• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ଶହୀଦ ଦିବସରେ ଜାତିର ଜନକଙ୍କୁ ଶ୍ରଦ୍ଧାସୁମନ

FNN WEB by FNN WEB
January 30, 2026
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟସ୍ତରୀୟ ଶହୀଦ ଦିବସରେ ଜାତିର ଜନକଙ୍କୁ ଶ୍ରଦ୍ଧାସୁମନ
0
SHARES
5
VIEWS

ଭୁବନେଶ୍ୱର : ମହାତ୍ମା ଗାନ୍ଧୀଙ୍କ ନାମ କାନରେ ବାଜିଲେ, ମନ ଓ ହୃଦୟରେ ସତ୍ୟ ଓ ଅହିଂସା ଭାବ ସ୍ୱତଃ ଉଦ୍ରେକ ହୋଇଥାଏ । ଗାନ୍ଧିଜୀ ଥିଲେ ସତ୍ୟ ଓ ଅହିଂସାର ନିଷ୍ଠାପର ପୂଜାରୀ ଓ ସାଧକ, ଖୁବ୍‌ ଉଚ୍ଚମନା, ଦେଶପ୍ରେମୀ, ସେବକ ଓ ତ୍ୟାଗୀ । ସତ୍ୟ ପ୍ରତି ଆଗ୍ରହ ଓ ଅସତ୍ୟ ପ୍ରତି ଉପେକ୍ଷା-ଅସହଯୋଗ ତାଙ୍କର ପ୍ରଚଣ୍ଡ ଆତ୍ମଶକ୍ତିର ଅଭିବ୍ୟକ୍ତି । ଗାନ୍ଧିଜୀ ଏହି ମହାନ୍‌ ସମର ତୁରୀ ବଜାଇ ତତ୍କାଳୀନ ଶାସକ ଗୋଷ୍ଠୀର ମେରୁଦଣ୍ଡକୁ ଭାଙ୍ଗି ଦେଇଥିଲେ । ରାମ ନାମ ସ୍ମରଣ ଓ ସତ୍ୟ ଏବଂ ଅହିଂସାକୁ ଆନ୍ଦୋଳନର ପ୍ରଧାନ ଅସ୍ତ୍ର ରୂପେ ବ୍ୟବହାର କରି ସେ ଦେଇଥିଲେ ଭାରତକୁ ସ୍ୱାଧୀନତା ।

ବିଂଶ ଶତାବ୍ଦୀର ଶ୍ରେଷ୍ଠ ମାନବ ସତ୍ୟର ପୂଜାରୀ ତଥା ଅହିଂସାର ପ୍ରତୀକ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ମହାପ୍ରୟାଣ ଦିବସକୁ ଶହୀଦ ଦିବସ ଭାବେ ପାଳନ କରାଯାଇଛି । ବିଧାନସଭା ପରିସରରେ ଆଜି ପୂର୍ବାହ୍ନରେ ରାଜ୍ୟସ୍ତରୀୟ ଶହୀଦ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉପବାଚସ୍ପତି ଶ୍ରୀ ଭବାନୀଶଙ୍କର ଭୋଇ, ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ, ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ବିଧାୟକ ଶ୍ରୀ ବାବୁ ସିଂ, ଶ୍ରୀ ଭାସ୍କର ଚନ୍ଦ୍ର ମଢ଼େଇଙ୍କ ସମେତ ପୂର୍ବତନ ମନ୍ତ୍ରୀ, ବିଧାୟକ ପ୍ରମୁଖ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

ଓଡ଼ିଶା ପୋଲିସ ବ୍ୟାଣ୍ଡ ଦ୍ୱାରା ଜାତୀୟ ସଂଗୀତ ବାଦନ କରାଯାଇଥିଲା । ଶାଶ୍ୱତୀ ସାମାଜିକ ସାଂସ୍କୃତିକ କେନ୍ଦ୍ରର କଣ୍ଠଶିଳ୍ପୀଗଣ ଗାନ୍ଧିଜୀଙ୍କ ପି୍ରୟ ଆଶ୍ରମ ଭଜନ ‘ବୈଷ୍ଣବ ଜନ ତୋ’ ପରିବେଷଣ କରିଥିଲେ । ପୋଲିସବାହିନୀ ଦ୍ୱାରା ବୀର ଶହୀଦମାନଙ୍କୁ ସମ୍ମାନ ପ୍ରଦର୍ଶନ ଉଦ୍ଦେଶ୍ୟରେ ତୋପଧ୍ୱନି, ଦୁଇ ମିନିଟ୍‌ ନୀରବ ପ୍ରାର୍ଥନା କରାଯିବା ପରେ ସମାପ୍ତିର ସଙ୍କେତ ସ୍ୱରୂପ ଦ୍ୱିତୀୟବାର ତୋପଧ୍ୱନି କରାଯାଇଥିଲା । ଓଡ଼ିଶା ପୋଲିସ ବ୍ୟାଣ୍ଡ ଦ୍ୱାରା ରାମଧୂନ ପରିବେଷଣ ଓ ଜାତୀୟ ସଂଗୀତ ବାଦନ ପରେ କାର୍ଯ୍ୟକ୍ରମର ସମାପ୍ତି ହୋଇଥିଲା । ଏହି ଅବସରରେ ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ସୂଚନା ଓ ଲୋକସଂପର୍କ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ ଅର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଗୁର୍‌ବୀର ସିଂହ ଓ ଅନ୍ୟ ଅଧିକାରୀବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ । ଉପନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶନୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

Previous Post

ବିଶ୍ୱ ଦରବାରରେ ଓଡ଼ିଶାର ପଟ୍ଟଚିତ୍ର ପ୍ରଦର୍ଶିତ

Next Post

୧୭ରୁ ବିଧାନସଭା ଅଧିବେଶନ, ୨୦ରେ ରାଜ୍ୟ ବଜେଟ୍‌

FNN WEB

FNN WEB

Next Post
୧୩ରୁ ବିଧାନସଭାର ଅଧିବେଶନ, ୧୭ରେ ବଜେଟ୍‌

୧୭ରୁ ବିଧାନସଭା ଅଧିବେଶନ, ୨୦ରେ ରାଜ୍ୟ ବଜେଟ୍‌

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.