• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୩ ବାଇକ୍‌କୁ ପିଟିଲା ଟ୍ରକ୍‌: ୫ ମୃତ

FNN WEB by FNN WEB
January 31, 2026
in ଓଡ଼ିଶା, ମୁଖ୍ୟ ଖବର
0
୩ ବାଇକ୍‌କୁ ପିଟିଲା ଟ୍ରକ୍‌: ୫ ମୃତ
0
SHARES
14
VIEWS

ବ୍ରହ୍ମପୁର: ବ୍ରହ୍ମପୁରରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ହଳଦିଆପଦର ଓଭର ବ୍ରିଜ୍‌ ଉପରେ ଏକ ଟ୍ରକ୍ ୩ଟି ବାଇକ୍‌କୁ ଧକ୍କା ଦେବା ଫଳରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ମୃତକମାନେ ହେଉଛନ୍ତି ରାକେଶ ନାୟକ, ଜଗନ ନାହକ,ସୂର୍ଯ୍ୟ ନାରାୟଣ ପଣ୍ଡା, ଶିବରାମ ଜେନା ଓ ସତ୍ୟ ନାରାୟଣ ବେଜ। ରାକେଶ ଓ ଜଗନଙ୍କ ଘର ଫୁଲଟା ଗାଁରେ ହୋଇଥିବା ବେଳେ ସୂର୍ଯ୍ୟ ନାରାୟଣ ପଣ୍ଡା ବ୍ରହ୍ମପୁର ସହରର ଅଯୋଧ୍ୟା ନଗରର ବାସିନ୍ଦା ଥିଲେ। ଶିବରାମ ଜେନାଙ୍କ ଘର ଦକ୍ଷିଣପୁର ଗାଁରେ ହୋଇଥିବା ବେଳେ ସତ୍ୟ ନାରାୟଣ ବେଜଙ୍କ ଗାଁ ନାଁ ଅସ୍ପଷ୍ଟ ରହିଛି। ଓଭରବ୍ରିଜ୍ ଉପରେ ରଙ୍ଗ୍‌ ରୁଟ୍‌ରେ ଆସି ଟ୍ରକ୍‌ଟି ବାଇକ୍‌ଗୁଡ଼ିକ ଧକ୍କା ଦେଇଥିଲା। ଏମିତି ଧକ୍କା ଦେବା ପରେ କିଛି ବାଟ ପର୍ଯ୍ୟନ୍ତ ବାଇକଗୁଡ଼ିକୁ ଘୋଷାଡ଼ି ନେଇଥିଲା ଟ୍ରକ୍‌ଟି। ଗୋଟିଏ ବାଇକ ଟ୍ରକ୍‌ରେ ତଳେ ଫସି ଯାଇଥିଲା।

ଟ୍ରକ୍‌ ଧକ୍କା ଦେବା ପରେ ବାଇକ୍‌ରେ ଥିବା ଲୋକେ ରାସ୍ତାରେ ଏଣେତେଣେ ପଡ଼ିଥିଲେ। ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କୁ ବ୍ରହ୍ମପୁରର ଏମ୍‌କେସିଜି ମେଡିକାଲ କଲେଜ ଓ ହସପିଟାଲରେ ମୃତ ଘୋଷଣା କରାଯାଇଥିଲା। ୬ ଜଣ ଗୁରୁତର ଆହତ ହୋଇ ଏମ୍‌କେସିଜିରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଏହି ଦୁର୍ଘଟଣା ପରେ କିଛି ସମୟ ପାଇଁ ହଳଦିଆପଦର ଓଭର ବ୍ରିଜ୍ ଉପରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ମୃତଦେହଗୁଡ଼ିକ ଏଣେତେଣ ପଡ଼ି ରହିଥିଲା। ମୃତାହତମାନେ ସାଙ୍ଗରେ ନେଇ ଯାଉଥିବା ଜିନିଷପତ୍ର ମଧ୍ୟ ରାସ୍ତା ଉପରେ ପଡ଼ିଥିଲା। ପୁଲିସ ଓ ଅଗ୍ନିଶବ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲେ। ସେହିପରି ମୃତଦେହଗୁଡ଼ିକୁ ଜବତ କରିଥିଲା ପୁଲିସ।

ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଓ ୩ଟି ବାଇକ୍‌କୁ ପୁଲିସ ଜବତ କରିଛି। ଟ୍ରକ୍ ଡ୍ରାଇଭରଙ୍କୁ ପୁଲିସ ଗିରଫ କରିଛି। ତାଙ୍କୁ ପଚରାଉଚରା କଲା ପରେ ଜଣାପଡ଼ିବ ଯେ କେମିତି ଏହି ଦୁର୍ଘଟଣା ଘଟିଲା। ଗାଡ଼ି ଚଲାଇଲା ବେଳେ ସେ ନିଶାସକ୍ତ ଅବସ୍ଥାରେ ଥିଲେ ନା ନାହିଁ, ତାହା ଯାଞ୍ଚ କରାଯିବ ବୋଲି ଦକ୍ଷିଣାଞ୍ଚଳ ଆଇଜି ନୀତି ଶେଖର କହିଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି ଓ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏହା ସହିତ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ସେହିପରି ଏହି ଦୁର୍ଘଟଣାରେ ଆହତ ହୋଇଥିବା ସମସ୍ତ ଲୋକଙ୍କୁ ସର୍ବୋତ୍ତମ ଚିକିତ୍ସା ସେବା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Previous Post

ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

Next Post

ନୂଆ ସମବାୟ ନୀତି ଓ ଢେଙ୍କାନାଳରେ ମେଗା ଶିଳ୍ପ ପ୍ରକଳ୍ପ ସମେତ ୧୨ ପ୍ରସ୍ତାବକୁ ମଞ୍ଜୁରୀ

FNN WEB

FNN WEB

Next Post
ନୂଆ ସମବାୟ ନୀତି ଓ ଢେଙ୍କାନାଳରେ ମେଗା ଶିଳ୍ପ ପ୍ରକଳ୍ପ ସମେତ ୧୨ ପ୍ରସ୍ତାବକୁ ମଞ୍ଜୁରୀ

ନୂଆ ସମବାୟ ନୀତି ଓ ଢେଙ୍କାନାଳରେ ମେଗା ଶିଳ୍ପ ପ୍ରକଳ୍ପ ସମେତ ୧୨ ପ୍ରସ୍ତାବକୁ ମଞ୍ଜୁରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.