• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଗୁରୁବାର ‘ସୁଭଦ୍ରା’ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
January 22, 2026
in ଓଡ଼ିଶା, ମୁଖ୍ୟ ଖବର
0
ଗୁରୁବାର ‘ସୁଭଦ୍ରା’ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
0
SHARES
2
VIEWS


୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସହାୟତା ରାଶି
ଭୁବନେଶ୍ବର : ରିମୋଟ୍ ଚିପିଲେ ମୁଖ୍ୟମନ୍ତ୍ରୀ, ଖାତାକୁ ଗଲା ସୁଭଦ୍ରା ଟଙ୍କା । ବ୍ୟାଙ୍କ ମେସେଜ ଦେଖି ଖୁସିରେ ଝୁମିଲେ ମହିଳା ହିତାଧିକାରୀ। ଗୁରୁବାର ନୂଆ ହିତାଧିକାରୀଙ୍କ ଆସିଲା ଧନ। ଆଜି ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସୁଭଦ୍ରା କିସ୍ତି ଟଙ୍କା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆ ଏବଂ ବାଦ୍ ପଡିଥିବା ହିତାଧିକାରୀ ପାଇଲେ ଡବଲ କିସ୍ତି। ଟଙ୍କା ପାଇଲେ ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧିକାରୀ। ବାଦ୍ ପଡିଥିବା ୨ ଲକ୍ଷ ୫୫ ହଜାର ୨୬୫ ପାଇଲେ ଟଙ୍କା। ମୋଟ୍ ୪ ଲକ୍ଷ ୫୯ ହଜାର ୬୮୧ ଜଣଙ୍କୁ ମିଳିଲା ଟଙ୍କା । ହିତାଧିକାରୀଙ୍କ ଖାତାକୁ ଗଲା ମୋଟ ୩୧୫ କୋଟି ଟଙ୍କାର ସହାୟତା ରାଶି।

ସୂଚନା ଅନୁଯାୟୀ, ବାଦ୍ ପଡ଼ିଥିବା ଓ ନୂଆ ହିତାଧିକାରୀଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା। ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୩୨୫ କୋଟିରୁ ଉର୍ଦ୍ଧ୍ବ ସହାୟତା ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ। ୪ ଲକ୍ଷ ୫୭ ହଜାରରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ମିଳିଲା ଟଙ୍କା। ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ମହିଳାଙ୍କୁ ମିଳିଲା ଟଙ୍କା।ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ୍ ୨ ଲକ୍ଷ ୫୫ ହଜାର ହିତାଧିକାରୀଙ୍କୁ ମିଳିଲା ଟଙ୍କା। ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେଯେ, ବାର୍ଷିକ ୧୧ ହଜାର କୋଟି ଟଙ୍କାର ବ୍ୟୟବରାଦ ହୋଇଥିବା “ସୁଭଦ୍ରା” ହେଉଛି ସ୍ଵାଧୀନତା ପରବର୍ତ୍ତୀ ଓଡିଶାର ସର୍ବବୃହତ୍ ମହିଳା କୈନ୍ଦ୍ରିକ ଯୋଜନା, ଯେଉଁଥିରେ ୨୧ ରୁ ୬୦ ବର୍ଷ ବୟସର ୧ କୋଟିରୁ ଉର୍ଦ୍ଧ୍ଵ ଯୋଗ୍ୟ ମହିଳାଙ୍କୁ ୫ ବର୍ଷ ମଧ୍ୟରେ ବାର୍ଷିକ ୧୦ ହଜାର ଟଙ୍କା ଲେଖାଏଁ ଦୁଇଟି କିସ୍ତିରେ, ମୋଟ ୫୦ ହଜାର ଟଙ୍କା ପ୍ରଦାନ କରାଯିବାର ବ୍ୟବସ୍ଥା ଅଛି। ସେଇଥିପାଇଁ “ସୁଭଦ୍ରା” ଓଡ଼ିଶାର ସମସ୍ତ ମା’ ଭଉଣୀଙ୍କ ପ୍ରତି ସରକାରଙ୍କ ପ୍ରତିବଦ୍ଧତାର ଜ୍ଵଳନ୍ତ ନିଦର୍ଶନ।

ଆମ ସରକାର ଆସିବାମାତ୍ରେ ପ୍ରଥମ ଦିନରେ ହିଁ ଏଥିପାଇଁ କ୍ଯାବିନେଟରେ ନିଷ୍ପତ୍ତି ହୋଇ ସେପ୍ଟେମ୍ବର ୧୭, ୨୦୨୪ ତାରିଖରେ ପ୍ରଥମ କିସ୍ତି ଦିଆ ଯାଇଥିଲା। ସୁଭଦ୍ରା ଯୋଜନାର ଶୁଭାରମ୍ଭ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଭବ୍ୟ ଉପସ୍ଥିତିରେ ଭୁବନେଶ୍ଵରଠାରେ ଆରମ୍ଭ ହୋଇଥିଲା ଏବଂ ଅଦ୍ୟାବଧି, ଏକ କୋଟିରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ତିନୋଟି କିସ୍ତିରେ ମୋଟ ୧୫ ହଜାର କୋଟିରୁ ଉର୍ଦ୍ଧ ଟଙ୍କାର ସହାୟତା ରାଶି ପ୍ରଦାନ କରି ସାରିଲୁଣି । ଏହି ଦୁଇଟି କିସ୍ତିକୁ ପ୍ରତି ବର୍ଷ ରାକ୍ଷୀ ପୂର୍ଣ୍ଣିମା ଏବଂ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଛି । ଏହି ଯୋଜନା ମାଧ୍ୟମରେ ସରକାର ମହିଳାମାନଙ୍କ ଜୀବନର ଏକାଧିକ ଦିଗରେ ଉନ୍ନତ କରିବାର ଲକ୍ଷ୍ୟ ରଖିଛନ୍ତି ଯାହା କ୍ରମଶ ସଫଳ ହେବାରେ ଲାଗିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମହିଳା ସଶକ୍ତିକରଣ ଓ ସେମାନଙ୍କ ଆର୍ଥିକ ସ୍ୱାବଲମ୍ବିତା ବିଷୟରେ କହିବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆର୍ଥିକ ସ୍ୱାଧୀନତା ଆତ୍ମବିଶ୍ୱାସ ଆଣିଥାଏ। ଯେତେବେଳେ ଜଣେ ମହିଳାଙ୍କ ହାତରେ ଟଙ୍କା ଥାଏ, ପରିବାର ଏବଂ ସମାଜରେ ତାଙ୍କର ସ୍ୱର ଅଧିକ ଶକ୍ତିଶାଳୀ ହୋଇଯାଏ । ସେ ନିଷ୍ପତ୍ତି ନେଇପାରନ୍ତି, ଭବିଷ୍ୟତ ପାଇଁ ଯୋଜନା କରିପାରନ୍ତି ଏବଂ ସାହସର ସହିତ ଚ୍ୟାଲେଞ୍ଜଗୁଡ଼ିକର ସମ୍ମୁଖୀନ ହୋଇପାରନ୍ତି । ସୁଭଦ୍ରା ଯୋଜନା ଆପଣଙ୍କୁ ସେହି ଆତ୍ମବିଶ୍ୱାସ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି । ଏହି ଯୋଜନା ସାମାଜିକ ନ୍ୟାୟ ମଧ୍ୟ ପ୍ରଦାନ କରୁଛି । ଏହା ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ବର୍ଗ, ଗ୍ରାମାଞ୍ଚଳ, ଆଦିବାସୀ ସମ୍ପ୍ରଦାୟ, ସହରାଞ୍ଚଳ ଗରିବ ପରିବାର ଏବଂ ସାହାଯ୍ୟର ଆବଶ୍ୟକତା ଥିବା ସମସ୍ତ ମହିଳା ଓ ସେମାନଙ୍କ ପରିବାରଙ୍କୁ ସମର୍ଥନ କରିବା ଉପରେ ଧ୍ୟାନ ଦିଏ । କାରଣ ଆମର ଲକ୍ଷ୍ୟ ହେଉଛି, ବିକାଶ ଯାତ୍ରାରେ କେହି ପଛରେ ରହିବା ଉଚିତ୍ ନୁହେଁ।

ଆମ ସରକାର କେବଳ ସୁଭଦ୍ରା ଯୋଜନାରେ ସୀମାବଦ୍ଧ ହୋଇ ରହି ନାହାନ୍ତି। ଚଳିତ ବଜେଟରେ ରେକର୍ଡ ୮୯ ହଜାର ୮୬୨ କୋଟି ଟଙ୍କା କେବଳ ମା’ ମାନଙ୍କ ପାଇଁ ପ୍ରାବଧାନ କରାଯାଇଛି। ଏହି ପ୍ରାବଧାନ ମୋଟ ବଜେଟ ଆକାରର ପ୍ରାୟ ୩୦ ପ୍ରତିଶତ। ସୁଭଦ୍ରା ଯୋଜନାରେ ଦିଆଯାଇଥିବା ତିନୋଟି କିସ୍ତିର ସହାୟତା ରାଶି ରାଜ୍ୟର ମହିଳାମାନଙ୍କ ଆର୍ଥିକ ମେରୁଦଣ୍ଡକୁ ମଜବୁତ୍ କରିବା ସହ ମହିଳାଙ୍କ ବିକାଶକୁ ଏକ ବଳ ଯୋଗାଇଛି । ଏହି ଧାରାକୁ ବଜାୟ ରଖିବା ସହ ସରକାର ପ୍ରତିଶ୍ରୁତିବଦ୍ଧ । ସୁଭଦ୍ରା ମାଧ୍ୟମରେ ଆମେ କେବଳ ଆର୍ଥିକ ସ୍ୱାଧୀନତା ମାଧ୍ୟମରେ ମହିଳାମାନଙ୍କୁ ସଶକ୍ତ କରୁନାହୁଁ ବରଂ ଶିକ୍ଷା, ଦକ୍ଷତା, ଏବଂ ରୋଜଗାରର ସୁଯୋଗ ମଧ୍ୟରେ ଥିବା ବ୍ୟବଧାନକୁ ମଧ୍ୟ ଦୂର କରୁଛୁ ବୋଲି ସେ କହିଥିଲେ।

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା କହିଥିଲେ ଯେ ସୁଭଦ୍ରା ଯୋଜନା ଶିଖାଇ ଦେଇଛି ଯେ ମହିଳା ଟିଏ ନିଜ ବଳରେ ନିଜର ଉଦ୍ୟମିତା ଆରମ୍ଭ କରିପାରେ। ସମ୍ମାନ, ସ୍ୱାବଲମ୍ବୀ ଓ ସ୍ୱାଭିମାନର ଲକ୍ଷ୍ୟ ନେଇ ଆମେ ସମୃଦ୍ଧ ଓଡ଼ିଶା ଏବଂ ବିକଶିତ ଓଡ଼ିଶା ଗଠନ ହୋଇପାରିବ। ଏହି ଅବସରରେ ୫ ସଫଳ ସୁଭଦ୍ରା ହିତାଧିକାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିଲେ ଏବଂ ସହାୟତା ରାଶି ଚେକ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଏକାମ୍ର ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂ ଶ୍ରୀ ମହିଳା ଓ ଶିଶୁବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ଏବଂ ବିଭାଗୀୟ ନିର୍ଦ୍ଦେଶିକା ଶ୍ରୀମତୀ ମୋନୀଷା ବାନାର୍ଜୀ ପ୍ରମୁଖ ମଂଚାସୀନ ଥିଲେ।

Previous Post

ଓଡ଼ିଶା ଜାତୀୟ ମରୁଡ଼ି ପ୍ରଶମନ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର ସ୍ଵାକ୍ଷରିତ

Next Post

୨୦୦ ଫୁଟ ଘାଇକୁ ଖସିଲା ସେନା ଗାଡ଼ି: ୧୦ ଯବାନ ସହିଦ, ୧୦ ଆହତ

FNN WEB

FNN WEB

Next Post
୨୦୦ ଫୁଟ ଘାଇକୁ ଖସିଲା ସେନା ଗାଡ଼ି: ୧୦ ଯବାନ ସହିଦ, ୧୦ ଆହତ

୨୦୦ ଫୁଟ ଘାଇକୁ ଖସିଲା ସେନା ଗାଡ଼ି: ୧୦ ଯବାନ ସହିଦ, ୧୦ ଆହତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.