• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଉଦଘାଟିତ ହେଲା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହ

FNN WEB by FNN WEB
January 3, 2026
in ଓଡ଼ିଶା, ମୁଖ୍ୟ ଖବର
0
ଉଦଘାଟିତ ହେଲା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହ
0
SHARES
6
VIEWS


ଜାନକୀବଲ୍ଲଭ ଜଣେ ପ୍ରେରଣାଦାୟୀ ଗୁରୁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟ ରାଜନୀତିରେ ଅନେକଙ୍କ ପାଇଁ ଜାନକୀବଲ୍ଲଭ ହେଉଛନ୍ତି ଜଣେ ପ୍ରେରଣାଦାୟୀ ଗୁରୁ। ତାଙ୍କ ଜୀବନୀରୁ ସମସ୍ତଙ୍କ ପାଇଁ ସର୍ବଶ୍ରେଷ୍ଠ ଶିକ୍ଷା ହେଉଛି, କୌଣସି ସମସ୍ୟାରେ ବିଚଳିତ ନହୋଇ ନିଜ କର୍ମମୟ ଜୀବନରେ ଆଗକୁ ବଢି ଚାଲିବା। ନିରନ୍ତର କର୍ମ ଓ ଧୈର୍ଯ୍ୟ ହେଉଛି ସଫଳତାର ଅନ୍ୟନାମ। ଆଜି ଭୁବନେଶ୍ବରର କ୍ୟାପିଟାଲ ହାଇସ୍କୁଲ ପଡିଆରେ ଆୟୋଜିତ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବର୍ଗତ ଜାନକୀ ବଲ୍ଲଭ ହେଉଛନ୍ତି ଦୁଇଟି ଦିଗରୁ ପ୍ରଣମ୍ୟ। ପ୍ରଥମଟି ତାଙ୍କ ସାରସ୍ୱତ ଓ ସଂସ୍କୃତି ସଚେତନ ବ୍ୟକ୍ତିତ୍ୱ । ଭାଷା, ସାହିତ୍ୟ ଓ ସଂସ୍କୃତି କ୍ଷେତ୍ରରେ ବହୁବିଧ କାର୍ଯ୍ୟ କରି ସେ ଓଡ଼ିଆ ଭାଷା ସାହିତ୍ଯର ପ୍ରଚାର ପ୍ରସାର ପାଇଁ ସକ୍ରିୟ ଯୋଗଦାନ କରିଛନ୍ତି । ଦ୍ଵିତୀୟଟି ତାଙ୍କ ନେତୃତ୍ୱର ଦିଗ । ଧୈର୍ଯ୍ୟ, ଯଥାର୍ଥ ସାଙ୍ଗଠନିକ ଦକ୍ଷତା, ନିଷ୍ଠା ବଳରେ, ନିଜର ଜନସେବକ ଭୂମିକାକୁ ଅବ୍ୟାହତ ରଖିପାରିଲେ ଜଣେ ନେତୃତ୍ୱକୁ ଦୀର୍ଘଜୀବୀ କରିପାରିବ ବୋଲି ସେ ପ୍ରମାଣ କରିଛନ୍ତି। ତାଙ୍କର ସ୍ଥିତପ୍ରଜ୍ଞ ଗୁଣ ତାଙ୍କୁ ରାଜନୀତିରେ ଜଣେ ଧୂରନ୍ଧର ବ୍ୟକ୍ତିତ୍ବଭାବେ ପ୍ରତିଷ୍ଠା ପ୍ରଦାନ କରିଥିଲା। ଜାନକୀବଲ୍ଲଭ ପଟ୍ଟନାୟକ ଜଣେ ବହୁମୁଖୀ ବ୍ୟକ୍ତିତ୍ୱର ଅଧିକାରୀ ଥିଲେ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବର୍ଗତ ପଟ୍ଟନାୟକ ଏକାଧାରରେ ଥିଲେ ଜଣେ ପ୍ରତିଷ୍ଠିତ ରାଜନେତା, କୃତବିଦ୍ୟ ସାମ୍ବାଦିକ ଓ ସମ୍ପାଦକ, ସାରସ୍ଵତ ସାଧକ, ଅନୁବାଦକ ଏବଂ ପ୍ରସିଦ୍ଧ ପ୍ରାଚ୍ୟ-ବିଦ୍ୟା ବିଶାରଦ ।

ଜାନକୀବଲ୍ଲଭ ପଟ୍ଟନାୟକଙ୍କ ରାଜନୈତିକ ଜୀବନ ଉପରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜାନକୀ ବାବୁଙ୍କ ରାଜନୈତିକ ଜୀବନ ଥିଲା ଘଟଣାବହୁଳ। ୧୯୭୧ ରୁ ୨୦୦୯ ମସିହା ପର୍ଯ୍ୟନ୍ତ ଜାନକୀ ବାବୁଙ୍କ ରାଜନୈତିକ ଇଂନିଙ୍ଗସ ଥିଲା ଉଲ୍ଲେଖନୀୟ। ସେ କେନ୍ଦ୍ରରେ ଉପମନ୍ତ୍ରୀ, ରାଷ୍ଟ୍ର ମନ୍ତ୍ରୀ ଓ କ୍ୟାବିନେଟ ମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଛନ୍ତି । ଆମ ଓଡ଼ିଶାର ତିନି ଥର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ବିରୋଧୀ ଦଳ ନେତା ଭାବରେ ପ୍ରଭାବୀ କାର୍ଯ୍ୟ କରିଛନ୍ତି। ୨୦୦୯ ରୁ ୨୦୧୪ ପର୍ଯ୍ୟନ୍ତ ଆସାମ ପ୍ରଦେଶର ରାଜ୍ୟପାଳ ଭାବରେ ଦାୟିତ୍ୱ ନେଇଛନ୍ତି। ଛାତ୍ର ରାଜନୀତିରେ ମଧ୍ୟ ତାଙ୍କର ସକ୍ରିୟ ଯୋଗଦାନ ରହିଥିଲା ବୋଲି ସେ କହିଥିଲେ। ସେ ପୁଣି କହିଥିଲେ, ସାମ୍ବାଦିକତା ଓ ସାହିତ୍ୟର ରସାୟନ ଥିଲା ଜାନକୀବଲ୍ଲଭଙ୍କ ସହଜାତ ପ୍ରବୃତ୍ତି । ସେଥିପାଇଁ ୧୯୪୯ ମସିହାରୁ ସେ ସାମ୍ବାଦିକତାକୁ ବ୍ରତ ଓ ବୃତ୍ତି ଭାବରେ ଗ୍ରହଣ କରିଥିଲେ । ତରୁଣ ବୟସରେ ଦୁଇଟି ସମ୍ବାଦପତ୍ରର ସମ୍ପାଦକ ଦାୟିତ୍ୱ ନେବାର ଗୌରବ ଥିଲା ଏକ ବିରଳ ସଫଳତା।

ଜାନକୀବଲ୍ଲଭ ପଟ୍ଟନାୟକଙ୍କୁ ଜଣେ ଉଚ୍ଚାଙ୍ଗ ସାହିତ୍ୟ ସାଧକ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୧୯୫୬ ମସିହାରେ ଜାନକୀ ବାବୁ ଲେଖିଥିବା ‘ଗୌତମ ବୁଦ୍ଧ’ ପୁସ୍ତକଟି ଥିଲା ତାଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ସାହିତ୍ୟିକ କୃତି । ପରେ ସେ ରାମାୟଣ, ମହାଭାରତ ଓ ଶ୍ରୀମଦ୍ ଭାଗବତର ଓଡ଼ିଆ ଗଦ୍ୟାନୁବାଦ କରିଥିଲେ। କବି ଭର୍ତ୍ତୃହରିଙ୍କ ଲିଖିତ ‘ଶୃଙ୍ଗାର ଶତକ’, ‘ନୀତି ଶତକ’ ଓ ‘ବୈରାଗ୍ୟ ଶତକ’ର ଅନୁବାଦ ତାଙ୍କର ଅନବଦ୍ୟ ସଫଳତା । ଆସାମର ରାଜ୍ୟପାଳ ଭାବରେ ତାଙ୍କ ଅଭିବ୍ୟକ୍ତିଗୁଡିକ ମଧ୍ୟରେ “ଆସାମରୁ ଲେଖୁଛି” ଓ ଆତ୍ମଜୀବନୀର ଅଂଶ “ଅସମାପ୍ତ ଆତ୍ମଲିପି” ରେ ମଧ୍ୟ ସେ ସାରସ୍ବତ ଦୃଷ୍ଟିଭଙ୍ଗୀର ପ୍ରମାଣ ମିଳେ।

ସେ ଆହୁରି କହିଥିଲେ, ସଂସ୍କୃତ ସାହିତ୍ୟରେ ତାଙ୍କର ଅଗାଧ ପାଣ୍ଡିତ୍ୟ ଥିଲା। ଏହି ପାଣ୍ଡିତ୍ୟ ପାଇଁ ସେ ପୁରୀ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟରୁ ପ୍ରଜ୍ଞାନ ବାଚସ୍ପତି ଓ ତିରୁପତି ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନରୁ ଡ଼ି. ଲିଟ ଉପାଧି ଲାଭ କରିଥିଲେ। ଜୀବନର ଶେଷ ପର୍ଯ୍ୟନ୍ତ ସେ ତିରୁପତି ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳାଧିପତି ହିସାବରେ ପ୍ରତିବଦ୍ଧତାର ସହିତ କାର୍ଯ୍ୟ କରିଥିଲେ । ଭାଷା, ସାହିତ୍ୟ ଓ ସଂସ୍କୃତି କ୍ଷେତ୍ରରେ ବହୁବିଧ କାର୍ଯ୍ୟ କରି ସେ ଓଡ଼ିଆ ଭାଷା ସାହିତ୍ୟର ପ୍ରଚାର ପ୍ରସାର ପାଇଁ ସକ୍ରିୟ ଯୋଗଦାନ କରିଛନ୍ତି । ଜାନକୀବଲ୍ଲଭ ଥିଲେ ଅସାଧାରଣ ବିଦ୍ୱାନ ଓ ବାଗ୍ମୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଓଡିଶାର ଯୁବବର୍ଗଙ୍କୁ ଉଦ୍ୟୋଗୀ କରିବା ପାଇଁ ୧୯୮୦ ମସିହାରେ ସେ ଓଡିଶାରେ ପ୍ରଥମ ଥର ପାଇଁ ବ୍ୟାପକ ଶିଳ୍ପାୟନର ଉଦ୍ୟମ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେତେବେଳେ ହଜାର ଦିନରେ ହଜାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ସେ ଯେଉଁ ଆହ୍ବାନ ଦେଇଥିଲେ, ତାହା ସେ ସମୟରେ ଯୁବ ବର୍ଗଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଥିଲା।

କାର୍ଯ୍ୟକ୍ରମରେ, କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ବୀରାପ୍ପା ମୋଇଲି, ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଗିରିଧର ଗମାଙ୍ଗ ପ୍ରମୁଖ ଯୋଗଦେଇ ଜାନକୀବଲ୍ଲଭଙ୍କ ସ୍ମୃତି ଚାରଣ କରିଥିଲେ। ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ନିଜର ଅଭିଭାଷଣ ରଖିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟସଭା ସାଂସଦ ଶ୍ରୀ ରଣଦୀପ ସୂର୍‌ଜେୱାଲା, ସାଂସଦ ଶ୍ରୀ ସପ୍ତଗିରି ଉଲ୍ଲାକା, ଏଆସିସି ଓଡିଶା ପ୍ରଭାରୀ ଶ୍ରୀ ଅଜୟ କୁମାର ଲାଲୁ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ୍ଡାମ, ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ, ପୂର୍ବତନ କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ନରସିଂହ ମିଶ୍ର, ଜାନକୀବଲ୍ଲଭ ପଟ୍ଟନାୟକ ଶତ ବାର୍ଷିକୀ କମିଟିର ସଭାପତି ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପଟ୍ଟନାୟକ, ତିରୁପତି ସଂସ୍କୃତ ବିଶ୍ବବିଦ୍ୟାଳୟର ପୂର୍ବତନ କୂଳପତି ଡକ୍ଟର ହରେକୃଷ୍ଣ ଶତପଥୀ ପ୍ରମୁଖ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ସ୍ମୃତି ଚାରଣ କରିଥିଲେ।

Previous Post

ଜାତୀୟ ଯୁବ ଦିବସରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ହେବ “ବନ୍ଦେ ମାତରମ୍” ସାମୂହିକ ଗାନ

Next Post

ରାଜନଗର ବିଡିଓଙ୍କୁ ଆକ୍ରମଣ ଘଟଣା: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି

FNN WEB

FNN WEB

Next Post
ରାଜନଗର ବିଡିଓଙ୍କୁ ଆକ୍ରମଣ ଘଟଣା: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି

ରାଜନଗର ବିଡିଓଙ୍କୁ ଆକ୍ରମଣ ଘଟଣା: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.