• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲିଙ୍ଗରାଜ ମହାପ୍ରଭୁଙ୍କ ରୀତିନୀତି ନେଇ ଆଲୋଚନା

FNN WEB by FNN WEB
February 4, 2026
in ଓଡ଼ିଶା, ମୁଖ୍ୟ ଖବର
0
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲିଙ୍ଗରାଜ ମହାପ୍ରଭୁଙ୍କ ରୀତିନୀତି ନେଇ ଆଲୋଚନା
0
SHARES
2
VIEWS

  • ଜାଗର ସମୟରେ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ୱ
  • ଅଯଥା ଭିଡ଼ ରୋକିବାକୁ ପ୍ରସ୍ତୁତ ହେବ ସ୍ୱତନ୍ତ୍ର ରୋଡ୍‌ ମ୍ୟାପ୍‌
  • ଦକ୍ଷ ଅଧିକାରୀଙ୍କୁ ଦିଆଯିବ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲିଙ୍ଗରାଜ ମହାପ୍ରଭୁଙ୍କ ଶୃଙ୍ଖଳିତ ରୀତିନୀତି ଓ ପୂଜାବିଧି ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଲିଙ୍ଗରାଜ ମନ୍ଦିରର ଶୃଙ୍ଖଳିତ ରୀତିନୀତି ଏବଂ ପୂଜାବିଧି ସୁଚାରୁ ରୂପେ ସମ୍ପାଦନ କରିବା ନେଇ ଆଲୋଚନା ହୋଇଥିଲା । ଏଥି ସହିତ ଚଳିତ ଜାଗର ଉତ୍ସବକୁ ଶୃଙ୍ଖଳିତ କରିବା ଉପରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ଗୁରୁତ୍ୱାରୋପ କରିଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ କହିଲେ ଯେ ଲିଙ୍ଗରାଜ ମହାପ୍ରଭୁ ସାରା ଓଡ଼ିଶାର ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଆରାଧ୍ୟ ଦେବତା । ତେଣୁ ରୀତିନୀତିରେ କୌଣସି ପ୍ରକାର ଅବହେଳା ଗ୍ରହଣୀୟ ନୁହେଁ । ଚଳିତ ଫେବୃଆରୀ ୧୫ ତାରିଖରେ ଜାଗର ଉତ୍ସବ ଅନୁଷ୍ଠିତ ହେଉଛି । ଏହି ଉତ୍ସବରେ ଅନେକ ଭିଡ଼ ହେବାର ସମ୍ଭାବନା ରହିଛି । ଜାଗର ଦିନ ଲିଙ୍ଗରାଜଙ୍କ ଦର୍ଶନ ନେଇ ସବୁ ଭକ୍ତଙ୍କ ମନରେ ଆଗ୍ରହ ରହୁଥିବାରୁ ଭିଡ଼କୁ ଆୟତ୍ତ କରିବା ଏବଂ ସମସ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନର ବ୍ୟବସ୍ଥା କରିବା ଏକ ବଡ ଆହ୍ୱାନ । ଏହି ଆହ୍ୱାନର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ, ପୋଲିସ ପ୍ରଶାସନ, ଅଗ୍ନିଶମ ବାହିନୀ, ଲିଙ୍ଗରାଜ ମନ୍ଦିରର ସେବକ ଓ ନିଯୋଗସମୂହ ଏବଂ ଜନସାଧାରଣଙ୍କ ମିଳିତ ସହଯୋଗର ଆବଶ୍ୟକତା ରହିଛି । ଏଥିରେ ସାମାନ୍ୟତମ ବ୍ୟତିକ୍ରମ ଅଘଟଣକୁ ଆମନ୍ତ୍ରଣ କରିପାରେ। ତେଣୁ ଚଳିତ ଜାଗରକୁ ସୁଚାରୁ ରୂପେ ପରିଚାଳନା କରିବା ଏବଂ ସବୁ ଭକ୍ତଙ୍କ ଭାବାବେଗକୁ ସମ୍ମାନ ଦେଇ ଶୃଙ୍ଖଳିତ ଦର୍ଶନ ନିମନ୍ତେ ଏକ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ କରିବା ପାଇଁ ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ ।

ଏହି ବୈଠକରେ ସେବାୟତ ଓ ନିଯୋଗସମୂହ ସହ ସମନ୍ୱୟ ରଖି ସଠିକ୍‌ ସମୟରେ ନୀତିକାନ୍ତି ସମାପନ, ପୂଜାବିଧି ପାଳନ, ଭକ୍ତ ଓ ଶ୍ରଦ୍ଧାଳୁଙ୍କର ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଆଦି ସୁନିଶ୍ଚିତ କରିବା ସହ ମନ୍ଦିର ଭିତରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ପର୍ଯ୍ୟାପ୍ତ ବାୟୁ ଚଳାଚଳ, ଅକ୍ସିଜେନ୍‌ର ବ୍ୟବସ୍ଥା ଅଗ୍ନି ନିରାପତ୍ତା ବ୍ୟବସ୍ଥା ଗ୍ରହଣ କରିବା ନେଇ ଆଲୋଚନା ହୋଇଥିଲା । ଏଥି ସହିତ ସମୟ ଅନୁସାରେ ରୀତିନୀତିର ତଥ୍ୟ ବିଭିନ୍ନ ଟିଭି, ରେଡ଼ିଓ, ମୁଦ୍ରଣ ଗଣମାଧ୍ୟମ ଓ ଡାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରସାରଣ ପାଇଁ ବୈଠକରେ ଆଲୋଚନା ହୋଇଥିଲା । ଜାଗର ଉତ୍ସବକୁ ସୁଚାରୁ ରୂପେ ସମ୍ପାଦନ କରିବା ପାଇଁ ପୂର୍ବ ଅଭିଜ୍ଞତା ଥିବା ବରିଷ୍ଠ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯିବା ବିଷୟ ଆଲୋଚନରେ ସ୍ଥାନ ପାଇଥିଲା । ବୈଠକରେ ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ, ପୁଲିସ କମିଶନର ଏସ୍‌ ଦେବଦତ୍ତ ସିଂହ, ଦେବୋତ୍ତର କମିଶନର ଶ୍ରୀ ଲଲାଟେନ୍ଦୁ ଜେନା, ଅତିରିକ୍ତ ପୁଲିସ କମିଶନର ନରସିଂହ ଭୋଳ, ଆଇନ ବିଭାଗ ଅତିରିକ୍ତ ଶାସନ ସଚିବ ଶ୍ରୀ ଶିବ ପ୍ରସାଦ ମହାପାତ୍ର ଏବଂ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ଅନ୍ତର୍ଜାତୀୟ ସାଂସ୍କୃତିକ ମହୋତ୍ସବରେ ଯୋଗଦେବା ପାଇଁ ରୋମାନିଆ ଯିବେ କିସ୍‍ର ୧୦ ଛାତ୍ରୀଛାତ୍ରୀ

Next Post

ଉପ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପର୍ଯ୍ୟଟନ କାରାଭାନ ଲୋକାର୍ପିତ

FNN WEB

FNN WEB

Next Post
ଉପ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପର୍ଯ୍ୟଟନ କାରାଭାନ ଲୋକାର୍ପିତ

ଉପ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପର୍ଯ୍ୟଟନ କାରାଭାନ ଲୋକାର୍ପିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.