ୍ରୀମାନେ ସାମୂହିକ ଭାବେ “ବନ୍ଦେ ମାତରମ୍” ଗାନ କରିବେ। ଏଥିସହ ସମସ୍ତ ଶିକ୍ଷାନୁଷ୍ଠାନମାନଙ୍କରେ “ଆତ୍ମ ନିର୍ଭର ଭାରତ ସ୍ବଦେଶୀ ସଂକଳ୍ପ” ପାଠ କରାଯିବ। ଏଥି ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଶିକ୍ଷାନୁଷ୍ଠାନମାନଙ୍କରେ ସାମୂହିକ ବନ୍ଦେ ମାତରମ୍ ଗାନ ନିମନ୍ତେ ରାଜ୍ୟବ୍ୟାପୀ “ବନ୍ଦେ ମାତରମ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ”ର ଆୟୋଜନ କରାଯାଉଛି। ରାଜ୍ୟର ସମସ୍ତ ଜିଲ୍ଲାକୁ ୫ଟି ମଣ୍ଡଳ – ଜୟପୁର ମଣ୍ଡଳ (କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ଓ ନୂଆପଡ଼ା) ବ୍ରହ୍ମପୁର ମଣ୍ଡଳ (ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ ଏବଂ ନୟାଗଡ଼ ), ବାଲେଶ୍ୱର ମଣ୍ଡଳ (ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର ଓ ଯାଜପୁର), ସମ୍ବଲପୁର ମଣ୍ଡଳ (ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, ବରଗଡ଼, ବଲାଙ୍ଗୀର ଓ ସୁବର୍ଣ୍ଣପୁର) ଏବଂ ଭୁବନେଶ୍ୱର ମଣ୍ଡଳ (ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଏବଂ ଅନୁଗୁଳ)ରେ ବିଭକ୍ତ କରାଯାଇ “ମଣ୍ଡଳ ସ୍ତରୀୟ ବନ୍ଦେ ମାତରମ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ”ର ଆୟୋଜନ କରାଯାଇଛି।

ଗତ ୨୦୨୫ ମସିହା ଡିସେମ୍ବର ମାସ ୨୩, ୩୦ ଓ ୩୧ ତାରିଖରେ ଯଥାକ୍ରମେ ବ୍ରହ୍ମପୁର, ବାଲେଶ୍ୱର ଏବଂ ଜୟପୁର ମଣ୍ଡଳରେ ମଣ୍ଡଳ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସମାପ୍ତ ହୋଇଥିବା ବେଳେ ଜାନୁଆରୀ ୨, ୨୦୨୬ ରିଖରେ ସମ୍ବଲପୁର ଓ ଆଜି ଜାନୁଆରୀ ୩, ୨୦୨୬ ରିଖରେ ଭୁବନେଶ୍ୱର ମଣ୍ଡଳରେ ମଣ୍ଡଳ ସ୍ତରୀୟ ବନ୍ଦେ ମାତରମ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସମାପ୍ତ ହୋଇଛି। ରାଜ୍ୟର ପ୍ରତ୍ୟେକ ବ୍ଲକ, ମହାନଗର ନିଗମ, ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ଜଣ ଶିକ୍ଷକ/ଅଧ୍ୟାପକ (ବିଦ୍ୟାଳୟ ସ୍ତରରୁ ୨ଜଣ ଏବଂ ମହାବିଦ୍ୟାଳୟ /ବିଶ୍ୱବିଦ୍ୟାଳୟ ସ୍ତରରୁ ୧ଜଣ) ଜିଲ୍ଲାପାଳଙ୍କ ଦ୍ୱାରା ମନୋନୀତ ହୋଇ ଏହି “ମଣ୍ଡଳ ସ୍ତରୀୟ ବନ୍ଦେ ମାତରମ୍” ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।

ମଣ୍ଡଳ ସ୍ତରରେ ପ୍ରଶିକ୍ଷଣ ପ୍ରାପ୍ତ କରିଥିବା ପ୍ରଶିକ୍ଷାର୍ଥୀମାନେ ଆଗାମୀ ଦିନରେ ବ୍ଲକ/ ମହାନଗର ନିଗମ /ପୌର ପରିଷଦ /ବିଜ୍ଞାପିତ ଅଞ୍ଚଳ ପରିଷଦରେ ଅନୁଷ୍ଠିତ ହେବାକୁ ଥିବା “ପରିଷଦ ସ୍ତରୀୟ ବନ୍ଦେ ମାତରମ୍ ପ୍ରଶିକ୍ଷଣ” କାର୍ଯ୍ୟକ୍ରମରେ ପ୍ରତ୍ୟେକ ଶିକ୍ଷାନୁଷ୍ଠାନରୁ ମନୋନୀତ ହୋଇ ଆସିଥିବା ଶିକ୍ଷକମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିବେ। ରାଜ୍ୟର ସମସ୍ତ ବ୍ଲକ/ ମହାନଗର ନିଗମ /ପୌର ପରିଷଦ /ବିଜ୍ଞାପିତ ଅଞ୍ଚଳ ପରିଷଦରେ “ପରିଷଦ ସ୍ତରୀୟ ବନ୍ଦେ ମାତରମ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ” ଜାନୁଆରୀ ୧୦ ତାରିଖ ମଧ୍ୟରେ ସମାପ୍ତ କରିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଏହାପରେ ଜାନୁଆରୀ ୧୨ ତାରିଖରେ (ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳନ ଅବସରରେ) ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନମାନଙ୍କରେ ଛାତ୍ରଛାତ୍ରୀମାନେ ସାମୂହିକ ଭାବେ “ବନ୍ଦେ ମାତରମ୍” ଗାନ କରିବା ସହ “ଆତ୍ମ ନିର୍ଭର ଭାରତ ସ୍ବଦେଶୀ ସଂକଳ୍ପ” ପାଠ କରିବେ। ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ “ଆତ୍ମନିର୍ଭର ଭାରତ ଆମ୍ବାସଡ଼ର” ଭାବେ ଜଣେ ବିଦ୍ୟାର୍ଥୀଙ୍କୁ ମନୋନୀତ କରାଯିବ।ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବ। ଏଥିସହ ୟୁଥ କ୍ଲବମାନଙ୍କରେ ମଧ୍ୟ “ବନ୍ଦେ ମାତରମ୍” ଗାନ କରାଯିବ।

ଆଜି ଉତ୍କଳ ବିଶ୍ୱବିଦ୍ୟାଳୟରେ “ଭୁବନେଶ୍ୱର ମଣ୍ଡଳ ସ୍ତରୀୟ ବନ୍ଦେ ମାତରମ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ”ର ଆୟୋଜନ କରାଯାଇଥିଲା। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ମନ୍ତ୍ରୀ ଶ୍ରୀ ସୂରଜ ବନ୍ଦେ ମାତରମ୍‌ର ପୃଷ୍ଠଭୂମି ସମ୍ବନ୍ଧରେ ଆଲୋକପାତ କରିବା ସହ ଜାତୀୟ ଚେତନା ଏବଂ ଦେଶାତ୍ମବୋଧକ ଚିନ୍ତନରେ “ବନ୍ଦେ ମାତରମ୍‌”ର ଭୂମିକା ସମ୍ପର୍କରେ ଗୁରୁତ୍ୱାରୋପ କରିଥିଲେ। “ବନ୍ଦେ ମାତରମ୍” ସ୍ୱାଧୀନତା ଆନ୍ଦୋଳନର ସ୍ୱର ପାଲଟିଲା। ମା’ ଭାରତୀର ଜୟଗାନ କରିବା ସହ ଆଜି ମଧ୍ୟ “ବନ୍ଦେ ମାତରମ୍” ସମସ୍ତ ଦେଶବାସୀଙ୍କୁ ସାହସ ଓ ଶକ୍ତି ପ୍ରଦାନ କରିଥାଏ ବୋଲି ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମତପ୍ରକାଶ କରିଥିଲେ।

ଆଜିର କାର୍ଯ୍ୟକ୍ରମରେ ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଡ଼ା. ବିଜୟ କେତନ ଉପାଧ୍ୟାୟ, ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ, ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ଓଡ଼ିଶା ସାହିତ୍ୟ ଏକାଡେମୀ ସଚିବ ଡ଼. ଚନ୍ଦ୍ର ଶେଖର ହୋତା, ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟ, ବିଶିଷ୍ଟ ସମାଜସେବୀ ଶ୍ରୀ ଜଗଦୀଶ ପ୍ରସାଦ ଖାଡ଼ଙ୍ଗ, ସଙ୍ଗୀତଜ୍ଞ ଶ୍ରୀ ରଜନୀ କାନ୍ତ ମହାପାତ୍ର, ଶ୍ରୀ ଯାମିନୀ କାନ୍ତ ମିଶ୍ର, ବନ୍ଦେ ମାତରମ୍ ମୁଖ୍ୟ ପ୍ରଶିକ୍ଷକ ଶ୍ରୀ ନିରଞ୍ଜନ ପଣ୍ଡା, ଶ୍ରୀ ଦୀପକ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ଚିଲିକା ହ୍ରଦର ପୁନର୍ବିକାଶ ଉପରେ ଗୁରୁତ୍ୱ

Next Post

ଉଦଘାଟିତ ହେଲା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହ

FNN WEB

FNN WEB

Next Post
ଉଦଘାଟିତ ହେଲା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହ

ଉଦଘାଟିତ ହେଲା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.