• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାୟଗଡ଼ା ଜିଲ୍ଲାରେ ୧୦୯ ପ୍ରକଳ୍ପର ଶୁଭାରମ୍ଭ

FNN WEB by FNN WEB
February 2, 2026
in ଓଡ଼ିଶା, ମୁଖ୍ୟ ଖବର
0
ରାୟଗଡ଼ା ଜିଲ୍ଲାରେ ୧୦୯ ପ୍ରକଳ୍ପର ଶୁଭାରମ୍ଭ
0
SHARES
5
VIEWS


ଶିଳ୍ପାନୁଷ୍ଠାନରେ ସ୍ଥାନୀୟ ଯୁବକଙ୍କ ପାଇଁ ନିଯୁକ୍ତି ସଂରକ୍ଷଣ ହେବ : ମୁଖ୍ୟମନ୍ତ୍ରୀ

ମା’ ମଝିଘରିଆଣୀ ମନ୍ଦିରର ଉନ୍ନତିକରଣ ପାଇଁ ୩୭ କୋଟି ଟଙ୍କା
ରାୟଗଡା ଜିଲ୍ଲାରେ ୯,୩୩୫ ଏସ୍ଏଚଜି ପାଇଁ ୧୪ କୋଟି ଟଙ୍କାର ରିଭଲ୍ଭିଙ୍ଗ ଫଣ୍ଡ
୧୬୪ଟି GPLFକୁ ୫୩.୧୪ କୋଟି ଟଙ୍କାର ପାଣ୍ଠି
୪୧୯୫ଟି ଏସ୍ଏଚଜିକୁ ୩୭.୫୫ କୋଟି ଟଙ୍କାର ୠଣ ପ୍ରଦାନ

ଭୁବନେଶ୍ବର : ରାୟଗଡା ଜିଲ୍ଲା ଆଜି ସାରା ରାଜ୍ୟ ପାଇଁ ମହିଳା ସଶକ୍ତିକରଣ କ୍ଷେତ୍ରରେ ଉଦାହରଣ ପାଲଟିଛି। ଏହି ଜିଲ୍ଲାରେ ୧୨,୭୮୩ଟି ଏସ୍ଏଚଜି ଜରିଆରେ ୧.୫୨ ଲକ୍ଷରୁ ଅଧିକ ମା’ ଓ ଭଉଣୀମାନେ ସଂଗଠିତ ହୋଇ ନିଜପାଇଁ ସୁନ୍ଦର ଭବିଷ୍ୟତ ଗଢୁଛନ୍ତି। ପୂର୍ବରୁ ଯେଉଁଠି ସୁଯୋଗର ଅଭାବ ଥିଲା, ମହିଳା ମାନଙ୍କ ସକ୍ରିୟ ଯୋଗଦାନ ଫଳରେ ଆଜି ସେଠି ସମ୍ଭାବନାର ନୂଆ ଦ୍ବାର ଖୋଲିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାୟଗଡା ଠାରେ ସୁଭଦ୍ରା ଶକ୍ତି ମେଳା ଉଦଘାଟନ ଅବସରରେ କହିଛନ୍ତି।

ଏହି ଅବସରରେ ୬୦୦ କୋଟିରୁ ଉର୍ଦ୍ଧ୍ବଟଙ୍କା ମୂଲ୍ୟର ୧୦୯ଟି ଉନ୍ନୟନ ମୂଳକ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଛନ୍ତି। ଏଥିରେ ୨୩୮ କୋଟି ଟଙ୍କାର ୨୨ଟି ପ୍ରକଳ୍ପର ଉଦଘାଟନ ଏବଂ ୩୬୬ କୋଟିରୁ ଉର୍ଦ୍ଧ୍ବଟଙ୍କାର ୮୭ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର କରାଯାଇଛି। ଏସବୁ ପ୍ରକଳ୍ପ ମଧ୍ୟରେ ସଡକ, ସେତୁ, ସ୍ବାସ୍ଥ୍ୟସେବା, ବିଦ୍ୟାଳୟ, ମହିଳା ସଶକ୍ତିକରଣ ଭଳି ଅନେକ ଭିତ୍ତିଭୂମି ଉନ୍ନୟନ ମୂଳକ ପ୍ରକଳ୍ପ ରହିଛି। ଏଥିସହିତ ୩୭ କୋଟି ଟଙ୍କା ବିନିଯୋଗରେ ମା’ ମଝିଘରିଆଣୀ ମନ୍ଦିରର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟପାଇଁ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଛନ୍ତି। ଜିଲ୍ଲାର ସମସ୍ତ ବ୍ଲକରେ ଖୁବ୍ ଶୀଘ୍ର ଇନ୍‌ଡୋର୍ ଷ୍ଟାଡିୟମ୍ କାମ ଆରମ୍ଭ ହେବ। ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ବ୍ୟବସ୍ଥାର ସୁଦୃଢୀକରଣ ହେବ ଏବଂ ରାୟଗଡାରେ ମେଡିକାଲ କଲେଜ୍ ସ୍ଥାପନ ପାଇଁ ପ୍ରସ୍ତାବ ସରକାରଙ୍କ ବିଚାରାଧୀନ ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାୟଗଡା ଜିଲ୍ଲାରେ ୨୦୨୫-୨୬ ଆର୍ଥିକ ବର୍ଷରେ ୪୨୧୭ଟି ଏସ୍ଏଚ୍ଜିକୁ ପାଖାପାଖି ୨୦୦ କୋଟି ଟଙ୍କାର ୠଣ ପ୍ରଦାନ କରାଯାଇଛି। ଜିଲ୍ଲାରେ ୯,୩୩୫ ଏସ୍ଏଚଜି ପାଇଁ ୧୪ କୋଟି ଟଙ୍କାର ରିଭଲ୍ଭିଙ୍ଗ ଫଣ୍ଡ ଯୋଗାଇ ଦିଆଯାଇଛି। ୧୬୪ଟି ଜିପିଏଲ୍ଏଫ୍କୁ ୫୩.୧୪ କୋଟି ଟଙ୍କାର କମ୍ୟୁନିଟି ଇନ୍ଭେଷ୍ଟମେଣ୍ଟ ଫଣ୍ଡ (ସିଆଇଏଫ) ପ୍ରଦାନ ଏବଂ ୪୧୯୫ଟି ଏସ୍ଏଚଜିକୁ ଜୀବନ ଜୀବିକା କାର୍ଯ୍ୟକ୍ରମକୁ ଆଗକୁ ନେବା ପାଇଁ ୩୭.୫୫ କୋଟି ଟଙ୍କାର ୠଣ ପ୍ରଦାନ କରାଯାଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାୟଗଡା ଜିଲ୍ଲା ଆଦିବାସୀ ସଂସ୍କୃତି ଓ ସମୃଦ୍ଧ ଐତିହ୍ୟର ଏକ ଅନନ୍ୟ ପ୍ରାଣକେନ୍ଦ୍ର। ଏହି ଜିଲ୍ଲା ତାର ଅନନ୍ୟ ପରମ୍ପରା, ଐତିହ୍ୟ, ପ୍ରାକୃତିକ ସମ୍ପଦ ଓ ସୌନ୍ଦର୍ଯ୍ୟ ପାଇଁ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ଆମ ରାଜ୍ୟର ଏକ ଚତୁର୍ଥାଂଶ ହେଉଛନ୍ତି ଜନଜାତି। ଜନଜାତି ଭାଇ, ଭଉଣୀଙ୍କୁ ବିକାଶର ମୁଖ୍ୟଧାରାରେ ସାମିଲ କରିବା ପାଇଁ ଚଳିତ ବର୍ଷ ବଜେଟ୍ରେ ୬୮,୮୮୧ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ଶିକ୍ଷା, ସ୍ବାସ୍ଥ୍ୟ, ଜୀବନ ଜୀବିକା, ସୁରକ୍ଷା ଓ ଜଙ୍ଗଲ ଅଧିକାର ପାଇଁ ଏହି ଟଙ୍କା ଖର୍ଚ୍ଚ କରାଯାଉଛି।

ଶିଳ୍ପାନୁଷ୍ଠାନ ରାୟଗଡା ଜିଲ୍ଲାରେ ପ୍ରତିଷ୍ଠା ପାଇବାକୁ ଯାଉଛି। ଏସବୁ ଶିଳ୍ପାନୁଷ୍ଠାନ ମାଧ୍ୟମରେ ରାୟଗଡା ଜିଲ୍ଲାରେ ପର୍ଯ୍ୟାପ୍ତ ନିଯୁକ୍ତି ସୁଯୋଗ ସୃଷ୍ଟିହେବ। ଏହି ସମସ୍ତ ଶିଳ୍ପାନୁଷ୍ଠାନରେ ସ୍ଥାନୀୟ ଯୁବଗୋଷ୍ଠୀଙ୍କ ପାଇଁ ୮୦ ପ୍ରତିଶତ ନିଯୁକ୍ତି ସଂରକ୍ଷଣ ରଖିବା ପାଇଁ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ ଦେଇଥିଲେ। ରାୟଗଡା ବିଧାୟକ କାଡ୍ରାକା ଆପାଲା ସ୍ବାମୀ, ବିଷମ-କଟକ ବିଧାୟକ ନୀଳମାଧବ ହିକ୍କା, ଗୁଣୁପୁର ବିଧାୟକ ସତ୍ୟଜିତ୍ ଗମାଙ୍ଗ ଉପସ୍ଥିତ ଥିଲେ। ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣୀ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ ଏବଂ ମୁଖ୍ୟ ଉନ୍ନୟନ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ ଧନ୍ୟବାଦ୍ ଦେଇଥିଲେ।

Previous Post

ପ୍ରଧାନମନ୍ତ୍ରୀ ଏବଂ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

Next Post

ଓଡିଶାରେ ପହଞ୍ଚିଲେ ମହାମହିମ

FNN WEB

FNN WEB

Next Post
ଓଡିଶାରେ ପହଞ୍ଚିଲେ ମହାମହିମ

ଓଡିଶାରେ ପହଞ୍ଚିଲେ ମହାମହିମ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.