• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟବାସୀଙ୍କୁ ପ୍ରକଳ୍ପ ଭେଟି: ରାଜଧାନୀର ବଦଳିବ କାୟାକଳ୍ପ

FNN WEB by FNN WEB
January 12, 2026
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟବାସୀଙ୍କୁ ପ୍ରକଳ୍ପ ଭେଟି: ରାଜଧାନୀର ବଦଳିବ କାୟାକଳ୍ପ
0
SHARES
8
VIEWS

-ଜାତୀୟ ସଡ଼କ ସୁରକ୍ଷା ମାସର ଶୁଭାରମ୍ଭ
-ସଡ଼କ ସୁରକ୍ଷା ଆଜିଠୁ ସୁଶାସନର ଅଂଶ ହେଲା
-‘ମୁଖ୍ୟମନ୍ତ୍ରୀ ସଡ଼କ ସୁରକ୍ଷା ଯୋଜନା ସମ୍ମାନ’ ଆରମ୍ଭ
-କଳିଙ୍ଗା ଘାଟିରେ ‘ସତର୍କ ସୂଚନା ଘଣ୍ଟି’ ଉଦ୍‌ଘାଟିତ
-ଗୋଟିଏ ପାର୍ଶ୍ବରୁ ଗାଡ଼ି ଆସୁଥିଲେ ଅନ୍ୟ ପାର୍ଶ୍ବରୁ ବାଜିବ ସାଇରନ୍
-ରାଜ୍ୟରେ ୧୪ଟି ନୂତନ ଅଟଳ ବସ୍‌ଷ୍ଟାଣ୍ଡ ଲୋକାର୍ପିତ

ଭୁବନେଶ୍ୱର: ରାଜ୍ୟର ସଡ଼କ ସୁରକ୍ଷା ଓ ବିକାଶ କ୍ଷେତ୍ରରେ ଆଜି ଏକ ଐତିହାସିକ ଦିନ । ସାରା ରାଜ୍ୟରେ ଏବେ ଜାତୀୟ ସଡ଼କ ସୁରକ୍ଷା ମାସ ପାଳିତ ହେଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଡ଼କ ସୁରକ୍ଷା ପାଇଁ ଅନେକ ଯୁଗାନ୍ତକାରୀ ପଦକ୍ଷେପ ଆରମ୍ଭ କରିଛନ୍ତି । ଏହା ସହିତ ରାଜ୍ୟ ରାଜଧାନୀର କାୟାକଳ୍ପ ବଦଳିଲା ଭଳି ଦୁଇଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ କରିଛନ୍ତି। ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ରାଜ୍ୟ ଓ ଦେଶରେ ବଢୁଥିବା ସଡ଼କ ଦୁର୍ଘଟଣାକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି । ଏହା ସହିତ ସମସ୍ତଙ୍କୁ ସଡ଼କ ସୁରକ୍ଷାର ନିୟମ ପାଳନ କରିବା ପାଇଁ ଆହ୍ବାନ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସଡ଼କ ସୁରକ୍ଷା ପାଇଁ ରାଜ୍ୟ ସରକାର ଚାରିଟି ‘E’ ପାଳନ କରିବା ଉପରେ ଗୁରୁତ୍ବ ଦେଇଛନ୍ତି। ସେଗୁଡ଼ିକ ହେଲା ଏଜୁକେସନ ବା ଶିକ୍ଷା, ଏନ୍‌ଫୋର୍ସମେଣ୍ଟ ବା ନିୟମର କଡାକଡି ଅନୁପାଳନ, ଇଞ୍ଜିନିୟରିଂ ବା ଯୋଗାଯୋଗ ଭିତ୍ତିଭୂମି ଓ ଯାନବାହନରେ ଉନ୍ନତ ଇଞ୍ଜିନିୟରିଂ ବିଦ୍ୟା ପ୍ରୟୋଗକରି ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ଏବଂ ଏମର୍ଜେନ୍‌ସି ବା ଜରୁରୀ ସମୟରେ ତୁରନ୍ତ ଚିକିତ୍ସା ସେବା ପ୍ରଦାନ କରିବା। ଏହି ଚାରିଟି ନିୟମ ଅନୁପାଳନ ସହିତ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବେ ଆଉ ଦୁଇଟି ‘E’ ଅନୁପାଳନ ପାଇଁ ପରାମର୍ଶ ଦେଇଥିଲେ। ଏହାହେଲା ଏନ୍‌ଭିରନ୍‌ମେଣ୍ଟ ଓ ଇଭାଲ୍ୟୁଏସନ। ଯାନବାହନର ପ୍ରଦୂଷଣ ନିୟମକୁ ସଠିକ୍ ଭାବେ ପାଳନ କରିବା ସହିତ ସଡ଼କ ସୁରକ୍ଷାର ଯେଉଁ ନିୟମ ଗୁଡିକ ଅଛି, ତାହାର ଫଳାଫଳ ସମ୍ପର୍କରେ ଉପଯୁକ୍ତ ମୂଲ୍ୟାୟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ମୂଲ୍ୟାୟନକୁ ଭିତ୍ତିକରି ବିଭିନ୍ନ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମକୁ ପରିବର୍ତ୍ତନ କିମ୍ବା ଆହୁରି ଉନ୍ନତ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସଡ଼କ ସୁରକ୍ଷା ଉପରେ ଗୁରୁତ୍ବ ଆରୋପ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ଆଜିଠାରୁ ସଡ଼କ ସୁରକ୍ଷାକୁ ସୁଶାସନ ବା Good Governanceର ଅଂଶ ଭାବେ ଗ୍ରହଣ କରାଗଲା। ଏହାଦ୍ବାରା ସରକାରୀ ଅଧିକାରୀମାନେ ଏହା ଉପରେ ଅଧିକ ସତର୍କ ରହିବେ । ଏହାକୁ ଭିତ୍ତିକରି ମୁଖ୍ୟମନ୍ତ୍ରୀ ଆଜି ‘ମୁଖ୍ୟମନ୍ତ୍ରୀ ସଡ଼କ ସୁରକ୍ଷା ଯୋଜନା ସମ୍ମାନ’ ଘୋଷଣା କରିଥିଲେ। ଏହି ଯୋଜନାରେ ସମସ୍ତ ଜିଲ୍ଲା, ଶିକ୍ଷାନୁଷ୍ଠାନ ଓ ବେସରକାରୀ ଅନୁଷ୍ଠାନ ଗୁଡ଼ିକୁ ସଡ଼କ ସୁରକ୍ଷା କ୍ଷେତ୍ରରେ ନେଇଥିବା ପଦକ୍ଷେପକୁ ଭିତ୍ତିକରି ସମ୍ମାନିତ କରାଯିବ । ଯେଉଁ ଜିଲ୍ଲାଗୁଡିକ ଭଲ ପ୍ରଦର୍ଶନ କରିବେ, ସେମାନେ ପୁରସ୍କାର ପାଇବେ ଏବଂ ଯେଉଁମାନଙ୍କ ପ୍ରଦର୍ଶନ ଖରାପ ହେବ, ସେମାନଙ୍କୁ ଉତ୍ତରଦାୟୀ କରାଯିବ। ସେହିପରି ବିଦ୍ୟାଳୟ ଓ ଅନ୍ୟ ଅନୁଷ୍ଠାନ ଗୁଡ଼ିକୁ ମଧ୍ୟ ସଡ଼କ ସୁରକ୍ଷା ପାଇଁ ଗ୍ରହଣ କରିଥିବା ଉତ୍ତମ ପଦକ୍ଷେପ ଭିତ୍ତିରେ ପୁରସ୍କାର ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟର ପ୍ରତ୍ୟେକ ଅଞ୍ଚଳରେ ଏବଂ ସମାଜର ପ୍ରତ୍ୟେକ ସ୍ତରରେ ସଡ଼କ ସୁରକ୍ଷା ସମ୍ପର୍କିତ ସଚେତନତା ବୃଦ୍ଧିହେବ ଏବଂ ଦୁର୍ଘଟଣା କମିବାରେ ଏହି ପଦକ୍ଷେପ ମହତ୍ତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।

ଏହି ଅବସରରେ ରାଜ୍ୟର ଘାଟି ରାସ୍ତା ଗୁଡ଼ିକରେ ସଡ଼କ ସୁରକ୍ଷା ପାଇଁ ଏକ ଅନନ୍ୟ ଓ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି। କଳିଙ୍ଗା ଘାଟିରେ ଗାଡି ଚାଳକମାନଙ୍କୁ ସତର୍କ କରାଇବା ପାଇଁ ମୁଖ୍ୟମନ୍ତ୍ରୀ ସତର୍କ ସୂଚନା ଘଣ୍ଟିର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ବ୍ୟବସ୍ଥାରେ ଘାଟିର ଉଭୟ ପଟୁ ଗାଡ଼ି ଆସୁଥିଲେ ସାଇରନ୍ ବାଜି ସତର୍କ କରାଇବ। ଏହା ଏକ ପାଇଲଟ୍ ପ୍ରୋଜେକ୍ଟ ଭାବେ ଆରମ୍ଭ କରାଯାଇଛି। ଏହାର ସଫଳତାକୁ ଦେଖି ଅନ୍ୟାନ୍ୟ ଘାଟି ରାସ୍ତାରେ ଏହା ଆରମ୍ଭ କରାଯିବ। ସେହିପରି ଏହି ଅବସରରେ କଟକ-ଭୁବନେଶ୍ବରର ଟ୍ବିନସିଟିରେ ଉନ୍ନତ ଟ୍ରାଫିକ୍ ପରିଚାଳନା ପାଇଁ ଆଇଆଇଟି ଖଡ଼ଗପୁର ସହିତ ଏକ ବୁଝାମଣା ପତ୍ର ସ୍ବାକ୍ଷର କରାଯାଇଥିଲା। ଆଇଆଇଟିର ରିପୋର୍ଟ ପରେ ଏହି ଆଧାରରେ ଦୁଇ ସହରର ଟ୍ରାଫିକ୍ ବ୍ୟବସ୍ଥାରେ ଉନ୍ନତି ପାଇଁ ପଦକ୍ଷେପ ଗ୍ରହଣ କରାଯିବ।

ପରିବେଶ ସୁରକ୍ଷା ପାଇଁ ରାଜ୍ୟ ସରକାର ବୈଦ୍ୟୁତିକ ଯାନ ବ୍ୟବହାର ଉପରେ ଗୁରୁତ୍ବ ଦେଉଛନ୍ତି। ଏଥିପାଇଁ ଚାର୍ଜିଙ୍ଗ ଷ୍ଟେସନର ମଧ୍ୟ ଆବଶ୍ୟକତା ରହିଛି। ଆଜି ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ପାଇଁ ୧୫ଟି ଚାର୍ଜିଙ୍ଗ ଷ୍ଟେସନର ଲୋକାର୍ପଣ କରିଥିଲେ। ସୂଚନା ଯୋଗ୍ୟ ଯେ ରାଜ୍ୟରେ ଆହୁରି ୮୫ଟି ଚାର୍ଜିଙ୍ଗ ଷ୍ଟେସନ ନିର୍ମାଣାଧୀନ ରହିଛି । ଏଗୁଡ଼ିକ ଖୁବଶୀଘ୍ର ଲୋକାର୍ପିତ କରାଯିବ । ଆଗାମୀ ଦିନରେ ଆହୁରି ଅଧିକ ଚାର୍ଜିଙ୍ଗ ଷ୍ଟେସନ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଆଜି ୧୪ଟି ନୂତନ ଅଟଳ ବସ୍‌ଷ୍ଟାଣ୍ଡକୁ ଲୋକାର୍ପିତ କରିଛନ୍ତି। ୧୫୬.୫୩ କୋଟି ଟଙ୍କା ବ୍ୟୟରେ ଏହି ବସ୍‌ଷ୍ଟାଣ୍ଡ ଗୁଡିକ ରାଜ୍ୟର ୧୦ଟି ଜିଲ୍ଲାରେ ନିର୍ମିତ ହୋଇଛି। ପୂର୍ବରୁ ୫୫ଟି ଅଟଳ ବସ୍‌ଷ୍ଟାଣ୍ଡ ଲୋକାର୍ପିତ ହୋଇଛି। ଆଗାମୀ ଦିନରେ ରାଜ୍ୟର ସମସ୍ତ ଜିଲ୍ଲା, ଉପଖଣ୍ଡ, ପଞ୍ଚାୟତ ସମିତି ଓ ପୌରପାଳିକା ଗୁଡ଼ିକରେ ଅଟଳ ବସଷ୍ଟାଣ୍ଡ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଜି ରାଜ୍ୟ ସଡ଼କ ପରିବହନ ନିଗମ ପକ୍ଷରୁ ୪୬ କୋଟି ଟଙ୍କା ମୂଲ୍ୟର ୧୦୦ଟି ନୂତନ BS-୬ ମାନର ଆଧୁନିକ ବସ୍ ଚଳାଚଳର ଶୁଭାରମ୍ଭ କରାଯାଇଛି। ନିଗମର ପୁରୁଣା ବସ୍ ବଦଳରେ ଏହି ସବୁ ପରିବେଶ ଅନୁକୂଳ ଅତ୍ୟାଧୁନିକ ନୂଆ ବସ୍ କିଣାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପରିବହନ ନିଗମ ପକ୍ଷରୁ ପରିଚାଳିତ ବସ୍‌ଗୁଡିକ ପାଇଁ ‘Closed Loop Smart Transit Card’ ବା ସ୍ମାର୍ଟ କାର୍ଡ ବ୍ୟବସ୍ଥାର ଶୁଭାରମ୍ଭ କରିଥିଲେ। ଏହି କାର୍ଡ ବ୍ୟବହାର କରି ଯାତ୍ରୀମାନେ କ୍ୟାସଲେସ୍ ଟିକେଟ୍ କାଟି ସୁବିଧାରେ ଯାତ୍ରା କରିପାରିବେ। ଏହି ଅବସରରେ ବ୍ରହ୍ମପୁର ଠାରେ CRUT ପକ୍ଷରୁ ନିର୍ମିତ ହୋଇଥିବା ଏକ ଅତ୍ୟାଧୁନିକ ବସ୍ ଡିପୋରୁ ୨୫ଟି ନୂତନ ଇ-ବସ୍ ଚଳାଚଳର ମଧ୍ୟ ଶୁଭାରମ୍ଭ ହୋଇଥିଲା। ଆଧୁନିକ ପ୍ରଣାଳୀରେ ନିର୍ମିତ ଏହି ଡିପୋ ବ୍ରହ୍ମପୁର ଏବଂ ଏହାର ନିକଟସ୍ଥ ଅଞ୍ଚଳରେ ଇ-ବସ ପରିଚାଳନା କରିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଜି ରାଜ୍ୟ ପୂର୍ତ୍ତ ବିଭାଗର ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଭୁବନେଶ୍ବରର ଯେପରି କାୟାକଳ୍ପ ହେବ, ତାକୁ ଦୃଷ୍ଟିରେ ରଖି ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ୯୫୨ କୋଟି ଟଙ୍କା ବ୍ୟୟ ଅଟକଳରେ ମୁଖ୍ୟମନ୍ତ୍ରୀ ଏକ ନୂଆ ଏଲିଭେଟେଡ୍ କରିଡରର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏଥିରେ ଜୟଦେବ ବିହାର ଛକ, କଳିଙ୍ଗ ହସ୍ପିଟାଲ ଛକ, ଡମଣା ଛକ ଓ କିଟ୍ ଛକରେ ଚାରିଟି ଫ୍ଲାଏ-ଓଭର ନିର୍ମାଣ କରାଯିବ। ଏହାଦ୍ବାରା ରାଜ୍ୟର ଏକ ଗହଳିପୂର୍ଣ୍ଣ ସଡକରେ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆସିବ ଏବଂ ଜନସାଧାରଣ କମ୍ ସମୟ ମଧ୍ୟରେ ସୁବିଧାରେ ଯିବାଆସିବା କରିପାରିବେ । ସେହିପରି ରାଜ୍ୟରେ ଏକ ନୂତନ ଅତ୍ୟାଧୁନିକ ଲୋକସେବା ଭବନ ନିର୍ମାଣ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ରଖାଯାଇଛି। ୭୧.୧୩ ଏକର ଜାଗାରେ ଗୋଟିଏ କ୍ୟାମ୍ପସ୍ ଭିତରେ ଲୋକସେବା ଭବନ ଓ ରାଜ୍ୟ ବିଧାନସଭା ରହିବ। ଡିଲିମିଟେସନକୁ ଦୃଷ୍ଟିରେ ରଖି ବିଧାନସଭାକୁ ୩୦୦ ଆସନ ବିଶିଷ୍ଟ କରାଯିବ। ଏଥିପାଇଁ ୩,୬୨୩ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।

ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପୂର୍ତ୍ତ ବିଭାଗର ୬,୭୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ସମୁଦାୟ ୭୧ଟି ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏଥି ମଧ୍ୟରୁ ପ୍ରାୟ ୫,୬୩୦ କୋଟି ଟଙ୍କା ବିନିଯୋଗରେ ୩୯ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ, ପ୍ରାୟ ୧,୦୭୦ କୋଟି ଟଙ୍କା ବିନିଯୋଗରେ ୩୨ ଟି ପ୍ରକଳ୍ପର ଲୋକାର୍ପଣ କରିଥିଲେ। ସଡ଼କ ଭିତ୍ତିଭୂମି ଓ ସଡ଼କ ସୁରକ୍ଷା କ୍ଷେତ୍ରରେ ଆଜିର ଏହି ଯୁଗାନ୍ତକାରୀ ପଦକ୍ଷେପ ଗୁଡ଼ିକ ବିକାଶ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ କହିଥିଲେ ଯେ ଆମ ସମସ୍ତଙ୍କର ଲକ୍ଷ୍ୟ ହେଉଛି, ସମୃଦ୍ଧ ଓଡିଶା ବିକଶିତ ଓଡିଶା। ଏହି ଲକ୍ଷ୍ୟ ହାସଲ କରିବା ପାଇଁ ଅତ୍ୟାଧୁନିକ ସଡ଼କ ପରିବହନ, ସୁରକ୍ଷିତ ଟ୍ରାଫିକ ବ୍ୟବସ୍ଥା ମଧ୍ୟ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ଗୁଡ଼ିକ ଯେପରି ସଫଳ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ସମସ୍ତଙ୍କୁ ସୁରକ୍ଷିତ ଯାନ ଚାଳନା ପାଇଁ ଆହ୍ବାନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଡ୍ରାଇଭ୍ ସେଫ୍, କମ୍‌ ହୋମ୍‌ ସେଫ୍‌। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ ଜଣ ମହିଳା ଗାଡ଼ି ଚାଳକ ମାନଙ୍କୁ ଗାଡ଼ି ଚାବି ପ୍ରଦାନ କରିଛନ୍ତି। ସୂଚନା ଯୋଗ୍ୟ ଯେ ଆମ ସୁବାହକ ଯୋଜନା ଅଧୀନରେ ସରକାରୀ ଗ୍ୟାରେଣ୍ଟୀରେ କାର୍ କିଣିବା ପାଇଁ ୠଣ ପ୍ରଦାନ କରାଯାଉଛି । ସଡ଼କ ଦୁର୍ଘଟଣା କେବଳ ଆମ ରାଜ୍ୟ କି ଦେଶରେ ନୁହେଁ, ସମଗ୍ର ମାନବ ସଭ୍ୟତା ସମ୍ମୁଖରେ ବଡ଼ ଚିନ୍ତାର ବିଷୟ ହୋଇ ସାରିଛି। ଏଣୁ ଶିକ୍ଷାରୁ ସୁରକ୍ଷା ଏବଂ ଟେକ୍ନୋଲୋଜିରୁ ପରିବର୍ତ୍ତନ ଧାରାରେ ଆମେ ସଡକ ଦୁର୍ଘଟଣାକୁ ରୋକି ପାରିବା ବୋଲି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ନ୍ୟୁ-ରୋଡ୍ ପଲିସି ମାଧ୍ୟମରେ ରାସ୍ତା ପ୍ରଶସ୍ତୀ କରଣ ହେଉଛି। ସମସ୍ତ ରାସ୍ତା ପଟ୍‌ହୋଲ୍ ମୁକ୍ତ ହେବେ ଏବଂ ଖୁବଶୀଘ୍ର ଟ୍ରାଫିକ୍ କ୍ଲିୟରାନ୍‌ସ ହେବ ବୋଲି ପୂର୍ତ୍ତ ଏବଂ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଥିଲେ।ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ, ଓଏସଆରଟିସି ସିଏମଡି ଶ୍ରୀ ଏନ୍‌ବିଏସ୍ ରାଜପୁତ, ପରିବହନ ଆୟୁକ୍ତ ଶ୍ରୀ ଅମିତାଭ ଠାକୁର୍ ପ୍ରମୁଖ ମଞ୍ଚାସୀନ ଥିବାବେଳେ ଆଭାସୀ ମାଧ୍ୟମରେ ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

Previous Post

ନବସୃଜନ, ଉଦ୍ୟମିତା, ପ୍ରଶାସନ, ଏବଂ କୂଟନୀତି କ୍ଷେତ୍ରରେ ନେତୃତ୍ୱ ନେବ ଜେଏନୟୁ : ଧର୍ମେନ୍ଦ୍ର ପ୍ରଧାନ

Next Post

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ

FNN WEB

FNN WEB

Next Post
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.