• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କିସରେ ଜାତିସଂଘ ସ୍ଥାୟୀ ବିକାଶ ଲକ୍ଷ୍ୟ ଉପରେ ଦିନିକିଆ ଜାତୀୟ ଆଲୋଚନାଚକ୍ର

FNN WEB by FNN WEB
January 24, 2026
in ଓଡ଼ିଶା, ମୁଖ୍ୟ ଖବର
0
କିସରେ ଜାତିସଂଘ ସ୍ଥାୟୀ ବିକାଶ ଲକ୍ଷ୍ୟ ଉପରେ ଦିନିକିଆ ଜାତୀୟ ଆଲୋଚନାଚକ୍ର
0
SHARES
3
VIEWS

ଯୋଗଦେଲେ ନିତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରୀ

ଭୁବନେଶ୍ୱର: ସ୍ଥାୟୀ ବିକାଶ ଲକ୍ଷ୍ୟ ଓ କିସ୍‍: ପରିବର୍ତ୍ତନକାରୀ ଶିକ୍ଷା, ସ୍ୱେଚ୍ଛାସେବା ଓ ସମାଜ କୈନ୍ଦ୍ରିକ ପଦକ୍ଷେପ ମାଧ୍ୟମରେ ଭାରତର ସ୍ଥାୟୀ ବିକାଶ ଲକ୍ଷ୍ୟ କାର୍ଯ୍ୟକ୍ରମକୁ ଆଗକୁ ବଢ଼ାଇବା ଶୀର୍ଷକ ଉପରେ କିସ୍‍ ରେ ଶନିବାର ଦିନିକିଆ ଜାତୀୟ ଆଲୋଚନଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରି ବିକଶିତ ଭାରତ ପରିପ୍ରେକ୍ଷୀରେ ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟର ପ୍ରାସଙ୍ଗିକତା ଉପରେ ଆଲୋକପାତ କରିଥିଲେ। ସ୍ଥାନୀୟ ସମସ୍ୟାକୁ ଦୃଷ୍ଟିରେ ରଖି ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ ଦିଗରେ କାର୍ଯ୍ୟ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ସେ କହିଲେ, ଭାରତର ବିଭିନ୍ନ ରାଜ୍ୟ ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟ ସହ ସମନ୍ୱୟ ରକ୍ଷାକରି ସ୍ଥାନୀୟ ସମସ୍ୟାର ମୁକାବିଲା କରୁଛନ୍ତି। ସ୍ଥାୟୀ ବିକାଶ ଲକ୍ଷ୍ୟର ସ୍ଥାନୀୟକରଣ ଏକ ଗତିଶୀଳ ମଡେଲ ଭାବେ ଉଭା ହୋଇଛି। ରାଜ୍ୟ ସରକାର ଓ ଯୋଜନା ସଂଗଠନଗୁଡ଼ିକ ଏହି ଉଦ୍ଦେଶ୍ୟ ହାସଲ କରିବା ପାଇଁ ଜିଲ୍ଲା, ବ୍ଲକ ଓ ପଞ୍ଚାୟତ ଏବଂ ଅନ୍ୟାନ୍ୟସ୍ତରରେ ସ୍ଥାନୀୟ ଲକ୍ଷ୍ୟ ସ୍ଥିର କରିବା ସହ ସେ ଦିଗରେ କାର୍ଯ୍ୟ କରି ଆସୁଛନ୍ତି। ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟ ଆଧାରରେ ଭାରତର ସ୍ଥାନୀୟ ବିକାଶକୁ ବିଶ୍ୱ ପ୍ରଶଂସା କରି ଆସୁଛି ବୋଲି ସେ କହିଥିଲେ। ଏହି ଅବସରରେ ସେ କହିଲେ, ମୁଁ ତିନି ଥର ଓଡ଼ିଶା ଗସ୍ତରେ ଆସିଛି, ସେଥିରୁ ଆଜିର ଗସ୍ତ ସ୍ମରଣୀୟ ହୋଇରହିବ। କିସ୍‍ ଜରିଆରେ ଶିକ୍ଷା ମାଧ୍ୟମରେ ଓଡ଼ିଶା ରାଜ୍ୟ ତଥା ଭାରତର ଜନଜାତିଙ୍କ ଜୀବନରେ ଯେଉଁ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅଣାଯାଇପାରିଛି ତାହା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦୃଷ୍ଟିକୋଣ ଓ ନିଷ୍ଠା ସୂଚୀତ କରୁଛି ବୋଲି ସେ କହିଥିଲେ। ଏଥିପାଇଁ ସେ ଶ୍ରୀ ସାମନ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ଅନ୍ୟତମ ଅତିଥି, ନିତି ଆୟୋଗ ସଦସ୍ୟ ଅରବିନ୍ଦ ଭିର୍ମାନୀ ବିକଶିତ ଭାରତ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟିକୋଣ ଉପରେ ଆଲୋକପାତ କରିଥିଲେ। ଏହି ପ୍ରୟାସରେ ବ୍ୟକ୍ତି, ଅନୁଷ୍ଠାନ, ସମାଜ ଓ ରାଜ୍ୟ ସମସ୍ତଙ୍କ ଭୂମିକା ରହିଛି। ସେ କହିଲେ, ବିକଶିତ ଭାରତ ଗଠନରେ ତିନୋଟି ପ୍ରମୁଖ ଉପାଦାନ ଜରୁରୀ। ସେଗୁଡିକ ହେଲା, ମୌଳିକ ଶିକ୍ଷା, ଦକ୍ଷତା ବିକାଶ ଏବଂ ନିଯୁକ୍ତି। ଏଗୁଡ଼ିକ ପ୍ରତ୍ୟେକ ପରସ୍ପର ସହିତ ଜଡ଼ିତ। ମୌଳିକ ଶିକ୍ଷା କେବଳ ଅନ୍ତର୍ଭୁକ୍ତି ପାଇଁ ନୁହେଁ ବରଂ ଦକ୍ଷତା ହାସଲ ଓ ନିଯୁକ୍ତି ସୁଯୋଗ ପାଇଁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ସେ ଗୁଣାତ୍ମକ ଓ ସାମଗ୍ରିକ ଶିକ୍ଷାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ନୂତନ ଶିକ୍ଷାନୀତିର ଗୁରୁତ୍ୱ ଉପରେ ଆଲୋକପାତ କରି ସେ ଗୁଣାତ୍ମକ ମୌଳିକ ଶିକ୍ଷା ଏବଂ ଦକ୍ଷତା ବିକାଶର ଆବଶ୍ୟକତା ଉପରେ ଜୋର୍‍ ଦେଇଥିଲେ।

ନୀତି ଆୟୋଗର କାର୍ଯ୍ୟକ୍ରମ ନିର୍ଦ୍ଦେଶକ ଡ. ପ୍ରଭାକର ସାହୁ କହିଲେ, କିସ୍‍ ହେଉଛି ସ୍ଥାୟୀ ବିକାଶ ମଡେଲର ପ୍ରତିଫଳନ। କିସ୍‍ ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ ପାଇଁ ଏକ ମାଧ୍ୟମ ଭାବରେ କାର୍ଯ୍ୟ କରୁଛି । ଆମ ପାଖରେ ଥିବା ଅନୁକୂଳ ଜନସଂଖ୍ୟା ବିକଶିତ ଭାରତ ପାଇଁ ମୂଳଦୁଆ ପ୍ରସ୍ତୁତ କରେ ଏବଂ କିସ୍‍ ପ୍ରଭାବଶାଳୀ ଭାବରେ ଏହି ଲକ୍ଷ୍ୟରେ ଯୋଗଦାନ ଦେଉଛି । ସ୍ଥାୟୀ ବିକାଶ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷା, ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଓ ଦକ୍ଷତା ବିକାଶ ଆଦି ଅନ୍ତର୍ଭୁକ୍ତ। କିଟ୍‍ ଓ କିସ୍‍ ସକ୍ରିୟ ଭାବରେ ଏହି ଉଦ୍ଦେଶ୍ୟଗୁଡ଼ିକୁ ଅନୁସରଣ କରିଆସୁଛି ବୋଲି ସେ କହିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ୟୁଏନଡିପି ଓଡ଼ିଶା ମୁଖ୍ୟ ଆଭା ମିଶ୍ର; ୟୁଏନଏଫପିଏ ଓଡ଼ିଶା ମୁଖ୍ୟ ଡ ମହମ୍ମଦ ନଦୀମ୍ ନୁର; ଫ୍ରାନସର ଇଣ୍ଟରନ୍ୟାସନାଲ ଏକଜିକ୍ୟୁଟିଭ ସ୍କୁଲର ସହ-ପ୍ରତିଷ୍ଠାତା ଓ ସଭାପତି ଡ. ସୌଲା କିରିଆକୋସ୍‌; ପୂର୍ବତନ ଜାତିସଂଘ ପ୍ରାକଟିସନର ଆରୁଷି ରାୟ; କିଟ୍‍ ବିଶ୍ୱବିଦ୍ୟାଳୟ କୁଳାଧିପତି ଅଶୋକ କୁମାର ପରିଜା ପ୍ରମୁଖ ଜାତିସଂଘ ବିକାଶ ଲକ୍ଷ୍ୟ ଓ ସ୍ଥାନୀୟ ସ୍ତରରେ ଏହାର କାର୍ଯ୍ୟାକାରିତା ଉପରେ ଆଲୋଚନା କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ବିଦ୍ୟାଳୟ କୋଠା ପାଲଟିଛି ଭୁତ କୋଠି: ଜିଲ୍ଲା ଶିକ୍ଷାଧିକାରୀଙ୍କ ତଦନ୍ତ ଆରମ୍ଭ

Next Post

ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ

FNN WEB

FNN WEB

Next Post
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ

ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.