• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପିଲାମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ଦେଖିଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
February 6, 2026
in ଓଡ଼ିଶା, ମୁଖ୍ୟ ଖବର
0
ପିଲାମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ଦେଖିଲେ ମୁଖ୍ୟମନ୍ତ୍ରୀ
0
SHARES
6
VIEWS

ପ୍ରେସର ନୁହେଁ, ପେସେନ୍ସ ରଖି ପାଠପଢନ୍ତୁ

ପାଠ ପଢିବା ପାଇଁ ଆରାମ ଦାୟକ ପରିବେଶ ନୁହେଁ, ବରଂ ସବୁ ପରିବେଶକୁ ଆରାମଦାୟକ ବନେଇ ପାଠ ପଢନ୍ତୁ

ପରୀକ୍ଷାର ଫଳାଫଳରେ ଜୀବନର ସଫଳତା ନଥାଏ,
ଜ୍ଞାନ ଆହରଣ କରିବାର ମାର୍ଗ ହିଁ ସଠିକ୍ ମାର୍ଗ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପ୍ରତି ବର୍ଷ ଫେବୃଆରୀ, ମାର୍ଚ୍ଚ ମାସ ଆସିଲେ, ଆସିଯାଏ ସ୍କୁଲ୍ କଲେଜ୍‌ରେ ପରୀକ୍ଷାର ସମୟ। ଛାତ୍ରଛାତ୍ରୀଙ୍କର ମନୋବଳ ଦୃଢ କରିବା ପାଇଁ କେବଳ ପିତାମାତା, ଶିକ୍ଷକ ଶିକ୍ଷୟିତ୍ରୀ ନୁହନ୍ତି, ଦେଶର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆରମ୍ଭ କରିଛନ୍ତି ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ। ଆଜି ଏହି ପରିପ୍ରେକ୍ଷୀରେ ପରୀକ୍ଷା ପେ ଚର୍ଚ୍ଚାର ନବମ ସଂସ୍କରଣ ୨୦୨୬ ଶିକ୍ଷା ବର୍ଷର ପରୀକ୍ଷାର୍ଥୀ ମାନଙ୍କ ସହ ଭୁବନେଶ୍ବର ୟୁନିଟ୍ ୧ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଦେଖିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ମାନଙ୍କ ସହ କଥାବାର୍ତ୍ତା ହୋଇ ପରୀକ୍ଷା ସମୟର ପ୍ରସ୍ତୁତି ଏବଂ ପାଠପଢା ସମୟର ପ୍ରସ୍ତୁତି ବିଷୟରେ ପରାମର୍ଶ ଦେଇଥିଲେ।

ପ୍ରେସରରେ ନୁହେଁ, ପେସେନ୍ସ ରଖି ପାଠ ପଢିଲେ ପରୀକ୍ଷାର ପ୍ରସ୍ତୁତି ଉଚ୍ଚୋକୋଟୀର ହେବ। ପରୀକ୍ଷା ସମୟରେ ଏହି ଦୁଇଟି ଜିନିଷ ପ୍ରତ୍ୟେକ ପିଲାଙ୍କ ପାଇଁ ଲାଭଦାୟକ ହେବ। ନିଜର ଆତ୍ମ ବିଶ୍ବାସ ହିଁ ସଫଳତାର ପ୍ରମୁଖ ଚାବିକାଠି। ଆଉ ଆତ୍ମ ବିଶ୍ବାସ ଆସିଥାଏ ସତ କହିବା ଦ୍ବାରା। ଏହା କହି ମୁଖ୍ୟମନ୍ତ୍ରୀ ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଆତ୍ମବିଶ୍ବାସର ତତ୍ତ୍ବ ବୁଝାଇଥିଲେ । ସେ କହିଥିଲେ ଯେ, ପାଠ ପଢିବା ପାଇଁ ଆରାମ ଦାୟକ ପରିବେଶର ଆବଶ୍ୟକତା ନାହିଁ, ଯଦି ପାଠ ପଢିବା ପାଇଁ ପ୍ରକୃତ ଇଛାଶକ୍ତି ଓ ମନୋବୃତ୍ତି ଥିବ, ତେବେ ସବୁ ପରିବେଶ ଆରାମ ଦାୟକ। ମୁଖ୍ୟମନ୍ତ୍ରୀ ପିଲାଙ୍କ ସହ କଥା ହେଉ ହେଉ ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କର ସଂଘର୍ଷ, ସଫଳତା ଏବଂ ଲାଇଫ୍ ସ୍କିଲ୍ ବିଷୟରେ ପିଲାଙ୍କୁ ବୁଝାଇ କହିଥିଲେ ଯେ, ଜୀବନ ଜିଇଁବା ପାଇଁ ସବୁବେଳେ ଭବିଷ୍ୟତ କଥା ଚିନ୍ତାକରି ଆଗକୁ ବଢିବା ଉଚିତ୍। ତାହେଲେ ଯାଇ ଆପଣଙ୍କୁ ଆପଣଙ୍କ ୱିନିଙ୍ଗ୍ ଗୋଲ୍ ସ୍ପଷ୍ଟ ଦେଖାଯିବ।

ଏହି ଅବସରରେ ଅଭିଭାବକ ମାନଙ୍କୁ ଉପଦେଶ ଦେଇ ସେ କହିଥିଲେ ଯେ ପିଲାମାନଙ୍କୁ କ୍ଷମତା, ଯୋଗ୍ୟତା ଓ ରୁଚି ଅନୁଯାୟୀ ପ୍ରେରଣା ଦିଅନ୍ତୁ। ପିଲାଙ୍କର ଚାରିତ୍ରିକ ବିକାଶ, ଶୃଙ୍ଖଳା ଜ୍ଞାନ ଏ ସବୁ ନିଜ ଘରେ, ନିଜ ପାରିବାରିକ ପରିବେଶରେ ହିଁ ବୃଦ୍ଧି ହୁଏ। ଏଣୁ, ପିଲାଦିନରୁ ହିଁ ସେମାନଙ୍କୁ ନୈତିକ ଶିକ୍ଷା ପ୍ରଦାନ କରନ୍ତୁ, ଦେଖିବେ, ପ୍ରତ୍ୟେକ ଶିଶୁ ଜଣେ ଉଦୀୟମାନ ଛାତ୍ର ଭାବେ ଉଭା ହେବ।

ପରୀକ୍ଷାର ଫଳାଫଳରେ ଜୀବନର ସଫଳତାକୁ ନ ମାପି, ଜ୍ଞାନ ଆହରଣ କରିବାର ମାର୍ଗକୁ ବାଛିବା ଆବଶ୍ୟକ । ଜ୍ଞାନ ହିଁ ତୁମକୁ ଶିଖାଇବ, ଆଗକୁ ବଢିବାର ଜୀବନ କୌଶଳ ପ୍ରଦାନ କରିବ । ଅଧିକ ନମ୍ବର ରଖିଥିବା ବ୍ୟକ୍ତି ହେଉଛି ସଫଳତମ ବ୍ୟକ୍ତି, ଏ ଭଳି ଭୁଲ ଧାରଣାକୁ ଆପଣେଇବ ନାହିଁ । ତେଣୁ, ପରୀକ୍ଷା ପାଇଁ ବିଚଳିତ ନହୋଇ ଏହାକୁ ଆମେ ହସ ହସ ମୁହଁରେ ସାମନା କରିବା ଓ ଆଗକୁ ବଢିବା । ବାର୍ଷିକ ପରୀକ୍ଷା ପାଖେଇ ଆସିଲାଣି । ମୋର ଦୃଢ଼ ବିଶ୍ୱାସ ତୁମମାନଙ୍କୁ ନିଜ ନିଜ ପରିଶ୍ରମର ମୂଲ୍ୟ ନିଶ୍ଚିତ ଭାବରେ ମିଳିବ ।ମୋର ଆଶୀର୍ବାଦ ସଦାସର୍ବଦା ତୁମ ସାଥିରେ ଅଛି ଓ ରହିବ । ମୁଁ ସବୁ ଛାତ୍ରଛାତ୍ରୀମାନଙ୍କ ପରୀକ୍ଷାରେ ସଫଳତା କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଓସେପା ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ଅନନ୍ୟା ଦାସ, ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ଉପସ୍ଥିତ ଥିଲେ।

Previous Post

ଫିନଟେକ୍‌ରେ GFTN ସହ ଭାଗିଦାରୀକୁ ନୂଆ ସ୍ତରକୁ ନେବାକୁ ଯୋଜନା, ମହିଳା SHGଙ୍କୁ ରପ୍ତାନିରେ ସହଯୋଗ କରିବ Accion

Next Post

ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

FNN WEB

FNN WEB

Next Post
ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.