• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୧୦ ଜାନୁଆରୀରୁ ଆରମ୍ଭ ହେବ ମେଗା ଶିଶିର ସରସ ମେଳା

FNN WEB by FNN WEB
January 6, 2026
in ଓଡ଼ିଶା, ମୁଖ୍ୟ ଖବର
0
୧୦ ଜାନୁଆରୀରୁ ଆରମ୍ଭ ହେବ ମେଗା ଶିଶିର ସରସ ମେଳା
0
SHARES
1
VIEWS

  • ଯୋଗଦେବେ ୩୦ ଜିଲ୍ଲା, ୨୦ ରାଜ୍ୟରୁ କାରିଗର
  • ସୁବର୍ଣ୍ଣପୁରର ହସ୍ତତନ୍ତ ଠାରୁ ଝାଡଖଣ୍ଡର ଟସର ସିଲ୍କ: ପଡିବ ୩୪୦ ଷ୍ଟଲ
  • ୩୦ କୋଟି ଟଙ୍କାର ବିକ୍ରି ଲକ୍ଷ
  • ହ୍ୟୁମାନ ସାଗରଙ୍କ ସ୍ମୃତିରେ ସଙ୍ଗୀତ ସନ୍ଧ୍ୟା

ଭୁବନେଶ୍ଵର : ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓରମାସ ଦ୍ଵାରା ଆସନ୍ତା ଜାନୁଆରୀ ୧୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି ‘ଶିଶିର ସରସ-୨୦୨୬’। ଭୁବନେଶ୍ବରସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବାକୁ ଥିବା ଏହି ମେଳା ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ। ମିଶନ ଶକ୍ତିର ମିଳିତ ସହଭାଗିତାରେ ଆୟୋଜିତ ହେଉଥିବା ଏହି ମେଳାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଗ୍ରାମୀଣ ଉତ୍ପାଦକ, କାରିଗର ଓ ସ୍ୱୟଂସହାୟକ ଗୋଷ୍ଠୀମାନଙ୍କୁ ସିଧାସଳଖ ବିକ୍ରୟ ସୁଯୋଗ ପ୍ରଦାନ କରିବା। ଏଥିରେ ଓଡ଼ିଶା ଏବଂ ଅନ୍ୟ ୨୦ଟି ରାଜ୍ୟରୁ ଶିଳ୍ପୀମାନେ ଅଂଶଗ୍ରହଣ କରିବେ। ମେଳା ପରିସରରେ ସମୁଦାୟ ୩୪୦ଟି ବିକ୍ରୟ ଷ୍ଟଲ୍ ଓ ୩୫ଟି ଖାଦ୍ୟ ଷ୍ଟଲ୍ ସ୍ଥାପନ କରାଯିବ, ଯାହା ପରିଦର୍ଶକମାନଙ୍କୁ ଏକ ମିନି ଇଣ୍ଡିଆ ବଜାରର ଅନୁଭୂତି ଦେବ।

ଏଠାରେ ଓଡ଼ିଶାର ବରଗଡ଼, ସମ୍ବଲପୁର, ବଲାଙ୍ଗୀର ଓ ସୁବର୍ଣ୍ଣପୁରର ହସ୍ତତନ୍ତ, ବାଲେଶ୍ୱରର ଲାଖ ସାମଗ୍ରୀ, କେନ୍ଦୁଝରର ପେପର ମାଶେ, କନ୍ଧମାଳ ଓ କଳାହାଣ୍ଡିର କାଠ କାମ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରର କାଇଁଚ, ବଲାଙ୍ଗୀରର ଟେରାକୋଟା, କୋରାପୁଟର ଲେମନଗ୍ରାସ ଓ କଳାଜିରା ଚାଉଳ, ସୁନ୍ଦରଗଡ଼ର ମିଲେଟ ଉତ୍ପାଦ ମେଳାରେ ଉପଲବ୍ଧ ହେବ। ସେହିପରି ଆନ୍ଧ୍ରପ୍ରଦେଶର କଲମକରୀ ହସ୍ତତନ୍ତ, ଛତିଶଗଡ଼ର କୋସା ସିଲ୍କ, ଝାଡଖଣ୍ଡର ଟସର ସିଲ୍କ, ଉତ୍ତରପ୍ରଦେଶର ଚିକନକାରୀ, ଜାମ୍ମୁ–କଶ୍ମୀରର ଉଲେନ୍ ପୋଷାକ, ପଞ୍ଜାବର ଫୁଲକରୀ, ମଧ୍ୟପ୍ରଦେଶର ବ୍ଲକ୍ ପ୍ରିଣ୍ଟ, କର୍ଣ୍ଣାଟକର କୃତ୍ରିମ ଗହଣା ସହ ଦେଶର ବିଭିନ୍ନ ରାଜ୍ୟର ହସ୍ତଶିଳ୍ପ ଓ ଗ୍ରାମୀଣ ଉତ୍ପାଦ ମେଳାର ପ୍ରମୁଖ ଆକର୍ଷଣ ସାଜିବ।

ମେଳା ଅବସରରେ ୬ଟି କର୍ମଶାଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହେବ, ଯେଉଁଥିରେ ପ୍ରାୟ ୮୫୦ ଜଣ ସିବିଓ ଏବଂ ଏସଏଚଜିର ସଦସ୍ୟମାନେ ଅଂଶଗ୍ରହଣ କରିବେ। ଏଥିରେ ମୂଲ୍ୟ ସଂଯୋଜନ, ଉଦ୍ୟମ ସୃଷ୍ଟି, ବ୍ରାଣ୍ଡିଂ, ଉତ୍ପାଦର ଶେଲ୍ଫ ଲାଇଫ ବୃଦ୍ଧି ସହ ବଜାରରେ ଭଲଭାବେ ବିକ୍ରୟ କରିପାରିବା କ୍ଷମତା ବଢ଼ାଇବା ଉପରେ ଗୁରୁତ୍ୱ ଦିଆଯିବ।
ପ୍ରତିଦିନ ସନ୍ଧ୍ୟାରେ ଆୟୋଜିତ ବିବିଧ ସାଂସ୍କୃତିକ କାର୍ଯ୍ୟକ୍ରମ ମେଳାର ଏକ ପ୍ରମୁଖ ଆକର୍ଷଣ ସାଜିବ। ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ମୃତିରେ ଏକ ବିଶେଷ ସଙ୍ଗୀତମୟ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଆୟୋଜିତ ହେବ। ସେହିସହ କାଇଟ୍ ଶୋ, ଡ୍ରୋନ୍ ଶୋ ଓ ଫ୍ୟାସନ୍ ଶୋ ମେଳା ପରିସରକୁ ଆହୁରି ଆକର୍ଷଣୀୟ କରିବ।

ଚଳିତବର୍ଷ ମେଳା ପରିସରକୁ ସୁସଜ୍ଜିତ, ପରିଷ୍କାର ଓ ପ୍ଲାଷ୍ଟିକ–ମୁକ୍ତ ରଖିବା ଉପରେ ବିଶେଷ ଗୁରୁତ୍ୱ ଦିଆଯିବ। ପରିଦର୍ଶକମାନଙ୍କ ସୁବିଧା ପାଇଁ ପାନୀୟ ଜଳ, ଆଲୋକ ବ୍ୟବସ୍ଥା, ସୁରକ୍ଷା ସହ ସମସ୍ତ ଆବଶ୍ୟକୀୟ ସୁବିଧା ଉପଲବ୍ଧ କରାଯିବ। ଏହି ମେଗା ମେଳା ମାଧ୍ୟମରେ ପ୍ରାୟ ୩୦ କୋଟି ଟଙ୍କାର ବ୍ୟବସାୟ ହେବାର ଲକ୍ଷ୍ୟ ରଖାଯାଇଛି।
ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ସହ ଆତ୍ମନିର୍ଭର ଓଡିଶା ଗଠନ ଦିଗରେ ଏହି ସରସ ମେଳାର ଉଚିତ୍ ଅବଦାନ ରହିବ ବୋଲି ଆଶା ରଖି ବିଭାଗୀୟ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ମେଳାର ସର୍ବାଙ୍ଗୀନ ସଫଳତା କାମନା କରିଛନ୍ତି ।

Previous Post

ପ୍ରବାସୀ ପକ୍ଷୀ ଆସିବା ଓଡ଼ିଶାରେ ଅନୁକୂଳ ଜଳବାୟୁର ସୂଚକ: ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା

Next Post

ବିଦେଶୀ ଶିକ୍ଷାର୍ଥୀଙ୍କୁ ଆପଣାଇବାରେ କିଟ୍‍ ଦେଶର ୫ମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

FNN WEB

FNN WEB

Next Post
୨୬ରୁ କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ

ବିଦେଶୀ ଶିକ୍ଷାର୍ଥୀଙ୍କୁ ଆପଣାଇବାରେ କିଟ୍‍ ଦେଶର ୫ମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.