• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆମ ହସ୍ତତନ୍ତ ସ୍ଵଦେଶୀ, ସଂସ୍କୃତି ଓ ସମୃଦ୍ଧିର ପ୍ରତୀକ: ମନ୍ତ୍ରୀ

FNN WEB by FNN WEB
February 7, 2026
in ଓଡ଼ିଶା, ମୁଖ୍ୟ ଖବର
0
ଆମ ହସ୍ତତନ୍ତ ସ୍ଵଦେଶୀ, ସଂସ୍କୃତି ଓ ସମୃଦ୍ଧିର ପ୍ରତୀକ: ମନ୍ତ୍ରୀ
0
SHARES
4
VIEWS

ଭୁବନେଶ୍ବର: ସ୍ଥାନୀୟ ୟୁନିଟ୍‌-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା ଆରମ୍ଭ ହୋଇଛି। ଏହି ମେଳାକୁ ଆନୁଷ୍ଠାନିକ ଭାବେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ ଉଦ୍‌ଘାଟନ କରି କହିଛନ୍ତି, ‘ହସ୍ତତନ୍ତ ଆମ ଗୌରବମୟ ଐତିହ୍ୟର ନିଦର୍ଶନ। ଏହା ସ୍ଵଦେଶୀ, ସଂସ୍କୃତି ଓ ସମୃଦ୍ଧିର ପ୍ରତୀକ। ଏହାର ସଂରକ୍ଷଣ ଓ ପ୍ରଚାର ପ୍ରସାର ସହ ବୁଣାକାର ବନ୍ଧୁମାନଙ୍କୁ ଆର୍ଥିକଭାବେ ସଶକ୍ତ କରିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ।’

ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିସନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର ନିଜ ପ୍ରତିକ୍ରିୟାରେ କହିଛନ୍ତି, ’ରାଜ୍ୟ ତଥା ଦେଶର ସମସ୍ତ ବୟନ କଳାକୁ ପ୍ରଦର୍ଶିତ କରିବା ସହ ବିକ୍ରୟ ପାଇଁ ଏହି ପ୍ରଦର୍ଶନୀ ଏକ ପ୍ରକୃଷ୍ଟ ମଂଚ। ଉତ୍କୃଷ୍ଟ ବୟନ କଳାକୁ ଅଧିକ ଲୋକାଭିମୁଖୀ କରିବା ପାଇଁ ପ୍ରଦର୍ଶନୀ ମାଧ୍ୟମରେ ବିପଣନ ସହ ଯୁବପିଢିଙ୍କୁ ଆକୃଷ୍ଟ କରିବା ଭଳି ନୂଆ ଡିଜାଇନ୍ ଓ ଡିଜିଟାଲ୍ ମାର୍କେଟିଂକୁ ମଧ୍ୟ ଆମେ ଉତ୍ସାହିତ କରୁଛୁ। ସୂଚନାଯୋଗ୍ୟ, ଗୋଟିଏ ସ୍ଥାନରେ ବୟନକଳାକୁ ପ୍ରଦର୍ଶିତ କରିବା ସହ ବୁଣାକାରମାନଙ୍କ ଆର୍ଥିକ ଉନ୍ନତି ନିମନ୍ତେ ବାଣିଜ୍ୟିକ ଆଭିମୁଖ୍ୟକୁ ତ୍ୱରାନ୍ୱିତ କରିବା ହେଉଛି ଏହି ଆୟୋଜନର ମୂଳଲକ୍ଷ୍ୟ। ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଏହାର ପ୍ରାୟୋଜକ ଥିବା ବେଳେ ଓଡ଼ିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିମିଟେଡ୍ (ବୟନିକା) ହେଉଛି ଏହାର ଆୟୋଜକ।

ଏହି ମେଳା ୨୨ ଫେବ୍ରୁଆରି ପର୍ଯ୍ୟନ୍ତ ଚାଲୁ ରହିବ। ପ୍ରତ୍ୟେକ ଦିନ ଦିବା ୧୧ ଘଟିକାରୁ ରାତି ୯.୩୦ ମିନିଟ୍ ମଧ୍ୟରେ ଲୋକମାନେ ବିଶେଷ ରିହାତି ଦରରେ ମନପସନ୍ଦର ହାତତିଆରି ବସ୍ତ୍ର କିଣିପାରିବେ। ଚଳିତଥର ମୋଟ୍ ୮୦ଟି ଷ୍ଟଲ୍ ଖୋଲାଯାଇଛି। ବୁଣାକାରଙ୍କ ହିତକୁ ପ୍ରାଥମିକତା ଦେବାକୁ ଯାଇ ପ୍ରଥମଥର ପାଇଁ ସମସ୍ତ ଷ୍ଟଲ୍ ବିନା ମୂଲ୍ୟରେ ବଣ୍ଟନ କରାଯାଇଛି। ଓଡ଼ିଶାର ୫୦ଟି ପ୍ରାଥମିକ ବୁଣାକାର ସମବାୟ ସମିତି, ଗୋପାଳପୁର ଟାଟା ଅନ୍ତରନ ସମେତ ବୟନିକା, ଉତ୍କଳିକା, ସମ୍ବଲପୁରୀ ବସ୍ତ୍ରାଳୟ ଏବଂ ରେଶମ ଓଡ଼ିଶା ଏଥିରେ ଅଂଶଗ୍ରହଣ କରୁଛନ୍ତି। ଏହା ବ୍ୟତୀତ ରାଜ୍ୟ ବାହାରୁ ୨୦ ଜଣ ଅଂଶଗ୍ରହଣକାରୀ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଛନ୍ତି। ଉତ୍ତରପ୍ରଦେଶ, ଜମ୍ମୁ-କଶ୍ମୀର, ରାଜସ୍ଥାନ, ମଧ୍ୟପ୍ରଦେଶ, ପଶ୍ଚିମବଙ୍ଗ, କର୍ଣ୍ଣାଟକ, ହରିୟାଣା, ତାମିଲନାଡ଼ୁ, ତେଲେଙ୍ଗାନା, ଦିଲ୍ଲୀ, ବିହାର, ଉତ୍ତରାଖଣ୍ଡ, ପଞ୍ଜାବ, ଗୁଜରାଟର ବୁଣାକାର ଏଥିରେ ଅଂଶଗ୍ରହଣ କରିଛନ୍ତି। ଏହି ପ୍ରଦର୍ଶନୀର ମୁଖ୍ୟ ଆକର୍ଷଣ ଥିମ୍ ପାଭିଲିୟନ, ଯାହା ଧଉଳି ଶାନ୍ତିସ୍ତୁପ ଥିମ୍ ଉପରେ ନିର୍ମାଣ କରାଯାଇଛି ।

ଏହି ପ୍ରଦର୍ଶନୀରେ ଓଡ଼ିଶାର ବିଭିନ୍ନ ଅଂଚଳର ଲୋକାଦୃତ ବୟନବସ୍ତ୍ର ଯଥା: ସମ୍ବଲପୁରୀ ଇକ୍କତ, ସୋନପୁରୀ, ବମକାଇ, ଖଣ୍ଡୁଆପାଟ, ମାଣିଆବନ୍ଧି, କୋଟପାଡ୍ ଆଦି ଉପଲବ୍ଧ ହେବ। ଏହି ପ୍ରଦର୍ଶନୀରେ ଓଡ଼ିଶାର ବାନ୍ଧବସ୍ତ୍ର ସହ ପଶ୍ଚିମବଙ୍ଗର ଜାମଦାନି ଓ ଟାଙ୍ଗାଇଲ୍‌, ଜାମ୍ମୁ କାଶ୍ମୀରର ପଶ୍ମିନା-ସାଲ୍‌, ତାମିଲନାଡ଼ୁର କାଞ୍ଜିବରମ୍ ପାଟଶାଢ଼ୀ, ଦିଲ୍ଲୀ, ହରିୟାନାର ଫର୍ନିସିଙ୍ଗ୍‌ବସ୍ତ୍ର, କର୍ଣ୍ଣାଟକର ସିଲ୍କ ଶାଢ଼ୀ ଆଦି ବସ୍ତ୍ର ଗ୍ରାହକଙ୍କ ପାଇଁ ଉପଲବ୍ଧ ହେବ। ଚଳିତବର୍ଷ ୧୦ କୋଟି ଟଙ୍କାର ବ୍ୟବସାୟ ହେବ ବୋଲି ବିଭାଗ ପକ୍ଷରୁ ଆଶା ରହିଛି। ଏହି ମେଳାରେ ବହୁ ସଂଖ୍ୟାରେ ଗ୍ରାହକମାନେ ଆସି ହସ୍ତତନ୍ତ ବସ୍ତ୍ର କ୍ରୟ କରିବା ସହ ବୁଣାକାରଙ୍କୁ ଉତ୍ସାହିତ କରିବା ପାଇଁ ବୟନିକା ପକ୍ଷରୁ ନିବେଦନ କରାଯାଇଛି।ଉଦଘାଟନୀ ସଂଧ୍ୟାରେ ବୟନିକାର ପରିଚାଳନା ନିର୍ଦ୍ଦେଶକ ନିବେଦିତା ପୃଷ୍ଟି, ବୟନିକା ସଭାପତି ପ୍ରକାଶ ଚନ୍ଦ୍ର ମେହେର ଏବଂ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ବାଲ୍ୟ ବିବାହ ନିରୋଧକୁ ନେଇ ଜନସଚେତନତା କାର୍ଯ୍ୟକ୍ରମ

Next Post

ମହାନଦୀକୁ ବଞ୍ଚାଇବା ପାଇଁ ବିଜେପି ସରକାରଙ୍କ ଇଏ କ’ଣ ଆନ୍ତରିକତା: ନବୀନ ପଟ୍ଟନାୟକ

FNN WEB

FNN WEB

Next Post
ରାଜ୍ୟରେ ସାମାଜିକ ବିଶୃଙ୍ଖଳା ନେଇ ନବୀନଙ୍କ ଉଦବେଗ

ମହାନଦୀକୁ ବଞ୍ଚାଇବା ପାଇଁ ବିଜେପି ସରକାରଙ୍କ ଇଏ କ'ଣ ଆନ୍ତରିକତା: ନବୀନ ପଟ୍ଟନାୟକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.