• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆଠଟି ଜିଲ୍ଲାରେ ମଣ୍ଡି ଖୋଲି ନାହିଁ

FNN WEB by FNN WEB
January 13, 2026
in ଓଡ଼ିଶା, ମୁଖ୍ୟ ଖବର
0
ଆଠଟି ଜିଲ୍ଲାରେ ମଣ୍ଡି ଖୋଲି ନାହିଁ
0
SHARES
3
VIEWS


ଭୁବନେଶ୍ୱର : ରାଜ୍ୟରେ ଧାନ କିଣାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ, ଚାଷ ଉପରେ ନିର୍ଭର କରୁଥିବା ପ୍ରାୟ ୭୦ ପ୍ରତିଶତ ଲୋକ ଆଜି ରାଜ୍ୟ ସରକାରଙ୍କ ପ୍ରତାରଣାର ଶିକାର ହୋଇଛନ୍ତି ବୋଲି ବିଜୁ ଜନତା ଦଳ କହିଛି । ଶଙ୍ଖ ଭବନରେ ମଙ୍ଗଳବାର ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ଉପସଭାପତି ଶ୍ରୀ ସଞ୍ଜୟ ଦାସବର୍ମା, ଗଣମାଧ୍ୟମ ସଂଯୋଜକ ତଥା ଦଳର ମୁଖପାତ୍ର ଡ. ଲେନିନ ମହାନ୍ତି ଓ ଗଣମାଧ୍ୟମ ସଂଯୋଜକ ଡ. ପ୍ରିୟବ୍ରତ ମାଝୀ ଧାନ କିଣାରେ ଅବ୍ୟବସ୍ଥା ଓ ଚାଷୀକୂଳ ପ୍ରତି ସରକାରଙ୍କ ଉଦାସୀନତା ଉପରେ ବର୍ଷିଥିଲେ । ଶ୍ରୀ ସଞ୍ଜୟ ଦାସବର୍ମା କହିଥିଲେ, ଓଡ଼ିଶାର ପ୍ରାୟ ୭୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭର କରୁଥିବାରୁ ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ । କିନ୍ତୁ, ଦୁଃଖ ଓ ପରିତାପର ବିଷୟ ଯେ, ଚଳିତ ବର୍ଷ ଧାନ ସଂଗ୍ରହ କାର୍ଯ୍ୟ ସମ୍ପୂର୍ଣ୍ଣ ଅବ୍ୟବସ୍ଥିତ ହୋଇ ପଡିଛି । ନିର୍ବାଚନ ସମୟରେ ବିଜେପି ଚାଷୀକୂଳକୁ ଆଶ୍ୱସ୍ତ କରିଥିଲା ଯେ ରାଜ୍ୟର ସମସ୍ତ ବଳକା ଧାନ କିଣା ଯିବ । କିନ୍ତୁ, ବାସ୍ତବ ସ୍ଥିତି ସମ୍ପୂର୍ଣ୍ଣ ଭିନ୍ନ । ନିର୍ଦ୍ଧାରିତ ହୋଇଥିବା ଧାନ ସଂଗ୍ରହ ହେଉ ନାହିଁ । ରାଜ୍ୟର ଧାନ ସଂଗ୍ରହ ସମ୍ପର୍କିତ ତଥ୍ୟ ଉପରେ ନଜର ପକାଇଲେ, ନିସନେ୍ଦହରେ କୁହାଯାଇ ପାରିବ ଯେ, ସ୍ଥିତି ଅତ୍ୟନ୍ତ ଚିନ୍ତାଜନକ ।

ଶ୍ରୀ ଦାସବର୍ମା କହିଥିଲେ, ରାଜ୍ୟରେ ୧୯, ୬୬,୧୮୧ ଚାଷୀ ପଞ୍ଜିକୃତ ହୋଇଥିବା ବେଳେ, ଏବେ ସୁଧା ମାତ୍ର ୩, ୪୦, ୨୯୪ ଚାଷୀ ଧାନ ବିକ୍ରି ପାଇଁ ସକ୍ଷମ ହୋଇଛନ୍ତି । ଡିସେମ୍ୱର ୨୪ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ସମୀକ୍ଷା କରିଥିଲେ ଓ ଜାନୁଆରୀ ୧୦ ତାରିଖ ସୁଧା ରାଜ୍ୟର ସମସ୍ତ ଜିଲ୍ଲାରେ ମଣ୍ଡି ଖୋଲାଯିବ । କିନ୍ତୁ, ଆଜି ସୁଧା ୮ଟି ଜିଲ୍ଲାରେ, ଯଥା ପୁରୀ, ବାଲେଶ୍ୱର, ଭଦ୍ରକ, ଜଗତସିଂପୁର, କେନ୍ଦ୍ରାପଡା, ନୟାଗଡ଼, ଯାଜପୁର ଓ କନ୍ଧମାଳରେ ମଣ୍ଡି ଖୋଲାଯାଇପାରି ନାହିଁ ।

ମୁଖ୍ୟ ଶାସନ ସଚିବ ମଧ୍ୟ ଜାନୁଆରି ୩ ତାରିଖ ଦିନ ସମୀକ୍ଷା କରି ସମାନ ନିଦେ୍ର୍ଦଶ ଦେଇଥିଲେ । କିନ୍ତୁ, ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କ ନିଦେ୍ର୍ଦଶ ଆଜି ପାଣିର ଗାର ପାଲଟିଛି । ଓଡିଶାର ଟାର୍ଗେଟ ୭୩ ଲକ୍ଷ ମେଟ୍ରିକ ଟନ ଥିଲା ବେଳେ ଏବେ ସୁଧା ମାତ୍ର ୧୭.୮୫ ଲକ୍ଷ ଟନ ଧାନ ସଂଗ୍ରହ ହୋଇ ପାରିଛି । ଅପରପକ୍ଷରେ, ଛତିଶଗଡ଼ରେ ୮୦ ଲକ୍ଷ ଟନ ଧାନ କିଣା ଟାର୍ଗେଟ ଥିଲା ବେଳେ ଏବେ ସୁଧା ୯୭ ଲକ୍ଷ ଟନ ଧାନ କିଣା ଯାଇ ସାରିଛି । ଏହି ତଥ୍ୟ ପ୍ରମାଣିତ କରୁଛି, ଧାନ ସଂଗ୍ରହ ବ୍ୟାପାରରେ, ପଡୋଶୀ ଛତିଶଗଡ଼ ତୁଳନାରେ ଆମ ରାଜ୍ୟ ଓଡିଶାର ସ୍ଥିତି ସଙ୍ଗୀନ ରହିଛି ।

ଶ୍ରୀ ଦାସବର୍ମା ଆହୁରି କହିଥିଲେ, ରାଜ୍ୟ ଯୋଗାଣ ମନ୍ତ୍ରୀ ନିକଟରେ ଦେଇଥିବା ମନ୍ତବ୍ୟ ଯେ, ଗୋଟିଏ ଚାଷୀଙ୍କ ଠାରୁ ମାତ୍ର ୧୫୦ କୁଇଣ୍ଟାଲ ଧାନ ୩୧୦୦ ଟଙ୍କାରେ କିଣାଯିବ ଓ ବାକି ଧାନକୁ ସେ ବାହାରେ ବିକିବ । ମନ୍ତ୍ରୀଙ୍କ ଏହି ମନ୍ତବ୍ୟ ଦୁର୍ଭାଗ୍ୟଜନକ । ଏଥିରୁ ସ୍ପଷ୍ଟ ହେଉଛି, କେବଳ ଭୋଟ ହାତେଇବା ପାଇଁ ବିଜେପି ତରଫରୁ ଏପରି ମିଛ ପ୍ରତିଶ୍ରୁତି ଦେଇଥିଲେ । ଓଡ଼ିଶାର ଚାଷୀକୂଳ କେବେବି ଏପରି ପ୍ରତାରିତ ହୋଇ ନଥିଲେ । ଏହାଛଡା, ଧାନ କିଣା ପାଇଁ ଏମଏସପି ୨୩୦୦ ଟଙ୍କାରୁ ୨୩୬୯ ଟଙ୍କାକୁ ବୃଦ୍ଧି କରିଥିବାରୁ ରାଜ୍ୟ ସରକାର ଧାନ କୁଇଣ୍ଟାଲ ପିଛା ୩୧୦୦ ଟଙ୍କା ପରିବର୍ତ୍ତେ ୩୧୬୯ ଟଙ୍କା ପ୍ରଦାନ କରିବା କଥା । କିନ୍ତୁ, ରାଜ୍ୟ ସରକାର ୩୧୦୦ ଟଙ୍କା ଦେଉଛନ୍ତି, ଯାହା ଚାଷୀକୂଳ ପାଇଁ ଆଉ ଏକ ପ୍ରତାରଣା ।

ଡ. ଲେନିନ ମହାନ୍ତି କହିଥିଲେ, ବିଜୁ ଜନତା ଦଳ ରାଜ୍ୟର ଚାଷୀକୂଳଙ୍କ ସହିତ ରହିଛି । ଧାନ ସଂଗ୍ରହ କ୍ଷେତ୍ରରେ ଅବ୍ୟବସ୍ତାକୁ ନେଉ ବିଜେଡ଼ି ତରଫରୁ ଚାଷୀକୂଳଙ୍କ ସ୍ୱାର୍ଥ ରକ୍ଷା ପାଇଁ ଆନେ୍ଦାଳନାତ୍ମକ କାର୍ଯ୍ୟକ୍ରମ ଜାରି ରହିଛି । ଚାଷୀକୂଳଙ୍କ ସମସ୍ୟାକୁ ରାଜ୍ୟ ସରକାର ତୁରନ୍ତ ସମାଧାନ ନକଲେ, ବିଜେଡି ରାଜ୍ୟବ୍ୟାପୀ ଆନେ୍ଦାଳନ କରିବ ବୋଲି ଡ. ପ୍ରିୟବ୍ରତ ମାଝୀ କହିଥିଲେ ।

Previous Post

ରାଜଧାନୀରେ ଜମିବ ମକର ମାହୋଲ : ଶିଶିର ମେଳାରେ ଗୁଡ଼ି ଉତ୍ସବ

Next Post

NSDର ରାଜ୍ୟ ଶାଖା କେନ୍ଦୁଝରରେ ଖୋଲିବ: ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
NSDର ରାଜ୍ୟ ଶାଖା କେନ୍ଦୁଝରରେ ଖୋଲିବ: ମୁଖ୍ୟମନ୍ତ୍ରୀ

NSDର ରାଜ୍ୟ ଶାଖା କେନ୍ଦୁଝରରେ ଖୋଲିବ: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.