• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କୃଷି ଉତ୍ପାଦନ ବୃଦ୍ଧି ପାଇଁ ଜଳସେଚନର ଆବଶ୍ୟକତା ରହିଛି: ମୁଖ୍ୟମନ୍ତ୍ରୀ

FNN WEB by FNN WEB
January 22, 2026
in ଓଡ଼ିଶା, ମୁଖ୍ୟ ଖବର
0
କୃଷି ଉତ୍ପାଦନ ବୃଦ୍ଧି ପାଇଁ ଜଳସେଚନର ଆବଶ୍ୟକତା ରହିଛି: ମୁଖ୍ୟମନ୍ତ୍ରୀ
0
SHARES
1
VIEWS

ଭୁବନେଶ୍ୱର: ଜଳର ସୁପରିଚାଳନା ବିନା କୃଷି, ଅର୍ଥନୈତିକ ଉନ୍ନତି ଓ ରାଜ୍ୟର ପ୍ରଗତି ଅସମ୍ଭବ। ପାଣି ପଞ୍ଚାୟତ ବ୍ୟବସ୍ଥା ଓଡିଶାର କୃଷି ଓ କୃଷକଙ୍କ ଜୀବନରେ ଏକ ବିରାଟ ପରିବର୍ତ୍ତନ ଆଣିଛି । ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ପାଣି ବିନା କୃଷି କାର୍ଯ୍ୟ ଅସମ୍ଭବ। ତେଣୁ କୃଷି କାର୍ଯ୍ୟକୁ ପାଣି ଯୋଗାଇ ଦେବାର କୃଷି ବିଭାଗର ସବୁଠାରୁ ବଡ଼ କାମ। କୃଷି ଓ କୃଷକକୁ ସଶକ୍ତୀକରଣ କରିବାକୁ ହେଲେ ପାଣିକୁ ଗୁରୁତ୍ବ ଦେବାକୁ ପଡ଼ିବ। ରାଜ୍ୟର ଅଧିକାଂଶ ଲୋକ କୃ‌ଷି ଉପରେ ନିର୍ଭର କରୁଛନ୍ତି। କୃଷି ଉତ୍ପାଦନ ବୃଦ୍ଧି ପାଇଁ ଜଳସେଚନର ଆବଶ୍ୟକତା ରହିଛି। ଯେଉଁ ଦେଶରେ ସେହି ଦେଶରେ କୃଷି ଉତ୍ପାଦନ ବୃଦ୍ଧି ଅଧିକ ହୋଇପାରିଛି। ରାଜ୍ୟ ସରକାର ଜଳସେଚନ ପ୍ରଣାଳୀରେ ପାଣିପଞ୍ଚାୟତକୁ ସାମିଲ କରିଛନ୍ତି। ଚାଷଜମିକୁ ସାଂଗଠନିକ ଭାବେ ପାଣି ପହଞ୍ଚାଇବା ପାଇଁ ଉଦ୍ୟମ କରୁଛନ୍ତି। କେନାଲର ତଳମୁଣ୍ଡରେ ପାଣି ପହଞ୍ଚାଇବା ଅସୁବିଧା କାରଣରୁ ବେଳେ ବ‌େଳେ ଚାଷୀମାନଙ୍କ ମଧ୍ୟରେ ଝଗଡ଼ା ହୋଇଥାଏ। ଏହି ସମସ୍ୟାର ସମାଧାନ ପାଇଁ ସଂଗଠିତ ବ୍ୟବସ୍ଥା ମାଧ୍ୟମରେ ସବୁ ଚାଷୀଙ୍କୁ ପାଣି ଯୋଗାଇବାର ଆବଶ୍ୟକତା ରହିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଗାମୀ ୫ ବର୍ଷ ମଧ୍ୟରେ ବୃହତ, ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ଲିଫ୍ଟ ଇରିଗେସନ, ମେଗା ଲିଫ୍ଟ ଓ ଆଡିବନ୍ଧ ନିର୍ମାଣ ମାଧ୍ୟମରେ ୧୫ ଲକ୍ଷ ହେକ୍ଟର ଅତିରିକ୍ତ ଜମିକୁ ଜଳସେଚନ ଅନ୍ତର୍ଭୁକ୍ତ କରାଯିବ।

ବର୍ତ୍ତମାନ ରାଜ୍ୟରେ ୪୦,୩୮୦ ଗୋଟି ପାଣି ପଞ୍ଚାୟତ ସକ୍ରିୟ ଭାବେ କାର୍ଯ୍ୟ କରୁଥିବାବେଳେ, ସେଗୁଡିକ ମାଧ୍ୟମରେ ୨୪.୧୨ ଲକ୍ଷ ହେକ୍ଟର ଜମିର ଜଳସେଚନ ସଫଳତାର ସହ ପରିଚାଳିତ ହେଉଛି। ଓଡିଶା ପାଣି ପଞ୍ଚାୟତ ଆଇନ-୨୦୦୨ ଓ ତାହାର ସଂଶୋଧନ ମାଧ୍ୟମରେ ମହିଳା, ମତ୍ସ୍ୟଜୀବୀ ଓ ଜଳ ବ୍ୟବହାରକାରୀଙ୍କୁ ସମାନ ଅଧିକାର ଓ ସୁଯୋଗ ଦିଆଯାଇଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରାଚୀନ ଜଳସେଚନ ପଦ୍ଧତିରେ ଜଳର ଅପଚୟ ହେଉଥିବାବେଳେ, ପାଣି ପଞ୍ଚାୟତ ମାଧ୍ୟମରେ ସମତାମୂଳକ ଓ ଦକ୍ଷ ଜଳ ବଣ୍ଟନ ସମ୍ଭବ ହୋଇପାରିଛି। ମୟୂରଭଞ୍ଜର ଖଇରିବନ୍ଧନ ବ୍ୟାରେଜ୍, ବଲାଙ୍ଗିରର ଅପରଲାନ୍ଥ ପ୍ରକଳ୍ପ, ସାଣ୍ଡୁଲ ଭୂତଳ ପାଇପଲାଇନ୍, ନୟାଗଡର ବୃତଙ୍ଗ ଜଳସେଚନ ପ୍ରକଳ୍ପ ସହିତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଅନେକ ଜଳାଶୟ ଓ କେନାଲ ପ୍ରକଳ୍ପ ତ୍ୱରାନ୍ବିତ ଭାବେ ଚାଲୁ ରହିଛି। ୨୦୩୬ ସୁଦ୍ଧା ଓଡିଶାକୁ ସମୃଦ୍ଧ ରାଜ୍ୟରେ ପରିଣତ କରିବା ଲକ୍ଷ୍ୟରେ ୯୦ ପ୍ରତିଶତରୁ ଅଧିକ ଚାଷଯୋଗ୍ୟ ଜମିକୁ ଜଳସେଚନ ସୁବିଧା ଯୋଗାଇବା ପାଇଁ ସରକାର ପ୍ରତିବଦ୍ଧ ହୋଇ କାର୍ଯ୍ୟ କରୁଛନ୍ତି।

କୃଷକମାନଙ୍କୁ ଫସଲ ବିବିଧିକରଣ, ପନିପରିବା, ଫଳ ଓ ଫୁଲ ଚାଷ ମାଧ୍ୟମରେ ଆୟ ବୃଦ୍ଧି କରିବାକୁ ଆହ୍ୱାନ ଜଣାଇ ସେ କହିଛନ୍ତି ଯେ, ସମୃଦ୍ଧ କୃଷକ ବିନା ସମୃଦ୍ଧ ଓଡିଶା ଗଠନ ସମ୍ଭବ ନୁହେଁ। କୃଷକ ମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ସରକାର ଅନେକ ଯୋଜନା ଓ କାର୍ଯ୍ୟକ୍ରମ ଗ୍ରହଣ କରୁଛନ୍ତି । ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଥିଲେ ଯେ, ଚାଷୀ ମାନଙ୍କୁ କିପରି ଉତ୍ତମ ବଜାର ବ୍ୟବସ୍ଥା ଯୋଗାଇଦେବା ସହିତ ସେମାନଙ୍କ ଉତ୍ପାଦିତ ଫସଲକୁ ବାହାରକୁ ଦେଶକୁ ରପ୍ତାନୀ କରାଯାଇ ସେମାନଙ୍କୁ ଉତ୍ତମ ମୂଲ୍ୟ ଦିଆଯାଇ ପାରିବ ସେ ଦିଗରେ ସରକାର ଯୋଜନା କରୁଛନ୍ତି। ଚାଷୀଙ୍କ ଆୟ କିପରି ଦ୍ବିଗୁଣିତ ହୋଇପାରିବ, ତାହା ଆମ ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ । ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅରବିନ୍ଦ ପାଢ଼ୀ, ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା, ଇଞ୍ଜିନିୟର-ଇନ-ଚିଫ ସାଗର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ନିମନ୍ତେ ପ୍ରସ୍ତୁତି ବୈଠକ

Next Post

ଓଡ଼ିଶା ଜାତୀୟ ମରୁଡ଼ି ପ୍ରଶମନ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର ସ୍ଵାକ୍ଷରିତ

FNN WEB

FNN WEB

Next Post
ଓଡ଼ିଶା ଜାତୀୟ ମରୁଡ଼ି ପ୍ରଶମନ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର ସ୍ଵାକ୍ଷରିତ

ଓଡ଼ିଶା ଜାତୀୟ ମରୁଡ଼ି ପ୍ରଶମନ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର ସ୍ଵାକ୍ଷରିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.