• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଗୋପାଳପୁର ବେଳାଭୂମି ମହୋତ୍ସବର ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
January 30, 2026
in ଓଡ଼ିଶା, ମୁଖ୍ୟ ଖବର
0
ଗୋପାଳପୁର ବେଳାଭୂମି ମହୋତ୍ସବର ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
0
SHARES
11
VIEWS

ଜିଲ୍ଲାବାସୀଙ୍କୁ ଭେଟି ଦେଲେ ୪୯୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପ

ଭୁବନେଶ୍ୱର: ଗୋପାଳପୁର ମହୋତ୍ସବ ହେଉଛି ଇତିହାସ, ପରମ୍ପରା, ସଂସ୍କୃତି ଓ ପ୍ରକୃତିର ଏକ ସୁନ୍ଦର ସମନ୍ୱୟ । ଏହି ମହୋତ୍ସବ ମାଧ୍ୟମରେ ଆମେ ଓଡ଼ିଶାର ଅନନ୍ୟତା, ଗଞ୍ଜାମର ଗରିମା ଓ ଆମ ସଂସ୍କୃତିର ଜୀବନ୍ତ ଐତିହ୍ୟକୁ ଉତ୍ସବରେ ପରିଣତ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଗୋପାଳପୁର ବେଳାଭୂମି ମହୋତ୍ସବ ୨୦୨୬ର ଉଦ୍‌ଯାପନୀ ଅବସରରେ କହିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଇଁ ୪୯୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୫୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୧୫ଟି ପ୍ରକଳ୍ପର ଉଦ୍‌ଘାଟନ ଏବଂ ୪୪୨ କୋଟି ଟଙ୍କା ମୂଲ୍ୟର ୬୪ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏସବୁ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି, ହଷ୍ଟେଲ ସୁବିଧା, ସଡକ ନିର୍ମାଣ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ରହିଛି । ଏହି ପ୍ରକଳ୍ପ ମଧ୍ୟରେ ୩୨ କୋଟି ଟଙ୍କା ବିନିଯୋଗରେ ଗୋପାଳପୁର ବେଳାଭୂମିର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମଧ୍ୟ ରହିଛି ।

ଏଥି ସହିତ ଓଡ଼ିଆ ସାହିତ୍ୟ ଓ ସଂସ୍କୃତି ପ୍ରତି କବିସମ୍ରାଟଙ୍କ ବହୁମୂଲ୍ୟ ଅବଦାନ ପ୍ରତି ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସମ୍ମାନଜନକ ‘ଉପେନ୍ଦ୍ର ଭଞ୍ଜ ଚେୟାର’ର ପୁନଃସ୍ଥାପନ କରିବା ପାଇଁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ବହୁ ପୂର୍ବରୁ ଏହି ଚେୟାର ପ୍ରତିଷ୍ଠିତ ହୋଇଥିଲେ ମଧ୍ୟ ଏହା ଦୀର୍ଘ ବର୍ଷ ଧରି ଅଚଳ ଥିଲା । ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀକୁ ଚଳିତ ବର୍ଷ ଠାରୁ ରାଜ୍ୟ ଉତ୍ସବ ଭାବେ ପାଳନ କରାଯିବା ପାଇଁ ଘୋଷଣା କରିଛନ୍ତି । ଆସନ୍ତା ମଇ ୧୬ ତାରିଖରୁ କବି ସମ୍ରାଟଙ୍କ ଜୟନ୍ତୀ ୭ ଦିନ ବ୍ୟାପୀ ଉତ୍ସବ ଆକାରରେ ପାଳନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ପ୍ରଥମେ ସମୁଦ୍ର ଆଳତୀ କରିଥିଲେ । ପରେ କାର୍ଯ୍ୟକ୍ରମରେ ଯୋଗଦେଇ ଉପସ୍ଥିତ ପର୍ଯ୍ୟଟକ ଓ ଗଞ୍ଜାମ ଜିଲ୍ଲାବାସୀଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ, ଓଡ଼ିଶାର କଳା, ସାହିତ୍ୟ, ସଂସ୍କୃତି, ଇତିହାସ ସବୁ କ୍ଷେତ୍ରରେ ଗଞ୍ଜାମ ଜିଲ୍ଲା ଅଗ୍ରଣୀ ଭୂମିକା ଗ୍ରହଣ କରିଆସିଛି । ଗଞ୍ଜାମ ଜିଲ୍ଲାର ପ୍ରତ୍ୟେକ କୋଣ ଅନୁକୋଣରେ ଭରି ରହିଛି କଳା, ସଂସ୍କୃତି ଓ ନୃତ୍ୟଗୀତର ସମ୍ଭାର । ଏଠାରେ ଆୟୋଜିତ ହୋଇଥିବା ଏହି ମହୋତ୍ସବ ହେଉଛି କଳା, ସଂସ୍କୃତି ଓ ପର୍ଯ୍ୟଟନର ସମନ୍ୱୟ । ସ୍ଥାନୀୟ ଲୋକଙ୍କ ପାଇଁ ଜୀବିକା, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ଯୁବବର୍ଗଙ୍କ ପାଇଁ ଅପାର ସୁଯୋଗର ଉତ୍ସବ । ଏହି ମହୋତ୍ସବ ଆମ କଳାକାର ଓ କାରିଗରମାନଙ୍କୁ ଏକ ମର୍ଯ୍ୟାଦାପୂର୍ଣ୍ଣ ମଞ୍ଚ ପ୍ରଦାନ କରିଆସିଛି ।

ଗଞ୍ଜାମ ଜିଲ୍ଲାବାସୀ ଜିଲ୍ଲାର ପ୍ରମୁଖ ବେଳାଭୂମି ଗୁଡ଼ିକୁ ବେଳାଭୂମି ମହୋତ୍ସବ ସଫେଇ ପଦଯାତ୍ରା ମାଧ୍ୟମରେ ସଫା କରି ରାଜ୍ୟକୁ ସ୍ୱଚ୍ଛ ବେଳାଭୂମି, ସୁନ୍ଦର ଓଡ଼ିଶା ବାର୍ତ୍ତା ପ୍ରଦାନ କରିଛନ୍ତି । ଏଥିପାଇଁ ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । ସେ ପୁଣି କହିଥିଲେ, ଜିଲ୍ଲାର ପଟିସୋନପୁର ବେଳାଭୂମି, ଲଗାତାର ତୃତୀୟ ଥର ପାଇଁ ବ୍ଲୁ ଫ୍ଲାଗ୍‌ ପ୍ରମାଣ ପତ୍ର ଅର୍ଜନ କରିଥିବା ଓଡ଼ିଶା ପାଇଁ ଗର୍ବର ବିଷୟ । ଗୋପାଳପୁର ଓ ନୋଳିଆ ନୂଆଗାଁ ବେଳାଭୂମିକୁ ମଧ୍ୟ ବ୍ଲୁ ଫ୍ଲାଗ୍‌ ପ୍ରମାଣ ପତ୍ର ପାଇଁ ଉଦ୍ୟମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ୧୬,୫୫୪ କୋଟି ଟଙ୍କା ବିନିଯୋଗରେ ଗୋପାଳପୁର ବନ୍ଦରର ସମ୍ପ୍ରସାରଣ ଓ ଉନ୍ନତିକରଣ କାର୍ଯ୍ୟ କରାଯିବ । ଏହାଦ୍ୱାରା ବନ୍ଦରର ପଣ୍ୟପରିବହନ କ୍ଷମତା ୫୦ ମିଲିଅନ ମେଟ୍ରିକ୍‌ ଟନ୍‌ ହେବ ଏବଂ ୫ ହଜାର ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତି ସୁନିଶ୍ଚିତ ହେବ । ଜିଲ୍ଲାର ବାହୁଦା ଠାରେ ୨୧, ୫୦୦ କୋଟି ଟଙ୍କା ବିନିଯୋଗରେ ଏକ ବୃହତ୍‌ ବନ୍ଦର ସ୍ଥାପନ କରିବା ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ଏହାଦ୍ୱାରା ଆମର ବନ୍ଦରଭିତ୍ତିକ ଅର୍ଥନୀତି ଆହୁରି ସୁଦୃଢ଼ ହେବ ବୋଲି ସେ କହିଥିଲେ ।

ଜିଲ୍ଲାରେ ବିଭିନ୍ନ ସରକାରୀ ଯୋଜନାରେ ହାସଲ ହୋଇଥିବା ସଫଳତା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ ସଂସ୍କୃତି ଓ ଐତିହ୍ୟକୁ ସାଥିରେ ନେଇ ସମୃଦ୍ଧ ଓଡ଼ିଶା ଗଠନରେ ଭାଗୀଦାରୀ ହେବାକୁ ଜିଲ୍ଲାବାସୀଙ୍କୁ ଆହ୍ୱାନ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହୋତ୍ସବର ସ୍ମରଣିକା ‘ଶାମୁକା’, ଗଞ୍ଜାମ ଉପରେ ଏକ କଫି ଟେବୁଲ ବୁକ୍ ଏବଂ ଗଞ୍ଜାମ-360 ଆପ୍‌ର ଲୋକାର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ଜିଲ୍ଲାର କଳା, ସଂସ୍କୃତି ଓ ଶିଳ୍ପକ୍ଷେତ୍ରର ବିକାଶ ପାଇଁ ଆଜିକୁ ମିଶାଇ ୮ ଥର ଜିଲ୍ଲାକୁ ଆସିଲେଣି। ଓଡ଼ିଶାର ବିକାଶ ସହିତ କଳା, ସଂସ୍କୃତିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ଉଦ୍ୟମ ଜାରି ରଖିଛନ୍ତି ।

ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା ନିମନ୍ତ୍ରଣ ରକ୍ଷା କରି କାର୍ଯ୍ୟକ୍ରମକୁ ଆସିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଖଲ୍ଲିକୋଟ ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ସେଠୀ, ଆସ୍କା ବିଧାୟକ ଶ୍ରୀ ସରୋଜ କୁମାର ପାଢୀ, ଛତ୍ରପୁର ବିଧାୟକ ଶ୍ରୀ କୃଷ୍ଣଚନ୍ଦ୍ର ନାୟକ, କବିସୂର୍ଯ୍ୟନଗର ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ନାୟକ ଏବଂ ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।ଜିଲ୍ଲାପାଳ ଶ୍ରୀ କୀର୍ତ୍ତି ଭାସନ ଭି ସ୍ୱାଗତ ଭାଷଣ ଦେଇଥିଲେ ଏବଂ ବ୍ରହ୍ମପୁର ମହାନଗର ନିଗମର ଆୟୁକ୍ତ ଶ୍ରୀ ପ୍ରଥମେଶ ଅରବିନ୍ଦ ରାଜଶୀରକେ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

୧୭ରୁ ବିଧାନସଭା ଅଧିବେଶନ, ୨୦ରେ ରାଜ୍ୟ ବଜେଟ୍‌

Next Post

ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ

FNN WEB

FNN WEB

Next Post
ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ

ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.